Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅପ୍ରେଲ 2027 › ଅପ୍ରେଲ 9

ଅର୍ଥୋଡକ୍ସ ପଞ୍ଜିକା · 27 ମାର୍ଚ୍ଚ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 9 ଅପ୍ରେଲ 2027

ଶୁକ୍ରବାର · ମହା ଉପବାସର ଚତୁର୍ଥ ସପ୍ତାହ · ସ୍ୱର 3

ପର୍ବ ଓ ସନ୍ଥ

Martyr Matrona of Thessalonica (3rd-4th C)

ମହା ଉପବାସ

କଠୋର ଉପବାସ (ଶୁଖିଲା ଆହାର: ରୁଟି, ପନିପରିବା, ଫଳ)

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ଷଷ୍ଠ ଘଣ୍ଟା

ଯିଶା 29:13–23

13ଆହୁରି, ପ୍ରଭୁ କହିଲେ, “ଏହି ଲୋକମାନେ ଆମ୍ଭର ନିକଟବର୍ତ୍ତୀ ହୁଅନ୍ତି ଓ ସେମାନେ ଆପଣା ଆପଣା ମୁଖରେ ଓ ଓଷ୍ଠାଧରରେ ଆମ୍ଭର ସମ୍ମାନ କରନ୍ତି, ମାତ୍ର ସେମାନେ ଆପଣା ଆପଣା ଅନ୍ତଃକରଣ ଆମ୍ଭଠାରୁ ଦୂରରେ ରଖିଅଛନ୍ତି ଓ ଆମ୍ଭ ବିଷୟକ ସେମାନଙ୍କର ଯେଉଁ ଭୟ, ତାହା ମନୁଷ୍ୟଠାରୁ ଶିକ୍ଷିତ ଆଜ୍ଞା ଅଟେ। 14ଏହେତୁ ଦେଖ, ଆମ୍ଭେ ଏହି ଲୋକମାନଙ୍କ ମଧ୍ୟରେ ଏକ ଅଦ୍ଭୁତ କର୍ମ, ଅର୍ଥାତ୍‍, ଅଦ୍ଭୁତ ଓ ଆଶ୍ଚର୍ଯ୍ୟକର୍ମ କରିବା, ପୁଣି, ସେମାନଙ୍କର ଜ୍ଞାନୀ ଲୋକମାନଙ୍କର ଜ୍ଞାନ ବିନଷ୍ଟ ହେବ ଓ ସେମାନଙ୍କର ବିବେକୀ ଲୋକମାନଙ୍କର ବୁଦ୍ଧି ଲୁଚାଯିବ।” 15ଯେଉଁମାନେ ସଦାପ୍ରଭୁଙ୍କଠାରୁ ଆପଣା ଆପଣା ମନ୍ତ୍ରଣା ଗୁପ୍ତ କରିବାକୁ ଅତିଶୟ ଚେଷ୍ଟା କରନ୍ତି, ସେମାନେ ସନ୍ତାପର ପାତ୍ର! ଆଉ, ସେମାନେ ଅନ୍ଧକାରରେ ଆପଣା ଆପଣା କର୍ମ କରି କହନ୍ତି, “ଆମ୍ଭମାନଙ୍କୁ କିଏ ଦେଖୁଅଛି? ଓ ଆମ୍ଭମାନଙ୍କୁ କିଏ ଚିହ୍ନୁଅଛି?” 16ତୁମ୍ଭେମାନେ ବିଷୟକୁ ଓଲଟାଇ ପକାଉଅଛ! କୁମ୍ଭକାର କି ମାଟିର ତୁଲ୍ୟ ଗଣ୍ୟ ହେବ; “ଏ ବ୍ୟକ୍ତି ଆମ୍ଭକୁ ନିର୍ମାଣ କରି ନାହିଁ,” ନିର୍ମିତ ବସ୍ତୁ କି ନିର୍ମାଣକର୍ତ୍ତା ବିଷୟରେ ଏହା କହିବ? କିମ୍ବା “ତାହାର କିଛି ବୁଦ୍ଧି ନାହିଁ, ଗଢ଼ା ବସ୍ତୁ କି ଗଢ଼ିବା ବ୍ୟକ୍ତି ବିଷୟରେ ଏହା କହିବ?” 17ଅତି ଅଳ୍ପ କାଳ ଉତ୍ତାରେ ଲିବାନୋନ କି ଫଳବାନ କ୍ଷେତ୍ରରେ ପରିଣତ ହେବ ନାହିଁ ଓ ଫଳବାନ କ୍ଷେତ୍ର କି ଅରଣ୍ୟ ବୋଲି ଗଣ୍ୟ ହେବ ନାହିଁ? 18ପୁଣି, ସେହି ଦିନରେ ବଧିର ପୁସ୍ତକର ବାକ୍ୟ ଶୁଣିବ, ପୁଣି, ତିମିର ଓ ଅନ୍ଧକାର ମଧ୍ୟରୁ ଅନ୍ଧର ଚକ୍ଷୁ ଦେଖିବ। 19ମଧ୍ୟ ନମ୍ର ଲୋକମାନେ ସଦାପ୍ରଭୁଙ୍କଠାରେ ଆପଣା ଆପଣା ଆନନ୍ଦ ବଢ଼ାଇବେ ଓ ମନୁଷ୍ୟମାନଙ୍କ ମଧ୍ୟରେ ଦରିଦ୍ରମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କଠାରେ ଉଲ୍ଲାସ କରିବେ। 20କାରଣ ଭୟଙ୍କର ଲୋକ ଅକିଞ୍ଚନା ହୋଇଅଛି, ନିନ୍ଦକ ନିବୃତ୍ତ ହେଉଅଛି ଓ ଯେଉଁମାନେ ଅଧର୍ମ ପାଇଁ ଜଗି ରହନ୍ତି, ସେସମସ୍ତେ ଉଚ୍ଛିନ୍ନ ହୋଇଅଛନ୍ତି; 21ସେମାନେ କଥାରେ ମନୁଷ୍ୟକୁ ଦୋଷୀ କରନ୍ତି ଓ ନଗର-ଦ୍ୱାରରେ ଦୋଷବକ୍ତା ନିମନ୍ତେ ଫାନ୍ଦ ପାତନ୍ତି ଓ ଅକାରଣରେ ଧାର୍ମିକ ପ୍ରତି ଅନ୍ୟାୟ କରନ୍ତି। 22ଏହେତୁ ଅବ୍ରହାମର ମୁକ୍ତିକର୍ତ୍ତା ସଦାପ୍ରଭୁ ଯାକୁବ ବଂଶ ବିଷୟରେ ଏହିପରି କହନ୍ତି; “ଯାକୁବ ଏବେ ଲଜ୍ଜିତ ହେବ ନାହିଁ, କିଅବା ତାହାର ମୁଖ ମଳିନ ହେବ ନାହିଁ। 23ମାତ୍ର ଯେତେବେଳେ ସେ ଆମ୍ଭର ହସ୍ତକୃତ କର୍ମ ସ୍ୱରୂପ ତାହାର ସନ୍ତାନଗଣକୁ ଆପଣା ମଧ୍ୟରେ ଦେଖିବ, ସେତେବେଳେ ସେମାନେ ଆମ୍ଭ ନାମକୁ ପବିତ୍ର କରି ମାନିବେ; ହଁ, ସେମାନେ ଯାକୁବର ଧର୍ମସ୍ୱରୂପଙ୍କୁ ପବିତ୍ର ବୋଲି ମାନିବେ ଓ ଇସ୍ରାଏଲର ପରମେଶ୍ୱରଙ୍କୁ ସମ୍ଭ୍ରମ କରିବେ।

ସନ୍ଧ୍ୟା ପ୍ରାର୍ଥନା: ପାଠ

ଆଦି 12:1–7

1ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭେ ଆପଣା ଦେଶ ଓ ଜ୍ଞାତି କୁଟୁମ୍ବ ଓ ପୈତୃକ ଗୃହ ପରିତ୍ୟାଗ କରି, ଆମ୍ଭେ ଯେଉଁ ଦେଶ ତୁମ୍ଭକୁ ଦେଖାଇବା, ସେହି ଦେଶକୁ ଯାଅ। 2ଆମ୍ଭେ ତୁମ୍ଭଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା, ପୁଣି, ଆମ୍ଭେ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ନାମ ମହତ୍ କରିବା; ତୁମ୍ଭେ ଆଶୀର୍ବାଦର ଆକର ହେବ। 3ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା; ପୁଣି, ଯେକେହି ତୁମ୍ଭକୁ ଅଭିଶାପ ଦିଏ, ଆମ୍ଭେ ତାହାକୁ ଅଭିଶାପ ଦେବା; ଆଉ ତୁମ୍ଭଠାରୁ ପୃଥିବୀର ସବୁ ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ।” 4ଏଥିଉତ୍ତାରେ ଅବ୍ରାମ ସଦାପ୍ରଭୁଙ୍କ ଏହି ବାକ୍ୟାନୁସାରେ ପ୍ରସ୍ଥାନ କଲେ, ପୁଣି, ଲୋଟ ତାଙ୍କ ସଙ୍ଗରେ ଗଲେ; ହାରଣଠାରୁ ପ୍ରସ୍ଥାନ କରିବା ସମୟରେ ଅବ୍ରାମଙ୍କର ବୟସ ପଞ୍ଚସ୍ତରି ବର୍ଷ ହୋଇଥିଲା। 5ଏହିରୂପେ ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ ଓ ଭ୍ରାତୃପୁତ୍ର ଲୋଟକୁ ଓ ହାରଣଠାରେ ଆପଣାମାନଙ୍କ ସଞ୍ଚିତ ଧନ ଓ ପ୍ରାପ୍ତ ପ୍ରାଣୀମାନଙ୍କୁ ଘେନି କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି କିଣାନରେ ଉପସ୍ଥିତ ହେଲେ। 6ଅବ୍ରାମ ସେହି ଦେଶ ଦେଇ ଭ୍ରମଣ କରୁ କରୁ ଶିଖିମ ନିକଟସ୍ଥ ମୋରିର ଅଲୋନ ବୃକ୍ଷ ମୂଳରେ ପହଞ୍ଚିଲେ। ସେହି ସମୟରେ କିଣାନୀୟମାନେ ସେହି ଦେଶରେ ବାସ କରୁଥିଲେ। 7ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା;” ଏଥିନିମନ୍ତେ ଅବ୍ରାମ ଆପଣା ନିକଟରେ ଦର୍ଶନଦାତା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କଲେ।

ସନ୍ଧ୍ୟା ପ୍ରାର୍ଥନା: ପାଠ

ହିତୋ 14:15–26

15ନିର୍ବୋଧ ଲୋକ ସବୁ କଥା ବିଶ୍ୱାସ କରେ; ମାତ୍ର ଚତୁର ଲୋକ ଆପଣାର ସବୁ ଗତି ଭଲ କରି ବୁଝେ। 16ଜ୍ଞାନୀ ଲୋକ ସତର୍କ ଥାଏ ଓ ମନ୍ଦକୁ ଛାଡ଼ିଦିଏ; ମାତ୍ର ମୂର୍ଖ ଲୋକ ଦାମ୍ଭିକଭାବ ବହି ଦୁଃସାହସୀ ହୁଏ। 17ଯେ ହଠାତ୍‍ କ୍ରୋଧୀ, ସେ ଅଜ୍ଞାନର କର୍ମ କରେ; ପୁଣି, କୁକଳ୍ପନାକାରୀ ନିର୍ବୋଧ ମନୁଷ୍ୟ ଘୃଣାର ପାତ୍ର। 18ଅସତର୍କ ଲୋକମାନେ ଅଜ୍ଞାନତାରୂପ ଅଧିକାର ପାʼନ୍ତି; ମାତ୍ର ଚତୁର ଲୋକେ ଜ୍ଞାନରୂପ ମୁକୁଟରେ ବିଭୂଷିତ ହୁଅନ୍ତି। 19ମନ୍ଦ ଲୋକେ ଉତ୍ତମ ଲୋକମାନଙ୍କ ଛାମୁରେ ଓ ଦୁଷ୍ଟମାନେ ଧାର୍ମିକଗଣର ଦ୍ୱାରରେ ଦଣ୍ଡବତ କରନ୍ତି। 20ଦରିଦ୍ର ଆପଣା ପ୍ରତିବାସୀର ହିଁ ଘୃଣିତ ହୁଏ; ମାତ୍ର ଧନବାନର ଅନେକ ବନ୍ଧୁ ଥାʼନ୍ତି। 21ଯେଉଁ ଲୋକ ପ୍ରତିବାସୀକୁ ତୁଚ୍ଛବୋଧ କରେ, ସେ ପାପ କରେ; ମାତ୍ର ଯେଉଁ ଜନ ଦରିଦ୍ରକୁ ଦୟା କରେ, ସେ ଧନ୍ୟ। 22ଅନିଷ୍ଟ ଚିନ୍ତାକାରୀଗଣ କʼଣ ଭ୍ରାନ୍ତ ହୁଅନ୍ତି ନାହିଁ? ମାତ୍ର ମଙ୍ଗଳ ଚିନ୍ତାକାରୀଗଣ ପ୍ରତି ଦୟା ଓ ସତ୍ୟତା ବର୍ତ୍ତେ। 23ସବୁ ପ୍ରକାର ପରିଶ୍ରମରେ ଫଳ ଅଛି; ପୁଣି, ଓଷ୍ଠାଧରର କଥାମାତ୍ର କେବଳ ଦରିଦ୍ରତାରେ ପ୍ରବର୍ତ୍ତାଏ। 24ଜ୍ଞାନୀମାନଙ୍କ ମୁକୁଟ ସେମାନଙ୍କର ଧନ; ପୁଣି, ମୂର୍ଖମାନଙ୍କର ଅଜ୍ଞାନତା କେବଳ ଅଜ୍ଞାନତା। 25ସତ୍ୟ ସାକ୍ଷୀ ଅନ୍ୟର ଜୀବନକୁ ରକ୍ଷା କରେ; ମାତ୍ର ମିଥ୍ୟାବାଦୀ ପ୍ରବଞ୍ଚନାଜନକ। 26ସଦାପ୍ରଭୁ ବିଷୟକ ଭୟ ଦୃଢ଼ ବିଶ୍ୱାସଭୂମି; ଆଉ, ତାହାଙ୍କ ସନ୍ତାନମାନେ ଆଶ୍ରୟ ସ୍ଥାନ ପାଇବେ।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ମାର୍ଚ୍ଚ 27 ନାଗରିକ ପଞ୍ଜିକାର ଅପ୍ରେଲ 9। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର