Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅପ୍ରେଲ 2027 › ଅପ୍ରେଲ 4

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 4 ଅପ୍ରେଲ 2027

ରବିବାର · ପାସ୍କା କାଳର ଦ୍ୱିତୀୟ ସପ୍ତାହ

ପର୍ବ ଓ ସନ୍ଥ

ପାସ୍କା କାଳର ଦ୍ୱିତୀୟ ରବିବାର (ଐଶ୍ୱରିକ ଦୟାର ରବିବାର)

ରବିବାର · ଉପାସନାର ରଙ୍ଗ: ଧଳା

ଦିନର ପାଠ

ପ୍ରଥମ ପାଠ

ପ୍ରେରି 4:32–35

32ବିଶ୍ୱାସକାରୀ ଲୋକସମୂହ ଏକଚିତ୍ତ ଓ ଏକପ୍ରାଣ ଥିଲେ; ସେମାନଙ୍କ ମଧ୍ୟରୁ କେହିହେଲେ ଆପଣା ସମ୍ପତ୍ତି ମଧ୍ୟରୁ କିଛି ନିଜର ବୋଲି କହୁ ନ ଥିଲେ, କିନ୍ତୁ ସେମାନଙ୍କର ସମସ୍ତ ବିଷୟ ସାଧାରଣ ଥିଲା। 33ପ୍ରେରିତମାନେ ମହାଶକ୍ତି ସହିତ ପ୍ରଭୁ ଯୀଶୁଙ୍କ ପୁନରୁତ୍ଥାନ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ, ପୁଣି, ସମସ୍ତଙ୍କ ଉପରେ ମହା ଅନୁଗ୍ରହ ଥିଲା। 34ଯେଣୁ ସେମାନଙ୍କ ମଧ୍ୟରେ କାହାରି କୌଣସି ଅଭାବ ନ ଥିଲା, କାରଣ ଯେତେ ଲୋକଙ୍କର ଭୂମି ବା ଗୃହ ଥିଲା, ସେମାନେ ତାହା ବିକ୍ରୟ କରି ବିକ୍ରୀତ ସମ୍ପତ୍ତିର ମୂଲ୍ୟ ଆଣି ପ୍ରେରିତମାନଙ୍କର ପାଦ ତଳେ ରଖୁଥିଲେ, 35ଆଉ ପ୍ରତ୍ୟେକ ଜଣକୁ ତାହାର ଅଭାବ ଅନୁସାରେ ତାହା ବିତରଣ କରାଯାଉଥିଲା।

ପ୍ରତିଉତ୍ତର ଗୀତ

ଗୀତ 118:2–4, 16–18, 22–24

2ଇସ୍ରାଏଲ ଏବେ କହନ୍ତୁ ଯେ, ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ। 3ହାରୋଣ-ବଂଶ ଏବେ କହନ୍ତୁ ଯେ, ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ। 4ଏବେ ସଦାପ୍ରଭୁଙ୍କର ଭୟକାରୀମାନେ କହନ୍ତୁ ଯେ, ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ। 16ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ଉନ୍ନତ; ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବୀରର କର୍ମ କରେ। 17ମୁଁ ମରିବି ନାହିଁ, ମାତ୍ର ବଞ୍ଚିବି ଓ ସଦାପ୍ରଭୁଙ୍କ କର୍ମସବୁ ବର୍ଣ୍ଣନା କରିବି। 18ସଦାପ୍ରଭୁ ମୋତେ ଭାରୀ ଶାସ୍ତି ଦେଇଅଛନ୍ତି; ମାତ୍ର ସେ ମୃତ୍ୟୁ ହସ୍ତରେ ମୋତେ ସମର୍ପି ଦେଇ ନାହାନ୍ତି। 22ଗାନ୍ଥକମାନେ ଯେଉଁ ପଥର ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହୋଇଅଛି। 23ଏହା ସଦାପ୍ରଭୁଙ୍କ କର୍ମ; ଏହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟ। 24ଏହା ସଦାପ୍ରଭୁଙ୍କ କୃତ ଦିନ; ଆମ୍ଭେମାନେ ଏଥିରେ ଆନନ୍ଦ ଓ ଉଲ୍ଲାସ କରିବା।

ଦ୍ୱିତୀୟ ପାଠ

ପ୍ର. ଯୋହ 5:1–6

1ଯେ କେହି ଯୀଶୁଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ୱାସ କରେ, ସେ ଈଶ୍ବରଙ୍କଠାରୁ ଜାତ; ଆଉ, ଯେ କେହି ଜନ୍ମଦାତାଙ୍କୁ ପ୍ରେମ କରେ, ସେ ତାହାଙ୍କଠାରୁ ଜାତ ହୋଇଥିବା ସନ୍ତାନମାନଙ୍କୁ ମଧ୍ୟ ପ୍ରେମ କରେ। 2ଆମ୍ଭେମାନେ ଯେତେବେଳେ ଈଶ୍ବରଙ୍କୁ ପ୍ରେମ କରୁ ଓ ତାହାଙ୍କ ଆଜ୍ଞା ପାଳନ କରୁ, ସେତେବେଳେ ତଦ୍ୱାରା ଜାଣି ପାରୁ ଯେ, ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନମାନଙ୍କୁ ପ୍ରେମ କରୁଅଛୁ। 3କାରଣ ଈଶ୍ବରଙ୍କୁ ପ୍ରେମ କରିବାର ଅର୍ଥ, ତାହାଙ୍କ ଆଜ୍ଞା ପାଳନ କରିବା, ଆଉ ତାହାଙ୍କ ଆଜ୍ଞାସବୁ ଭାର ସ୍ୱରୂପ ନୁହେଁ। 4ଯେ କେହି ଈଶ୍ବରଙ୍କଠାରୁ ଜାତ, ସେ ଜଗତକୁ ଜୟ କରେ, ଆଉ ଯାହା ଜଗତକୁ ଜୟ କରିଅଛି, ତାହା ଆମ୍ଭମାନଙ୍କର ବିଶ୍ୱାସ। 5ଯୀଶୁ ଈଶ୍ବରଙ୍କ ପୁତ୍ର, ଏହା ଯେ ବିଶ୍ୱାସ କରେ, ତାହା ଛଡ଼ା ଆଉ କିଏ ଜଗତକୁ ଜୟ କରେ? 6ସେହି ଯୀଶୁ ଖ୍ରୀଷ୍ଟ ଜଳ ଓ ରକ୍ତ ଦେଇ ଆସିଥିଲେ, କେବଳ ଜଳ ଦେଇ ନୁହେଁ, କିନ୍ତୁ ଜଳ ଓ ରକ୍ତ ଉଭୟ ଦେଇ ଆସିଥିଲେ;

ସୁସମାଚାର

ଯୋହ 20:19–31

19ସେହି ଦିନ, ଅର୍ଥାତ୍‍, ସପ୍ତାହର ପ୍ରଥମ ଦିନ ସନ୍ଧ୍ୟା ସମୟରେ ଯେତେବେଳେ ଶିଷ୍ୟମାନେ ଯେଉଁ ଗୃହରେ ଥିଲେ, ସେଥିର ଦ୍ୱାରଗୁଡ଼ିକ ଯିହୁଦୀମାନଙ୍କ ଭୟରେ ରୁଦ୍ଧ ଥିଲା, ସେତେବେଳେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ।” 20ପୁଣି, ଏହା କହି ସେ ସେମାନଙ୍କୁ ଆପଣା ହସ୍ତ ଓ କକ୍ଷଦେଶ ଦେଖାଇଲେ। ସେଥିରେ ଶିଷ୍ୟମାନେ ପ୍ରଭୁଙ୍କୁ ଦେଖି ଆନନ୍ଦିତ ହେଲେ। 21ଯୀଶୁ ସେମାନଙ୍କୁ ପୁନର୍ବାର କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ; ପିତା ଯେପ୍ରକାରେ ମୋତେ ପ୍ରେରଣ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାରେ ତୁମ୍ଭମାନଙ୍କୁ ପ୍ରେରଣ କରୁଅଛି।” 22ସେ ଏହା କହି ସେମାନଙ୍କ ଉପରେ ପ୍ରଶ୍ୱାସ ଛାଡ଼ି ସେମାନଙ୍କୁ କହିଲେ, “ପବିତ୍ର ଆତ୍ମାଙ୍କୁ ଗ୍ରହଣ କର। 23ତୁମ୍ଭେମାନେ ଯଦି କାହାରି ପାପ କ୍ଷମା କରିବ, ତାହାର ପାପ କ୍ଷମା ହେବ; ପୁଣି, ଯଦି କାହାରି ପାପ କ୍ଷମା ନ କରିବ, ତାହାର ପାପ କ୍ଷମା ହେବ ନାହିଁ।” 24କିନ୍ତୁ ଯୀଶୁ ଯେତେବେଳେ ଆସିଥିଲେ, ସେତେବେଳେ ଦ୍ୱାଦଶଙ୍କ ମଧ୍ୟରୁ ଥୋମା ନାମକ ଜଣେ, ଯାହାଙ୍କୁ ଦିଦୁମ କହନ୍ତି, ସେ ସେମାନଙ୍କ ସାଙ୍ଗରେ ନ ଥିଲେ। 25ଅତଏବ, ଅନ୍ୟ ଶିଷ୍ୟମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ପ୍ରଭୁଙ୍କୁ ଦେଖିଅଛୁ। କିନ୍ତୁ ସେ ସେମାନଙ୍କୁ କହିଲେ, ତାହାଙ୍କ ହାତରେ କଣ୍ଟାର ଚିହ୍ନସବୁ ନ ଦେଖିଲେ ଓ ସେହିସବୁ ସ୍ଥାନରେ ମୋହର ଅଙ୍ଗୁଳି ନ ଦେଲେ ଏବଂ ତାହାଙ୍କ କକ୍ଷଦେଶରେ ମୋହର ହାତ ନ ଦେଲେ ମୁଁ କଦାପି ବିଶ୍ୱାସ କରିବି ନାହିଁ। 26ଆଠ ଦିନ ପରେ ତାହାଙ୍କ ଶିଷ୍ୟମାନେ ପୁନର୍ବାର ଭିତରେ ଥିଲେ ଓ ଥୋମା ସେମାନଙ୍କ ସାଙ୍ଗରେ ଥିଲେ। ଦ୍ୱାରସବୁ ରୁଦ୍ଧ ଥିବା ସମୟରେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ।” 27ପରେ ସେ ଥୋମାଙ୍କୁ କହିଲେ, “ଏଆଡ଼େ ତୁମ୍ଭର ଅଙ୍ଗୁଳି ବଢ଼ାଇ ମୋହର ହାତ ଦେଖ ଓ ହାତ ବଢ଼ାଇ ମୋହର କକ୍ଷଦେଶରେ ଦିଅ; ଅବିଶ୍ୱାସୀ ନ ହୋଇ ବିଶ୍ୱାସୀ ହୁଅ।” 28ଥୋମା ତାହାଙ୍କୁ ଉତ୍ତର ଦେଲେ, ମୋହର ପ୍ରଭୁ, ମୋହର ଈଶ୍ବର। 29ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେ ମୋତେ ଦେଖିବାରୁ ବିଶ୍ୱାସ କରିଅଛ? ଯେଉଁମାନେ ନ ଦେଖି ବିଶ୍ୱାସ କରିଅଛନ୍ତି, ସେମାନେ ଧନ୍ୟ।” 30ଯୀଶୁ ଶିଷ୍ୟମାନଙ୍କ ସାକ୍ଷାତରେ ଏହିପରି ଅନେକ ଓ ବିଭିନ୍ନ ପ୍ରକାର ଆଶ୍ଚର୍ଯ୍ୟକର୍ମ ସାଧନ କଲେ, ସେହିସବୁ ଏହି ପୁସ୍ତକରେ ଲେଖା ହୋଇ ନାହିଁ; 31କିନ୍ତୁ ତୁମ୍ଭେମାନେ ଯେପରି ବିଶ୍ୱାସ କର ଯେ, ଯୀଶୁ ଈଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ ଅଟନ୍ତି, ପୁଣି, ବିଶ୍ୱାସ କରି ଯେପରି ତୁମ୍ଭେମାନେ ତାହାଙ୍କ ନାମରେ ଜୀବନ ପ୍ରାପ୍ତ ହୁଅ, ଏଥିନିମନ୍ତେ ଏସମସ୍ତ ଲେଖାଯାଇଅଛି।

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର