ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅପ୍ରେଲ 2027 › ଅପ୍ରେଲ 12
ଅର୍ଥୋଡକ୍ସ ପଞ୍ଜିକା · 30 ମାର୍ଚ୍ଚ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 12 ଅପ୍ରେଲ 2027
ସୋମବାର · ମହା ଉପବାସର ପଞ୍ଚମ ସପ୍ତାହ · ସ୍ୱର 4
ପର୍ବ ଓ ସନ୍ଥ
Venerable John Climacus of Sinai, Author of “the Ladder” († 649)
ମହା ଉପବାସ
କଠୋର ଉପବାସ (ଶୁଖିଲା ଆହାର: ରୁଟି, ପନିପରିବା, ଫଳ)
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ଷଷ୍ଠ ଘଣ୍ଟା
33ଏହେତୁ ସଦାପ୍ରଭୁ ଅଶୂରୀୟ ରାଜା ବିଷୟରେ ଏହି କଥା କହନ୍ତି, ସେ ଏହି ନଗରକୁ ଆସିବ ନାହିଁ, ଅବା ସେଠାରେ ତୀର ମାରିବ ନାହିଁ, କିଅବା ତହିଁ ସମ୍ମୁଖକୁ ଢାଲ ଧରି ଆସିବ ନାହିଁ, ଅଥବା ତହିଁ ବିରୁଦ୍ଧରେ ବନ୍ଧ ବାନ୍ଧିବ ନାହିଁ। 34ସଦାପ୍ରଭୁ କହନ୍ତି, ସେ ଯେଉଁ ବାଟରେ ଆସିଲା, ସେହି ବାଟରେ ଫେରିଯିବ ଓ ସେ ଏହି ନଗରକୁ ଆସିବ ନାହିଁ। 35କାରଣ ଆମ୍ଭେ ଆପଣା ସକାଶୁ ଓ ଆମ୍ଭ ଦାସ ଦାଉଦ ସକାଶୁ ଏହି ନଗରକୁ ରକ୍ଷା କରିବା ପାଇଁ ସପକ୍ଷ ହେବା।” 36ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଅଶୀ ସହସ୍ର ଲୋକ ସଂହାର କଲେ; ପୁଣି, ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସମସ୍ତେ ମୃତ ଶବ। 37ତହିଁରେ ଅଶୂରର ରାଜା ସନ୍ହେରୀବ ପ୍ରସ୍ଥାନ କଲା ଓ ଫେରିଯାଇ ନୀନିବୀରେ ବାସ କଲା। 38ଏଉତ୍ତାରେ ସେ ଆପଣାର ନିଷ୍ରୋକ ନାମକ ଦେବତାର ଗୃହରେ ପୂଜା କରିବା ବେଳେ ଅଦ୍ରମ୍ମେଲକ୍ ଓ ଶରେତ୍ସର ନାମକ ତାହାର ଦୁଇ ପୁତ୍ର ତାହାକୁ ଖଡ୍ଗରେ ବଧ କଲେ। ତହୁଁ ସେମାନେ ଆରାରାଟ୍ ଦେଶକୁ ପଳାୟନ କଲେ। ପୁଣି, ତାହାର ପୁତ୍ର ଏସର୍ହଦ୍ଦୋନ୍ ତାହାର ପଦରେ ରାଜ୍ୟ କଲା। 38:1ସେହି ସମୟରେ ହିଜକୀୟର ସାଂଘାତିକ ପୀଡ଼ା ହୋଇଥିଲା। ତହିଁରେ ଆମୋସଙ୍କ ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତା ତାହା ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଗୃହ ବିଷୟ ସଜାଡ଼; କାରଣ ତୁମ୍ଭେ ମରିବ, ବଞ୍ଚିବ ନାହିଁ।” 2ଏଥିରେ ହିଜକୀୟ କାନ୍ଥ ଆଡ଼େ ମୁଖ ଫେରାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲା, 3“ହେ ସଦାପ୍ରଭୋ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର।” ଆଉ, ହିଜକୀୟ ଅତିଶୟ ରୋଦନ କଲା। 4ସେତେବେଳେ ଯିଶାଇୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା। 5“ତୁମ୍ଭେ ଯାଇ ହିଜକୀୟକୁ କୁହ, ସଦାପ୍ରଭୁ, ତୁମ୍ଭ ପୂର୍ବପୁରୁଷ ଦାଉଦଙ୍କ ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଅଛୁ, ତୁମ୍ଭର ଲୋତକ ଦେଖିଅଛୁ, ଦେଖ, ଆମ୍ଭେ ତୁମ୍ଭର ଆୟୁ ପନ୍ଦର ବର୍ଷ ବୃଦ୍ଧି କରିବା। 6ପୁଣି, ଆମ୍ଭେ ତୁମ୍ଭକୁ ଓ ଏହି ନଗରକୁ ଅଶୂରୀୟ ରାଜା ହସ୍ତରୁ ରକ୍ଷା କରିବା ଓ ଆମ୍ଭେ ଏହି ନଗରର ସପକ୍ଷ ହେବା।’”
ସନ୍ଧ୍ୟା ପ୍ରାର୍ଥନା: ପାଠ
12ତହିଁରେ ଅବ୍ରାମ କିଣାନ ଦେଶରେ ବସତି କଲେ, ପୁଣି, ଲୋଟ ସେହି ପ୍ରାନ୍ତରସ୍ଥିତ ସମସ୍ତ ନଗର ମଧ୍ୟରେ ବାସ କରି ସଦୋମ ପର୍ଯ୍ୟନ୍ତ ତମ୍ବୁ ସ୍ଥାପନ କରିବାକୁ ଲାଗିଲେ। 13ସେହି ସଦୋମର ଲୋକମାନେ ମହା ଦୁଷ୍ଟ ଓ ସଦାପ୍ରଭୁଙ୍କ ଛାମୁରେ ଅତି ପାପିଷ୍ଠ ଥିଲେ। 14ଏଥିଉତ୍ତାରେ ଅବ୍ରାମଙ୍କଠାରୁ ଲୋଟ ପୃଥକ ହେଲା ଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ଏବେ ତୁମ୍ଭେ ଯେଉଁଠାରେ ଅଛ; ସେହିଠାରୁ ଅନାଇ ଉତ୍ତର, ଦକ୍ଷିଣ, ପୂର୍ବ ଓ ପଶ୍ଚିମ ଦିଗକୁ ଦୃଷ୍ଟିପାତ କର; 15କାରଣ, ଏହି ଯେଉଁ ସକଳ ଦେଶ ତୁମ୍ଭେ ଦେଖୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ଯୁଗାନୁକ୍ରମେ ତୁମ୍ଭର ବଂଶକୁ ଦେବା। 16ପୁଣି, ପୃଥିବୀର ଧୂଳି ପରି ଆମ୍ଭେ ତୁମ୍ଭର ବଂଶ ବୃଦ୍ଧି କରିବା; କେହି ଯଦି ପୃଥିବୀସ୍ଥ ଧୂଳି ଗଣି ପାରଇ, ତେବେ ତୁମ୍ଭର ବଂଶ ଗଣ୍ୟ ହେବ। 17ଉଠ, ଏହି ଦେଶର ଦୀର୍ଘ ପ୍ରସ୍ଥରେ ଭ୍ରମଣ କର; ଯେଣୁ ଆମ୍ଭେ ତୁମ୍ଭକୁ ତାହା ଦେବା।” 18ସେତେବେଳେ ଅବ୍ରାମ ତମ୍ବୁ ତୋଳି ହିବ୍ରୋଣ ନିକଟସ୍ଥ ମମ୍ରିର ଅଲୋନ ବୃକ୍ଷ ମୂଳେ ଯାଇ ବାସ କଲେ, ପୁଣି, ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୋଟିଏ ଯଜ୍ଞବେଦି ନିର୍ମାଣ କଲେ।
ସନ୍ଧ୍ୟା ପ୍ରାର୍ଥନା: ପାଠ
27ମୃତ୍ୟୁର ଫାନ୍ଦରୁ ଫେରାଇବା ପାଇଁ ସଦାପ୍ରଭୁ ବିଷୟକ ଭୟ ଜୀବନର ଝର ସ୍ୱରୂପ। 28ପ୍ରଜା ବାହୁଲ୍ୟରେ ରାଜାର ସମ୍ଭ୍ରମ; ପୁଣି, ପ୍ରଜା ଅଭାବରେ ଭୂପତିର ବିନାଶ। 29ଯେ କ୍ରୋଧ କରିବାରେ ଧୀର, ସେ ବଡ଼ ବୁଦ୍ଧିମାନ; ପୁଣି, ହଠାତ୍ କ୍ରୋଧୀ ଅଜ୍ଞାନତାରୂପ ଧ୍ୱଜା ଟେକେ। 30ଶାନ୍ତ ଅନ୍ତଃକରଣ ଦେହର ଜୀବନ ସ୍ୱରୂପ; ପୁଣି, ଈର୍ଷା ହାଡ଼ର କ୍ଷୟ ସ୍ୱରୂପ। 31ଯେଉଁ ଲୋକ ଦୀନହୀନ ପ୍ରତି ଉପଦ୍ରବ କରେ, ସେ ତାହାର ସୃଷ୍ଟିକର୍ତ୍ତାଙ୍କୁ ନିନ୍ଦା କରେ; ପୁଣି, ଯେ ଦରିଦ୍ରକୁ ଦୟା କରେ, ସେ ତାହାଙ୍କୁ ଆଦର କରେ। 32ଦୁଷ୍ଟ ଲୋକ ଆପଣା ମନ୍ଦକର୍ମରେ ବିନାଶ ହୁଏ, ମାତ୍ର ମରଣକାଳରେ ଧାର୍ମିକର ଆଶ୍ରୟ ଥାଏ। 33ଜ୍ଞାନ ବୁଦ୍ଧିମାନର ହୃଦୟରେ ଥାଏ; ପୁଣି, ମୂର୍ଖର ଆନ୍ତରିକ ଭାବ ଜଣାଯିବ। 34ଧାର୍ମିକତା ରାଜ୍ୟର ଉନ୍ନତି ଜନ୍ମାଏ; ମାତ୍ର ପାପ ନରଗଣର ଅପମାନ। 35ବୁଦ୍ଧିମାନ ଦାସ ରାଜାଙ୍କର ଅନୁଗ୍ରହପାତ୍ର; ପୁଣି, ଯେ ଲଜ୍ଜା ଜନ୍ମାଏ, ତାହା ପ୍ରତି ସେ କ୍ରୋଧ କରନ୍ତି। 15:1କୋମଳ ଉତ୍ତର କ୍ରୋଧକୁ ଦମନ କରେ; ମାତ୍ର କଟୁ ବାକ୍ୟ କୋପ ଜନ୍ମାଏ। 2ଜ୍ଞାନୀମାନଙ୍କ ଜିହ୍ୱା ପ୍ରକୃତ ରୂପେ ଜ୍ଞାନ ବ୍ୟକ୍ତ କରେ; ମାତ୍ର ମୂର୍ଖମାନଙ୍କର ମୁଖ ଅଜ୍ଞାନତା ଉଦ୍ଗାର କରେ। 3ସଦାପ୍ରଭୁଙ୍କ ଚକ୍ଷୁ ସବୁଠାରେ ଥାଇ ଅଧମ ଓ ଉତ୍ତମ ଲୋକଙ୍କୁ ନିରୀକ୍ଷଣ କରେ। 4ଶାନ୍ତ ଜିହ୍ୱା ଜୀବନ-ବୃକ୍ଷ ସ୍ୱରୂପ; ପୁଣି, କୁଟିଳ ଜିହ୍ୱା ଆତ୍ମା ଭଙ୍ଗ କରେ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ମାର୍ଚ୍ଚ 30 ନାଗରିକ ପଞ୍ଜିକାର ଅପ୍ରେଲ 12। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର