ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅପ୍ରେଲ 2027 › ଅପ୍ରେଲ 19
ଅର୍ଥୋଡକ୍ସ ପଞ୍ଜିକା · 6 ଅପ୍ରେଲ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 19 ଅପ୍ରେଲ 2027
ସୋମବାର · ମହା ଉପବାସର ଷଷ୍ଠ ସପ୍ତାହ · ସ୍ୱର 5
ପର୍ବ ଓ ସନ୍ଥ
Holy Hierarch Eutychius, Patriarch of Constantinople († 582)
ମହା ଉପବାସ
କଠୋର ଉପବାସ (ଶୁଖିଲା ଆହାର: ରୁଟି, ପନିପରିବା, ଫଳ)
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ଷଷ୍ଠ ଘଣ୍ଟା
17ସଦାପ୍ରଭୁ ତୁମ୍ଭର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ୱରୂପ, ଏହି କଥା କହନ୍ତି; “ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱର, ତୁମ୍ଭକୁ ଉପକାରଜନକ ଶିକ୍ଷା ଦେଉ, ତୁମ୍ଭର ଗନ୍ତବ୍ୟ ପଥରେ ତୁମ୍ଭକୁ ଗମନ କରାଉ। 18ଆଃ, ତୁମ୍ଭେ ଯଦି ଆମ୍ଭ ଆଜ୍ଞାରେ ମନୋଯୋଗ କରିଥାʼନ୍ତ! ତେବେ ତୁମ୍ଭର ଶାନ୍ତି ନଦୀ ତୁଲ୍ୟ ଓ ତୁମ୍ଭର ଧାର୍ମିକତା ସମୁଦ୍ରର ତରଙ୍ଗ ତୁଲ୍ୟ ହୋଇଥାʼନ୍ତା; 19ତୁମ୍ଭର ବଂଶ ମଧ୍ୟ ବାଲୁକା ତୁଲ୍ୟ ଓ ତୁମ୍ଭର ଔରସଜାତ ସନ୍ତାନଗଣ ତହିଁର କଣିକାସମୂହର ତୁଲ୍ୟ ହୋଇଥାʼନ୍ତେ; ତାହାର ନାମ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ କିଅବା ବିନଷ୍ଟ ହୋଇ ନ ଥାʼନ୍ତା।” 20ତୁମ୍ଭେମାନେ ବାବିଲରୁ ବାହାରି ଯାଅ, କଲ୍ଦୀୟମାନଙ୍କ ମଧ୍ୟରୁ ପଳାଅ; ତୁମ୍ଭେମାନେ ଗାୟନ ଧ୍ୱନିରେ ପ୍ରଚାର କରି ଜଣାଅ, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଏହା ପ୍ରକାଶ କର; ତୁମ୍ଭେମାନେ କୁହ, “ସଦାପ୍ରଭୁ ଆପଣା ଦାସ ଯାକୁବକୁ ମୁକ୍ତ କରିଅଛନ୍ତି।” 21ପୁଣି, ସେ ମରୁଭୂମି ଦେଇ ସେମାନଙ୍କୁ ଗମନ କରାଇବା ବେଳେ ସେମାନେ ତୃଷାର୍ତ୍ତ ନୋହିଲେ, ସେ ସେମାନଙ୍କ ନିମନ୍ତେ ଶୈଳରୁ ଜଳସ୍ରୋତ ବୁହାଇଲେ, ଆହୁରି ସେ ଶୈଳକୁ ବିଦୀର୍ଣ୍ଣ କଲେ, ପୁଣି ତହିଁରୁ ଜଳ ନିର୍ଗତ ହେଲା। 22ସଦାପ୍ରଭୁ କହନ୍ତି, “ଦୁଷ୍ଟ ଲୋକମାନଙ୍କର କିଛି ଶାନ୍ତି ନାହିଁ।” 49:1ହେ ଦ୍ୱୀପସମୂହ, ମୋʼ କଥା ଶୁଣ; ହେ ଦୂରସ୍ଥ ଗୋଷ୍ଠୀସମୂହ, ମନୋଯୋଗ କର; ମୁଁ ଗର୍ଭସ୍ଥ ହେବା ସମୟଠାରୁ ସଦାପ୍ରଭୁ ମୋତେ ଆହ୍ୱାନ କରିଅଛନ୍ତି; ମୁଁ ମାତାଙ୍କ ଉଦରରୁ ଭୂମିଷ୍ଠ ହେବା ସମୟଠାରୁ ସେ ମୋହର ନାମ ଉଲ୍ଲେଖ କରିଅଛନ୍ତି; 2ପୁଣି, ସେ ମୋର ମୁଖ ତୀକ୍ଷ୍ଣ ଖଡ୍ଗ ସ୍ୱରୂପ କରିଅଛନ୍ତି, ଆପଣା ହସ୍ତର ଛାୟାରେ ସେ ମୋତେ ଲୁଚାଇଅଛନ୍ତି ଓ ସେ ମୋତେ ଶାଣିତ ତୀର ସ୍ୱରୂପ କରି ଆପଣା ତୂଣରେ ଘୋଡ଼ାଇ ରଖିଅଛନ୍ତି; 3ପୁଣି, ସେ ମୋତେ କହିଲେ, “ତୁମ୍ଭେ ଆମ୍ଭର ଦାସ; ତୁମ୍ଭେ ଇସ୍ରାଏଲ, ତୁମ୍ଭ ଦ୍ୱାରା ଆମ୍ଭେ ମହିମାନ୍ୱିତ ହେବା।” 4ମାତ୍ର ମୁଁ କହିଲି, “ମୁଁ ବ୍ୟର୍ଥରେ ପରିଶ୍ରମ କରିଅଛି, ମୁଁ ନିରର୍ଥକ ଓ ଅସାରତାରେ ମୋହର ଶକ୍ତି ବ୍ୟୟ କରିଅଛି; ତଥାପି ନିଶ୍ଚୟ ମୋହର ବିଚାର ସଦାପ୍ରଭୁଙ୍କ ନିକଟରେ ଓ ମୋହର କର୍ମର ଫଳ ମୋହର ପରମେଶ୍ୱରଙ୍କଠାରେ ଅଛି।”
ସନ୍ଧ୍ୟା ପ୍ରାର୍ଥନା: ପାଠ
1ଏଥିଉତ୍ତାରେ ଇସ୍ହାକ ବୃଦ୍ଧ ହୁଅନ୍ତେ, ଚକ୍ଷୁ ନିସ୍ତେଜ ହେବାରୁ ଆଉ ଦେଖି ପାରିଲେ ନାହିଁ; ସେତେବେଳେ ସେ ଆପଣା ଜ୍ୟେଷ୍ଠ ପୁତ୍ର ଏଷୌକୁ ଡାକି କହିଲେ, “ପୁଅରେ,” ତହିଁରେ ସେ ଉତ୍ତର କଲା, “ଦେଖନ୍ତୁ, ମୁଁ ଏଠାରେ।” 2ତହୁଁ ସେ ତାହାଙ୍କୁ କହିଲେ, “ଦେଖ, ମୁଁ ବୃଦ୍ଧ ହୋଇଅଛି, କେଉଁ ଦିନ ମୋହର ମୃତ୍ୟୁ ହେବ, ତାହା ମୁଁ ଜାଣେ ନାହିଁ। 3ଏବେ ବିନୟ କରୁଅଛି, ତୁମ୍ଭେ ଏତେବେଳେ ତୂଣ ଓ ଧନୁକାଦି ଶସ୍ତ୍ର ଘେନି ପ୍ରାନ୍ତରକୁ ଯାଇ ମୋʼ ନିମନ୍ତେ ମୃଗ ଆଣ। 4ପୁଣି, ମୁଁ ଯେରୂପ ଖାଦ୍ୟ ଭଲ ପାଏ, ସେହିପରି ସୁସ୍ୱାଦୁ ଖାଦ୍ୟ ପ୍ରସ୍ତୁତ କରି ଭୋଜନ ନିମନ୍ତେ ମୋʼ ନିକଟକୁ ଆଣ; ତହିଁରେ ମୋହର ପ୍ରାଣ ମୃତ୍ୟୁ ପୂର୍ବରେ ତୁମ୍ଭକୁ ଆଶୀର୍ବାଦ କରିବ।” 5ଇସ୍ହାକ ଆପଣା ପୁତ୍ର ଏଷୌକୁ ଏହି କଥା କହିବା ସମୟରେ ରିବିକା ଶୁଣିଲା। ଏହେତୁ ଏଷୌ ମୃଗୟା ମାଂସ ଆଣିବା ନିମନ୍ତେ କ୍ଷେତ୍ରକୁ ଗଲା ଉତ୍ତାରେ, 6ରିବିକା ଆପଣା ପୁତ୍ର ଯାକୁବଙ୍କୁ କହିଲା, “ଦେଖ, ତୁମ୍ଭର ଭ୍ରାତା ଏଷୌ ସହିତ ତୁମ୍ଭ ପିତାଙ୍କର କଥୋପକଥନ ମୁଁ ଶୁଣିଲି, 7ସେ ତାହାକୁ କହିଲେ, ‘ତୁମ୍ଭେ ମୃଗୟା ମାଂସ ଆଣି ଆମ୍ଭ ନିମନ୍ତେ ସୁସ୍ୱାଦୁ ଖାଦ୍ୟ ପ୍ରସ୍ତୁତ କର, ତହିଁରେ ଆମ୍ଭେ ଭୋଜନ କରି ମୃତ୍ୟୁ ପୂର୍ବରେ ସଦାପ୍ରଭୁଙ୍କ ଛାମୁରେ ତୁମ୍ଭକୁ ଆଶୀର୍ବାଦ କରିବା।’ 8ଏନିମନ୍ତେ, ପୁଅ, ଏବେ ମୁଁ ତୁମ୍ଭକୁ ଯେଉଁ ଆଜ୍ଞା ଦେଉଅଛି, ମୋହର ସେହି କଥା ଶୁଣ। 9ତୁମ୍ଭେ ଏବେ ଗୋଠକୁ ଯାଇ ସେଠାରୁ ଦୁଇଗୋଟି ଉତ୍ତମ ଛେଳିଛୁଆ ଆଣ; ତହିଁରେ ତୁମ୍ଭର ପିତା ଯେପରି ଭଲ ପାʼନ୍ତି, ସେହିପରି ସୁସ୍ୱାଦୁ ଖାଦ୍ୟ ମୁଁ ରାନ୍ଧିଦେବି। 10ତୁମ୍ଭେ ତାହା ଘେନି ପିତାଙ୍କ ନିକଟକୁ ଯାଅ; ତହିଁରେ ସେ ତାହା ଭୋଜନ କରି ମୃତ୍ୟୁ ପୂର୍ବରୁ ତୁମ୍ଭକୁ ଆଶୀର୍ବାଦ କରିବେ।” 11ସେତେବେଳେ ଯାକୁବ ଆପଣା ମାତା ରିବିକାକୁ କହିଲା, “ଦେଖ, ମୋହର ଭ୍ରାତା ଏଷୌ ଲୋମଶ, ମାତ୍ର ମୁଁ ନିର୍ଲୋମ। 12ଏଣୁ ଯଦି ପିତା ମୋତେ ସ୍ପର୍ଶ କରିବେ, ତେବେ ମୁଁ ତାଙ୍କ ଦୃଷ୍ଟିରେ ପ୍ରବଞ୍ଚକ ଦେଖାଯିବି; ତାହାହେଲେ ମୁଁ ଆପଣା ଉପରକୁ ଆଶୀର୍ବାଦ ନ ଆଣି ଅଭିଶାପ ଆଣିବି।” 13ମାତ୍ର ତାହାର ମାତା କହିଲା, “ପୁଅ, ସେହି ଅଭିଶାପ ମୋତେ ଘଟୁ, କେବଳ ତୁମ୍ଭେ ମୋʼ କଥା ମାନ ଓ ଯାଇ ଛେଳିଛୁଆ ଆଣ।” 14ତହୁଁ ଯାକୁବ ଯାଇ ତାହା ଘେନି ମାତା ନିକଟକୁ ଆଣନ୍ତେ, ମାତା ତାହାର ପିତାଙ୍କର ରୁଚି ଅନୁସାରେ ସୁସ୍ୱାଦୁ ଖାଦ୍ୟ ରନ୍ଧନ କଲା। 15ତହିଁରେ ରିବିକା ଘରେ ଆପଣା ନିକଟରେ ଜ୍ୟେଷ୍ଠ ପୁତ୍ର ଏଷୌର ଥିବା ଉତ୍ତମ ବସ୍ତ୍ର ଆଣି କନିଷ୍ଠ ପୁତ୍ର ଯାକୁବକୁ ପିନ୍ଧାଇଲା। 16ପୁଣି, ଛେଳିଛୁଆର ଛାଲ ଘେନି ତାହା ହସ୍ତରେ ଓ ଗଳଦେଶର ନିର୍ଲୋମ ସ୍ଥାନରେ ଗୁଡ଼ାଇ ଦେଲା। 17ଆଉ ସେହି ରନ୍ଧା ସୁସ୍ୱାଦୁ ଖାଦ୍ୟ ଓ ରୁଟି ଯାକୁବର ହସ୍ତରେ ଦେଲା। 18ତହୁଁ ଯାକୁବ ଆପଣା ପିତା ନିକଟକୁ ଯାଇ କହିଲା, “ପିତଃ,” ସେ ଉତ୍ତର କଲେ, “ଦେଖ, ମୁଁ ଏଠାରେ ପୁତ୍ର, ତୁମ୍ଭେ କିଏ?” 19ଯାକୁବ ଆପଣା ପିତାଙ୍କୁ କହିଲା, “ମୁଁ ଆପଣଙ୍କ ଜ୍ୟେଷ୍ଠ ପୁତ୍ର ଏଷୌ; ଆପଣ ଯାହା ଆଜ୍ଞା କରିଥିଲେ, ମୁଁ ତାହା କରିଅଛି, ଏବେ ନିବେଦନ କରୁଅଛି, ଆପଣ ଉଠନ୍ତୁ, ପୁଣି, ବସି ମୋହର ମୃଗୟା ମାଂସ ଭୋଜନ କରନ୍ତୁ, ତହିଁ ଉତ୍ତାରେ ଆପଣ ମୋତେ ଆଶୀର୍ବାଦ କରନ୍ତୁ।” 20ତହିଁରେ ଇସ୍ହାକ ଆପଣା ପୁତ୍ରକୁ କହିଲେ, “ପୁତ୍ର, ତୁମ୍ଭେ ଏତେ ଶୀଘ୍ର ତାହା କିପରି ପାଇଲ?” ସେ କହିଲା, “ଆପଣଙ୍କ ସଦାପ୍ରଭୁ ପରମେଶ୍ୱର ମୋତେ ତାହା ଭେଟାଇ ଦେଲେ।” 21ଇସ୍ହାକ ଯାକୁବଙ୍କୁ ଆହୁରି କହିଲେ, “ପୁତ୍ର, ମୋʼ ପାଖକୁ ଆସ, ତୁମ୍ଭେ ପ୍ରକୃତରେ ମୋହର ପୁତ୍ର ଏଷୌ କି ନାହିଁ, ତୁମ୍ଭକୁ ସ୍ପର୍ଶ କରି ଜାଣିବି।” 22ତହୁଁ ଯାକୁବ ଆପଣା ପିତା ଇସ୍ହାକଙ୍କ ନିକଟକୁ ଯାʼନ୍ତେ, ସେ ତାହା ସ୍ପର୍ଶ କରି କହିଲେ, “ଏହି ସ୍ୱର ଯାକୁବର ସ୍ୱର, ମାତ୍ର ଏହି ହସ୍ତ ଏଷୌର ହସ୍ତ ଅଟଇ।” 23ଏହିରୂପେ ସେ ତାହାକୁ ଚିହ୍ନି ପାରିଲେ ନାହିଁ, ଯେହେତୁ ସେ ଆପଣା ଭ୍ରାତା ଏଷୌର ହସ୍ତ ନ୍ୟାୟ ଆପଣା ହସ୍ତ ଲୋମଯୁକ୍ତ କରିଥିଲା; ଏଣୁ ସେ ତାହାକୁ ଆଶୀର୍ବାଦ କଲେ। 24ଏଥିଉତ୍ତାରେ ସେ କହିଲେ, “ତୁମ୍ଭେ କି ନିତାନ୍ତ ମୋହର ପୁତ୍ର ଏଷୌ?” ସେ କହିଲା, “ହଁ, ମୁଁ ସେହି।” 25ସେତେବେଳେ ଇସ୍ହାକ କହିଲେ, “ତାହା ମୋʼ ପାଖକୁ ଆଣ; ମୁଁ ଆପଣା ପୁତ୍ରର ଆନୀତ ମୃଗୟା ମାଂସ ଭୋଜନ କରିବି, ତହୁଁ ମୁଁ ତୁମ୍ଭକୁ ଆଶୀର୍ବାଦ କରିବି।” ତହିଁରେ ସେ ନିକଟକୁ ଆଣି ଦିଅନ୍ତେ, ଇସ୍ହାକ ତାହା ଭୋଜନ କଲେ; ପୁଣି, ଦ୍ରାକ୍ଷାରସ ଆଣି ଦିଅନ୍ତେ, ତାହା ପାନ କଲେ। 26ଏଥିଉତ୍ତାରେ ତାହାର ପିତା ଇସ୍ହାକ କହିଲେ, “ପୁତ୍ର, ଏବେ ମୋʼ ନିକଟକୁ ଆସି ମୋତେ ଚୁମ୍ବନ କର।” 27ସେତେବେଳେ ସେ ନିକଟକୁ ଯାଇ ଚୁମ୍ବନ କରନ୍ତେ, ଇସ୍ହାକ ତାହାର ବସ୍ତ୍ରର ଗନ୍ଧ ପାଇ ତାଙ୍କୁ ଆଶୀର୍ବାଦ କରି କହିଲେ, “ଦେଖ, ସଦାପ୍ରଭୁଙ୍କ ଆଶୀର୍ବାଦ ପ୍ରାପ୍ତ କ୍ଷେତ୍ରର ସୁଗନ୍ଧି ତୁଲ୍ୟ ମୋʼ ପୁତ୍ରର ସୁଗନ୍ଧି; 28ପରମେଶ୍ୱର ଆକାଶର କାକରରୁ ଓ ପୃଥିବୀର ଉର୍ବରତାରୁ ଉତ୍ପନ୍ନ (ଫଳ) ଓ ପ୍ରଚୁର ଶସ୍ୟ ଓ ଦ୍ରାକ୍ଷାରସ ତୁମ୍ଭକୁ ଦିଅନ୍ତୁ; 29ଲୋକସମୂହ ତୁମ୍ଭର ସେବା କରନ୍ତୁ ଓ ନାନା ବଂଶ ତୁମ୍ଭକୁ ପ୍ରଣାମ କରନ୍ତୁ; ତୁମ୍ଭେ ଆପଣା ଜ୍ଞାତିମାନଙ୍କର କର୍ତ୍ତା ହୁଅ, ପୁଣି, ତୁମ୍ଭର ମାତୃପୁତ୍ରମାନେ ତୁମ୍ଭକୁ ପ୍ରଣାମ କରନ୍ତୁ; ଯେ ତୁମ୍ଭକୁ ଅଭିଶାପ ଦିଏ, ସେ ଅଭିଶପ୍ତ ହେଉ, ପୁଣି, ଯେ ତୁମ୍ଭକୁ ଆଶୀର୍ବାଦ କରେ, ସେ ଆଶୀର୍ବାଦ ପ୍ରାପ୍ତ ହେଉ।” 30ଏହି ପ୍ରକାରେ ଇସ୍ହାକ ଯାକୁବଙ୍କୁ ଆଶୀର୍ବାଦ କଲା ଉତ୍ତାରେ ଯାକୁବ ଆପଣା ପିତା ଇସ୍ହାକଙ୍କ ନିକଟରୁ ବାହାର ହେବା ମାତ୍ରେ ତାହାର ଭ୍ରାତା ଏଷୌ ଶିକାରରୁ ଆସିଲା। 31ପୁଣି, ସେ ମଧ୍ୟ ସୁସ୍ୱାଦୁ ଖାଦ୍ୟ ପ୍ରସ୍ତୁତ କରି ପିତା ନିକଟକୁ ଆଣି କହିଲା, “ପିତଃ, ଆପଣ ଉଠି ପୁତ୍ରର ଆନୀତ ମୃଗୟା ମାଂସ ଭୋଜନ କରନ୍ତୁ, ତହିଁ ଉତ୍ତାରେ ଆପଣ ମୋତେ ଆଶୀର୍ବାଦ କରନ୍ତୁ।” 32ତହିଁରେ ତାହାର ପିତା ଇସ୍ହାକ କହିଲେ, “ତୁମ୍ଭେ କିଏ?” ସେ କହିଲା, “ମୁଁ ଆପଣଙ୍କ ପୁତ୍ର, ଆପଣଙ୍କ ପ୍ରଥମଜାତ ଏଷୌ।” 33ସେତେବେଳେ ଇସ୍ହାକ ଅତିଶୟ କମ୍ପିତ ହୋଇ କହିଲେ, “ତେବେ ଯେ ମୋʼ ନିକଟକୁ ମୃଗୟା ମାଂସ ଆଣିଥିଲା, ସେ କିଏ? ତୁମ୍ଭ ଆସିବା ପୂର୍ବେ ମୁଁ ତାହା ଭୋଜନ କରି ତାକୁ ଆଶୀର୍ବାଦ କଲି, ଆହୁରି ସେ ଆଶୀର୍ବାଦ ପ୍ରାପ୍ତ ହେବ।” 34ଏଷୌ ପିତାଙ୍କର ଏହି କଥା ଶୁଣିବାମାତ୍ରେ ଅତ୍ୟନ୍ତ ବ୍ୟାକୁଳ ଚିତ୍ତରେ ମହାଚିତ୍କାର କଲା, ପୁଣି, ଆପଣା ପିତାଙ୍କୁ କହିଲା, “ପିତଃ, ମୋତେ, ମୋତେ ମଧ୍ୟ ଆଶୀର୍ବାଦ କରନ୍ତୁ।” 35ତହିଁରେ ଇସ୍ହାକ କହିଲେ, “ତୁମ୍ଭର ଭ୍ରାତା ଆସି ପ୍ରବଞ୍ଚନା କରି ତୁମ୍ଭର (ପ୍ରାପ୍ତବ୍ୟ) ଆଶୀର୍ବାଦ ହରଣ କରିଅଛି।” 36ତହିଁରେ ଏଷୌ କହିଲା, “ତାହାର ଯଥାର୍ଥ ନାମ କି ଯାକୁବ ନୁହେଁ? ଯେହେତୁ ସେ ଦୁଇ ଥର ମୋତେ ପ୍ରବଞ୍ଚନା କରିଅଛି, ସେ ପୂର୍ବରେ ମୋର ଜ୍ୟେଷ୍ଠାଧିକାର ହରଣ କରିଥିଲା, ପୁଣି, ଦେଖ, ଏବେ ମୋର (ପ୍ରାପ୍ତବ୍ୟ) ଆଶୀର୍ବାଦ ମଧ୍ୟ ହରଣ କରିଅଛି।” ସେ ପୁନର୍ବାର କହିଲା, “ଆପଣ କି ମୋʼ ନିମନ୍ତେ ଗୋଟିଏ ଆଶୀର୍ବାଦ ରଖି ନାହାନ୍ତି?” 37ତହୁଁ ଇସ୍ହାକ ଏଷୌକୁ କହିଲେ, “ଦେଖ, ମୁଁ ତାହାକୁ ତୁମ୍ଭର କର୍ତ୍ତା କଲି, ପୁଣି, ତାହାର ଜ୍ଞାତି ସମସ୍ତଙ୍କୁ ତାହାର ଅଧୀନ କଲି, ଆଉ ଶସ୍ୟ ଓ ଦ୍ରାକ୍ଷାରସ ଦ୍ୱାରା ତାହାକୁ ସବଳ କଲି; ଏହେତୁ ପୁତ୍ର, ଏବେ ତୁମ୍ଭ ନିମନ୍ତେ ଆଉ କଅଣ କରିପାରେ?” 38ତହିଁରେ ଏଷୌ ପୁନର୍ବାର ଆପଣା ପିତାଙ୍କୁ କହିଲା, “ପିତଃ, ଆପଣଙ୍କର କି କେବଳ ଗୋଟିଏ ଆଶୀର୍ବାଦ ଥିଲା? ହେ ପିତଃ, ମୋତେ, ମୋତେ ମଧ୍ୟ ଆଶୀର୍ବାଦ କରନ୍ତୁ।” ଏହା କହି ଏଷୌ ଉଚ୍ଚସ୍ୱରରେ କାନ୍ଦିବାକୁ ଲାଗିଲା। 39ତହୁଁ ତାହାର ପିତା ଇସ୍ହାକ ଉତ୍ତର ଦେଇ କହିଲେ, “ଦେଖ, ତୁମ୍ଭର ବସତି ପୃଥିବୀର ଉର୍ବରତାବିହୀନ ଓ ଉପରିସ୍ଥ ଆକାଶର କାକର-ବିହୀନ ହେବ। 40ତୁମ୍ଭେ ଖଡ୍ଗଜୀବୀ ଓ ଆପଣା ଭ୍ରାତାର ଦାସ ହେବ, ମାତ୍ର ଯେତେବେଳେ ତୁମ୍ଭେ ବନ୍ଧନ ଛିଣ୍ଡାଇବ, ସେତେବେଳେ ଆପଣା କାନ୍ଧରୁ ତାହାର ଯୁଆଳି ପକାଇ ଦେବ।” 41ଏହି ପ୍ରକାରେ ଯାକୁବ ଆପଣା ପିତାଠାରୁ ଆଶୀର୍ବାଦ ପାଇବା ସକାଶୁ ଏଷୌ ତାହା ପ୍ରତି ଈର୍ଷାଭାବ ବହି ମନେ ମନେ ଭାଳିଲା, “ମୋହର ପିତାଙ୍କ ଶୋକକାଳ ପ୍ରାୟ ଉପସ୍ଥିତ, ତହିଁ ଉତ୍ତାରେ ମୁଁ ଆପଣା ଭ୍ରାତା ଯାକୁବକୁ ବଧ କରିବି।”
ସନ୍ଧ୍ୟା ପ୍ରାର୍ଥନା: ପାଠ
16ପରମେଶ୍ୱରଙ୍କ ଆଜ୍ଞାପାଳନକାରୀ ଆପଣା ପ୍ରାଣ ରକ୍ଷା କରେ; ମାତ୍ର ଆପଣା ପଥ ବିଷୟରେ ଯେ ଅସାବଧାନ ହୁଏ, ସେ ମରିବ। 17ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ; ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ। 18ଆପଣା ପୁତ୍ରକୁ ଶାସନ କର, କାରଣ ଭରସା ଅଛି; ପୁଣି, ତୁମ୍ଭର ମନ ତାହାର ବିନାଶ ଇଚ୍ଛା ନ କରୁ। 19ଅତି ରାଗୀ ଲୋକ ଶାସ୍ତି ଭୋଗ କରିବ, ଯେହେତୁ ତୁମ୍ଭେ ତାହାକୁ ଥରେ ଉଦ୍ଧାର କଲେ, ତାହା ତୁମ୍ଭକୁ ପୁନର୍ବାର କରିବାକୁ ହେବ। 20ଶେଷାବସ୍ଥାରେ ତୁମ୍ଭେ ଯେପରି ଜ୍ଞାନବାନ ହୁଅ, ଏଥିପାଇଁ ମନ୍ତ୍ରଣା ଶୁଣ ଓ ଉପଦେଶ ଗ୍ରହଣ କର। 21ମନୁଷ୍ୟର ମନରେ ନାନା ସଂକଳ୍ପ ଥାଏ, ମାତ୍ର ସଦାପ୍ରଭୁଙ୍କ ମନ୍ତ୍ରଣା ସ୍ଥିର ହେବ। 22ମନୁଷ୍ୟର ବାସନା ତାହାର ଦୟାର ପରିମାଣ ଏବଂ ମିଥ୍ୟାବାଦୀ ଅପେକ୍ଷା ଦରିଦ୍ର ଲୋକ ଶ୍ରେଷ୍ଠ। 23ସଦାପ୍ରଭୁଙ୍କ ବିଷୟକ ଭୟ ଜୀବନଦାୟକ, ତାହା ଯେଉଁ ଲୋକଠାରେ ଥାଏ, ସେ ତୃପ୍ତ ହୋଇ ବାସ କରିବ; ଆପଦ ତାହାର ନିକଟ ଦେଇ ଯିବ ନାହିଁ। 24ଅଳସୁଆ ଆପଣା ଥାଳୀରେ ହାତ ବୁଡ଼ାଇଲେ, ଆଉ ଥରେ ତାହା ଆପଣା ମୁଖକୁ ନେବାକୁ ସୁଦ୍ଧା ଇଚ୍ଛା କରେ ନାହିଁ। 25ନିନ୍ଦକକୁ ପ୍ରହାର କଲେ, ନିର୍ବୋଧ ଲୋକ ସତର୍କତା ଶିକ୍ଷା କରିବ; ପୁଣି, ବୁଦ୍ଧିମାନକୁ ଅନୁଯୋଗ କଲେ, ସେ ଜ୍ଞାନ ବୁଝିବ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅପ୍ରେଲ 6 ନାଗରିକ ପଞ୍ଜିକାର ଅପ୍ରେଲ 19। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର