Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅପ୍ରେଲ 2027 › ଅପ୍ରେଲ 16

ଅର୍ଥୋଡକ୍ସ ପଞ୍ଜିକା · 3 ଅପ୍ରେଲ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 16 ଅପ୍ରେଲ 2027

ଶୁକ୍ରବାର · ମହା ଉପବାସର ପଞ୍ଚମ ସପ୍ତାହ · ସ୍ୱର 4

ପର୍ବ ଓ ସନ୍ଥ

Venerable Nicetas the Confessor, Abbot of Medikion († 824)

ମହା ଉପବାସ

କଠୋର ଉପବାସ (ଶୁଖିଲା ଆହାର: ରୁଟି, ପନିପରିବା, ଫଳ)

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ଷଷ୍ଠ ଘଣ୍ଟା

ଯିଶା 45:11–17

11ସଦାପ୍ରଭୁ, ଇସ୍ରାଏଲର ଧର୍ମସ୍ୱରୂପ ଓ ତାହାର ନିର୍ମାଣକର୍ତ୍ତା ଏହି କଥା କହନ୍ତି, “ଆଗାମୀ ଘଟଣାର ବିଷୟ ଆମ୍ଭକୁ ପଚାର; ତୁମ୍ଭେମାନେ ଆମ୍ଭ ସନ୍ତାନଗଣର ବିଷୟରେ ଓ ଆମ୍ଭ ହସ୍ତକୃତ କର୍ମ ବିଷୟରେ ଆମ୍ଭକୁ ଆଦେଶ ଦିଅ। 12ଆମ୍ଭେ ପୃଥିବୀ ନିର୍ମାଣ କରିଅଛୁ ଓ ତହିଁ ମଧ୍ୟରେ ମନୁଷ୍ୟର ସୃଷ୍ଟି କରିଅଛୁ; ଆମ୍ଭେ, ଆମ୍ଭର ହସ୍ତ ହିଁ ଆକାଶମଣ୍ଡଳ ବିସ୍ତୀର୍ଣ୍ଣ କରିଅଛି ଓ ତହିଁର ସକଳ ବିଷୟକୁ ଆମ୍ଭେ ଆଜ୍ଞା ଦେଇଅଛୁ। 13ଆମ୍ଭେ ଧର୍ମରେ ତାହାକୁ ଉତ୍ପନ୍ନ କରିଅଛୁ ଓ ଆମ୍ଭେ ତାହାର ସକଳ ପଥ ସରଳ କରିବା; ସେ ଆମ୍ଭର ନଗର ନିର୍ମାଣ କରିବ ଓ ସେ ଆମ୍ଭର ନିର୍ବାସିତ ଲୋକମାନଙ୍କୁ ଛାଡ଼ିଦେବ, ମୂଲ୍ୟ ନିମନ୍ତେ କିଅବା ପୁରସ୍କାର ନିମନ୍ତେ ନୁହେଁ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। 14ସଦାପ୍ରଭୁ ଏହି କଥା କହନ୍ତି, “ମିସରର ପରିଶ୍ରମର, କୂଶର ବାଣିଜ୍ୟର ଫଳ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ; ସେମାନେ ତୁମ୍ଭର ପଶ୍ଚାଦ୍‍ଗାମୀ ହେବେ; ଶୃଙ୍ଖଳରେ ଆବଦ୍ଧ ହୋଇ ସେମାନେ ଆସିବେ; ପୁଣି, ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ‘ନିଶ୍ଚୟ ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି; ତାହାଙ୍କ ବିନୁ ଆଉ କେହି ନାହିଁ, ଆଉ କେହି ପରମେଶ୍ୱର ନାହାନ୍ତି।’” 15ହେ ତ୍ରାଣକର୍ତ୍ତା, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ନିଶ୍ଚୟ ଆତ୍ମଗୋପନକାରୀ ପରମେଶ୍ୱର ଅଟ। 16ସେମାନେ ଲଜ୍ଜିତ ହେବେ, ହଁ, ସେମାନେ ସମସ୍ତେ ବିବ୍ରତ ହେବେ; ପ୍ରତିମା ନିର୍ମାଣକାରୀ ସମସ୍ତେ ଏକାସଙ୍ଗେ ଅପମାନଗ୍ରସ୍ତ ହେବେ। 17ମାତ୍ର ଇସ୍ରାଏଲ, ସଦାପ୍ରଭୁଙ୍କ ଦ୍ୱାରା ଅନନ୍ତକାଳସ୍ଥାୟୀ ପରିତ୍ରାଣ ପ୍ରାପ୍ତ ହେବ; ତୁମ୍ଭେମାନେ ଯୁଗଯୁଗାନ୍ତ ପର୍ଯ୍ୟନ୍ତ ଲଜ୍ଜିତ କିଅବା ବିବ୍ରତ ହେବ ନାହିଁ।

ସନ୍ଧ୍ୟା ପ୍ରାର୍ଥନା: ପାଠ

ଆଦି 22:1–18

1ଏହି ସମସ୍ତ ଘଟଣା ଉତ୍ତାରେ ପରମେଶ୍ୱର ଅବ୍ରହାମଙ୍କର ପରୀକ୍ଷା ନିମନ୍ତେ କହିଲେ, “ହେ ଅବ୍ରହାମ।” ତହିଁରେ ସେ ଉତ୍ତର କଲେ, “ଦେଖନ୍ତୁ, ମୁଁ ଏଠାରେ ଅଛି।” 2ସେତେବେଳେ ସେ କହିଲେ, “ତୁମ୍ଭେ ଏବେ ଆପଣା ପୁତ୍ରକୁ, ତୁମ୍ଭର ଅଦ୍ୱିତୀୟ ପୁତ୍ରକୁ, ଅର୍ଥାତ୍‍, ତୁମ୍ଭେ ଯାହାକୁ ସ୍ନେହ କର, ସେହି ଇସ୍‌ହାକକୁ ଘେନି ମୋରୀୟା ଦେଶକୁ ଯାଅ; ପୁଣି, ଆମ୍ଭେ ସେହି ଦେଶରେ ଯେଉଁ ପର୍ବତ କହିବା, ସେହି ପର୍ବତ ଉପରେ ତାହାକୁ ହୋମାର୍ଥେ ବଳିଦାନ କର।” 3ତହିଁରେ ଅବ୍ରହାମ ପ୍ରଭାତରେ ଉଠି ଗଧ ସଜାଇ ଦୁଇ ଜଣ ଦାସ ଓ ଆପଣା ପୁତ୍ର ଇସ୍‌ହାକକୁ ସଙ୍ଗରେ ନେଲେ, ଆଉ ହୋମ ନିମନ୍ତେ କାଠ କାଟି ପରମେଶ୍ୱରଙ୍କ ନିର୍ଦ୍ଦିଷ୍ଟ ସ୍ଥାନକୁ ଯାତ୍ରା କଲେ। 4ଏଥିଉତ୍ତାରେ ତୃତୀୟ ଦିନରେ ଅବ୍ରହାମ ଅନାଇ ଦୂରରୁ ସେହି ସ୍ଥାନ ଦେଖିଲେ। 5ସେତେବେଳେ ଅବ୍ରହାମ ସେହି ଦାସମାନଙ୍କୁ କହିଲେ, “ତୁମ୍ଭେମାନେ ଏହି ସ୍ଥାନରେ ଗଧ ସହିତ ଥାଅ, ମୁଁ ଓ ବାଳକ ଦୁହେଁ ସେ ସ୍ଥାନକୁ ଯାଇ ଆରାଧନା କରି ପଛେ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବା।” 6ତହୁଁ ଅବ୍ରହାମ ଯଜ୍ଞକାଷ୍ଠ ଘେନି ଆପଣା ପୁତ୍ର ଇସ୍‌ହାକର ସ୍କନ୍ଧରେ ଦେଇ ନିଜ ହସ୍ତରେ ଅଗ୍ନି ଓ ଛୁରିକା ଘେନିଲେ, ପୁଣି, ଦୁହେଁ ଏକତ୍ର ଚାଲିଗଲେ। 7ଆଉ ଇସ୍‌ହାକ ଆପଣା ପିତା ଅବ୍ରହାମଙ୍କୁ ଡାକି କହିଲା, “ହେ ମୋହର ପିତଃ।” ତହିଁରେ ସେ ଉତ୍ତର କଲେ, “ପୁତ୍ର, ଦେଖ, ମୁଁ ଏଠାରେ।” ସେତେବେଳେ ସେ ପଚାରିଲା, “ଏହି ଦେଖ, ଅଗ୍ନି ଓ କାଷ୍ଠ, ମାତ୍ର ହୋମ ନିମନ୍ତେ ମେଣ୍ଢାଛୁଆ କାହିଁ?” 8ତହିଁରେ ଅବ୍ରହାମ କହିଲେ, “ପୁତ୍ର, ପରମେଶ୍ୱର ଆପେ ହୋମ ପାଇଁ ମେଣ୍ଢାଛୁଆ ଯୋଗାଇବେ।” ତହୁଁ ଦୁହେଁ ଏକତ୍ର ଚାଲିଗଲେ। 9ଆଉ ପରମେଶ୍ୱରଙ୍କ ନିରୂପିତ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ଅବ୍ରହାମ ସେଠାରେ ଏକ ଯଜ୍ଞବେଦି ନିର୍ମାଣ କରି ତହିଁ ଉପରେ କାଠ ସଜାଡ଼ି ଆପଣା ପୁତ୍ର ଇସ୍‌ହାକକୁ ବାନ୍ଧି ବେଦିର କାଠ ଉପରେ ଶୁଆଇଲେ। 10ଏଥିଉତ୍ତାରେ ଅବ୍ରହାମ ହସ୍ତ ବିସ୍ତାରି ପୁତ୍ରକୁ ବଧ କରିବା ନିମନ୍ତେ ଛୁରିକା ଧରିଲେ। 11ଏପରି ସମୟରେ ଆକାଶରୁ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଡାକି କହିଲେ, “ହେ ଅବ୍ରହାମ, ହେ ଅବ୍ରହାମ!” ତହିଁରେ ସେ କହିଲେ, “ଦେଖନ୍ତୁ, ମୁଁ ଏଠାରେ।” 12ତହିଁରେ ସେ କହିଲେ, “ତୁମ୍ଭେ ସେହି ବାଳକର ପ୍ରତିକୂଳରେ ହସ୍ତ ବିସ୍ତାର କର ନାହିଁ ଓ ତାହା ପ୍ରତି କିଛି କର ନାହିଁ; କାରଣ ପରମେଶ୍ୱରଙ୍କ ପ୍ରତି ତୁମ୍ଭର ଭୟ ଅଛି, ଏହା ଏବେ ଆମ୍ଭେ ବୁଝିଲୁ; ଯେହେତୁ ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ହିଁ ଅସମ୍ମତ ନୋହିଲ।” 13ସେତେବେଳେ ଅବ୍ରହାମ ଅନାଇ ଆପଣା ପଛଆଡ଼ ବୁଦାର ଲତାରେ ବଦ୍ଧଶୃଙ୍ଗ ଗୋଟିଏ ମେଷ ଦେଖିଲେ; ତହିଁରେ ଅବ୍ରହାମ ଯାଇ ସେହି ମେଷକୁ ଆଣି ଆପଣା ପୁତ୍ର ବଦଳେ ତାକୁ ହୋମ ନିମନ୍ତେ ଉତ୍ସର୍ଗ କଲେ। 14ପୁଣି, ଅବ୍ରହାମ ସେହି ସ୍ଥାନର ନାମ “ଯିହୋବାଃ-ଯିରି” ରଖିଲେ। ଏଥିପାଇଁ ଆଜି ପର୍ଯ୍ୟନ୍ତ ଲୋକେ କହନ୍ତି, “ପର୍ବତରେ ସଦାପ୍ରଭୁ ଯୋଗାଇବେ।” 15ଆଉ ସଦାପ୍ରଭୁଙ୍କ ଦୂତ ଦ୍ୱିତୀୟ ଥର ଆକାଶରୁ ଅବ୍ରହାମଙ୍କୁ ଡାକି କହିଲେ, 16“ସଦାପ୍ରଭୁ କହୁଅଛନ୍ତି, ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ଅସମ୍ମତ ନୋହିଲ; 17ତୁମ୍ଭର ଏହି କର୍ମ ସକାଶୁ ଆମ୍ଭେ ଆପଣା ନାମରେ ଶପଥ କରି କହୁଅଛୁ, ଆମ୍ଭେ ତୁମ୍ଭକୁ ଅବଶ୍ୟ ଆଶୀର୍ବାଦ କରି ଆକାଶସ୍ଥ ତାରାଗଣ ଓ ସମୁଦ୍ରର ବାଲି ପରି ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବା; ତୁମ୍ଭର ବଂଶ ଶତ୍ରୁଗଣର ନଗର-ଦ୍ୱାର ଅଧିକାର କରିବେ। 18ପୁଣି, ପୃଥିବୀସ୍ଥ ସମସ୍ତ ଜାତି ତୁମ୍ଭର ବଂଶ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ଯେହେତୁ ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରିଅଛ।”

ସନ୍ଧ୍ୟା ପ୍ରାର୍ଥନା: ପାଠ

ହିତୋ 17:17–18:5

17ବନ୍ଧୁ ସବୁବେଳେ ପ୍ରେମ କରେ, ପୁଣି ଭାଇ ଦୁର୍ଦ୍ଦଶା କାଳ ନିମନ୍ତେ ଜାତ ଅଟେ। 18ନିର୍ବୋଧ ଲୋକ ହାତ ଦେଇ ଆପଣା ପ୍ରତିବାସୀ ସାକ୍ଷାତରେ ଲଗା ହୁଏ। 19ଯେ କଳି ଭଲ ପାଏ, ସେ ଅପରାଧ ହିଁ ଭଲ ପାଏ; ପୁଣି, ଯେକେହି ଆପଣା ଦ୍ୱାର ଉଚ୍ଚ କରେ, ସେ ବିନାଶ ଖୋଜେ। 20ଯାହାର କୁଟିଳ ଅନ୍ତଃକରଣ, ସେ ମଙ୍ଗଳ ପାଏ ନାହିଁ; ପୁଣି, ଯାହାର ବକ୍ରବାଦୀ ଜିହ୍ୱା, ସେ ଆପଦରେ ପଡ଼େ। 21ମୂର୍ଖର ଜନ୍ମଦାତା ଆପଣାର ଶୋକ ସଞ୍ଚୟ କରେ; ପୁଣି, ମୂଢ଼ର ପିତା ଆନନ୍ଦ ପାଏ ନାହିଁ। 22ଆନନ୍ଦିତ ହୃଦୟ ଉତ୍ତମ ଔଷଧ; ମାତ୍ର ଭଗ୍ନ ଆତ୍ମା ଅସ୍ଥିସବୁକୁ ଶୁଷ୍କ କରେ। 23ଦୁଷ୍ଟ ଲୋକ ବିଚାରର ମାର୍ଗ ବଙ୍କା କରିବାକୁ ଅଣ୍ଟାରୁ ଲାଞ୍ଚ ନିଏ। 24ବୁଦ୍ଧିମାନର ସମ୍ମୁଖରେ ଜ୍ଞାନ ଥାଏ, ମାତ୍ର ମୂର୍ଖର ଦୃଷ୍ଟି ପୃଥିବୀର ପ୍ରାନ୍ତରେ ଥାଏ। 25ମୂର୍ଖ ପୁତ୍ର ଆପଣା ପିତାର ଶୋକ ଓ ଆପଣା ଜନନୀର ଦୁଃଖର କାରଣ ହୁଏ। 26ଧାର୍ମିକକୁ ଶାସ୍ତି ଦେବାର ଅବା କୁଳୀନ ଲୋକଙ୍କୁ ସେମାନଙ୍କ ସରଳତା ସକାଶୁ ପ୍ରହାର କରିବାର ଉଚିତ ନୁହେଁ। 27ଯେ ଅଳ୍ପ ବାକ୍ୟ ବ୍ୟୟ କରେ, ତାହାର ଜ୍ଞାନ ଥାଏ; ପୁଣି, ଯାହାର ଶାନ୍ତ ଆତ୍ମା, ସେ ବୁଦ୍ଧିମାନ। 28ଅଜ୍ଞାନ ହିଁ ତୁନି ହେଲେ, ଜ୍ଞାନବାନ ଗଣିତ ହୁଏ; ପୁଣି, ସେ ଆପଣା ଓଷ୍ଠ ବନ୍ଦ କଲେ, ବୁଦ୍ଧିମାନ ଗଣିତ ହୁଏ। 18:1ଯେ ଆପଣାକୁ ଅନ୍ୟଠାରୁ ପୃଥକ କରେ, ସେ ଆପଣା ଇଷ୍ଟ ଚେଷ୍ଟା କରେ ଓ ସର୍ବପ୍ରକାର ତତ୍ତ୍ୱଜ୍ଞାନ ବିରୁଦ୍ଧରେ କନ୍ଦଳ କରେ। 2ମୂର୍ଖ ଲୋକ ବୁଦ୍ଧିରେ ସନ୍ତୋଷ ପାଏ ନାହିଁ, କେବଳ ଆପଣା ମନର କଥା ପ୍ରକାଶ କରିବାରେ ସନ୍ତୋଷ ପାଏ। 3ଦୁଷ୍ଟ ଆସିଲେ ଅବଜ୍ଞା ଆସେ, ପୁଣି, ଅପମାନ ସଙ୍ଗେ ଦୁର୍ନାମ ଆସେ। 4ମନୁଷ୍ୟର ମୁଖର ବାକ୍ୟ ଗଭୀର ଜଳ ତୁଲ୍ୟ, ପୁଣି, ଜ୍ଞାନର ଉତ୍ପତ୍ତି ସ୍ଥାନ ଜଳସ୍ରୋତ ସଦୃଶ। 5ଦୁଷ୍ଟର ମୁଖାପେକ୍ଷା କରିବାର ଅବା ବିଚାରରେ ଧାର୍ମିକ ପ୍ରତି ଅନ୍ୟାୟ କରିବାର ଭଲ ନୁହେଁ।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅପ୍ରେଲ 3 ନାଗରିକ ପଞ୍ଜିକାର ଅପ୍ରେଲ 16। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର