ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅପ୍ରେଲ 2027 › ଅପ୍ରେଲ 17
ଅର୍ଥୋଡକ୍ସ ପଞ୍ଜିକା · 4 ଅପ୍ରେଲ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 17 ଅପ୍ରେଲ 2027
ଶନିବାର · ମହା ଉପବାସର ପଞ୍ଚମ ସପ୍ତାହ · ସ୍ୱର 4
ପର୍ବ ଓ ସନ୍ଥ
ପରମ ପବିତ୍ର ଈଶ୍ବରଜନନୀଙ୍କ ଆକାଥିଷ୍ଟର ଶନିବାର
ମହା ଉପବାସ
ଉପବାସ: ତେଲ ସହିତ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
24କାରଣ ପ୍ରକୃତ ବିଷୟର ପ୍ରତିରୂପ ଯେ ହସ୍ତକୃତ ମହାପବିତ୍ର ସ୍ଥାନ, ସେଥିରେ ଖ୍ରୀଷ୍ଟ ପ୍ରବେଶ ନ କରି ବରଂ ଆମ୍ଭମାନଙ୍କ ନିମନ୍ତେ ଏବେ ଈଶ୍ବରଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ସ୍ୱର୍ଗରେ ପ୍ରବେଶ କରିଅଛନ୍ତି। 25ମହାଯାଜକ ଯେପରି ଅନ୍ୟର ରକ୍ତ ଘେନି ବର୍ଷକୁ ବର୍ଷ ମହାପବିତ୍ର ସ୍ଥାନରେ ପ୍ରବେଶ କରନ୍ତି, ସେହିପରି ସେ ଯେ ଥରକୁଥର ଆପଣାକୁ ଉତ୍ସର୍ଗ କରିବେ, ତାହା ନୁହେଁ; 26ତାହାହେଲେ ଜଗତର ପତ୍ତନ ସମୟଠାରୁ ଥରକୁଥର ତାହାଙ୍କୁ ମୃତ୍ୟୁଭୋଗ କରିବାକୁ ହୋଇଥାଆନ୍ତା; କିନ୍ତୁ ଏବେ ସେ ଯୁଗାନ୍ତ ସମୟରେ ଆପଣାକୁ ବଳି ରୂପେ ଉତ୍ସର୍ଗ କରିବା ଦ୍ୱାରା ପାପ ଦୂର କରିବାକୁ ପ୍ରକାଶିତ ହୋଇଅଛନ୍ତି। 27ମନୁଷ୍ୟମାନଙ୍କ ନିମନ୍ତେ ଯେପରି ଥରେ ମାତ୍ର ମୃତ୍ୟୁ, 28ଆଉ, ତାହା ପରେ ବିଚାର ନିରୂପିତ ଅଛି, ସେହିପରି ଖ୍ରୀଷ୍ଟ ମଧ୍ୟ ଅନେକଙ୍କ ପାପ ବହନ କରିବା ନିମନ୍ତେ ଥରେ ମାତ୍ର ଉତ୍ସର୍ଗୀକୃତ ହେଲେ, କିନ୍ତୁ ଦ୍ୱିତୀୟ ଥର ପାପ ସକାଶେ ନୁହେଁ, ବରଂ ଯେଉଁମାନେ ତାହାଙ୍କ ଅପେକ୍ଷାରେ ଅଛନ୍ତି, ସେମାନଙ୍କ ପରିତ୍ରାଣ ନିମନ୍ତେ ଦର୍ଶନ ଦେବେ।
ପତ୍ର (ଈଶ୍ବରଜନନୀଙ୍କ ପାଇଁ)
1ପ୍ରକୃତରେ ସେହି ପ୍ରଥମ ନିୟମର ମଧ୍ୟ ଉପାସନା ସମ୍ବନ୍ଧୀୟ ନାନା ବିଧିବିଧାନ ଓ ଗୋଟିଏ ପାର୍ଥିବ ପବିତ୍ର ସ୍ଥାନ ଥିଲା। 2କାରଣ ଗୋଟିଏ ତମ୍ବୁ ନିର୍ମିତ ହୋଇଥିଲା, ସେଥିର ପ୍ରଥମ ଭାଗରେ ଦୀପବୃକ୍ଷ, ମେଜ ଓ ଉତ୍ସର୍ଗୀକୃତ ରୁଟି ଥିଲା ତାହାକୁ ପବିତ୍ର ସ୍ଥାନ ବୋଲି କହନ୍ତି। 3ପୁଣି, ଦ୍ୱିତୀୟ ଯବନିକାର ପଶ୍ଚାତରେ ତମ୍ବୁର ଯେଉଁ ଭାଗ ଥିଲା, ତାହାକୁ ମହାପବିତ୍ର ସ୍ଥାନ ବୋଲି କହନ୍ତି; 4ସେଠାରେ ସୁବର୍ଣ୍ଣର ଧୂପବେଦି ଓ ଚତୁଃପାର୍ଶ୍ୱ ସୁବର୍ଣ୍ଣ ମଣ୍ଡିତ ନିୟମ-ସିନ୍ଦୁକ ଥିଲା। ସେହି ନିୟମ-ସିନ୍ଦୁକରେ ମାନ୍ନା ରଖାଯାଇଥିବା ଗୋଟିଏ ସୁବର୍ଣ୍ଣର ପାତ୍ର, ହାରୋଣଙ୍କ ମଞ୍ଜରିତ ଯଷ୍ଟି ଓ ନିୟମର ଦୁଇ ପ୍ରସ୍ତରଫଳକ ଥିଲା, 5ଆଉ ତାହା ଉପରେ ପାପାଚ୍ଛାଦନକୁ ଛାୟା କରୁଥିବା ଈଶ୍ବରଙ୍କ ଗୌରବସୂଚକ ଦୁଇଟି କିରୂବ ଥିଲେ; ସେହିସବୁ ବିଷୟରେ ଏବେ ଆମ୍ଭେମାନେ ସବିଶେଷ କହି ନ ପାରୁ। 6ଏହିସବୁ ଏହି ପ୍ରକାରେ ପ୍ରସ୍ତୁତ ହୋଇଥିବାରୁ ଯାଜକମାନେ ଉପାସନା କରିବା ନିମନ୍ତେ ତମ୍ବୁର ପ୍ରଥମ ଭାଗରେ ସର୍ବଦା ପ୍ରବେଶ କରନ୍ତି, 7କିନ୍ତୁ ଦ୍ୱିତୀୟ ଭାଗରେ କେବଳ ମହାଯାଜକ ବର୍ଷକୁ ଥରେ ପ୍ରବେଶ କରନ୍ତି, ଆଉ ସେ ଆପଣାର ଓ ଲୋକମାନଙ୍କର ଅଜ୍ଞାନକୃତ ପାପ ନିମନ୍ତେ ଉତ୍ସର୍ଗ କରିବାର ରକ୍ତ ନ ନେଇ ପ୍ରବେଶ କରନ୍ତି ନାହିଁ।
ସୁସମାଚାର
27ଏଥିଉତ୍ତାରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କାଇସରିୟା ଫିଲିପ୍ପୀ ଅଞ୍ଚଳର ଗ୍ରାମମାନଙ୍କୁ ପ୍ରସ୍ଥାନ କଲେ, ଆଉ ପଥ ମଧ୍ୟରେ ଆପଣା ଶିଷ୍ୟମାନଙ୍କୁ ପଚାରିବାକୁ ଲାଗିଲେ, “ମୁଁ କିଏ ବୋଲି ଲୋକେ କଅଣ କହନ୍ତି?” 28ଏଥିରେ ସେମାନେ ତାହାଙ୍କୁ କହିଲେ, ବାପ୍ତିଜକ ଯୋହନ, ଆଉ କେହି କେହି ଏଲୀୟ, କିନ୍ତୁ କେହି କେହି କହନ୍ତି, ଭାବବାଦୀମାନଙ୍କ ମଧ୍ୟରୁ ଜଣେ। 29ସେ ସେମାନଙ୍କୁ ପଚାରିଲେ, “କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କଅଣ କହୁଅଛ?” ପିତର ତାହାଙ୍କୁ ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ। 30ସେଥିରେ ଯୀଶୁ ସେମାନଙ୍କୁ ତାହାଙ୍କ ବିଷୟରେ କାହାରିକୁ କିଛି ନ କହିବାକୁ ଦୃଢ଼ରୂପେ ଆଜ୍ଞା ଦେଲେ। 31ଆଉ, ଯୀଶୁ ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ ଯେ, ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ୱାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି, ତିନି ଦିନ ପରେ ପୁନରୁତ୍ଥାନ ହେବାକୁ ହେବ।
ସୁସମାଚାର (ଈଶ୍ବରଜନନୀଙ୍କ ପାଇଁ)
38ସେମାନେ ଯାତ୍ରା କରୁଥିବା ସମୟରେ ସେ ଗୋଟିଏ ଗ୍ରାମରେ ପ୍ରବେଶ କଲେ ଏବଂ ମାର୍ଥା ନାମରେ ଜଣେ ସ୍ତ୍ରୀଲୋକ ଯୀଶୁଙ୍କୁ ନିଜ ଘରକୁ ଡାକିଲେ। 39ତାହାଙ୍କର ଜଣେ ଭଉଣୀ ଥିଲେ ତାହାଙ୍କ ନାମ ମରୀୟମ, ସେ ପ୍ରଭୁଙ୍କ ପାଦ ତଳେ ବସି ତାହାଙ୍କ ବାକ୍ୟ ଶୁଣୁଥିଲେ। 40କିନ୍ତୁ ମାର୍ଥା ଖାଦ୍ୟ ପ୍ରସ୍ତୁତ କରିବାରେ ବହୁତ ବ୍ୟସ୍ତ ହେଉଥିଲେ; ଏଣୁ ସେ ତାହାଙ୍କ ନିକଟକୁ ଆସି କହିଲେ, ହେ ପ୍ରଭୁ, ମୋହର ଭଉଣୀ ଯେ ଏକାକୀ ମୋʼ ଉପରେ ପରିଚର୍ଯ୍ୟାର ଭାର ପକାଇ ଦେଇଅଛି ସେ ଆଡ଼କୁ କଅଣ ଆପଣଙ୍କର ମନ ନାହିଁ? ତେବେ ମୋତେ ସାହାଯ୍ୟ କରିବା ନିମନ୍ତେ ତାହାକୁ କୁହନ୍ତୁ। 41କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ମାର୍ଥା, ମାର୍ଥା, ତୁମ୍ଭେ ବହୁତ ବିଷୟରେ ଚିନ୍ତିତ ଓ ବ୍ୟତିବ୍ୟସ୍ତ ହେଉଅଛ, 42କିନ୍ତୁ ଅଳ୍ପ କେତୋଟି, ବରଂ ଗୋଟିଏ ମାତ୍ର ଆବଶ୍ୟକ; ମରୀୟମ ତ ଉତ୍ତମ ଭାଗ ମନୋନୀତ କରିଅଛି, ଆଉ ତାହା ତାହାଠାରୁ ନିଆଯିବ ନାହିଁ।” 11:27ସେ ଏହି ସମସ୍ତ କଥା କହୁଥିବା ସମୟରେ ଲୋକସମୂହ ମଧ୍ୟରେ ଜଣେ ସ୍ତ୍ରୀଲୋକ ଉଚ୍ଚସ୍ୱରରେ କହିଲା, ଧନ୍ୟ ସେହି ଗର୍ଭ, ଯାହା ତୁମ୍ଭକୁ ଧାରଣ କଲା ଓ ସେହି ସ୍ତନ, ଯହିଁରୁ ତୁମ୍ଭେ ପାନ କଲ। 28ମାତ୍ର ସେ କହିଲେ, “ନା, ବରଂ ଯେଉଁମାନେ ଈଶ୍ବରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେମାନେ ଧନ୍ୟ।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅପ୍ରେଲ 4 ନାଗରିକ ପଞ୍ଜିକାର ଅପ୍ରେଲ 17। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର