ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅପ୍ରେଲ 2027 › ଅପ୍ରେଲ 7
ଅର୍ଥୋଡକ୍ସ ପଞ୍ଜିକା · 25 ମାର୍ଚ୍ଚ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 7 ଅପ୍ରେଲ 2027
ବୁଧବାର · ମହା ଉପବାସର ଚତୁର୍ଥ ସପ୍ତାହ · ସ୍ୱର 3
ପର୍ବ ଓ ସନ୍ଥ
The Annunciation of our Most Holy Lady, Theotokos and Ever-Virgin Mary
ମହା ଉପବାସ
ମାଛ ଚଳିବ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପ୍ରଭାତୀ ପ୍ରାର୍ଥନା: ସୁସମାଚାର (ଶୁଭସମ୍ବାଦ ପର୍ବ ପାଇଁ)
39ଏହି ସମୟରେ ମରୀୟମ ଉଠି ପାର୍ବତୀୟ ଅଞ୍ଚଳର ଯିହୂଦା ପ୍ରଦେଶର ଗୋଟିଏ ନଗରକୁ ଶୀଘ୍ର ଗଲେ, 40ପୁଣି, ଜିଖରୀୟଙ୍କ ଗୃହରେ ପ୍ରବେଶ କରି ଏଲୀଶାବେଥଙ୍କୁ ନମସ୍କାର କଲେ। 41ଆଉ, ଏଲୀଶାବେଥ ମରୀୟମଙ୍କ ନମସ୍କାର ଶୁଣିବାମାତ୍ରେ ଶିଶୁଟି ତାହାଙ୍କ ଗର୍ଭରେ ନାଚି ଉଠିଲା, ପୁଣି, ଏଲୀଶାବେଥ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ 42ଅତି ଉଚ୍ଚସ୍ୱରରେ କହିଲେ, ନାରୀମାନଙ୍କ ମଧ୍ୟରେ ତୁମ୍ଭେ ଧନ୍ୟ, ପୁଣି, ଧନ୍ୟ ତୁମ୍ଭର ଗର୍ଭର ଫଳ। 43ଆଉ, ମୋ ପ୍ରଭୁଙ୍କ ମାତା ଯେ ମୋʼ ନିକଟକୁ ଆସିବେ, ମୋହର ଏହି ସୌଭାଗ୍ୟ କେଉଁଠାରୁ ହେଲା? 44କାରଣ ଦେଖ, ତୁମ୍ଭ ସମ୍ଭାଷଣର ସ୍ୱର ମୋʼ କାନରେ ପ୍ରବେଶ କରିବା ମାତ୍ରେ ଶିଶୁଟି ମୋʼ ଗର୍ଭରେ ଉଲ୍ଲାସରେ ନାଚି ଉଠିଲା। 45ଯେ ବିଶ୍ୱାସ କଲେ, ସେ ଧନ୍ୟ, କାରଣ ପ୍ରଭୁଙ୍କଠାରୁ ତାହାଙ୍କୁ ଯାହା ଯାହା କୁହାଯାଇଅଛି, ସେହିସବୁ ସଫଳ ହେବ। 46ଏଥିରେ ମରୀୟମ କହିଲେ, “ମୋହର ପ୍ରାଣ ପ୍ରଭୁଙ୍କର ପ୍ରଶଂସା କରୁଅଛି, 47ପୁଣି, ମୋହର ଆତ୍ମା ମୋʼ ତ୍ରାଣକର୍ତ୍ତା ଈଶ୍ବରଙ୍କଠାରେ ଆନନ୍ଦିତ ହୋଇଅଛି; 48କାରଣ ସେ ଆପଣା ଦାସୀର ଦୀନାବସ୍ଥା ପ୍ରତି ଦୃଷ୍ଟିପାତ କରିଅଛନ୍ତି। ଆଉ ଦେଖ, ବର୍ତ୍ତମାନଠାରୁ ସମସ୍ତ ପିଢ଼ି ମୋତେ ଧନ୍ୟ ବୋଲି କହିବେ, 49କାରଣ ଯେ ଶକ୍ତିମାନ, ସେ ମୋʼ ପ୍ରତି ମହତ କର୍ମ କରିଅଛନ୍ତି; ତାହାଙ୍କର ନାମ ପବିତ୍ର, 56ଆଉ ମରୀୟମ ପ୍ରାୟ ତିନି ମାସ ତାହାଙ୍କ ସହିତ ରହି ଆପଣା ଗୃହକୁ ଫେରିଗଲେ।
ଷଷ୍ଠ ଘଣ୍ଟା
21କାରଣ ଦେଖ, ସଦାପ୍ରଭୁ ପୃଥିବୀ ନିବାସୀମାନଙ୍କର ଅପରାଧ ସକାଶେ ସେମାନଙ୍କୁ ଶାସ୍ତି ଦେବା ପାଇଁ ଆପଣା ସ୍ଥାନରୁ ବାହାର ହୋଇ ଆସୁଅଛନ୍ତି; ପୃଥିବୀ ହିଁ ଆପଣା ମଧ୍ୟସ୍ଥ ରକ୍ତ ପ୍ରକାଶ କରିବ ଓ ଆପଣା ହତ ଲୋକମାନଙ୍କୁ ଆଉ ଆଚ୍ଛାଦନ କରିବ ନାହିଁ। 27:1ସେହି ଦିନ ସଦାପ୍ରଭୁ ଆପଣାର ନିର୍ଦ୍ଦୟ, ବୃହତ ଓ ଶକ୍ତିଶାଳୀ ଖଡ୍ଗ ଦ୍ୱାରା ଦ୍ରୁତଗାମୀ ସର୍ପ ଲିବିୟାଥନକୁ ଓ ବକ୍ରଗାମୀ ସର୍ପ ଲିବୀୟାଥନକୁ ପ୍ରତିଫଳ ଦେବେ; ଆଉ, ସେ ସମୁଦ୍ରସ୍ଥ ଦୀର୍ଘକାୟ ଜନ୍ତୁକୁ ନଷ୍ଟ କରିବେ। 2ସେହି ଦିନରେ ଏକ ଦ୍ରାକ୍ଷାକ୍ଷେତ୍ର ଅଛି, ତୁମ୍ଭେମାନେ ତହିଁର ଉଦ୍ଦେଶ୍ୟରେ ଗାନ କର। 3ଆମ୍ଭେ ସଦାପ୍ରଭୁ ତାହା ରକ୍ଷା କରୁ; ଆମ୍ଭେ ନିମିଷକୁ ନିମିଷ ତହିଁରେ ଜଳ ସେଚନ କରିବା; କେହି ଯେପରି ତାହାର କ୍ଷତି ନ କରେ, ଏଥିପାଇଁ ଆମ୍ଭେ ଦିବାରାତ୍ର ତାହା ରକ୍ଷା କରିବା। 4ଆମ୍ଭଠାରେ କ୍ରୋଧ ନାହିଁ; ଆଃ, ଯଦି କାନକୋଳି ଓ କଣ୍ଟକ ବୃକ୍ଷସବୁ ଯୁଦ୍ଧରେ ଆମ୍ଭର ବିପକ୍ଷ ହୁଅନ୍ତେ! ତେବେ ଆମ୍ଭେ ଆକ୍ରମଣ କରି ସେହି ସବୁକୁ ଏକାବେଳେ ଦଗ୍ଧ କରନ୍ତୁ। 5ନଚେତ୍ ଆମ୍ଭ ସଙ୍ଗେ ମିଳନ କରିବା ପାଇଁ ସେ ଆମ୍ଭ ପରାକ୍ରମର ଅବଲମ୍ବନ କରୁ; ହଁ, ସେ ଆମ୍ଭ ସଙ୍ଗେ ମିଳନ କରୁ। 6ଭବିଷ୍ୟତ କାଳରେ ଯାକୁବ ଚେର ବାନ୍ଧିବ; ଇସ୍ରାଏଲ ମୁକ୍ତ ଓ ପ୍ରଫୁଲ୍ଲ ହେବ ଓ ସେମାନେ ଭୂମଣ୍ଡଳକୁ ଫଳରେ ପରିପୂର୍ଣ୍ଣ କରିବେ। 7ତାହାର ପ୍ରହାରକାରୀମାନଙ୍କୁ ସେ ଯେପରି ପ୍ରହାର କଲେ, ସେହିପରି ସେ କି ତାହାକୁ ପ୍ରହାର କରିଅଛନ୍ତି? ଅବା, ତାହା ଦ୍ୱାରା ହତ ଲୋକମାନଙ୍କ ତୁଲ୍ୟ ସେ କି ହତ ହୋଇଅଛି? 8ତୁମ୍ଭେ ତାହାକୁ ବାହାର କରିବା ବେଳେ ପରିତ୍ରାଣକ୍ରମେ ତାହା ସଙ୍ଗେ ବିବାଦ କରୁଅଛ; ସେ ପୂର୍ବୀୟ ବାୟୁ ଦିନରେ ନିଜ ପ୍ରବଳ ବାୟୁ ଦ୍ୱାରା ତାହାକୁ ସ୍ଥାନାନ୍ତରିତ କରିଅଛନ୍ତି। 9ଏହେତୁ ଏହା ଦ୍ୱାରା ଯାକୁବର ଅପରାଧ ମାର୍ଜିତ ହେବ ଓ ତାହାର ପାପ ଦୂରୀକୃତ ହେବାର ସମସ୍ତ ଫଳ ଏହି; ସେ ଯଜ୍ଞବେଦିର ପ୍ରସ୍ତର ସବୁକୁ ଚୂନର ଭଗ୍ନ ପ୍ରସ୍ତର ତୁଲ୍ୟ କଲେ, ଆଶେରା ମୂର୍ତ୍ତି ଓ ସୂର୍ଯ୍ୟ-ପ୍ରତିମାସବୁ ଆଉ ଉଠିବେ ନାହିଁ।
ସନ୍ଧ୍ୟା ପ୍ରାର୍ଥନା: ପାଠ
18ନୋହଙ୍କର ଯେଉଁ ପୁତ୍ରମାନେ ଜାହାଜରୁ ବହିର୍ଗତ ହେଲେ, ସେମାନଙ୍କ ନାମ ଶେମ ଓ ହାମ ଓ ଯେଫତ୍; ହାମ କିଣାନର ପିତା। 19ଏହି ତିନି ଜଣ ନୋହଙ୍କର ପୁତ୍ର; ଏମାନଙ୍କ ବଂଶସବୁ ପୃଥିବୀରେ ବ୍ୟାପ୍ତ ହେଲା। 20ଏଥିଉତ୍ତାରେ ନୋହ କୃଷି କର୍ମରେ ପ୍ରବୃତ୍ତ ହୋଇ ଦ୍ରାକ୍ଷାକ୍ଷେତ୍ର କଲେ। 21ତହିଁରେ ସେ ଦ୍ରାକ୍ଷାରସ ପାନ କରି ମତ୍ତ ହୋଇ ତମ୍ବୁ ମଧ୍ୟରେ ବିବସ୍ତ୍ର ହୋଇ ପଡ଼ିଲେ। 22ଏପରି ସମୟରେ କିଣାନର ପିତା ହାମ ଆପଣା ପିତାଙ୍କର ଉଲଙ୍ଗତା ଦେଖି ବାହାରେ ଆପଣା ଦୁଇ ଭାଇଙ୍କୁ ସମାଚାର ଦେଲା। 23ସେତେବେଳେ ଶେମ ଓ ଯେଫତ୍ ସ୍କନ୍ଧରେ ବସ୍ତ୍ର ଘେନି ପଶ୍ଚାଦ୍ଗତି କରି ଆପଣାମାନଙ୍କ ପିତାଙ୍କର ଉଲଙ୍ଗତା ଆଚ୍ଛାଦନ କଲେ; ସେମାନେ ପଛଆଡ଼କୁ ମୁଖ ରଖି ଯିବାରୁ ପିତାଙ୍କର ଉଲଙ୍ଗତା ଦେଖିଲେ ନାହିଁ। 24ଏଉତ୍ତାରୁ ନୋହ ଦ୍ରାକ୍ଷାରସର ନିଦ୍ରାରୁ ଜାଗ୍ରତ ହୋଇ ଆପଣା ପ୍ରତି କନିଷ୍ଠ ପୁତ୍ରର ଆଚରଣ ଜ୍ଞାତ ହେଲେ। 25ପୁଣି, ସେ କହିଲେ, “କିଣାନ ଶାପଗ୍ରସ୍ତ ହେଉ; ସେ ଆପଣା ଭ୍ରାତୃଗଣର ଦାସାନୁଦାସ ହେବ।” 26ଆଉ ସେ କହିଲେ, “ଶେମର ପରମେଶ୍ୱର ସଦାପ୍ରଭୁ ଧନ୍ୟ ହେଉନ୍ତୁ; କିଣାନ ଶେମର ଦାସ ହେଉ। 27ପରମେଶ୍ୱର ଯେଫତ୍କୁ ବର୍ଦ୍ଧିଷ୍ଣୁ କରନ୍ତୁ; ପୁଣି, ସେ ଶେମର ତମ୍ବୁରେ ବାସ କରୁ; ଆଉ କିଣାନ ତାହାର ଦାସ ହେଉ।” 28ଜଳପ୍ଳାବନ ଉତ୍ତାରେ ନୋହ ଆଉ ତିନି ଶହ ପଚାଶ ବର୍ଷ ବଞ୍ଚିଲେ। 29ପୁଣି, ନୋହଙ୍କର ବୟସ ସର୍ବସୁଦ୍ଧା ନଅ ଶହ ପଚାଶ ବର୍ଷ ଥିଲା; ତହୁଁ ସେ ମଲେ। 10:1ଶେମ, ହାମ, ଯେଫତ୍ ନାମକ ନୋହଙ୍କର ପୁତ୍ରମାନଙ୍କ ବଂଶାବଳୀ ଏହି। ଜଳପ୍ଳାବନ ପରେ ସେମାନଙ୍କର ଏହି ସମସ୍ତ ସନ୍ତାନ ଜନ୍ମିଥିଲେ।
ସନ୍ଧ୍ୟା ପ୍ରାର୍ଥନା: ପାଠ
23ଚତୁର ଲୋକ ଜ୍ଞାନ ଆଚ୍ଛାଦନ କରେ; ମାତ୍ର ମୂର୍ଖମାନଙ୍କର ମନ ଅଜ୍ଞାନତା ପ୍ରକାଶ କରେ। 24କର୍ମଶୀଳର ହସ୍ତ କର୍ତ୍ତୃତ୍ୱ କରିବ; ମାତ୍ର ଅଳସୁଆ ଲୋକ ବେଠି କରିବ। 25ମନୁଷ୍ୟର ଚିନ୍ତା ମନକୁ ନତ କରେ; ମାତ୍ର ମଙ୍ଗଳର ବାକ୍ୟ ତାହାର ହରଷ ଜନ୍ମାଏ। 26ଧାର୍ମିକ ଲୋକ ଆପଣା ପ୍ରତିବାସୀର ପଥଦର୍ଶକ; ମାତ୍ର ଦୁଷ୍ଟମାନଙ୍କ ପଥ ସେମାନଙ୍କୁ ଭୁଲାଏ। 27ଅଳସୁଆ ମୃଗୟାରେ ଧରିଲା ପଶୁକୁ ପାକ କରେ ନାହିଁ; ମାତ୍ର ମନୁଷ୍ୟମାନଙ୍କର ବହୁମୂଲ୍ୟ ସମ୍ପତ୍ତି ପରିଶ୍ରମୀର ପକ୍ଷରେ। 28ଧାର୍ମିକତାରୂପ ପଥରେ ଜୀବନ ଥାଏ; ପୁଣି, ତହିଁର ଗମନ-ମାର୍ଗରେ ମୃତ୍ୟୁ ନ ଥାଏ। 13:1ଜ୍ଞାନବାନ ପୁତ୍ର ଆପଣା ପିତାର ଉପଦେଶ ଶୁଣେ; ମାତ୍ର ନିନ୍ଦକ ଅନୁଯୋଗ ଶୁଣେ ନାହିଁ। 2ମନୁଷ୍ୟ ଆପଣା ମୁଖର ଫଳ ଦ୍ୱାରା ମଙ୍ଗଳ ଭୋଗ କରେ; ମାତ୍ର ବିଶ୍ୱାସଘାତକର ପ୍ରାଣ ଦୌରାତ୍ମ୍ୟ ଭୋଗ କରେ। 3ଯେଉଁ ଲୋକ ଆପଣା ମୁଖରେ ପ୍ରହରୀ ରଖେ, ସେ ଆପଣା ପ୍ରାଣ ରକ୍ଷା କରେ; ମାତ୍ର ଯେକେହି ଚିନ୍ତା ନ କରି କଥା କହେ, ତାହାର ବିନାଶ ହେବ। 4ଅଳସୁଆ ମନରେ ବାଞ୍ଛା କଲେ ହେଁ କିଛି ପାଏ ନାହିଁ, ମାତ୍ର କର୍ମଶୀଳ ପ୍ରାଣ ହୃଷ୍ଟପୁଷ୍ଟ ହେବ। 5ଧାର୍ମିକ ଲୋକ ମିଥ୍ୟାକୁ ଘୃଣା କରେ; ମାତ୍ର ଦୁଷ୍ଟ ଲୋକ ଦୁର୍ଗନ୍ଧ ସ୍ୱରୂପ, ଆଉ ସେ ଲଜ୍ଜା ଭୋଗ କରେ। 6ଧାର୍ମିକତା ସରଳ-ପଥଗାମୀକୁ ରକ୍ଷା କରେ; ମାତ୍ର ଦୁଷ୍ଟତା ପାପୀକୁ ଓଲଟାଇ ପକାଏ। 7କେହି ଆପଣାକୁ ଧନୀ ଦେଖାଏ, କିନ୍ତୁ ତାହାର କିଛି ହିଁ ନାହିଁ; କେହି ବା ଆପଣାକୁ ଦରିଦ୍ର ଦେଖାଏ, କିନ୍ତୁ ତାହାର ମହାଧନ ଅଛି। 8ମନୁଷ୍ୟର ଧନ ତାହାର ପ୍ରାଣର ପ୍ରାୟଶ୍ଚିତ୍ତ ସ୍ୱରୂପ; ମାତ୍ର ଦରିଦ୍ର ଲୋକ ଧମକ ଶୁଣେ ନାହିଁ। 9ଧାର୍ମିକର ଦୀପ୍ତି ଆନନ୍ଦ କରେ; ମାତ୍ର ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯିବ।
ସନ୍ଧ୍ୟା ପ୍ରାର୍ଥନା: ପାଠ (ଶୁଭସମ୍ବାଦ ପର୍ବ ପାଇଁ)
1ସେହି ସମୟରେ ମୋଶା ଆପଣା ଶ୍ୱଶୁର ଯିଥ୍ରୋ ନାମକ ମିଦୀୟନୀୟ ଯାଜକଙ୍କର ମେଷପଲ ଚରାଉଥିଲେ; ଦିନକରେ ସେ ପ୍ରାନ୍ତରର ପଶ୍ଚାଦ୍ ଭାଗରେ ମେଷପଲ ଘେନି ହୋରେବ ନାମକ ପରମେଶ୍ୱରଙ୍କ ପର୍ବତରେ ଉପସ୍ଥିତ ହେଲେ। 2ଏଥିରେ ଗୋଟିଏ ବୁଦା ମଧ୍ୟରୁ ଅଗ୍ନିଶିଖାରେ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଦର୍ଶନ ଦେଲେ; ତହୁଁ ସେ ଅନାଇଲେ, ଆଉ ଦେଖ, ବୁଦା ଅଗ୍ନିରେ ପ୍ରଜ୍ୱଳିତ ହେଉଅଛି, ତଥାପି ବୁଦା ନଷ୍ଟ ହେଉ ନାହିଁ। 3ତେଣୁ ମୋଶା କହିଲେ, “ମୁଁ ଏକ ପାଖକୁ ଯାଇ ଏହି ମହାଶ୍ଚର୍ଯ୍ୟ ବିଷୟ ଦେଖିବି, ବୁଦାଟା କାହିଁକି ଦଗ୍ଧ ହେଉ ନାହିଁ।” 4ମାତ୍ର ସଦାପ୍ରଭୁ ଯେତେବେଳେ ଦେଖିଲେ, ଯେ ସେ ଦେଖିବା ନିମନ୍ତେ ଏକ ପାଖକୁ ଯାଉଅଛନ୍ତି, ସେତେବେଳେ ପରମେଶ୍ୱର ବୁଦା ମଧ୍ୟରୁ ତାଙ୍କୁ ଡାକି କହିଲେ, “ହେ ମୋଶା, ହେ ମୋଶା।” ତହିଁରେ ସେ କହିଲେ, “ଏହି ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।” 5ତହୁଁ ସେ କହିଲେ, “ତୁମ୍ଭେ ଏ ସ୍ଥାନର ନିକଟବର୍ତ୍ତୀ ହୁଅ ନାହିଁ, ତୁମ୍ଭ ପାଦରୁ ପାଦୁକା କାଢ଼; କାରଣ ତୁମ୍ଭେ ଯେଉଁ ସ୍ଥାନରେ ଛିଡ଼ା ହେଉଅଛ, ତାହା ପବିତ୍ର ଭୂମି।” 6ସେ ଆହୁରି କହିଲେ, “ଆମ୍ଭେ ତୁମ୍ଭର ପୈତୃକ ପରମେଶ୍ୱର, ଅର୍ଥାତ୍, ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର।” ତହିଁରେ ମୋଶା ଆପଣା ମୁଖ ଆଚ୍ଛାଦନ କଲେ, କାରଣ ସେ ପରମେଶ୍ୱରଙ୍କ ପ୍ରତି ଦୃଷ୍ଟି କରିବାକୁ ଭୀତ ହେଲେ। 7ଏଥିଉତ୍ତାରେ ସଦାପ୍ରଭୁ କହିଲେ, “ଆମ୍ଭେ ମିସର ଦେଶସ୍ଥିତ ଆପଣା ଲୋକମାନଙ୍କର କ୍ଳେଶ ନିତାନ୍ତ ଦେଖିଅଛୁ ଓ କାର୍ଯ୍ୟଶାସକମାନଙ୍କ କାରଣରୁ ହେଉଥିବା ସେମାନଙ୍କ ରୋଦନ ଶୁଣିଅଛୁ; ଆମ୍ଭେ ସେମାନଙ୍କର ଯନ୍ତ୍ରଣା ଜାଣିଅଛୁ। 8ଏହେତୁ ମିସରୀୟ ଲୋକମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କରିବାକୁ, ପୁଣି, ସେହି ଦେଶରୁ ଉତ୍ତମ ଓ ପ୍ରଶସ୍ତ ଏକ ଦେଶକୁ; ଅର୍ଥାତ୍, କିଣାନୀୟ, ହିତ୍ତୀୟ, ଇମୋରୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ଥାʼନ୍ତି, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇଯିବାକୁ ଓହ୍ଲାଇ ଆସିଲୁ।
ସନ୍ଧ୍ୟା ପ୍ରାର୍ଥନା: ପାଠ (ଶୁଭସମ୍ବାଦ ପର୍ବ ପାଇଁ)
22ସଦାପ୍ରଭୁ ନିଜ ଗତିର ଆରମ୍ଭରେ, ତାହାଙ୍କ କର୍ମସକଳର ପୂର୍ବରେ ମୋତେ ଅଧିକାର କରିଥିଲେ। 23ଅନାଦିକାଳରୁ ଅବା ଆଦ୍ୟକାଳଠାରୁ ଅବା ପୃଥିବୀର ମୂଳସ୍ଥାପନର ପୂର୍ବରୁ ମୁଁ ସ୍ଥାପିତ ଅଛି। 24ବାରିଧିସକଳ ନ ଥିବା ସମୟରେ, ନିର୍ଝରସକଳ ଜଳପୂର୍ଣ୍ଣ ନ ଥିବା ସମୟରେ ମୁଁ ଜନ୍ମିଅଛି; 25ପୁଣି, ପର୍ବତଗଣ ଓ ଉପପର୍ବତଗଣ ସ୍ଥାପିତ ହେବା ପୂର୍ବରେ ମୁଁ ଜନ୍ମ ପାଇଅଛି; 26ସେହି ସମୟରେ ଭୂମି, କିମ୍ବା ପ୍ରାନ୍ତର, କିମ୍ବା ଜଗତସ୍ଥ ଧୂଳିର ଅଗ୍ରିମାଂଶ ସଦାପ୍ରଭୁ ସୃଷ୍ଟି କରି ନ ଥିଲେ। 27ଯେଉଁ ସମୟରେ ସେ ଆକାଶମଣ୍ଡଳ ସ୍ଥାପନ କଲେ, ସେହି ସମୟରେ ମୁଁ ସେଠାରେ ଥିଲି, ଯେଉଁ ସମୟରେ ସେ ବାରିଧି ଉପରେ ଚକ୍ରାକାର ସୀମା ନିରୂପଣ କଲେ, 28ପୁଣି ଉପରିସ୍ଥ ଆକାଶମଣ୍ଡଳକୁ ଦୃଢ଼ କଲେ ଓ ବାରିଧିର ପ୍ରବାହସକଳ ପ୍ରବଳ ହେଲା; 29ଜଳସମୂହ ଯେପରି ତାହାଙ୍କ ଆଜ୍ଞାଲଙ୍ଘନ କରି ନ ପାରେ, ଏଥିପାଇଁ ଯେଉଁ ସମୟରେ ସେ ସମୁଦ୍ରର ସୀମା ନିରୂପଣ କଲେ ଓ ଯେଉଁ ସମୟରେ ଜଗତର ମୂଳଦୁଆ ଚିହ୍ନିତ କଲେ; 30ସେହି ସମୟରେ ମୁଁ ତାହାଙ୍କ ନିକଟରେ ରାଜମିସ୍ତ୍ରୀ ଥିଲି; ପୁଣି, ମୁଁ ପ୍ରତିଦିନ ଆନନ୍ଦଦାୟୀ ହୋଇ ତାହାଙ୍କ ସମ୍ମୁଖରେ ସର୍ବଦା ଆନନ୍ଦ କଲି।
ପତ୍ର (ଶୁଭସମ୍ବାଦ ପର୍ବ ପାଇଁ)
11ଯେଣୁ ଯେ ପବିତ୍ର କରନ୍ତି ଓ ଯେଉଁମାନେ ପବିତ୍ରୀକୃତ ହୁଅନ୍ତି, ସେମାନେ ସମସ୍ତେ ଏକ ପିତାଙ୍କର ସନ୍ତାନ; ସେଥିନିମନ୍ତେ ସେ ସେମାନଙ୍କୁ ଭ୍ରାତା ବୋଲି କହିବାକୁ ଲଜ୍ଜିତ ନୁହଁନ୍ତି, 12ଯେପରି ସେ ଈଶ୍ବରଙ୍କୁ କହନ୍ତି, “ମୁଁ ଆପଣା ଭ୍ରାତୃଗଣଙ୍କ ନିକଟରେ ତୁମ୍ଭ ନାମ ଘୋଷଣା କରିବି, ସଭା ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି,” 13ପୁନଶ୍ଚ କହନ୍ତି, “ମୁଁ ତାହାଙ୍କଠାରେ ମୋହର ବିଶ୍ୱାସ ରଖିବି।” ପୁନର୍ବାର, “ଏହି ଦେଖ, ମୁଁ ଓ ଈଶ୍ବରଙ୍କ ଦ୍ଵାରା ଦିଆଯାଇଥିବା ମୋହର ସନ୍ତାନମାନେ।” 14ଅତଏବ, ସନ୍ତାନମାନେ ରକ୍ତ-ମାଂସର ସହଭାଗୀ ହୋଇଥିବାରୁ ଯୀଶୁ ମଧ୍ୟ ନିଜେ ସେହିପରି ସେଥିର ସହଭାଗୀ ହେଲେ, ଯେପରି ମୃତ୍ୟୁ ଦ୍ୱାରା ମୃତ୍ୟୁର ଅଧିକାରୀକୁ, ଅର୍ଥାତ୍, ଶୟତାନକୁ ବିନାଶ କରିପାରନ୍ତି; 15ପୁଣି, ମୃତ୍ୟୁର ଭୟରେ ଯେଉଁମାନେ ଯାବଜୀବନ ଦାସତ୍ୱର ବନ୍ଧନରେ ଥିଲେ, ସେମାନଙ୍କୁ ସେ ଉଦ୍ଧାର କରନ୍ତି। 16କାରଣ ପ୍ରକୃତରେ ସେ ତ ଦୂତମାନଙ୍କ ଯତ୍ନ ନ ନେଇ ଅବ୍ରହାମଙ୍କ ସନ୍ତାନମାନଙ୍କ ଯତ୍ନ ନିଅନ୍ତି। 17ଅତଏବ, ସମସ୍ତ ବିଷୟରେ ଆପଣା ଭ୍ରାତାମାନଙ୍କ ସଦୃଶ ହେବା ତାହାଙ୍କର ଉଚିତ୍ ଥିଲା, ଯେପରି ସେ ଲୋକମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଈଶ୍ବରଙ୍କ ସେବା ସମ୍ବନ୍ଧରେ ଜଣେ ଦୟାଳୁ ଓ ବିଶ୍ୱସ୍ତ ମହାଯାଜକ ହୁଅନ୍ତି। 18କାରଣ ସେ ନିଜେ ପରୀକ୍ଷିତ ହୋଇ ଦୁଃଖଭୋଗ କରିଥିବାରୁ ପରୀକ୍ଷିତ ହେଉଥିବା ଲୋକମାନଙ୍କ ଉପକାର କରିବା ନିମନ୍ତେ ସକ୍ଷମ ଅଟନ୍ତି।
ସୁସମାଚାର (ଶୁଭସମ୍ବାଦ ପର୍ବ ପାଇଁ)
24ଏଥିଉତ୍ତାରେ ତାହାଙ୍କ ଭାର୍ଯ୍ୟା ଏଲୀଶାବେଥ ଗର୍ଭବତୀ ହେଲେ, ଆଉ ସେ ପାଞ୍ଚ ମାସ ଗୋପନରେ ରହି କହିଲେ, 25ଲୋକମାନଙ୍କ ମଧ୍ୟରେ ମୋହର ଅପମାନ ଦୂର କରିବା ନିମନ୍ତେ ପ୍ରଭୁ କୃପାଦୃଷ୍ଟି କରି ମୋʼ ପ୍ରତି ଏପରି କରିଅଛନ୍ତି। 26ଏଲୀଶାବେଥଙ୍କ ଗର୍ଭର ଛଅ ମାସରେ ଗାବ୍ରିଏଲ ଦୂତ ଈଶ୍ବରଙ୍କ ନିକଟରୁ ଗାଲିଲୀର ନାଜରିତ ନାମକ ନଗରକୁ ଜଣେ କନ୍ୟା ନିକଟକୁ ପଠାଗଲେ; 27ଦାଉଦଙ୍କ ବଂଶର ଯୋଷେଫ ନାମକ ଜଣେ ପୁରୁଷଙ୍କ ସହିତ ତାହାଙ୍କର ବିବାହ ନିର୍ବନ୍ଧ ହୋଇଥିଲା; ସେହି କନ୍ୟାଙ୍କ ନାମ ମରୀୟମ। 28ସେ ଗୃହରେ ପ୍ରବେଶ କରି ତାହାଙ୍କ ନିକଟକୁ ଆସି କହିଲେ, ଆଗୋ ଅନୁଗ୍ରହପାତ୍ରୀ, ତୁମ୍ଭର ମଙ୍ଗଳ ହେଉ, ପ୍ରଭୁ ତୁମ୍ଭର ସହବର୍ତ୍ତୀ। 29କିନ୍ତୁ ସେ ଏହି ବାକ୍ୟରେ ଅତିଶୟ ବିଚଳିତ ହୋଇ ଏହା କି ପ୍ରକାର ବାକ୍ୟ ବୋଲି ମନରେ ବିଚାର କରିବାକୁ ଲାଗିଲେ। 30ସେଥିରେ ଦୂତ ତାହାଙ୍କୁ କହିଲେ, ଆଗୋ ମରୀୟମ, ଭୟ କର ନାହିଁ, କାରଣ ତୁମ୍ଭେ ଈଶ୍ବରଙ୍କ ଛାମୁରେ ଅନୁଗ୍ରହ ପାଇଅଛ। 31ଆଉ ଦେଖ, ତୁମ୍ଭେ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କରିବ ଓ ତାହାଙ୍କ ନାମ ଯୀଶୁ ଦେବ। 32ସେ ମହାନ ହେବେ ଓ ମହାନ ଈଶ୍ବରଙ୍କ ପୁତ୍ର ବୋଲି ଖ୍ୟାତ ହେବେ; ପ୍ରଭୁ ଈଶ୍ବର ତାହାଙ୍କୁ ତାହାଙ୍କ ପିତା ଦାଉଦଙ୍କ ସିଂହାସନ ଦାନ କରିବେ, 33ସେ ଯାକୁବ ବଂଶ ଉପରେ ଯୁଗେ ଯୁଗେ ଶାସନ କରିବେ, ପୁଣି, ତାହାଙ୍କ ରାଜ୍ୟର ଶେଷ ହେବ ନାହିଁ। 34କିନ୍ତୁ ମରୀୟମ ଦୂତଙ୍କୁ କହିଲେ, ଏହା କିପରି ହେବ? ମୁଁ ତ ପୁରୁଷକୁ ଜାଣେ ନାହିଁ। 35ଦୂତ ତାହାଙ୍କୁ ଉତ୍ତର ଦେଲେ, ପବିତ୍ର ଆତ୍ମା ତୁମ୍ଭ ଉପରେ ଅବତରଣ କରିବେ ଓ ମହାନ ଈଶ୍ବରଙ୍କ ଶକ୍ତି ତୁମ୍ଭକୁ ଆବୋରିବ, ଏଣୁ ଯେ ଜାତ ହେବେ, ସେ ପବିତ୍ର ଓ ଈଶ୍ବରଙ୍କ ପୁତ୍ର ବୋଲି ଖ୍ୟାତ ହେବେ। 36ପୁଣି, ଦେଖ, ତୁମ୍ଭର ଆତ୍ମୀୟା ଏଲୀଶାବେଥ ମଧ୍ୟ ବୃଦ୍ଧା ବୟସରେ ଗୋଟିଏ ପୁତ୍ର ଗର୍ଭରେ ଧାରଣ କରିଅଛନ୍ତି। ଯେ ବନ୍ଧ୍ୟା ବୋଲି ଖ୍ୟାତ, ତାଙ୍କର ଏବେ ଛଅ ମାସ ହେଲାଣି; 37କାରଣ ଈଶ୍ବରଙ୍କଠାରୁ ନିର୍ଗତ କୌଣସି ବାକ୍ୟ ଶକ୍ତିହୀନ ହେବ ନାହିଁ। 38ଏଥିରେ ମରୀୟମ କହିଲେ, ଦେଖନ୍ତୁ, ମୁଁ ପ୍ରଭୁଙ୍କ ଦାସୀ; ଆପଣଙ୍କ ବାକ୍ୟାନୁସାରେ ମୋʼ ପ୍ରତି ଘଟୁ। ତାହା ପରେ ଦୂତ ତାହାଙ୍କ ନିକଟରୁ ପ୍ରସ୍ଥାନ କଲେ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ମାର୍ଚ୍ଚ 25 ନାଗରିକ ପଞ୍ଜିକାର ଅପ୍ରେଲ 7। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର