ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅପ୍ରେଲ 2027 › ଅପ୍ରେଲ 3
ଅର୍ଥୋଡକ୍ସ ପଞ୍ଜିକା · 21 ମାର୍ଚ୍ଚ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 3 ଅପ୍ରେଲ 2027
ଶନିବାର · ମହା ଉପବାସର ତୃତୀୟ ସପ୍ତାହ · ସ୍ୱର 2
ପର୍ବ ଓ ସନ୍ଥ
ସ୍ମରଣ ଶନିବାର
ମହା ଉପବାସ
ଉପବାସ: ତେଲ ସହିତ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର (ପରଲୋକଗତମାନଙ୍କ ପାଇଁ)
13ହେ ଭାଇମାନେ, ଭରସାହୀନ ଅନ୍ୟ ସମସ୍ତଙ୍କ ପରି ତୁମ୍ଭେମାନେ ଯେପରି ଶୋକାକୁଳ ନ ହୁଅ, ଏଥିନିମନ୍ତେ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କ ବିଷୟରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କ ଇଚ୍ଛା ନୁହେଁ। 14କାରଣ ଯଦି ଆମ୍ଭେମାନେ ବିଶ୍ୱାସ କରୁ ଯେ, ଯୀଶୁ ମୃତ୍ୟୁଭୋଗ କରି ପୁନର୍ବାର ଉଠିଅଛନ୍ତି, ତେବେ ଈଶ୍ବର ଯେ ଯୀଶୁଙ୍କ ଦ୍ୱାରା ମହାନିଦ୍ରାପ୍ରାପ୍ତ ଲୋକମାନଙ୍କୁ ସେହି ପ୍ରକାରେ ତାହାଙ୍କ ସାଙ୍ଗରେ ଆଣିବେ, ଏହା ମଧ୍ୟ ବିଶ୍ୱାସ କରିବା ଉଚିତ। 15ଯେଣୁ ଆମ୍ଭେମାନେ ପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭମାନଙ୍କୁ ଏହା କହୁଅଛୁ, ଆମ୍ଭେମାନେ ଯେତେ ଲୋକ ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ଜୀବିତ ରହି ଅବଶିଷ୍ଟ ଥିବୁ, ଆମ୍ଭେମାନେ କୌଣସି ପ୍ରକାରେ ମହାନିଦ୍ରାପ୍ରାପ୍ତ ଲୋକଙ୍କର ଅଗ୍ରଗାମୀ ହେବୁ ନାହିଁ। 16କାରଣ ପ୍ରଭୁ ଆପେ ଆଦେଶ ଦେଇ ପ୍ରଧାନ ଦୂତଙ୍କ ସ୍ୱର ଓ ଈଶ୍ବରଙ୍କ ତୂରୀବାଦ୍ୟ ସହିତ ସ୍ୱର୍ଗରୁ ଅବତରଣ କରିବେ, ସେଥିରେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ଥାଇ ମରିଅଛନ୍ତି, ସେମାନେ ପ୍ରଥମରେ ଉଠିବେ; 17ପରେ ଆମ୍ଭେମାନେ ଯେତେ ଲୋକ ଜୀବିତ ରହି ଅବଶିଷ୍ଟ ଥିବୁ, ପ୍ରଭୁଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଆମ୍ଭେମାନେ ସେମାନଙ୍କ ସହ ମେଘମାଳାରେ ଶୂନ୍ୟମଣ୍ଡଳକୁ ନୀତ ହେବୁ; ଏହି ପ୍ରକାରେ ଆମ୍ଭେମାନେ ସର୍ବଦା ପ୍ରଭୁଙ୍କ ସହିତ ରହିବୁ।
ପତ୍ର
32କିନ୍ତୁ ଆଲୋକ ପ୍ରାପ୍ତ ହେଲା ଉତ୍ତାରେ ଯେତେବେଳେ ତୁମ୍ଭେମାନେ ନାନା ଦୁଃଖଭୋଗରୂପ କଠୋର ସଂଗ୍ରାମ ସହ୍ୟ କରିଥିଲ, ସେହି ପୂର୍ବ ସମୟକୁ ସ୍ମରଣରେ ଆଣ; 33ଏକ ଦିଗରେ ତିରସ୍କାର ଓ କ୍ଳେଶ ଦ୍ୱାରା କୌତୁକାସ୍ପଦ ହୋଇଥିଲ, ଅନ୍ୟ ଦିଗରେ ସେହି ପ୍ରକାର ବ୍ୟବହାର ପାଉଥିବା ଲୋକମାନଙ୍କର ସହଭାଗୀ ହୋଇଥିଲ। 34କାରଣ ତୁମ୍ଭେମାନେ ବନ୍ଦୀମାନଙ୍କ ସହିତ ଦୁଃଖଭୋଗ କରିଥିଲ, ଆଉ ତୁମ୍ଭମାନଙ୍କ ନିଜର ଯେ ଅଧିକ ଉତ୍ତମ ଓ ନିତ୍ୟସ୍ଥାୟୀ ସମ୍ପତ୍ତି ଅଛି, ଏହା ଜାଣି ଆନନ୍ଦରେ ତୁମ୍ଭମାନଙ୍କ ସମ୍ପତ୍ତିର ଲୁଣ୍ଠନ ସହ୍ୟ କରିଥିଲ। 35ଅତଏବ, ତୁମ୍ଭମାନଙ୍କ ସାହସ ପରିତ୍ୟାଗ କର ନାହିଁ, ସେଥିର ମହା ପୁରସ୍କାର ଅଛି। 36ଯେଣୁ ତୁମ୍ଭେମାନେ ଯେପରି ଈଶ୍ବରଙ୍କ ଇଚ୍ଛା ସାଧନ କରି ପ୍ରତିଜ୍ଞାର ଫଳପ୍ରାପ୍ତ ହୋଇପାର, ଏଥିନିମନ୍ତେ ତୁମ୍ଭମାନଙ୍କର ଧୈର୍ଯ୍ୟଶୀଳ ହେବା ପ୍ରୟୋଜନ। 37ଯେପରି ଶାସ୍ତ୍ରରେ ଲେଖାଅଛି, “କାରଣ ଆଉ ଅତି ଅଳ୍ପ ସମୟ ମାତ୍ର, ଯାହାଙ୍କ ଆଗମନ କରିବାର ଅଛି, ସେ ଆଗମନ କରିବେ ଓ ବିଳମ୍ବ କରିବେ ନାହିଁ।” 38ପୁଣି, “ଆମ୍ଭର ଧାର୍ମିକ ବ୍ୟକ୍ତି ବିଶ୍ୱାସ ଦ୍ୱାରା ବଞ୍ଚିବ, କିନ୍ତୁ ଯଦି କେହି ପଶ୍ଚାତ୍ପଦ ହୁଏ, ତାହାହେଲେ ଆମ୍ଭର ଆତ୍ମା ତାହାଠାରେ ସନ୍ତୁଷ୍ଟ ନୁହେଁ।”
ସୁସମାଚାର (ପରଲୋକଗତମାନଙ୍କ ପାଇଁ)
24ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି। 25ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ସମୟରେ ମୃତମାନେ ଈଶ୍ବରଙ୍କ ପୁତ୍ରଙ୍କ ସ୍ୱର ଶୁଣିବେ ଓ ଯେଉଁମାନେ ଶୁଣିବେ, ସେମାନେ ଜୀବିତ ହେବେ ଏପରି ସମୟ ଆସୁଅଛି, ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ। 26କାରଣ ପିତା ଯେପରି ସ୍ୱୟଂଜୀବୀ, ସେହିପରି ସେ ପୁତ୍ରଙ୍କୁ ମଧ୍ୟ ସ୍ୱୟଂଜୀବୀ ହେବାକୁ ଦେଇଅଛନ୍ତି; 27ଆଉ, ସେ ମନୁଷ୍ୟପୁତ୍ର ହେବାରୁ ସେ ତାହାଙ୍କୁ ବିଚାର କରିବାର ଅଧିକାର ଦେଲେ। 28ଏଥିରେ ଚମତ୍କୃତ ହୁଅ ନାହିଁ, କାରଣ ଯେଉଁ ସମୟରେ ସମାଧିସ୍ଥ ସମସ୍ତେ ତାହାଙ୍କ ସ୍ୱର ଶୁଣିବେ ଏବଂ ଯେଉଁମାନେ ସତ୍କର୍ମ କରିଅଛନ୍ତି, 29ସେମାନେ ଜୀବନର ପୁନରୁତ୍ଥାନ ନିମନ୍ତେ ଓ ଯେଉଁମାନେ ଅସତ୍ କର୍ମ କରିଅଛନ୍ତି, ସେମାନେ ଦଣ୍ଡର ପୁନରୁତ୍ଥାନ ନିମନ୍ତେ ବାହାର ହୋଇ ଆସିବେ, ଏପରି ସମୟ ଆସୁଅଛି।” 30“ମୁଁ ନିଜେ କିଛି କରିପାରେ ନାହିଁ; ମୁଁ ଯେପରି ଶୁଣେ, ସେହିପରି ବିଚାର କରେ, ଆଉ ମୋହର ବିଚାର ଯଥାର୍ଥ, କାରଣ ମୁଁ ଆପଣାର ଇଚ୍ଛା ସାଧନ କରିବାକୁ ଚେଷ୍ଟା ନ କରି ମୋହର ପ୍ରେରଣକର୍ତ୍ତାଙ୍କର ଇଚ୍ଛା ସାଧନ କରିବାକୁ ଚେଷ୍ଟା କରେ।
ସୁସମାଚାର
14ପୁଣି, ସେ ଯାଉ ଯାଉ ଆଲଫିଙ୍କ ପୁତ୍ର ଲେବୀଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, “ମୋହର ଅନୁଗମନ କର।” ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ। 15ଆଉ ଯୀଶୁ ତାହାଙ୍କ ଗୃହରେ ଭୋଜନ କରିବାକୁ ବସିବା ସମୟରେ ଅନେକ କରଗ୍ରାହୀ ଏବଂ ପାପୀ, ତାହାଙ୍କ ଓ ତାହାଙ୍କର ଶିଷ୍ୟମାନଙ୍କ ସାଙ୍ଗରେ ବସିଲେ; କାରଣ ସେମାନେ ଅନେକ ଥିଲେ ପୁଣି, ତାହାଙ୍କର ଅନୁଗମନ କରୁଥିଲେ। 16ସେ ପାପୀ ଓ କରଗ୍ରାହୀମାନଙ୍କ ସହିତ ଭୋଜନ କରୁଅଛନ୍ତି, ଏହା ଦେଖି ଫାରୂଶୀ-ଦଳର ଶାସ୍ତ୍ରୀମାନେ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, ଏ କଅଣ? ସେ କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତି! 17ଯୀଶୁ ତାହା ଶୁଣି ସେମାନଙ୍କୁ କହିଲେ, “ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ପ୍ରୟୋଜନ ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ପ୍ରୟୋଜନ ଅଛି; ମୁଁ ଧାର୍ମିକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, କିନ୍ତୁ ପାପୀମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସିଅଛି।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ମାର୍ଚ୍ଚ 21 ନାଗରିକ ପଞ୍ଜିକାର ଅପ୍ରେଲ 3। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର