Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅପ୍ରେଲ 2027 › ଅପ୍ରେଲ 15

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 15 ଅପ୍ରେଲ 2027

ଗୁରୁବାର · ପାସ୍କା କାଳର ତୃତୀୟ ସପ୍ତାହ

ପର୍ବ ଓ ସନ୍ଥ

ପାସ୍କା କାଳର ତୃତୀୟ ସପ୍ତାହର ଗୁରୁବାର

ସାଧାରଣ ଦିନ · ଉପାସନାର ରଙ୍ଗ: ଧଳା

ଦିନର ପାଠ

ପ୍ରଥମ ପାଠ

ପ୍ରେରି 8:26–40

26ପରେ ପ୍ରଭୁଙ୍କ ଜଣେ ଦୂତ ଫିଲିପ୍ପଙ୍କୁ କହିଲେ, ଉଠ, ଦକ୍ଷିଣ ଦିଗରେ ଯେଉଁ ପଥ ଯିରୂଶାଲମ ସହରରୁ ଗଜ୍ଜା ସହର ଆଡ଼କୁ ଯାଇଅଛି, ସେହି ପଥକୁ ଯାଅ। ତାହା ମରୁଭୂମି। 27ସେଥିରେ ସେ ଉଠି ଗମନ କଲେ। ଆଉ ଦେଖ, ଇଥିଓପିଆ ଦେଶୀୟମାନଙ୍କ କାଣ୍ଡାକୀ ନାମ୍ନୀ ରାଣୀଙ୍କର ଅଧୀନସ୍ଥ ଜଣେ ଉଚ୍ଚପଦ ପ୍ରାପ୍ତ ଇଥିଓପିଆର ନପୁଂସକ, ଯେ ତାହାଙ୍କ ସମସ୍ତ ଥିଲେ, ସେ ଉପାସନା କରିବା ନିମନ୍ତେ ଯିରୂଶାଲମ ସହରକୁ ଆସିଥିଲେ; 28ସେ ବାହୁଡ଼ି ଯାଉ ଯାଉ ଆପଣା ରଥରେ ବସି ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ରପାଠ କରୁଥିଲେ। 29ସେତେବେଳେ ପବିତ୍ର ଆତ୍ମା ଫିଲିପ୍ପଙ୍କୁ କହିଲେ, ନିକଟକୁ ଯାଇ ଏହି ରଥର ସାଙ୍ଗ ଧର। 30ସେଥିରେ ଫିଲିପ୍ପ ଦୌଡ଼ିଯାଇ ସେ ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ର ପାଠ କରୁଥିବା ଶୁଣି ପଚାରିଲେ, ଆପଣ ଯାହା ପାଠ କରୁଅଛନ୍ତି, ତାହା କଅଣ ବୁଝୁଅଛନ୍ତି? 31ସେ କହିଲେ, କେହି ମୋତେ ବୁଝାଇ ନ ଦେଲେ ମୁଁ କିପରି ବୁଝି ପାରିବି? ଆଉ, ସେ ଫିଲିପ୍ପଙ୍କୁ ରଥରେ ଚଢ଼ି ଆସି ଆପଣା ନିକଟରେ ବସିବାକୁ ବିନତି କଲେ। 32ଶାସ୍ତ୍ରର ଯେଉଁ ଅଂଶ ସେ ପାଠ କରୁଥିଲେ, ତାହା ଏହି, “ସେ ମେଷ ତୁଲ୍ୟ ହତ ହେବା ନିମନ୍ତେ ନିଆଗଲେ ପୁଣି, ଲୋମଚ୍ଛେଦକ ସମ୍ମୁଖରେ ମେଷଶାବକ ଯେପରି ନୀରବ ରୁହେ, ସେହିପରି ସେ ଆପଣା ମୁଖ ଫିଟାଇଲେ ନାହିଁ। 33ତାହାଙ୍କ ଅବନତ ହେବାରେ ତାହାଙ୍କ ଦଣ୍ଡ ଅପସାରିତ ହେଲା; ତାହାଙ୍କ ବଂଶ କିଏ ବର୍ଣ୍ଣନା କରିପାରିବ? କାରଣ ତାହାଙ୍କ ପ୍ରାଣ ପୃଥିବୀରୁ ଅପସାରିତ ହେଲା।” 34ନପୁଂସକ ଉତ୍ତର ଦେଇ ଫିଲିପ୍ପଙ୍କୁ କହିଲେ, ମୁଁ ଆପଣଙ୍କୁ ନିବେଦନ କରେ, ଭାବବାଦୀ କାହା ବିଷୟରେ ଏ କଥା କହନ୍ତି? ଆପଣା ବା ଆଉ କାହା ବିଷୟରେ? 35ସେଥିରେ ଫିଲିପ୍ପ ମୁଖ ଫିଟାଇ ଶାସ୍ତ୍ରର ଏହି ବାକ୍ୟରୁ ଆରମ୍ଭ କରି ତାହାଙ୍କ ନିକଟରେ ଯୀଶୁଙ୍କ ସୁସମାଚାର ପ୍ରଚାର କଲେ। 36ଆଉ ସେମାନେ ପଥରେ ଯାଉ ଯାଉ କୌଣସି ଗୋଟିଏ ଜଳାଶୟ ନିକଟରେ ଉପସ୍ଥିତ ହେଲେ; ସେଥିରେ ନପୁଂସକ କହିଲେ, ଏଠାରେ ତ ଜଳ ଅଛି, ମୋହର ବାପ୍ତିଜିତ ହେବା ନିମନ୍ତେ କଅଣ ବାଧା ଅଛି? 37[ଫିଲିପ୍ପ କହିଲେ, ଆପଣ ସମସ୍ତ ଅନ୍ତଃକରଣ ସହିତ ଯଦି ବିଶ୍ୱାସ କରନ୍ତି, ତାହାହେଲେ ହୋଇପାରେ। ସେଥିରେ ସେ ଉତ୍ତର ଦେଲେ, ଯୀଶୁ ଖ୍ରୀଷ୍ଟ ଯେ ଈଶ୍ବରଙ୍କ ପୁତ୍ର, ଏହା ମୁଁ ବିଶ୍ୱାସ କରୁଅଛି।] 38ପୁଣି, ସେ ରଥ ଠିଆ କରିବାକୁ ଆଜ୍ଞା ଦେଲେ, ଆଉ ଫିଲିପ୍ପ ଓ ନପୁଂସକ ଉଭୟ ଜଳ ଭିତରକୁ ଓହ୍ଲାଇଗଲେ, ଆଉ ଫିଲିପ୍ପ ତାହାଙ୍କୁ ବାପ୍ତିସ୍ମ ଦେଲେ। 39ସେମାନେ ଜଳ ମଧ୍ୟରୁ ଉଠି ଆସନ୍ତେ ପ୍ରଭୁଙ୍କର ଆତ୍ମା ଫିଲିପ୍ପଙ୍କୁ ଘେନିଗଲେ, ପୁଣି, ନପୁଂସକ ତାହାଙ୍କୁ ଆଉ ଦେଖିଲେ ନାହିଁ; ତଥାପି ସେ ଆନନ୍ଦ କରୁ କରୁ ଆପଣା ପଥରେ ଚାଲିଗଲେ। 40କିନ୍ତୁ ଫିଲିପ୍ପ ଅଷ୍‌ଦୋଦ୍ ନାମକ ନଗରରେ ଦେଖାଗଲେ, ଆଉ ସେ ଯାଉ ଯାଉ ନଗରେ ନଗରେ ସୁସମାଚାର ପ୍ରଚାର କରି କାଇସରିୟାରେ ଯାଇ ପହଞ୍ଚିଲେ।

ପ୍ରତିଉତ୍ତର ଗୀତ

ଗୀତ 66:8–9, 16–17, 20

8ହେ ଜନବୃନ୍ଦ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଧନ୍ୟବାଦ କର ଓ ତାହାଙ୍କ ପ୍ରଶଂସାର ଧ୍ୱନି ଶୁଣାଅ; 9ସେ ଆମ୍ଭମାନଙ୍କ ପ୍ରାଣକୁ ଜୀବଦ୍ଦଶାରେ ରଖନ୍ତି ଓ ଆମ୍ଭମାନଙ୍କ ଚରଣକୁ ବିଚଳିତ ହେବାକୁ ଦିଅନ୍ତି ନାହିଁ। 16ହେ ପରମେଶ୍ୱରଙ୍କ ଭୟକାରୀ ସମସ୍ତେ, ଆସ ଶୁଣ, ଆଉ ସେ ଆମ୍ଭ ପ୍ରାଣ ପାଇଁ ଯାହା କରିଅଛନ୍ତି, ତାହା ମୁଁ ବର୍ଣ୍ଣନା କରିବି। 17ମୁଁ ଆପଣା ମୁଖରେ ତାହାଙ୍କୁ ଡାକିଲି ଓ ମୋʼ ଜିହ୍ୱା ଦ୍ୱାରା ସେ ପ୍ରତିଷ୍ଠିତ ହେଲେ। 20ପରମେଶ୍ୱର ଧନ୍ୟ ହେଉନ୍ତୁ, ସେ ମୋହର ପ୍ରାର୍ଥନା କିଅବା ମୋʼ ଠାରୁ ଆପଣା ଦୟା ଦୂର କରି ନାହାନ୍ତି।

ସୁସମାଚାର

ଯୋହ 6:44–51

44ମୋହର ପ୍ରେରଣକର୍ତ୍ତା ପିତା ଯାହାକୁ ଆକର୍ଷଣ କରନ୍ତି, କେବଳ ସେ ମୋʼ ନିକଟକୁ ଆସିପାରେ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି। 45ଭାବବାଦୀମାନଙ୍କ ଧର୍ମଶାସ୍ତ୍ରରେ ଲିଖିତ ଅଛି, ‘ସମସ୍ତେ ଈଶ୍ବରଙ୍କ ଦ୍ୱାରା ଶିକ୍ଷା ପ୍ରାପ୍ତ ହେବେ।’ ଯେ କେହି ପିତାଙ୍କଠାରୁ ଶ୍ରବଣ କରି ଶିକ୍ଷା ଲାଭ କରିଅଛି, ସେ ମୋʼ ନିକଟକୁ ଆସେ। 46କେହି ଯେ ପିତାଙ୍କୁ ଦେଖିଅଛି, ତାହା ନୁହେଁ; ଯେ ଈଶ୍ବରଙ୍କଠାରୁ ଆସିଅଛନ୍ତି, କେବଳ ସେ ପିତାଙ୍କୁ ଦେଖିଅଛନ୍ତି। 47ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି। 48ମୁଁ ଜୀବନଦାୟକ ଆହାର। 49ତୁମ୍ଭମାନଙ୍କର ପିତୃ-ପୁରୁଷ ପ୍ରାନ୍ତରରେ ମାନ୍ନା ଭୋଜନ କରି ମୃତ୍ୟୁଭୋଗ କଲେ। 50କେହି ଯେପରି ଭୋଜନ କରି ମୃତ୍ୟୁଭୋଗ ନ କରେ, ଏଥିନିମନ୍ତେ ସ୍ୱର୍ଗରୁ ଅବତରଣ କରିବା ଆହାର ଏହି ଅଟେ। 51ମୁଁ ସ୍ୱର୍ଗରୁ ଅବତୀର୍ଣ୍ଣ ସେହି ଜୀବନ୍ତ ଆହାର; କେହି ଯଦି ଏହି ଆହାର ଭୋଜନ କରେ, ସେ ଅନନ୍ତକାଳ ପର୍ଯ୍ୟନ୍ତ ଜୀବିତ ରହିବ; ହଁ, ମୁଁ ଯେଉଁ ଆହାର ଦେବି, ତାହା ମୋହର ମାଂସ, ମୁଁ ତାହା ଜଗତର ଜୀବନ ନିମନ୍ତେ ଦେବି।”

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର