Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅପ୍ରେଲ 2027 › ଅପ୍ରେଲ 11

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 11 ଅପ୍ରେଲ 2027

ରବିବାର · ପାସ୍କା କାଳର ତୃତୀୟ ସପ୍ତାହ

ପର୍ବ ଓ ସନ୍ଥ

ପାସ୍କା କାଳର ତୃତୀୟ ରବିବାର

ରବିବାର · ଉପାସନାର ରଙ୍ଗ: ଧଳା

ଦିନର ପାଠ

ପ୍ରଥମ ପାଠ

ପ୍ରେରି 3:13–15, 17–19

13ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ଈଶ୍ବର, ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ଈଶ୍ବର, ଆପଣା ଦାସ ଯୀଶୁଙ୍କୁ ଗୌରବାନ୍ୱିତ କରିଅଛନ୍ତି; ସେହି ଯୀଶୁଙ୍କୁ ଆପଣମାନେ ସମର୍ପଣ କଲେ, ପୁଣି, ଯେତେବେଳେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ମନସ୍ଥ କରିଥିଲେ, ସେତେବେଳେ ତାହାଙ୍କୁ ଆପଣମାନେ ତାହାଙ୍କ ସାକ୍ଷାତରେ ଅସ୍ୱୀକାର କଲେ। 14ଆପଣମାନେ ସେହି ପବିତ୍ର ଓ ଧାର୍ମିକ ବ୍ୟକ୍ତିଙ୍କୁ ଅସ୍ୱୀକାର କଲେ, ଆଉ ଜଣେ ନରଘାତକ ଯେପରି ଆପଣମାନଙ୍କ ନିମନ୍ତେ ମୁକ୍ତ କରାଯାଏ, ଏହା ଆପଣ ପୀଲାତଙ୍କ ନିକଟରେ ପ୍ରାର୍ଥନା କଲେ, 15କିନ୍ତୁ ଜୀବନର କର୍ତ୍ତାଙ୍କୁ ବଧ କଲେ; ତାହାଙ୍କୁ ଈଶ୍ବର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ଆମ୍ଭେମାନେ ସେଥିର ସାକ୍ଷୀ। 17ଆଉ ଏବେ, ହେ ଭାଇମାନେ, ଆପଣମାନଙ୍କ ଅଧ୍ୟକ୍ଷମାନେ ଯେପରି, ଆପଣମାନେ ମଧ୍ୟ ସେପରି ଅଜ୍ଞାନତା ହେତୁ ଏହା କରିଅଛନ୍ତି ବୋଲି ମୁଁ ଜାଣେ। 18କିନ୍ତୁ ଈଶ୍ବର ଆପଣା ଖ୍ରୀଷ୍ଟଙ୍କ ଦୁଃଖଭୋଗ ବିଷୟରେ ସମସ୍ତ ଭାବବାଦୀଙ୍କ ମୁଖ ଦ୍ୱାରା ଯାହା ଯାହା ପୂର୍ବରୁ ପ୍ରଚାର କରିଥିଲେ, ସେହିସବୁ ସେ ଏହି ପ୍ରକାରେ ସଫଳ କରିଅଛନ୍ତି। 19ଅତଏବ, ଯେପରି ଆପଣମାନଙ୍କର ପାପମୋଚନ ହୋଇପାରେ, ଏଥିନିମନ୍ତେ ମନ-ପରିବର୍ତ୍ତନ କରି ଫେରି ଆସନ୍ତୁ,

ପ୍ରତିଉତ୍ତର ଗୀତ

ଗୀତ 4:1, 6, 8

1ତାରଯୁକ୍ତ ଯନ୍ତ୍ରରେ ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ମୋହର ଧର୍ମସ୍ୱରୂପ ପରମେଶ୍ୱର, ମୁଁ ଡାକିଲେ ମୋତେ ଉତ୍ତର ଦିଅ; ସଙ୍କଟରେ ଥିବା ସମୟରେ ତୁମ୍ଭେ ମୋତେ ପ୍ରଶସ୍ତ ସ୍ଥାନ ଦେଇଅଛ; ମୋତେ ଦୟା କର ଓ ମୋହର ପ୍ରାର୍ଥନା ଶୁଣ। 6ଅନେକେ କହନ୍ତି, “କିଏ ଆମ୍ଭମାନଙ୍କୁ ମଙ୍ଗଳ ଦେଖାଇବ?” ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି ଆପଣା ମୁଖର ତେଜ ପ୍ରକାଶ କର। 8ମୁଁ ଶାନ୍ତିରେ ଶୟନ କରିବି ଓ ନିଦ୍ରା ଯିବି; କାରଣ ହେ ସଦାପ୍ରଭୋ, କେବଳ ତୁମ୍ଭେ ମୋତେ ନିରାପଦରେ ବାସ କରାଉଅଛ।

ଦ୍ୱିତୀୟ ପାଠ

ପ୍ର. ଯୋହ 2:1–5

1ହେ ମୋହର ବତ୍ସଗଣ, ତୁମ୍ଭେମାନେ ଯେପରି ପାପ ନ କର, ଏଥିନିମନ୍ତେ ମୁଁ ଏହିସବୁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି। କିନ୍ତୁ କେହି ଯଦି ପାପ କରେ, ତାହାହେଲେ ପିତାଙ୍କ ଛାମୁରେ ଆମ୍ଭମାନଙ୍କର ଜଣେ ସପକ୍ଷବାଦୀ ଅଛନ୍ତି, ସେ ଧାର୍ମିକ ଯୀଶୁ ଖ୍ରୀଷ୍ଟ। 2ଆଉ ସେ ଆମ୍ଭମାନଙ୍କ ପାପ ନିମନ୍ତେ, କେବଳ ଆମ୍ଭମାନଙ୍କ ପାପ ନିମନ୍ତେ ନୁହେଁ, ମାତ୍ର ସମସ୍ତ ଜଗତର ପାପ ନିମନ୍ତେ ମଧ୍ୟ ପ୍ରାୟଶ୍ଚିତ୍ତ ସ୍ୱରୂପ ଅଟନ୍ତି। 3ଯଦି ଆମ୍ଭେମାନେ ତାହାଙ୍କ ଆଜ୍ଞା ପାଳନ କରୁ, ତେବେ ତଦ୍ୱାରା ଜ୍ଞାତ ହେଉ ଯେ, ଆମ୍ଭେମାନେ ତାହାଙ୍କୁ ଜାଣୁ। 4ତାହାଙ୍କ ଆଜ୍ଞା ପାଳନ ନ କରି ତାହାଙ୍କୁ ଜାଣେ ବୋଲି ଯେ କହେ, ସେ ମିଥ୍ୟାବାଦୀ ଓ ତାହାଠାରେ ସତ୍ୟ ନାହିଁ; 5କିନ୍ତୁ ଯେ ତାହାଙ୍କ ବାକ୍ୟ ପାଳନ କରେ, ତାହାଠାରେ ଈଶ୍ବରଙ୍କ ପ୍ରେମ ପ୍ରକୃତ ରୂପେ ସିଦ୍ଧ ହୋଇଅଛି। ଏତଦ୍ଵାରା ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ତାହାଙ୍କଠାରେ ଅଛୁ।

ସୁସମାଚାର

ଲୂକ 24:35–48

35ଆଉ ସେମାନେ ମଧ୍ୟ ବାଟର ସମସ୍ତ ଘଟଣା ଓ ରୁଟି ଭାଙ୍ଗିବାରେ ସେ କିପରି ସେମାନଙ୍କ ଦ୍ୱାରା ଚିହ୍ନାଗଲେ, ସେହିସବୁ ବର୍ଣ୍ଣନା କରିବାକୁ ଲାଗିଲେ। 36କିନ୍ତୁ ସେମାନେ ଏହିସବୁ କଥା କହୁଥିବା ସମୟରେ ସେ ଆପେ ଏମାନଙ୍କ ମଧ୍ୟରେ ଉପସ୍ଥିତ ହେଲେ, ଏବଂ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପ୍ରତି ଶାନ୍ତି ବର୍ତ୍ତୁ।” 37ମାତ୍ର ସେମାନେ ଆତଙ୍କିତ ଓ ଭୀତ ହୋଇ ଗୋଟିଏ ଭୂତ ଦେଖୁଅଛନ୍ତି ବୋଲି ମନେ କଲେ। 38ସେଥିରେ ସେ ସେମାନଙ୍କୁ କହିଲେ, “କାହିଁକି ଉଦ୍‌ବିଗ୍ନ ହେଉଅଛ, ପୁଣି, ତୁମ୍ଭମାନଙ୍କ ମନରେ କାହିଁକି ତର୍କବିତର୍କ ଉଠୁଅଛି? 39ଏ ଯେ ସ୍ୱୟଂ ମୁଁ, ମୋହର ହାତ ଓ ପାଦ ଦେଖ, ମୋତେ ସ୍ପର୍ଶ କରି ଦେଖ, କାରଣ ମୋହର ଯେପରି ମାଂସ ଓ ଅସ୍ଥି ଥିବାର ତୁମ୍ଭେମାନେ ଦେଖୁଅଛ, ଭୂତର ସେପରି ନାହିଁ।” 40[ଆଉ ସେ ଏହା କହି ସେମାନଙ୍କୁ ଆପଣା ହାତ ଓ ପାଦ ଦେଖାଇଲେ।] 41ତେବେ ମଧ୍ୟ ସେମାନେ ଆନନ୍ଦ ହେତୁ ଅବିଶ୍ୱାସ କରି ଚମତ୍କୃତ ହେବାରୁ ସେ ସେମାନଙ୍କୁ ପଚାରିଲେ, “ଏଠାରେ ତୁମ୍ଭମାନଙ୍କ ପାଖରେ କଅଣ ଖାଦ୍ୟ ଅଛି?” 42ସେଥିରେ ସେମାନେ ତାହାଙ୍କୁ ଖଣ୍ଡେ ଭଜା ମାଛ ଦେଲେ। 43ଆଉ, ସେ ତାହା ଘେନି ସେମାନଙ୍କ ସାକ୍ଷାତରେ ଭୋଜନ କଲେ। 44ପୁଣି, ସେ ସେମାନଙ୍କୁ କହିଲେ, “ମୋଶାଙ୍କ ବ୍ୟବସ୍ଥାରେ ଏବଂ ଭାବବାଦୀମାନଙ୍କ ଓ ଗୀତସଂହିତା ଧର୍ମଶାସ୍ତ୍ରରେ ମୋʼ ବିଷୟରେ ଯାହା ଯାହା ଲେଖାଅଛି, ସେହିସବୁ ସଫଳ ହେବା ଆବଶ୍ୟକ, ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିଲି।” 45ସେତେବେଳେ ସେମାନେ ଯେପରି ଧର୍ମଶାସ୍ତ୍ର ବୁଝି ପାରନ୍ତି, ସେଥିପାଇଁ ସେ ସେମାନଙ୍କର ମନ ଉନ୍ମୁକ୍ତ କଲେ; 46ଆଉ ସେମାନଙ୍କୁ କହିଲେ, “ଏହି ପ୍ରକାରେ ଲେଖାଅଛି, ଖ୍ରୀଷ୍ଟ ଦୁଃଖଭୋଗ କରିବେ ଓ ତୃତୀୟ ଦିନରେ ମୃତମାନଙ୍କ ମଧ୍ୟରୁ ପୁନର୍ବାର ଜୀବିତ ହେବେ, 47ପୁଣି, ଯିରୂଶାଲମ ସହରରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପ କ୍ଷମା ନିମନ୍ତେ ମନ-ପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ। 48ତୁମ୍ଭେମାନେ ଏହି ସମସ୍ତ ବିଷୟର ସାକ୍ଷୀ ଅଟ

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର