Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅପ୍ରେଲ 2027 › ଅପ୍ରେଲ 5

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 5 ଅପ୍ରେଲ 2027

ସୋମବାର · ପାସ୍କା କାଳର ଦ୍ୱିତୀୟ ସପ୍ତାହ

ପର୍ବ ଓ ସନ୍ଥ

ପ୍ରଭୁଙ୍କ ଶୁଭସମ୍ବାଦ

ମହାପର୍ବ · ଉପାସନାର ରଙ୍ଗ: ଧଳା

ଦିନର ପାଠ

ପ୍ରଥମ ପାଠ

ଯିଶା 7:10–14; 8:10

10ଏଥିଉତ୍ତାରେ ସଦାପ୍ରଭୁ ଆହସ୍‌କୁ ଆହୁରି କହିଲେ, 11“ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଏକ ଚିହ୍ନ ମାଗ; ଅଧୋଲୋକରେ କି ଊର୍ଦ୍ଧ୍ୱଲୋକରେ ହେଉ, ମାଗ।” 12ମାତ୍ର ଆହସ୍‌ କହିଲା, “ମୁଁ ମାଗିବି ନାହିଁ କି ସଦାପ୍ରଭୁଙ୍କୁ ପରୀକ୍ଷା କରିବି ନାହିଁ।” 13ଏଥିରେ ସେ କହିଲେ, “ହେ ଦାଉଦର ବଂଶ, ତୁମ୍ଭେମାନେ ଏବେ ଶୁଣ; ମନୁଷ୍ୟର ଧୈର୍ଯ୍ୟକୁ ପରୀକ୍ଷା କରିବାର ତୁମ୍ଭମାନଙ୍କ ପ୍ରତି କ୍ଷୁଦ୍ର ବିଷୟ ବୋଲି କି ତୁମ୍ଭେମାନେ ମୋʼ ପରମେଶ୍ୱରଙ୍କ ଧୈର୍ଯ୍ୟ ମଧ୍ୟ ପରୀକ୍ଷା କରିବ? 14ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ। 8:10ଏକତ୍ର ମନ୍ତ୍ରଣା କର, ମଧ୍ୟ ତାହା ନିଷ୍ଫଳ ହେବ; କଥା କୁହ, ମଧ୍ୟ ତାହା ସ୍ଥିର ହେବ ନାହିଁ; ଯେହେତୁ ପରମେଶ୍ୱର ଆମ୍ଭମାନଙ୍କ ସହିତ ଅଛନ୍ତି।

ପ୍ରତିଉତ୍ତର ଗୀତ

ଗୀତ 40:6–10

6ବଳିଦାନ ଓ ନୈବେଦ୍ୟରେ ତୁମ୍ଭର ସନ୍ତୋଷ ନାହିଁ; ତୁମ୍ଭେ ମୋହର କର୍ଣ୍ଣ ମୁକ୍ତ କରିଅଛ; ତୁମ୍ଭେ ହୋମବଳି ଓ ପାପାର୍ଥକ ବଳି ଚାହିଁ ନାହଁ। 7ତେବେ ମୁଁ କହିଲି, “ଦେଖ, ମୁଁ ଉପସ୍ଥିତ; ଶାସ୍ତ୍ରରେ ମୋହର ବିଷୟ ଲିଖିତ ଅଛି। 8ହେ ମୋହର ପରମେଶ୍ୱର, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୋହର ସନ୍ତୋଷ; ତୁମ୍ଭ ବ୍ୟବସ୍ଥା ମୋʼ ହୃଦୟରେ ଅଛି।” 9ମୁଁ ମହାସମାଜରେ ଧର୍ମ ପ୍ରଚାର କରିଅଛି; ଦେଖ, ମୁଁ ଆପଣା ଓଷ୍ଠାଧର ରୁଦ୍ଧ କରିବି ନାହିଁ, ହେ ସଦାପ୍ରଭୋ, ତୁମ୍ଭେ ଜାଣୁଅଛ। 10ମୁଁ ତୁମ୍ଭ ଧାର୍ମିକତା ଆପଣା ହୃଦୟରେ ଗୋପନ କରି ନାହିଁ; ମୁଁ ତୁମ୍ଭର ବିଶ୍ୱସ୍ତତା ଓ ତୁମ୍ଭର ପରିତ୍ରାଣ ପ୍ରଚାର କରିଅଛି; ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ମହାସମାଜଠାରୁ ଗୁପ୍ତ ରଖି ନାହିଁ।

ଦ୍ୱିତୀୟ ପାଠ

ଏବ୍ରୀ 10:4–10

4କାରଣ ବୃଷ ଓ ଛାଗର ରକ୍ତ ଯେ ପାପ ହରଣ କରିବ, ଏହା ଅସମ୍ଭବ। 5ସେଥିପାଇଁ ଖ୍ରୀଷ୍ଟ ଜଗତକୁ ଆଗମନ କରି କହନ୍ତି, “ବଳିଦାନ ଓ ନୈବେଦ୍ୟ ନ ଲୋଡ଼ି ମୋʼ ନିମନ୍ତେ ଏକ ଶରୀର ପ୍ରସ୍ତୁତ କଲ; 6ହୋମବଳି ଓ ପାପାର୍ଥକ ବଳିରେ ତୁମ୍ଭେ ସନ୍ତୁଷ୍ଟ ହେଲ ନାହିଁ।” 7ସେତେବେଳେ ମୁଁ କହିଲି, ଦେଖ, ଶାସ୍ତ୍ରରେ ମୋʼ ବିଷୟରେ ଲେଖାଅଛି, “ହେ ଈଶ୍ବର, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୁଁ ଆସିଅଛି।” 8ଏସବୁ ଊର୍ଦ୍ଧ୍ୱରେ ସେ କହନ୍ତି, ବଳିଦାନ, ନୈବେଦ୍ୟ, ହୋମବଳି ଓ ପାପାର୍ଥକ ବଳି ତୁମ୍ଭେ ଲୋଡ଼ିଲ ନାହିଁ, କିମ୍ବା ସେଥିରେ ତୁମ୍ଭର ସନ୍ତୋଷ ନ ଥିଲା (ଯାହାସବୁ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଉତ୍ସର୍ଗ କରାଯାଏ) 9ତତ୍ପରେ ସେ କହନ୍ତି, “ଦେଖ, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୁଁ ଆସିଅଛି।” ଦ୍ୱିତୀୟ ନିୟମକୁ ସ୍ଥାପନ କରିବା ନିମନ୍ତେ ସେ ପ୍ରଥମ ନିୟମକୁ ଲୋପ କରନ୍ତି। 10ଦ୍ବିତୀୟ ନିୟମରେ ଯୀଶୁ ଖ୍ରୀଷ୍ଟଙ୍କ ଶରୀର ଏକାଥରକେ ଉତ୍ସର୍ଗୀକୃତ ହେବା ଦ୍ୱାରା ସେହି ଇଚ୍ଛା ହେତୁ ଆମ୍ଭେମାନେ ପବିତ୍ରୀକୃତ ହୋଇଅଛୁ।

ସୁସମାଚାର

ଲୂକ 1:26–38

26ଏଲୀଶାବେଥଙ୍କ ଗର୍ଭର ଛଅ ମାସରେ ଗାବ୍ରିଏଲ ଦୂତ ଈଶ୍ବରଙ୍କ ନିକଟରୁ ଗାଲିଲୀର ନାଜରିତ ନାମକ ନଗରକୁ ଜଣେ କନ୍ୟା ନିକଟକୁ ପଠାଗଲେ; 27ଦାଉଦଙ୍କ ବଂଶର ଯୋଷେଫ ନାମକ ଜଣେ ପୁରୁଷଙ୍କ ସହିତ ତାହାଙ୍କର ବିବାହ ନିର୍ବନ୍ଧ ହୋଇଥିଲା; ସେହି କନ୍ୟାଙ୍କ ନାମ ମରୀୟମ। 28ସେ ଗୃହରେ ପ୍ରବେଶ କରି ତାହାଙ୍କ ନିକଟକୁ ଆସି କହିଲେ, ଆଗୋ ଅନୁଗ୍ରହପାତ୍ରୀ, ତୁମ୍ଭର ମଙ୍ଗଳ ହେଉ, ପ୍ରଭୁ ତୁମ୍ଭର ସହବର୍ତ୍ତୀ। 29କିନ୍ତୁ ସେ ଏହି ବାକ୍ୟରେ ଅତିଶୟ ବିଚଳିତ ହୋଇ ଏହା କି ପ୍ରକାର ବାକ୍ୟ ବୋଲି ମନରେ ବିଚାର କରିବାକୁ ଲାଗିଲେ। 30ସେଥିରେ ଦୂତ ତାହାଙ୍କୁ କହିଲେ, ଆଗୋ ମରୀୟମ, ଭୟ କର ନାହିଁ, କାରଣ ତୁମ୍ଭେ ଈଶ୍ବରଙ୍କ ଛାମୁରେ ଅନୁଗ୍ରହ ପାଇଅଛ। 31ଆଉ ଦେଖ, ତୁମ୍ଭେ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କରିବ ଓ ତାହାଙ୍କ ନାମ ଯୀଶୁ ଦେବ। 32ସେ ମହାନ ହେବେ ଓ ମହାନ ଈଶ୍ବରଙ୍କ ପୁତ୍ର ବୋଲି ଖ୍ୟାତ ହେବେ; ପ୍ରଭୁ ଈଶ୍ବର ତାହାଙ୍କୁ ତାହାଙ୍କ ପିତା ଦାଉଦଙ୍କ ସିଂହାସନ ଦାନ କରିବେ, 33ସେ ଯାକୁବ ବଂଶ ଉପରେ ଯୁଗେ ଯୁଗେ ଶାସନ କରିବେ, ପୁଣି, ତାହାଙ୍କ ରାଜ୍ୟର ଶେଷ ହେବ ନାହିଁ। 34କିନ୍ତୁ ମରୀୟମ ଦୂତଙ୍କୁ କହିଲେ, ଏହା କିପରି ହେବ? ମୁଁ ତ ପୁରୁଷକୁ ଜାଣେ ନାହିଁ। 35ଦୂତ ତାହାଙ୍କୁ ଉତ୍ତର ଦେଲେ, ପବିତ୍ର ଆତ୍ମା ତୁମ୍ଭ ଉପରେ ଅବତରଣ କରିବେ ଓ ମହାନ ଈଶ୍ବରଙ୍କ ଶକ୍ତି ତୁମ୍ଭକୁ ଆବୋରିବ, ଏଣୁ ଯେ ଜାତ ହେବେ, ସେ ପବିତ୍ର ଓ ଈଶ୍ବରଙ୍କ ପୁତ୍ର ବୋଲି ଖ୍ୟାତ ହେବେ। 36ପୁଣି, ଦେଖ, ତୁମ୍ଭର ଆତ୍ମୀୟା ଏଲୀଶାବେଥ ମଧ୍ୟ ବୃଦ୍ଧା ବୟସରେ ଗୋଟିଏ ପୁତ୍ର ଗର୍ଭରେ ଧାରଣ କରିଅଛନ୍ତି। ଯେ ବନ୍ଧ୍ୟା ବୋଲି ଖ୍ୟାତ, ତାଙ୍କର ଏବେ ଛଅ ମାସ ହେଲାଣି; 37କାରଣ ଈଶ୍ବରଙ୍କଠାରୁ ନିର୍ଗତ କୌଣସି ବାକ୍ୟ ଶକ୍ତିହୀନ ହେବ ନାହିଁ। 38ଏଥିରେ ମରୀୟମ କହିଲେ, ଦେଖନ୍ତୁ, ମୁଁ ପ୍ରଭୁଙ୍କ ଦାସୀ; ଆପଣଙ୍କ ବାକ୍ୟାନୁସାରେ ମୋʼ ପ୍ରତି ଘଟୁ। ତାହା ପରେ ଦୂତ ତାହାଙ୍କ ନିକଟରୁ ପ୍ରସ୍ଥାନ କଲେ।

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର