ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅପ୍ରେଲ 2027 › ଅପ୍ରେଲ 7
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 7 ଅପ୍ରେଲ 2027
ବୁଧବାର · ପାସ୍କା କାଳର ଦ୍ୱିତୀୟ ସପ୍ତାହ
ପର୍ବ ଓ ସନ୍ଥ
ପାସ୍କା କାଳର ଦ୍ୱିତୀୟ ସପ୍ତାହର ବୁଧବାର
ସ୍ମୃତି ଦିବସ · ଉପାସନାର ରଙ୍ଗ: ଧଳା
ସନ୍ଥ ଜନ୍ ବାପ୍ଟିଷ୍ଟ ଡି ଲା ସାଲ୍, ପୁରୋହିତ · ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
17ପରେ ମହାଯାଜକ ଓ ତାହାଙ୍କ ସଙ୍ଗୀ ସମସ୍ତେ, ଅର୍ଥାତ୍, ସାଦ୍ଦୂକୀ ଦଳ, ଈର୍ଷାରେ ପ୍ରଜ୍ୱଳିତ ହୋଇ ଉଠିଲେ 18ଓ ପ୍ରେରିତମାନଙ୍କୁ ଧରି ସାଧାରଣ କାରାଗାରରେ ରଖିଲେ। 19କିନ୍ତୁ ପ୍ରଭୁଙ୍କର ଜଣେ ଦୂତ ରାତ୍ରିକାଳରେ କାରାଗାରର ଦ୍ୱାରସବୁ ଫିଟାଇଦେଲେ ଓ ସେମାନଙ୍କୁ ବାହାର କରି ଆଣି କହିଲେ, 20ଯାଅ, ମନ୍ଦିର ମଧ୍ୟରେ ଠିଆ ହୋଇ ଲୋକମାନଙ୍କୁ ଏହି ଜୀବନ ସମ୍ବନ୍ଧୀୟ ସମସ୍ତ କଥା କୁହ। 21ଏହା ଶୁଣି ସେମାନେ ପ୍ରଭାତ ସମୟରେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ। ଇତିମଧ୍ୟରେ ମହାଯାଜକ ଓ ତାହାଙ୍କ ସଙ୍ଗୀମାନେ ଆସି ମହାସଭା ଓ ଇସ୍ରାଏଲ ସନ୍ତାନମାନଙ୍କର ପ୍ରାଚୀନବର୍ଗଙ୍କୁ ଡାକି ଏକତ୍ର କଲେ, ପୁଣି, ସେମାନଙ୍କୁ ଆଣିବା ନିମନ୍ତେ କାରାଗାରକୁ ଲୋକ ପଠାଇଲେ। 22କିନ୍ତୁ କର୍ମଚାରୀମାନେ ଯାଇ କାରାଗାରରେ ସେମାନଙ୍କୁ ନ ପାଇ ଫେରିଆସି କହିଲେ, 23ଆମ୍ଭେମାନେ ଦେଖିଲୁ, କାରାଗାର ଦୃଢ଼ରୂପେ ରୁଦ୍ଧ ହୋଇଅଛି ଓ ଦ୍ୱାରଗୁଡ଼ିକରେ ରକ୍ଷକମାନେ ଠିଆ ହୋଇଅଛନ୍ତି, କିନ୍ତୁ ଦ୍ୱାର ଫିଟାନ୍ତେ ଭିତରେ ଆମ୍ଭେମାନେ କାହାକୁ ପାଇଲୁ ନାହିଁ। 24ଏହିସବୁ କଥା ଶୁଣି ମନ୍ଦିରର ସେନାପତି ଓ ପ୍ରଧାନ ଯାଜକମାନେ ଏଥିର ପରିଣାମ କଅଣ ହେବ ଭାବି ସେମାନଙ୍କ ବିଷୟରେ ଅବାକ୍ ହେବାକୁ ଲାଗିଲେ। 25ଏପରି ସମୟରେ ଜଣେ ଆସି ସେମାନଙ୍କୁ ସମ୍ବାଦ ଦେଲା, ଦେଖନ୍ତୁ, ଆପଣମାନେ ଯେଉଁ ଲୋକମାନଙ୍କୁ କାରାଗାରରେ ରଖିଥିଲେ, ସେମାନେ ମନ୍ଦିରରେ ଠିଆ ହୋଇ ଲୋକମାନଙ୍କୁ ଶିକ୍ଷା ଦେଉଅଛନ୍ତି। 26ସେତେବେଳେ ସେନାପତି କର୍ମଚାରୀମାନଙ୍କ ସହିତ ଯାଇ ସେମାନଙ୍କୁ ଆଣିଲେ, କିନ୍ତୁ ବଳପୂର୍ବକ ନୁହେଁ, କାରଣ କାଳେ ଲୋକେ ସେମାନଙ୍କୁ ପଥର ଫୋପାଡ଼ିବେ, ଏହା ଭୟ କରୁଥିଲେ।
ପ୍ରତିଉତ୍ତର ଗୀତ
1ଦାଉଦଙ୍କ ଗୀତ; ଯେତେବେଳେ ସେ ଅବୀମେଲକ୍ ସାକ୍ଷାତରେ ଆପଣା ମତି ବଦଳାଇବାରୁ ତାହା ଦ୍ୱାରା ତାଡ଼ିତ ହୋଇ ପ୍ରସ୍ଥାନ କରିଥିଲେ, ସେହି ସମୟର ଗୀତ। ମୁଁ ସର୍ବଦା ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୋʼ ମୁଖରେ ନିରନ୍ତର ତାହାଙ୍କର ପ୍ରଶଂସା ହେବ। 2ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଦର୍ପ କରିବ; ନମ୍ର ଲୋକମାନେ ତାହା ଶୁଣି ଆନନ୍ଦିତ ହେବେ। 3ଆହେ, ମୋʼ ସଙ୍ଗେ ସଦାପ୍ରଭୁଙ୍କ ମାହାତ୍ମ୍ୟ ପ୍ରକାଶ କର, ଆସ, ଆମ୍ଭେମାନେ ଏକ ସଙ୍ଗେ ତାହାଙ୍କ ନାମର ପ୍ରତିଷ୍ଠା କରୁ। 4ମୁଁ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଓ ସେ ମୋତେ ଉତ୍ତର ଦେଲେ, ପୁଣି, ମୋହର ସବୁ ଭୟରୁ ମୋତେ ଉଦ୍ଧାର କଲେ। 5ସେମାନେ ତାହାଙ୍କ ପ୍ରତି ଦୃଷ୍ଟିପାତ କରି ଦୀପ୍ତିମାନ ହେଲେ; ଆଉ, ସେମାନଙ୍କ ମୁଖ କେବେ ହେଁ ବିବର୍ଣ୍ଣ ନୋହିବ। 6ଏହି ଦୁଃଖୀଲୋକ କାକୂକ୍ତି କଲା, ପୁଣି, ସଦାପ୍ରଭୁ ତାହାର କଥା ଶୁଣିଲେ ଓ ତାହାର ସକଳ ସଙ୍କଟରୁ ତାହାକୁ ଉଦ୍ଧାର କଲେ। 7ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କର ଦୂତ ସେମାନଙ୍କ ଚାରିଆଡ଼େ ଛାଉଣି କରି ସେମାନଙ୍କୁ ଉଦ୍ଧାର କରନ୍ତି। 8ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ୱାଦନ କରି ଦେଖ; ଯେ ତାହାଙ୍କର ଶରଣାଗତ, ସେ ଲୋକ ଧନ୍ୟ।
ସୁସମାଚାର
16କାରଣ ଈଶ୍ବର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ। 17ଯେଣୁ ଜଗତର ବିଚାର କରିବା ନିମନ୍ତେ ଈଶ୍ବର ଆପଣା ପୁତ୍ରଙ୍କୁ ଜଗତକୁ ପ୍ରେରଣ ନ କରି, ଜଗତ ଯେପରି ତାହାଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହୁଏ, ଏଥିପାଇଁ ତାହାଙ୍କୁ ପ୍ରେରଣ କଲେ। 18ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ବିଚାରିତ ହୁଏ ନାହିଁ; ଯେ ବିଶ୍ୱାସ କରେ ନାହିଁ, ସେ ବିଚାରିତ ହୋଇ ସାରିଲାଣି, କାରଣ ସେ ଈଶ୍ବରଙ୍କ ଅଦ୍ୱିତୀୟ ପୁତ୍ରଙ୍କ ନାମରେ ବିଶ୍ୱାସ କରି ନାହିଁ। 19ଆଉ, ସେହି ବିଚାର ଏହି, ଜଗତରେ ଜ୍ୟୋତିଃ ପ୍ରକାଶିତ ହୋଇଅଛି, ଆଉ ଲୋକମାନେ ଜ୍ୟୋତିଃ ଅପେକ୍ଷା ବରଂ ଅନ୍ଧକାରକୁ ଭଲ ପାଇଲେ, ଯେଣୁ ସେମାନଙ୍କର କର୍ମସବୁ ମନ୍ଦ। 20କାରଣ ଯେ କେହି କୁକର୍ମ କରେ, ଯେ ଜ୍ୟୋତିଃକୁ ଘୃଣା କରେ, ପୁଣି, କାଳେ ତାହାର କର୍ମର ଦୋଷ ପ୍ରକାଶିତ ହୁଏ, ଏଥିପାଇଁ ସେ ଜ୍ୟୋତିଃ ନିକଟକୁ ଆସେ ନାହିଁ। 21କିନ୍ତୁ ଯେ କେହି ସତ୍ୟ ଆଚରଣ କରେ, ସେ ଜ୍ୟୋତିଃ ନିକଟକୁ ଆସେ, ଯେପରି ତାହାର କର୍ମସବୁ ଈଶ୍ବରଙ୍କଠାରେ ସାଧିତ ବୋଲି ପ୍ରକାଶିତ ହୁଏ।
ଆଜିର ସନ୍ଥ
- ସନ୍ଥ ଜନ୍ ବାପ୍ଟିଷ୍ଟ ଡି ଲା ସାଲ୍, ପୁରୋହିତ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର