Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅପ୍ରେଲ 2027 › ଅପ୍ରେଲ 16

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 16 ଅପ୍ରେଲ 2027

ଶୁକ୍ରବାର · ପାସ୍କା କାଳର ତୃତୀୟ ସପ୍ତାହ

ପର୍ବ ଓ ସନ୍ଥ

ପାସ୍କା କାଳର ତୃତୀୟ ସପ୍ତାହର ଶୁକ୍ରବାର

ସାଧାରଣ ଦିନ · ଉପାସନାର ରଙ୍ଗ: ଧଳା

ଉପବାସ ଓ ପ୍ରାୟଶ୍ଚିତ୍ତ

ପ୍ରାୟଶ୍ଚିତ୍ତର ଦିନ

ପ୍ରତ୍ୟେକ ଶୁକ୍ରବାର ପ୍ରାୟଶ୍ଚିତ୍ତର ଦିନ; ପ୍ରତ୍ୟେକ ବିଶପ୍ ସମ୍ମିଳନୀ ଏହା କିପରି ପାଳିବାକୁ ହେବ ସ୍ଥିର କରେ: ମାଂସରୁ ବିରତି କିମ୍ବା ପ୍ରାୟଶ୍ଚିତ୍ତର ଅନ୍ୟ କାର୍ଯ୍ୟ। ଉପବାସ 18ରୁ 59 ବର୍ଷ ପର୍ଯ୍ୟନ୍ତ, ବିରତି 14 ବର୍ଷରୁ ବାଧ୍ୟତାମୂଳକ।

ଦିନର ପାଠ

ପ୍ରଥମ ପାଠ

ପ୍ରେରି 9:1–20

1କିନ୍ତୁ ଶାଉଲ ଏପର୍ଯ୍ୟନ୍ତ ସୁଦ୍ଧା ପ୍ରଭୁଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ଭୟ ଓ ପ୍ରାଣନାଶର କଥା କହି ମହାଯାଜକଙ୍କ ନିକଟକୁ ଗଲେ, 2ପୁଣି, ଏହି ମାର୍ଗର ଯେକୌଣସି ପୁରୁଷ କି ସ୍ତ୍ରୀର ଦେଖା ପାଆନ୍ତି, ସେମାନଙ୍କୁ ଯେପରି ବାନ୍ଧି ଯିରୂଶାଲମ ସହରକୁ ଆଣି ପାରନ୍ତି, ଏଥିସକାଶେ ଦମ୍ମେଶକର ସମସ୍ତ ସମାଜଗୃହ ନିକଟକୁ ତାହାଙ୍କଠାରୁ ପତ୍ର ମାଗିଲେ। 3ପରେ ସେ ଯାଉ ଯାଉ ଦମ୍ମେଶକର ନିକଟବର୍ତ୍ତୀ ହୁଅନ୍ତେ ଅକସ୍ମାତ୍‍ ଆକାଶରୁ ଆଲୋକ ତାହାଙ୍କ ଚାରିଆଡ଼େ ଚମକି ଉଠିଲା। 4ସେଥିରେ ସେ ଭୂମିରେ ପଡ଼ିଯାଇ ତାହାଙ୍କ ପ୍ରତି ଉକ୍ତ ଏହି ବାଣୀ ଶୁଣିଲେ, “ହେ ଶାଉଲ, ହେ ଶାଉଲ କାହିଁକି ଆମ୍ଭକୁ ତାଡ଼ନା କରୁଅଛ?” 5ସେ କହିଲେ, ହେ ପ୍ରଭୁ, ଆପଣ କିଏ? ଆଉ ସେ କହିଲେ, “ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଅଛ, ଆମ୍ଭେ ସେହି ଯୀଶୁ।” 6“କିନ୍ତୁ ଉଠ, ନଗରରେ ପ୍ରବେଶ କର, ଆଉ ତୁମ୍ଭକୁ କଅଣ କରିବାକୁ ହେବ, ତାହା କୁହାଯିବ।” 7ଯେଉଁ ଲୋକମାନେ ତାହାଙ୍କ ସାଙ୍ଗରେ ଯାତ୍ରା କରୁଥିଲେ, ସେମାନେ ସେହି ଶବ୍ଦ ଶୁଣି କାହାରିକୁ ନ ଦେଖିବାରୁ ଅବାକ୍ ହୋଇ ରହିଲେ। 8ପୁଣି, ଶାଉଲ ଭୂମିରୁ ଉଠି ଯେତେବେଳେ ଆପଣା ଆଖି ଫିଟାଇଲେ, ସେତେବେଳେ ସେ କିଛି ଦେଖି ପାରିଲେ ନାହିଁ। ଏଣୁ ସେମାନେ ତାହାଙ୍କ ହାତ ଧରି ତାହାଙ୍କୁ ଦମ୍ମେଶକ ସହରକୁ ଘେନିଗଲେ। 9ଆଉ, ସେ ତିନି ଦିନ ପର୍ଯ୍ୟନ୍ତ ଦୃଷ୍ଟିହୀନ ହୋଇ ରହିଲେ, ପୁଣି, କିଛି ଖାଇଲେ ନାହିଁ କି ପିଇଲେ ନାହିଁ। 10ଦମ୍ମେଶକରେ ହନନୀୟ ନାମକ ଜଣେ ଶିଷ୍ୟ ଥିଲେ; ପ୍ରଭୁ ତାହାଙ୍କୁ ଦର୍ଶନ ଦେଇ କହିଲେ, “ହନନୀୟ।” ସେ କହିଲେ, ହେ ପ୍ରଭୁ, ଆଜ୍ଞା କରିବା ହେଉନ୍ତୁ। 11ସେଥିରେ ପ୍ରଭୁ ତାହାଙ୍କୁ କହିଲେ, “ଉଠ, ସଳଖ ନାମକ ପଥକୁ ଯାଇ ଯିହୂଦାର ଗୃହରେ ତାର୍ଷ ସହରର ଶାଉଲ ନାମକ ଜଣେ ବ୍ୟକ୍ତିର ଅନୁସନ୍ଧାନ କର; କାରଣ ଦେଖ, ସେ ପ୍ରାର୍ଥନା କରୁଅଛି; 12ଆଉ, ସେ ଯେପରି ଦୃଷ୍ଟିପ୍ରାପ୍ତ ହୁଏ, ଏଥିନିମନ୍ତେ ହନନୀୟ ନାମକ ଜଣେ ଲୋକ ଆସି ତାହା ଉପରେ ହସ୍ତାର୍ପଣ କରୁଅଛି ବୋଲି ସେ ଦର୍ଶନ ପାଇଅଛି।” 13କିନ୍ତୁ ହନନୀୟ ଉତ୍ତର ଦେଲେ, ପ୍ରଭୁ, ଯିରୂଶାଲମ ସହରରେ ଆପଣଙ୍କ ସାଧୁମାନଙ୍କ ପ୍ରତି ଏହି ଲୋକ ଯେ କେତେ ଅତ୍ୟାଚାର କରିଅଛି, ତାହା ମୁଁ ଅନେକଙ୍କଠାରୁ ଏହି ଲୋକ ବିଷୟରେ ଶୁଣିଅଛି। 14ଆଉ, ଏହି ସ୍ଥାନରେ ଯେତେ ଲୋକ ଆପଣଙ୍କ ନାମରେ ପ୍ରାର୍ଥନା କରନ୍ତି, ସେମାନଙ୍କୁ ବାନ୍ଧିବା ନିମନ୍ତେ ସେ ପ୍ରଧାନ ଯାଜକମାନଙ୍କ ପାଖରୁ କ୍ଷମତା ପାଇଅଛି। 15କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ଯାଅ; କାରଣ ସେ ଅଣଯିହୁଦୀ, ରାଜା ଓ ଇସ୍ରାଏଲର ସନ୍ତାନମାନଙ୍କ ସମ୍ମୁଖରେ ଆମ୍ଭର ନାମ ବହନ କରିବା ନିମନ୍ତେ ଆମ୍ଭର ଜଣେ ମନୋନୀତ ପାତ୍ର ଅଟେ; 16ଯେଣୁ ଆମ୍ଭର ନାମ ସକାଶେ ତାହାକୁ ଯେ କେତେ ଦୁଃଖଭୋଗ କରିବାକୁ ହେବ, ତାହା ଆମ୍ଭେ ତାହାକୁ ଜଣାଇବା।” 17ସେଥିରେ ହନନୀୟ ପ୍ରସ୍ଥାନ କରି ସେହି ଗୃହରେ ପ୍ରବେଶ କଲେ, ପୁଣି, ତାହାଙ୍କ ଉପରେ ହସ୍ତାର୍ପଣ କରି କହିଲେ, ଶାଉଲ ଭାଇ, ପ୍ରଭୁ, ଅର୍ଥାତ୍‍, ଯେଉଁ ଯୀଶୁ ତୁମ୍ଭର ଆସୁଥିବା ପଥରେ ତୁମ୍ଭକୁ ଦର୍ଶନ ଦେଲେ, ତୁମ୍ଭେ ଯେପରି ଦୃଷ୍ଟିପ୍ରାପ୍ତ ହୁଅ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହୁଅ, ଏଥିନିମନ୍ତେ ସେ ମୋତେ ପ୍ରେରଣ କରିଅଛନ୍ତି। 18ସେହିକ୍ଷଣି ତାହାଙ୍କ ଆଖିରୁ କାତି ପରି କଅଣ ଖସିପଡ଼ିଲା ଓ ସେ ଦୃଷ୍ଟି ପାଇଲେ; ପୁଣି, ସେ ଉଠି ବାପ୍ତିଜିତ ହେଲେ, 19ଆଉ ସେ ଭୋଜନ କରି ବଳ ପାଇଲେ। ଏଥିଉତ୍ତାରେ ସେ ଦମ୍ମେଶକରେ ଥିବା ଶିଷ୍ୟମାନଙ୍କ ସହିତ କେତେକ ଦିନ ରହିଲେ; 20ପୁଣି, ଯୀଶୁ ଯେ ଈଶ୍ବରଙ୍କର ପୁତ୍ର, ଏହା ସେ ଅବିଳମ୍ବରେ ସମାଜଗୃହ ସମୂହରେ ଘୋଷଣା କରିବାକୁ ଲାଗିଲେ।

ପ୍ରତିଉତ୍ତର ଗୀତ

ଗୀତ 117:1–2

1ହେ ସର୍ବଦେଶୀୟମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; ହେ ସମସ୍ତ ଲୋକ, ତାହାଙ୍କର ସ୍ତୁତି କର। 2କାରଣ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଦୟା ଅତିଶୟ ଓ ସଦାପ୍ରଭୁଙ୍କ ସତ୍ୟତା ଅନନ୍ତକାଳସ୍ଥାୟୀ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

ସୁସମାଚାର

ଯୋହ 6:52–59

52ଏଥିରେ ଯିହୁଦୀମାନେ ପରସ୍ପର ବାଗ୍‍ଯୁଦ୍ଧ କରି କହିବାକୁ ଲାଗିଲେ, ଏ କିପରି ଆମ୍ଭମାନଙ୍କୁ ଆପଣା ମାଂସ ଖାଇବାକୁ ଦେଇ ପାରେ? 53ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟପୁତ୍ରଙ୍କର ମାଂସ ଭୋଜନ ନ କଲେ ଓ ତାହାଙ୍କ ରକ୍ତ ପାନ ନ କଲେ, ତୁମ୍ଭମାନଙ୍କଠାରେ ଜୀବନ ନାହିଁ। 54ଯେ ମୋହର ମାଂସ ଭୋଜନ କରେ ଓ ମୋହର ରକ୍ତ ପାନ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି। 55କାରଣ ମୋହର ମାଂସ ପ୍ରକୃତ ଖାଦ୍ୟ ଓ ମୋହର ରକ୍ତ ପ୍ରକୃତ ପେୟ। 56ଯେ ମୋହର ମାଂସ ଭୋଜନ କରେ ଓ ମୋʼ ରକ୍ତ ପାନ କରେ, ସେ ମୋʼ ଠାରେ ରହେ ଓ ମୁଁ ତାହାଠାରେ ରହେ। 57ଜୀବନ୍ତ ପିତା ଯେପରି ମୋତେ ପ୍ରେରଣ କଲେ ଓ ମୁଁ ପିତାଙ୍କ ହେତୁରୁ ଜୀବିତ ଥାଏ, ସେହିପରି ଯେ ମୋତେ ଭୋଜନ କରେ, ସେ ମଧ୍ୟ ମୋʼ ହେତୁ ଜୀବିତ ରହିବ। 58ଯେଉଁ ଆହାର ସ୍ୱର୍ଗରୁ ଅବତରଣ କରିଅଛି, ତାହା ଏହି; ପିତୃ-ପୁରୁଷ ଯେପରି ଭୋଜନ କରି ମୃତ୍ୟୁଭୋଗ କଲେ, ସେପ୍ରକାର ନୁହେଁ; ଯେ ଏହି ଆହାର ଭୋଜନ କରେ, ସେ ଅନନ୍ତକାଳ ପର୍ଯ୍ୟନ୍ତ ଜୀବିତ ରହିବ।” 59ସେ କଫର୍ନାହୂମର ଗୋଟିଏ ସମାଜଗୃହରେ ଶିକ୍ଷା ଦେଉଥିବା ସମୟରେ ଏହି ସମସ୍ତ କଥା କହିଲେ।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର