ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅପ୍ରେଲ 2027 › ଅପ୍ରେଲ 8
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 8 ଅପ୍ରେଲ 2027
ଗୁରୁବାର · ପାସ୍କା କାଳର ଦ୍ୱିତୀୟ ସପ୍ତାହ
ପର୍ବ ଓ ସନ୍ଥ
ପାସ୍କା କାଳର ଦ୍ୱିତୀୟ ସପ୍ତାହର ଗୁରୁବାର
ସାଧାରଣ ଦିନ · ଉପାସନାର ରଙ୍ଗ: ଧଳା
ଦିନର ପାଠ
ପ୍ରଥମ ପାଠ
27ସେମାନେ ସେମାନଙ୍କୁ ଆଣି ମହାସଭା ସମ୍ମୁଖରେ ଠିଆ କରାଇଲେ। ସେଥିରେ ମହାଯାଜକ ସେମାନଙ୍କୁ ପଚାରିଲେ, 28ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ନାମରେ ଶିକ୍ଷା ଦେବାକୁ ଅତି ଦୃଢ଼ରୂପେ ନିଷେଧ କରିଥିଲୁ, ତଥାପି ଦେଖ, ତୁମ୍ଭେମାନେ ସମସ୍ତ ଯିରୂଶାଲମ ସହରରେ ଆପଣା ଶିକ୍ଷାରେ ପୂର୍ଣ୍ଣ କରି ସେହି ଲୋକର ରକ୍ତପାତର ଦୋଷ ଆମ୍ଭମାନଙ୍କ ଉପରେ ବର୍ତ୍ତାଇବାକୁ ଚାହୁଁଅଛ। 29କିନ୍ତୁ ପିତର ଓ ଅନ୍ୟ ପ୍ରେରିତମାନେ ଉତ୍ତର ଦେଲେ, ମନୁଷ୍ୟମାନଙ୍କର ଆଜ୍ଞା ଅପେକ୍ଷା ବରଂ ଈଶ୍ବରଙ୍କ ଆଜ୍ଞା ପାଳନ କରିବା କର୍ତ୍ତବ୍ୟ। 30ଯେଉଁ ଯୀଶୁଙ୍କୁ ଆପଣମାନେ କ୍ରୁଶରେ ଟଙ୍ଗାଇ ବଧ କରିଥିଲେ, ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ଈଶ୍ବର ତାହାଙ୍କୁ ଉଠାଇଅଛନ୍ତି। 31ପୁଣି, ସେ ଯେପରି ଇସ୍ରାଏଲକୁ ମନ-ପରିବର୍ତ୍ତନ ଓ ପାପ କ୍ଷମା ଦାନ କରନ୍ତି, ଏଥିନିମନ୍ତେ ଈଶ୍ବର ଆପଣା ଦକ୍ଷିଣ ହସ୍ତ ଦ୍ୱାରା ଅଧିପତି ଓ ତ୍ରାଣକର୍ତ୍ତା ସ୍ୱରୂପେ ଉନ୍ନତ କରିଅଛନ୍ତି। 32ପୁଣି, ଆମ୍ଭେମାନେ ଏହି ସମସ୍ତ ବିଷୟର ସାକ୍ଷୀ, ଆଉ ଯେଉଁ ପବିତ୍ର ଆତ୍ମାଙ୍କୁ ଈଶ୍ବର ଆପଣା ଆଜ୍ଞା ପାଳନକାରୀମାନଙ୍କୁ ଦେଇଅଛନ୍ତି, ସେ ମଧ୍ୟ ସାକ୍ଷୀ। 33ଏହି କଥା ଶୁଣି ସେମାନେ ଅତିଶୟ ରାଗିଗଲେ ଓ ସେମାନଙ୍କୁ ବଧ କରିବା ନିମନ୍ତେ ସ୍ଥିର କଲେ।
ପ୍ରତିଉତ୍ତର ଗୀତ
1ଦାଉଦଙ୍କ ଗୀତ; ଯେତେବେଳେ ସେ ଅବୀମେଲକ୍ ସାକ୍ଷାତରେ ଆପଣା ମତି ବଦଳାଇବାରୁ ତାହା ଦ୍ୱାରା ତାଡ଼ିତ ହୋଇ ପ୍ରସ୍ଥାନ କରିଥିଲେ, ସେହି ସମୟର ଗୀତ। ମୁଁ ସର୍ବଦା ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୋʼ ମୁଖରେ ନିରନ୍ତର ତାହାଙ୍କର ପ୍ରଶଂସା ହେବ। 8ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ୱାଦନ କରି ଦେଖ; ଯେ ତାହାଙ୍କର ଶରଣାଗତ, ସେ ଲୋକ ଧନ୍ୟ। 16ପୃଥିବୀରୁ କୁକର୍ମକାରୀମାନଙ୍କ ସ୍ମରଣ ଉଚ୍ଛିନ୍ନ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ମୁଖ ଥାଏ। 17ଧାର୍ମିକମାନେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଶୁଣିଲେ ଓ ସେମାନଙ୍କ ସର୍ବ ସଙ୍କଟରୁ ସେମାନଙ୍କୁ ଉଦ୍ଧାର କଲେ। 18ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି ଓ ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି। 19ଧାର୍ମିକର ବିପଦ ଅନେକ; ମାତ୍ର ସେହିସବୁରୁ ସଦାପ୍ରଭୁ ତାହାକୁ ଉଦ୍ଧାର କରନ୍ତି।
ସୁସମାଚାର
31ଯେ ଊର୍ଦ୍ଧ୍ୱରୁ ଆଗମନ କରନ୍ତି, ସେ ସମସ୍ତଙ୍କଠାରୁ ଶ୍ରେଷ୍ଠ; ଯେ ପୃଥିବୀରୁ ଉତ୍ପନ୍ନ, ସେ ପାର୍ଥିବ, ଆଉ ସେ ପାର୍ଥିବ କଥା କହେ; ଯେ ସ୍ୱର୍ଗରୁ ଆଗମନ କରନ୍ତି, ସେ ସମସ୍ତଙ୍କଠାରୁ ଶ୍ରେଷ୍ଠ। 32ସେ ଯାହା ଦେଖିଅଛନ୍ତି ଓ ଶୁଣିଅଛନ୍ତି, ତାହା ସମ୍ବନ୍ଧରେ ସେ ସାକ୍ଷ୍ୟ ଦିଅନ୍ତି, କିନ୍ତୁ ତାହାଙ୍କର ସାକ୍ଷ୍ୟ କେହି ଗ୍ରହଣ କରେ ନାହିଁ। 33ଯେ ତାହାଙ୍କର ସାକ୍ଷ୍ୟ ଗ୍ରହଣ କରିଅଛି, ଈଶ୍ବର ଯେ ସତ୍ୟ, ଏହା ସେ ମୁଦ୍ରାଙ୍କନ କରିଅଛି। 34କାରଣ ଈଶ୍ବର ଯାହାକୁ ପ୍ରେରଣ କରିଅଛନ୍ତି, ସେ ଈଶ୍ବରଙ୍କ ବାକ୍ୟ କହନ୍ତି, ଯେଣୁ ସେ ପରିମିତ ଭାବରେ ପବିତ୍ର ଆତ୍ମା ପ୍ରଦାନ କରନ୍ତି ନାହିଁ। 35ପିତା ପୁତ୍ରଙ୍କୁ ପ୍ରେମ କରନ୍ତି, ପୁଣି, ସମସ୍ତ ବିଷୟ ତାହାଙ୍କ ହସ୍ତରେ ଅର୍ପଣ କରିଅଛନ୍ତି। 36ଯେ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ମାତ୍ର ଯେ ପୁତ୍ରଙ୍କୁ ଅମାନ୍ୟ କରେ, ସେ ଜୀବନ ଦେଖିବ ନାହିଁ, କିନ୍ତୁ ସେ ଈଶ୍ବରଙ୍କ କ୍ରୋଧର ପାତ୍ର ହୋଇ ରହିଥାଏ।
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର