Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅପ୍ରେଲ 2027 › ଅପ୍ରେଲ 20

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 20 ଅପ୍ରେଲ 2027

ମଙ୍ଗଳବାର · ପାସ୍କା କାଳର ଚତୁର୍ଥ ସପ୍ତାହ

ପର୍ବ ଓ ସନ୍ଥ

ପାସ୍କା କାଳର ଚତୁର୍ଥ ସପ୍ତାହର ମଙ୍ଗଳବାର

ସାଧାରଣ ଦିନ · ଉପାସନାର ରଙ୍ଗ: ଧଳା

ଦିନର ପାଠ

ପ୍ରଥମ ପାଠ

ପ୍ରେରି 11:19–26

19ଇତିମଧ୍ୟରେ ସ୍ତିଫାନଙ୍କ ସକାଶେ ଘଟିଥିବା କ୍ଲେଶ ହେତୁ ଯେଉଁମାନେ ଛିନ୍ନଭିନ୍ନ ହୋଇ ଯାଇଥିଲେ, ସେମାନେ ଫୈନୀକିଆ ଅଞ୍ଚଳ, ସାଇପ୍ରସ୍ ଦ୍ୱୀପ ଓ ଆନ୍ତିୟଖିଆ ସହର ପର୍ଯ୍ୟନ୍ତ ଭ୍ରମଣ କରି କେବଳ ଯିହୁଦୀମାନଙ୍କ ବିନା ଆଉ କାହାରି ନିକଟରେ ବାକ୍ୟ ପ୍ରଚାର କରୁ ନ ଥିଲେ। 20କିନ୍ତୁ ସେମାନଙ୍କ ମଧ୍ୟରୁ କେତେକ ସାଇପ୍ରସ୍ ଓ କୂରୀଣୀୟ ଲୋକ ଆନ୍ତିୟଖିଆକୁ ଗ୍ରୀକ୍‌ମାନଙ୍କ ନିକଟରେ ମଧ୍ୟ କଥା କହି ପ୍ରଭୁ ଯୀଶୁଙ୍କ ସୁସମାଚାର ପ୍ରଚାର କରିବାକୁ ଲାଗିଲେ। 21ଆଉ ସେମାନଙ୍କ ସହିତ ପ୍ରଭୁଙ୍କର ହସ୍ତ ଥିଲା, ପୁଣି, ଅନେକ ଅନେକ ଲୋକ ବିଶ୍ୱାସ କରି ପ୍ରଭୁଙ୍କ ପ୍ରତି ଫେରିଲେ। 22ସେମାନଙ୍କ ବିଷୟକ ସମ୍ବାଦ ଯିରୂଶାଲମସ୍ଥ ମଣ୍ଡଳୀର କର୍ଣ୍ଣଗୋଚର ହେଲା, ସେଥିରେ ସେମାନେ ଆନ୍ତିୟଖିଆ ପର୍ଯ୍ୟନ୍ତ ବର୍ଣ୍ଣବ୍ବାଙ୍କୁ ପ୍ରେରଣ କଲେ। 23ସେ ଉପସ୍ଥିତ ହୋଇ ଈଶ୍ବରଙ୍କର ଅନୁଗ୍ରହ ଦେଖି ଆନନ୍ଦିତ ହେଲେ, ଆଉ ଯେପରି ସେମାନେ ହୃଦୟର ଏକାଗ୍ରତାରେ ପ୍ରଭୁଙ୍କ ପ୍ରତି ଆସକ୍ତ ହୋଇ ରୁହନ୍ତି, ସେଥିନିମନ୍ତେ ସମସ୍ତଙ୍କୁ ଉତ୍ସାହ ଦେଲେ; 24କାରଣ ସେ ଜଣେ ଉତ୍ତମ ବ୍ୟକ୍ତି, ପୁଣି, ପବିତ୍ର ଆତ୍ମା ଓ ବିଶ୍ୱାସରେ ପରିପୂର୍ଣ୍ଣ ଥିଲେ। ଏହି ପ୍ରକାରେ ଅନେକ ଅନେକ ଲୋକ ପ୍ରଭୁଙ୍କଠାରେ ସଂଯୁକ୍ତ ହେଲେ। 25ପରେ ସେ ଶାଉଲଙ୍କୁ ଖୋଜିବା ପାଇଁ ତାର୍ଷକୁ ବାହାରିଗଲେ, 26ପୁଣି, ସେ ତାହାଙ୍କୁ ପାଇ ଆନ୍ତିୟଖିଆକୁ ଘେନି ଆସିଲେ। ସେମାନେ ସମ୍ପୂର୍ଣ୍ଣ ଏକ ବର୍ଷ ପର୍ଯ୍ୟନ୍ତ ମଣ୍ଡଳୀର ସହିତ ରହି ଅନେକ ଲୋକଙ୍କୁ ଶିକ୍ଷା ଦେଲେ, ପୁଣି, ଆନ୍ତିୟଖିଆରେ ଶିଷ୍ୟମାନେ ପ୍ରଥମରେ ଖ୍ରୀଷ୍ଟିୟାନ ବୋଲି ନାମିତ ହେଲେ।

ପ୍ରତିଉତ୍ତର ଗୀତ

ଗୀତ 87:1–7

1ଗୀତ; କୋରହ-ସନ୍ତାନଗଣର ଗୀତ। ତାହାଙ୍କ ଭିତ୍ତିମୂଳ ପବିତ୍ର ପର୍ବତ ଉପରେ ସ୍ଥାପିତ। 2ସଦାପ୍ରଭୁ ଯାକୁବର ସମସ୍ତ ବାସସ୍ଥାନ ଅପେକ୍ଷା ସିୟୋନର ଦ୍ୱାରସମୂହକୁ ଅଧିକ ସ୍ନେହ କରନ୍ତି। 3ହେ ପରମେଶ୍ୱରଙ୍କ ନଗରୀ, ତୁମ୍ଭ ବିଷୟରେ ନାନାବିଧ ଗୌରବର କଥା କଥିତ ଅଛି। [ସେଲା] 4ମୋʼ ଜାଣିବା ଲୋକଙ୍କ ତୁଲ୍ୟ ମୁଁ ରାହବ ଓ ବାବିଲକୁ ଉଲ୍ଲେଖ କରିବି; ପଲେଷ୍ଟୀୟା, ସୋର ଓ କୂଶକୁ ଦେଖ; “ଏହି ଜଣ ସେଠାରେ ଜାତ ହେଲା।” 5ଆହୁରି, ସିୟୋନ ବିଷୟରେ କୁହାଯିବ, “ଏଜଣ ଓ ସେଜଣ ତହିଁ ମଧ୍ୟରେ ଜାତ ହେଲେ;” ପୁଣି, ସର୍ବୋପରିସ୍ଥ ସ୍ୱୟଂ ତାହା ସୁସ୍ଥିର କରିବେ। 6ସଦାପ୍ରଭୁ ଗୋଷ୍ଠୀବର୍ଗର ନାମ ଲେଖିବା ସମୟରେ, “ଏଜଣ ସେଠାରେ ଜାତ ହେଲା” ବୋଲି ଗଣନା କରିବେ। [ସେଲା] 7ଗାୟକ ଓ ନର୍ତ୍ତକମାନେ କହିବେ, “ମୋହର ସବୁ ଝର ତୁମ୍ଭଠାରେ ଅଛି।”

ସୁସମାଚାର

ଯୋହ 10:22–30

22ସେତେବେଳେ ଯିରୂଶାଲମ ସହରରେ ମନ୍ଦିର ପ୍ରତିଷ୍ଠା ପର୍ବ ପଡ଼ିଲା; ସେ ସମୟ ଶୀତକାଳ, 23ଆଉ ଯୀଶୁ ମନ୍ଦିରରେ ଶଲୋମନଙ୍କ ମଣ୍ଡପରେ ବୁଲୁଥିଲେ। 24ସେଥିରେ ଯିହୁଦୀ ଲୋକମାନେ ତାହାଙ୍କୁ ଚାରିଆଡ଼େ ଘେରି ପଚାରିବାକୁ ଲାଗିଲେ, ଆଉ କେତେ କାଳ ଆମ୍ଭମାନଙ୍କୁ ସନ୍ଦେହରେ ରଖିବ? ଯଦି ତୁମ୍ଭେ ଖ୍ରୀଷ୍ଟ, ତାହାହେଲେ ଆମ୍ଭମାନଙ୍କୁ ସ୍ପଷ୍ଟ ରୂପେ କୁହ। 25ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ କହିଅଛି, କିନ୍ତୁ ତୁମ୍ଭେମାନେ ବିଶ୍ୱାସ କରୁ ନାହଁ; ମୋହର ପିତାଙ୍କ ନାମରେ ମୁଁ ଯେଉଁ ଯେଉଁ କର୍ମ କରୁଅଛି, ସେହିସବୁ ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛି; 26କିନ୍ତୁ ତୁମ୍ଭେମାନେ ବିଶ୍ୱାସ କରୁ ନାହଁ, କାରଣ ତୁମ୍ଭେମାନେ ମୋହର ପଲର ମେଷ ନୁହଁ। 27ମୋʼ ମେଷସବୁ ମୋହର ସ୍ୱର ଶୁଣନ୍ତି ଓ ମୁଁ ସେମାନଙ୍କୁ ଜାଣେ, ଆଉ ସେମାନେ ମୋହର ପଛେ ପଛେ ଚାଲନ୍ତି, 28ପୁଣି, ମୁଁ ସେମାନଙ୍କୁ ଅନନ୍ତ ଜୀବନ ଦିଏ, ଆଉ ସେମାନେ କଦାପି କେବେ ହେଁ ବିନଷ୍ଟ ହେବେ ନାହିଁ, ପୁଣି, କେହି ମୋʼ ହସ୍ତରୁ ସେମାନଙ୍କୁ ହରଣ କରିବ ନାହିଁ। 29ମୋହର ପିତା ମୋତେ ଯାହା ଦେଇଅଛନ୍ତି, ତାହା ସବୁଠାରୁ ବହୁମୂଲ୍ୟ, ଆଉ ପିତାଙ୍କ ହସ୍ତରୁ କେହି ତାହା ହରଣ କରିପାରେ ନାହିଁ। 30ମୁଁ ଓ ପିତା ଏକ।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର