ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅପ୍ରେଲ 2027 › ଅପ୍ରେଲ 10
ଅର୍ଥୋଡକ୍ସ ପଞ୍ଜିକା · 28 ମାର୍ଚ୍ଚ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 10 ଅପ୍ରେଲ 2027
ଶନିବାର · ମହା ଉପବାସର ଚତୁର୍ଥ ସପ୍ତାହ · ସ୍ୱର 3
ପର୍ବ ଓ ସନ୍ଥ
ସ୍ମରଣ ଶନିବାର
ମହା ଉପବାସ
ଉପବାସ: ତେଲ ସହିତ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର (ପରଲୋକଗତମାନଙ୍କ ପାଇଁ)
47ପ୍ରଥମ ମନୁଷ୍ୟ ପାର୍ଥିବ, ମୃତ୍ତିକାରେ ନିର୍ମିତ, ଦ୍ୱିତୀୟ ମନୁଷ୍ୟ ସ୍ୱର୍ଗରୁ ଆଗତ। 48ଯେଉଁମାନେ ମୃତ୍ତିକାରେ ନିର୍ମିତ, ସେମାନେ ମୃତ୍ତିକାରେ ନିର୍ମିତ ସେହି ମନୁଷ୍ୟ ତୁଲ୍ୟ, ପୁଣି, ଯେଉଁମାନେ ସ୍ୱର୍ଗୀୟ, ସେମାନେ ସ୍ୱର୍ଗରୁ ଆଗତ ସେହି ବ୍ୟକ୍ତି ତୁଲ୍ୟ। 49ଆଉ, ଆମ୍ଭେମାନେ ଯେପରି ମୃତ୍ତିକାରେ ନିର୍ମିତ ସେହି ମନୁଷ୍ୟର ପ୍ରତିମୂର୍ତ୍ତି ଧାରଣ କରିଅଛୁ, ସେପରି ସେହି ସ୍ୱର୍ଗୀୟ ବ୍ୟକ୍ତିଙ୍କ ପ୍ରତିମୂର୍ତ୍ତି ମଧ୍ୟ ଧାରଣ କରିବା। 50ହେ ଭାଇମାନେ, ମୁଁ ଏହା କହୁଅଛି, ରକ୍ତ-ମାଂସ ଈଶ୍ବରଙ୍କ ରାଜ୍ୟ ଅଧିକାର କରିପାରେ ନାହିଁ, କିମ୍ବା କ୍ଷୟ ଅକ୍ଷୟତାକୁ ଅଧିକାର କରେ ନାହିଁ। 51ଦେଖ, ମୁଁ ତୁମ୍ଭମାନଙ୍କୁ ଗୋଟିଏ ନିଗୂଢ଼ କଥା କହୁଅଛି, ଆମ୍ଭେମାନେ ସମସ୍ତେ ମହାନିଦ୍ରାପ୍ରାପ୍ତ ହେବା ନାହିଁ, 52କିନ୍ତୁ ଏକ ମୁହୂର୍ତ୍ତରେ, ଚକ୍ଷୁର ପଲକରେ, ଶେଷ ତୂରୀଧ୍ୱନୀରେ ଆମ୍ଭେମାନେ ସମସ୍ତେ ପରିବର୍ତ୍ତିତ ହେବା; କାରଣ ତୂରୀ ବାଜିବ, ଆଉ ମୃତମାନେ ଅକ୍ଷୟ ହୋଇ ଉତ୍ଥିତ ହେବେ, ପୁଣି, ଆମ୍ଭେମାନେ ପରିବର୍ତ୍ତିତ ହେବା। 53କାରଣ ଏହି କ୍ଷୟ ଶରୀରକୁ ଅକ୍ଷୟତାରୂପ ବସ୍ତ୍ର ପରିଧାନ କରିବାକୁ ହେବ, ଆଉ ଏହି ମର୍ତ୍ତ୍ୟ ଶରୀରକୁ ଅମରତାରୂପ ବସ୍ତ୍ର ପରିଧାନ କରିବାକୁ ହେବ। 54କିନ୍ତୁ ଏହି କ୍ଷୟ ଶରୀର ଅକ୍ଷୟରୂପ ବସ୍ତ୍ର ଓ ଏହି ମର୍ତ୍ତ୍ୟ ଶରୀର ଅମରତାରୂପ ବସ୍ତ୍ର ପରିଧାନ କଲା ଉତ୍ତାରେ ଶାସ୍ତ୍ରରେ ଏହି ଲିଖିତ ବାକ୍ୟ ସଫଳ ହେବ, 55“ଜୟ ମୃତ୍ୟୁକୁ ଗ୍ରାସ କରିଅଛି।” “ରେ ମୃତ୍ୟୁ, କାହିଁ ତୋର ଜୟ? ରେ ମୃତ୍ୟୁ, କାହିଁ ତୋର ନାହୁଡ଼?” 56ମୃତ୍ୟୁର ନାହୁଡ଼ ପାପ, ଆଉ ପାପର ବଳ ମୋଶାଙ୍କ ବ୍ୟବସ୍ଥା; 57କିନ୍ତୁ ଯେଉଁ ଈଶ୍ବର ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କୁ ଜୟ ପ୍ରଦାନ କରନ୍ତି, ତାହାଙ୍କର ଧନ୍ୟବାଦ ହେଉ।
ପତ୍ର
9କିନ୍ତୁ ହେ ପ୍ରିୟମାନେ, ଆମ୍ଭେମାନେ ଯଦ୍ୟପି ଏହିପରି କହୁଅଛୁ, ତଥାପି ତୁମ୍ଭମାନଙ୍କ ଅବସ୍ଥା ଯେ ତାହାଠାରୁ ଉତ୍ତମ ଓ ପରିତ୍ରାଣସଂଯୁକ୍ତ, ଏହା ଆମ୍ଭେମାନେ ଦୃଢ଼ରୂପେ ବିଶ୍ୱାସ କରୁଅଛୁ। 10କାରଣ ଈଶ୍ବର ତୁମ୍ଭମାନଙ୍କର କର୍ମ, ଆଉ ସାଧୁଲୋକମାନଙ୍କର ସେବା କରିଥିବା ଦ୍ୱାରା ଓ ଯାହା ଏବେ ମଧ୍ୟ କରୁଥିବା ଦ୍ୱାରା ତାହାଙ୍କ ନାମ ପ୍ରତି ତୁମ୍ଭେମାନେ ଯେଉଁ ପ୍ରେମ କରୁଅଛ, ତାହା ଈଶ୍ବର ଯେ ଭୁଲିଯିବେ, ଏପରି ଅନ୍ୟାୟକାରୀ ସେ ନୁହଁନ୍ତି। 11ମାତ୍ର ଆମ୍ଭମାନଙ୍କର ଏକାନ୍ତ ଇଚ୍ଛା ଯେ, ତୁମ୍ଭେମାନେ ପ୍ରତ୍ୟେକେ ଶେଷ ପର୍ଯ୍ୟନ୍ତ ସୁଦ୍ଧା ଦୃଢ଼ ଭରସା ସହ ସେହି ପ୍ରକାର ଯତ୍ନବାନ ହୁଅ, 12ଯେପରି ତୁମ୍ଭେମାନେ ଶିଥିଳ ନ ହୋଇ, ଯେଉଁମାନେ ବିଶ୍ୱାସ ଓ ଧୈର୍ଯ୍ୟ ଦ୍ୱାରା ପ୍ରତିଜ୍ଞାସମୂହର ଅଧିକାରୀ, ବରଂ ସେମାନଙ୍କର ଅନୁକାରୀ ହୁଅ।
ସୁସମାଚାର (ପରଲୋକଗତମାନଙ୍କ ପାଇଁ)
24ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି। 25ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ସମୟରେ ମୃତମାନେ ଈଶ୍ବରଙ୍କ ପୁତ୍ରଙ୍କ ସ୍ୱର ଶୁଣିବେ ଓ ଯେଉଁମାନେ ଶୁଣିବେ, ସେମାନେ ଜୀବିତ ହେବେ ଏପରି ସମୟ ଆସୁଅଛି, ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ। 26କାରଣ ପିତା ଯେପରି ସ୍ୱୟଂଜୀବୀ, ସେହିପରି ସେ ପୁତ୍ରଙ୍କୁ ମଧ୍ୟ ସ୍ୱୟଂଜୀବୀ ହେବାକୁ ଦେଇଅଛନ୍ତି; 27ଆଉ, ସେ ମନୁଷ୍ୟପୁତ୍ର ହେବାରୁ ସେ ତାହାଙ୍କୁ ବିଚାର କରିବାର ଅଧିକାର ଦେଲେ। 28ଏଥିରେ ଚମତ୍କୃତ ହୁଅ ନାହିଁ, କାରଣ ଯେଉଁ ସମୟରେ ସମାଧିସ୍ଥ ସମସ୍ତେ ତାହାଙ୍କ ସ୍ୱର ଶୁଣିବେ ଏବଂ ଯେଉଁମାନେ ସତ୍କର୍ମ କରିଅଛନ୍ତି, 29ସେମାନେ ଜୀବନର ପୁନରୁତ୍ଥାନ ନିମନ୍ତେ ଓ ଯେଉଁମାନେ ଅସତ୍ କର୍ମ କରିଅଛନ୍ତି, ସେମାନେ ଦଣ୍ଡର ପୁନରୁତ୍ଥାନ ନିମନ୍ତେ ବାହାର ହୋଇ ଆସିବେ, ଏପରି ସମୟ ଆସୁଅଛି।” 30“ମୁଁ ନିଜେ କିଛି କରିପାରେ ନାହିଁ; ମୁଁ ଯେପରି ଶୁଣେ, ସେହିପରି ବିଚାର କରେ, ଆଉ ମୋହର ବିଚାର ଯଥାର୍ଥ, କାରଣ ମୁଁ ଆପଣାର ଇଚ୍ଛା ସାଧନ କରିବାକୁ ଚେଷ୍ଟା ନ କରି ମୋହର ପ୍ରେରଣକର୍ତ୍ତାଙ୍କର ଇଚ୍ଛା ସାଧନ କରିବାକୁ ଚେଷ୍ଟା କରେ।
ସୁସମାଚାର
31ପୁନର୍ବାର ସେ ସୋର ସହରର ସୀମାରୁ ପ୍ରସ୍ଥାନ କରି ସୀଦୋନ ଓ ଦେକାପଲି ସହରର ସୀମା ମଧ୍ୟ ଦେଇ ଗାଲିଲୀ ସମୁଦ୍ର ନିକଟକୁ ଆସିଲେ। 32ଆଉ ଲୋକେ ଜଣେ କାଲ ଓ ଖନାକୁ ତାହାଙ୍କ ନିକଟକୁ ଆଣି ତାହା ଉପରେ ହାତ ଥୋଇବା ନିମନ୍ତେ ତାହାଙ୍କୁ ବିନତି କଲେ। 33ଯୀଶୁ ତାହାକୁ ଲୋକସମୂହ ମଧ୍ୟରୁ ଅନ୍ତର କରି ଏକାକୀ ଘେନିଯାଇ ତାହାର ଦୁଇ କାନରେ ଆପଣା ଅଙ୍ଗୁଳି ଦେଲେ ଓ ଛେପ ପକାଇ ତାହାର ଜିହ୍ୱାକୁ ଛୁଇଁଲେ, 34ଆଉ ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଦୀର୍ଘ ନିଶ୍ୱାସ ପକାଇ ତାହାକୁ କହିଲେ, “ଇପ୍ପଥଃ,” ଅର୍ଥାତ୍ “ଫିଟିଯା।” 35ସେଥିରେ ତାହାର କର୍ଣ୍ଣ ଉନ୍ମୁକ୍ତ ହେଲା ଓ ଜିହ୍ୱାର ବନ୍ଧନ ସେହିକ୍ଷଣି ଫିଟିଗଲା, ଆଉ ସେ ସ୍ପଷ୍ଟ ରୂପେ କଥା କହିବାକୁ ଲାଗିଲା। 36ପୁଣି, ଏ ବିଷୟ କାହାରିକୁ ନ କହିବା ନିମନ୍ତେ ସେ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଲେ; ମାତ୍ର ସେ ସେମାନଙ୍କୁ ଯେତେ ନିଷେଧ କଲେ, ସେମାନେ ସେତେ ଆହୁରି ଅଧିକ ତାହା ଘୋଷଣା କଲେ। 37ଆଉ ଲୋକମାନେ ଅତ୍ୟନ୍ତ ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ସେ ସମସ୍ତ କର୍ମ ଉତ୍ତମ ରୂପେ କରିଅଛନ୍ତି; ସେ ବଧିରମାନଙ୍କୁ ଶୁଣିବା ଶକ୍ତି ଓ ମୂକମାନଙ୍କୁ କହିବା ଶକ୍ତି ସୁଦ୍ଧା ପ୍ରଦାନ କରନ୍ତି।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ମାର୍ଚ୍ଚ 28 ନାଗରିକ ପଞ୍ଜିକାର ଅପ୍ରେଲ 10। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର