ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅପ୍ରେଲ 2027 › ଅପ୍ରେଲ 18
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 18 ଅପ୍ରେଲ 2027
ରବିବାର · ପାସ୍କା କାଳର ଚତୁର୍ଥ ସପ୍ତାହ
ପର୍ବ ଓ ସନ୍ଥ
ପାସ୍କା କାଳର ଚତୁର୍ଥ ରବିବାର
ରବିବାର · ଉପାସନାର ରଙ୍ଗ: ଧଳା
ଦିନର ପାଠ
ପ୍ରଥମ ପାଠ
8ସେଥିରେ ପିତର ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସେମାନଙ୍କୁ କହିଲେ, ହେ ଲୋକମାନଙ୍କର ଅଧ୍ୟକ୍ଷ ଓ ପ୍ରାଚୀନମାନେ, 9ଆଜି ଯଦି ଜଣେ ରୋଗୀ ପ୍ରତି କରାଯାଇଥିବା ଉତ୍ତମ କାର୍ଯ୍ୟ ବିଷୟରେ ଆମ୍ଭମାନଙ୍କୁ ପଚରାଯାଏ ଯେ, ଏହି ଲୋକ କି ଉପାୟରେ ସୁସ୍ଥ ହୋଇଅଛି? 10ତାହାହେଲେ ଆପଣମାନେ ସମସ୍ତେ ଓ ସମସ୍ତ ଇସ୍ରାଏଲ ଲୋକ ଜ୍ଞାତ ହେଉନ୍ତୁ ଯେ, ଯେଉଁ ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କୁ ଆପଣମାନେ କ୍ରୁଶରେ ବଧ କରିଅଛନ୍ତି, ଯାହାଙ୍କୁ ଈଶ୍ବର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ତାହାଙ୍କ ନାମରେ, ହଁ, ତାହାଙ୍କ ଦ୍ୱାରା ଏହି ଲୋକଟି ସୁସ୍ଥ ହୋଇ ଆପଣମାନଙ୍କ ସାକ୍ଷାତରେ ଠିଆ ହୋଇଅଛି। 11“‘ଗୃହ ନିର୍ମାଣକାରୀ ଯେ ଆପଣମାନେ, ଆପଣମାନଙ୍କ ଦ୍ୱାରା ଯେଉଁ ପ୍ରସ୍ତର ଅଗ୍ରାହ୍ୟ ହୋଇଥିଲା, ଯାହା କୋଣର ପ୍ରଧାନ ପ୍ରସ୍ତର ହେଲା, ସେ ସେହି ପ୍ରସ୍ତର।’ 12ତାହାଙ୍କ ଛଡ଼ା ଆଉ କାହାଠାରେ ପରିତ୍ରାଣ ନାହିଁ; କାରଣ ଯାହା ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ ପାଇବାକୁ ହେବ, ଆକାଶ ତଳେ ମନୁଷ୍ୟମାନଙ୍କ ମଧ୍ୟରେ ଆଉ କୌଣସି ନାମ ଦିଆଯାଇ ନାହିଁ।”
ପ୍ରତିଉତ୍ତର ଗୀତ
ଗୀତ 118:1, 8–9, 21–23, 26, 28–29
1ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, କାରଣ ସେ ମଙ୍ଗଳମୟ; ହଁ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 8ମନୁଷ୍ୟ ଉପରେ ନିର୍ଭର ରଖିବା ଅପେକ୍ଷା ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ। 9ଅଧିପତିମାନଙ୍କ ଉପରେ ନିର୍ଭର ରଖିବା ଅପେକ୍ଷା ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ। 21ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି, କାରଣ ତୁମ୍ଭେ ମୋତେ ଉତ୍ତର ଦେଇଅଛ ଓ ମୋହର ପରିତ୍ରାଣ ହୋଇଅଛି। 22ଗାନ୍ଥକମାନେ ଯେଉଁ ପଥର ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହୋଇଅଛି। 23ଏହା ସଦାପ୍ରଭୁଙ୍କ କର୍ମ; ଏହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟ। 26ସଦାପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ; ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହରୁ ତୁମ୍ଭକୁ ଆଶୀର୍ବାଦ କରିଅଛୁ। 28ତୁମ୍ଭେ ମୋହର ପରମେଶ୍ୱର, ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; ତୁମ୍ଭେ ମୋହର ପରମେଶ୍ୱର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି। 29ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ; ହଁ, ତାହାଙ୍କର କରୁଣା ଅନନ୍ତକାଳସ୍ଥାୟୀ।
ଦ୍ୱିତୀୟ ପାଠ
1ଦେଖ, ପିତା ଈଶ୍ବର ଆମ୍ଭମାନଙ୍କୁ କି ପ୍ରକାର ପ୍ରେମ ଦାନ କରିଅଛନ୍ତି ଯେ, ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ବୋଲି ଖ୍ୟାତ ହେବୁ, ଆଉ ଆମ୍ଭେମାନେ ତାହା ହିଁ ଅଟୁ। ଏଥିସକାଶେ ଜଗତ ଆମ୍ଭମାନଙ୍କୁ ଚିହ୍ନୁ ନାହିଁ, କାରଣ ତାହା ତାହାଙ୍କୁ ଚିହ୍ନି ନ ଥିଲା। 2ହେ ପ୍ରିୟମାନେ, ବର୍ତ୍ତମାନ ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ଅଟୁ, ଆଉ ଆମ୍ଭେମାନେ କଅଣ ହେବା, ତାହା ଏପର୍ଯ୍ୟନ୍ତ ପ୍ରକାଶିତ ହୋଇ ନାହିଁ। ଆମ୍ଭେମାନେ ଜାଣୁ ଯେ, ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ଆମ୍ଭେମାନେ ତାହାଙ୍କ ସଦୃଶ ହେବା, କାରଣ ସେ ଯେପରି, ଆମ୍ଭେମାନେ ସେହିପରି ତାହାଙ୍କୁ ଦର୍ଶନ କରିବା।
ସୁସମାଚାର
11ମୁଁ ଉତ୍ତମ ମେଷପାଳକ; ଉତ୍ତମ ମେଷପାଳକ ମେଷଗୁଡ଼ିକ ନିମନ୍ତେ ଆପଣା ପ୍ରାଣ ଦିଏ। 12ଯେ ମେଷପାଳକ ନୁହେଁ, ମାତ୍ର ମୂଲିଆ, ମେଷଗୁଡ଼ିକ ଯାହାର ନିଜର ନୁହଁନ୍ତି, ସେ ବାଘ ଆସିବା ଦେଖି ମେଷଗୁଡ଼ିକୁ ଛାଡ଼ି ପଳାଏ (ଆଉ ବାଘ ସେମାନଙ୍କୁ ଧରି ଛିନ୍ନଭିନ୍ନ କରେ), 13କାରଣ ସେ ମୂଲିଆ ଓ ମେଷଗୁଡ଼ିକ ନିମନ୍ତେ ଚିନ୍ତା କରେ ନାହିଁ। 14ମୁଁ ଉତ୍ତମ ମେଷପାଳକ। ପିତା ଯେପରି ମୋତେ ଜାଣନ୍ତି ଓ ମୁଁ ପିତାଙ୍କୁ ଜାଣେ, 15ସେହିପରି ମୁଁ ମୋʼ ନିଜର ମେଷଗୁଡ଼ିକୁ ଜାଣେ, ଆଉ ମୋʼ ନିଜର ମେଷଗୁଡ଼ିକ ମୋତେ ଜାଣନ୍ତି, ପୁଣି, ମେଷଗୁଡ଼ିକ ନିମନ୍ତେ ମୁଁ ମୋହର ପ୍ରାଣ ଦିଏ। 16ଯେଉଁ ମେଷଗୁଡ଼ିକ ଏହି ମେଷଶାଳାର ନୁହଁନ୍ତି, ମୋହର ଏପରି ଅନ୍ୟ ମେଷଗୁଡ଼ିକ ଅଛନ୍ତି, ସେମାନଙ୍କୁ ମଧ୍ୟ ମୋତେ ଆଣିବାକୁ ହେବ, ପୁଣି, ସେମାନେ ମୋହର ସ୍ୱର ଶୁଣିବେ; ସେଥିରେ ଗୋଟିଏ ପଲ ଓ ଗୋଟିଏ ପାଳକ ହେବେ। 17ମୁଁ ମୋହର ପ୍ରାଣ ଦାନ କରିବାରୁ ପିତା ମୋତେ ପ୍ରେମ କରନ୍ତି, ଆଉ ମୁଁ ମୋହର ପ୍ରାଣ ପୁନର୍ବାର ଗ୍ରହଣ କରିବା ନିମନ୍ତେ ତାହା ଦାନ କରେ। 18କେହି ମୋʼଠାରୁ ତାହା ନେଇଯାଇ ନାହିଁ, ମାତ୍ର ମୁଁ ଆପେ ତାହା ଦାନ କରେ। ତାହା ଦାନ କରିବାକୁ ମୋହର ଅଧିକାର ଅଛି ଓ ତାହା ପୁନର୍ବାର ଗ୍ରହଣ କରିବାକୁ ମୋହର ଅଧିକାର ଅଛି। ମୁଁ ମୋହର ପିତାଙ୍କଠାରୁ ଏହି ଆଜ୍ଞା ପାଇଅଛି।”
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର