ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅପ୍ରେଲ 2027 › ଅପ୍ରେଲ 22
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 22 ଅପ୍ରେଲ 2027
ଗୁରୁବାର · ପାସ୍କା କାଳର ଚତୁର୍ଥ ସପ୍ତାହ
ପର୍ବ ଓ ସନ୍ଥ
ପାସ୍କା କାଳର ଚତୁର୍ଥ ସପ୍ତାହର ଗୁରୁବାର
ସାଧାରଣ ଦିନ · ଉପାସନାର ରଙ୍ଗ: ଧଳା
ଦିନର ପାଠ
ପ୍ରଥମ ପାଠ
13ପରେ ପାଉଲ ଓ ତାହାଙ୍କ ସଙ୍ଗୀମାନେ ପାଫ ସହରରୁ ଜଳଯାତ୍ରା କରି ପଂଫୂଲିଆ ଦେଶରେ ପର୍ଗୀ ସହରକୁ ଆସିଲେ; କିନ୍ତୁ ଯୋହନ ସେମାନଙ୍କୁ ପରିତ୍ୟାଗ କରି ଯିରୂଶାଲମ ସହରକୁ ବାହୁଡ଼ିଗଲେ। 14ସେମାନେ ପର୍ଗୀଠାରୁ ଯାତ୍ରା କରି ପିସିଦିଆ ଦେଶରେ ଆନ୍ତିୟଖିଆ ସହରରେ ପହଞ୍ଚିଲେ, ଆଉ ବିଶ୍ରାମବାର ଦିନରେ ସମାଜଗୃହକୁ ଯାଇ ବସିଲେ। 15ପୁଣି, ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଶାସ୍ତ୍ରପାଠ ପରେ ସମାଜଗୃହର ଅଧ୍ୟକ୍ଷମାନେ ସେମାନଙ୍କ ନିକଟକୁ ଏହା କହି ପଠାଇଲେ, ଭାଇମାନେ, ଲୋକମାନଙ୍କ ନିମନ୍ତେ ଯଦି ଆପଣମାନଙ୍କର କୌଣସି ଉପଦେଶର ବିଷୟ ଅଛି, ତେବେ କହନ୍ତୁ। 16ସେଥିରେ ପାଉଲ ଠିଆ ହୋଇ ହସ୍ତରେ ସଙ୍କେତ କରି କହିବାକୁ ଲାଗିଲେ, ହେ ଇସ୍ରାଏଲୀୟ ଲୋକମାନେ ଓ ଈଶ୍ବର ଭୟକାରୀମାନେ, ଶ୍ରବଣ କରନ୍ତୁ। 17ଏହି ଇସ୍ରାଏଲ ଜାତିର ଈଶ୍ବର ଆମ୍ଭମାନଙ୍କ ପିତୃପୁରୁଷମାନଙ୍କୁ ମନୋନୀତ କଲେ, ଆଉ ସେମାନେ ମିସର ଦେଶରେ ପ୍ରବାସ କରୁଥିବା ସମୟରେ ସେମାନଙ୍କୁ ଉନ୍ନତ କଲେ, ପୁଣି, ପରାକ୍ରମୀ ବାହୁ ଦ୍ୱାରା ସେଠାରୁ ସେମାନଙ୍କୁ କଢ଼ାଇ ଆଣିଲେ। 18ପରେ ପ୍ରାୟ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ସେ ସେମାନଙ୍କ ବ୍ୟବହାର ସହ୍ୟ କଲେ, 19ପୁଣି, କିଣାନ ଦେଶରେ ସାତଗୋଟି ଜାତିକୁ ବିନାଶ କରି ପ୍ରାୟ ଚାରିଶହ ପଚାଶ ବର୍ଷ ପର୍ଯ୍ୟନ୍ତ ସେମାନଙ୍କୁ ଆପଣା ଦେଶ ଅଧିକାରସ୍ୱରୂପେ ଦେଲେ। 20ଏଥିଉତ୍ତାରେ ଭାବବାଦୀ ଶାମୁୟେଲଙ୍କ ପର୍ଯ୍ୟନ୍ତ ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ। 21ତତ୍ପରେ ସେମାନେ ଜଣେ ରାଜା ପାଇବା ନିମନ୍ତେ ପ୍ରାର୍ଥନା କଲେ, ଆଉ ଈଶ୍ବର ଚାଳିଶ ବର୍ଷ ପର୍ଯ୍ୟନ୍ତ ବିନ୍ୟାମୀନ୍ ଗୋଷ୍ଠୀର କୀଶଙ୍କ ପୁତ୍ର ଶାଉଲଙ୍କୁ ସେମାନଙ୍କୁ ଦେଲେ। 22ପରେ ସେ ତାହାଙ୍କୁ ପଦଚ୍ୟୁତ କରି ସେମାନଙ୍କର ରାଜା ହେବା ନିମନ୍ତେ ଦାଉଦଙ୍କୁ ଉତ୍ଥାପନ କଲେ; ସେ ମଧ୍ୟ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେଇ କହିଲେ, ଆମ୍ଭେ ଯିଶୀର ପୁତ୍ର ଦାଉଦଙ୍କୁ ପାଇଅଛୁ, ସେ ଆମ୍ଭର ମନର ମତ ବ୍ୟକ୍ତି, ସେ ସମସ୍ତ ବିଷୟରେ ଆମ୍ଭର ଇଚ୍ଛା ପାଳନ କରିବେ। 23ତାହାଙ୍କ ବଂଶରୁ ଈଶ୍ବର ପ୍ରତିଜ୍ଞାନୁସାରେ ଇସ୍ରାଏଲ ନିମନ୍ତେ ଜଣେ ତ୍ରାଣକର୍ତ୍ତା; ଅର୍ଥାତ୍ ଯୀଶୁଙ୍କୁ ଉତ୍ପନ୍ନ କରିଅଛନ୍ତି। 24ତାହାଙ୍କ ଆଗମନ ପୂର୍ବେ ଯୋହନ ସମସ୍ତ ଇସ୍ରାଏଲ ଲୋକଙ୍କ ନିକଟରେ ପ୍ରଥମରେ ମନ-ପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିଥିଲେ; 25ଆଉ ଯୋହନ ଆପଣାର ନିରୂପିତ କର୍ମ ସମାପ୍ତ କରୁ କରୁ କହିଲେ, ମୁଁ ଯେ ବୋଲି ତୁମ୍ଭେମାନେ ମନେ କରୁଅଛ, ମୁଁ ସେ ନୁହେଁ। କିନ୍ତୁ ଦେଖ, ମୋ ପଛରେ ଜଣେ ଆସୁଅଛନ୍ତି, ତାହାଙ୍କ ପାଦର ପାଦୁକା ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ।
ପ୍ରତିଉତ୍ତର ଗୀତ
1ଇଷ୍ରାହୀୟ ଏଥନ୍ର ମସ୍କୀଲ୍। ମୁଁ ସର୍ବଦା ସଦାପ୍ରଭୁଙ୍କ ବିବିଧ ଦୟା ବିଷୟ ଗାନ କରିବି; ମୁଁ ଆପଣା ମୁଖରେ ତୁମ୍ଭର ବିଶ୍ୱସ୍ତତା ସମସ୍ତ ପିଢ଼ି ପ୍ରତି ପ୍ରକାଶ କରିବି। 2କାରଣ ଦୟା ସଦାକାଳ ଗଢ଼ାଯିବ ବୋଲି ମୁଁ କହିଅଛି; “ତୁମ୍ଭେ ଆପଣା ବିଶ୍ୱସ୍ତତା ସ୍ୱର୍ଗରେ ହିଁ ସ୍ଥାପନ କରିବ।” 20ଆମ୍ଭେ ଆପଣା ଦାସ ଦାଉଦଙ୍କୁ ପାଇଅଛୁ; ଆମ୍ଭ ପବିତ୍ର ତୈଳରେ ଆମ୍ଭେ ତାହାକୁ ଅଭିଷିକ୍ତ କରିଅଛୁ; 21ଆମ୍ଭ ହସ୍ତ ତାହା ସଙ୍ଗରେ ସ୍ଥିରୀକୃତ ହୋଇ ରହିବ; ମଧ୍ୟ ଆମ୍ଭର ବାହୁ ତାହାକୁ ବଳବାନ କରିବ। 24ମାତ୍ର ଆମ୍ଭର ବିଶ୍ୱସ୍ତତା ଓ ଦୟା ତାହାର ସହବର୍ତ୍ତୀ ହେବ; ପୁଣି, ଆମ୍ଭ ନାମରେ ତାହାର ଶୃଙ୍ଗ ଉନ୍ନତ ହେବ। 26ସେ ଆମ୍ଭଙ୍କୁ ଡାକି କହିବ, ‘ତୁମ୍ଭେ ଆମ୍ଭର ପିତା, ଆମ୍ଭର ପରମେଶ୍ୱର ଓ ଆମ୍ଭ ପରିତ୍ରାଣର ଶୈଳ।’
ସୁସମାଚାର
16ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, କିମ୍ବା ପ୍ରେରିତ ଆପଣା ପ୍ରେରକଠାରୁ ଶ୍ରେଷ୍ଠ ନୁହେଁ। 17ଯଦି ତୁମ୍ଭେମାନେ ଏହିସବୁ ଜାଣ, ତେବେ ସେହି ପ୍ରକାର କଲେ ତୁମ୍ଭେମାନେ ଧନ୍ୟ। 18ମୁଁ ତୁମ୍ଭ ସମସ୍ତଙ୍କ ସମ୍ବନ୍ଧରେ କହୁ ନାହିଁ; କେଉଁ ପ୍ରକାର ଲୋକମାନଙ୍କୁ ମୁଁ ମନୋନୀତ କରିଅଛି, ତାହା ମୁଁ ଜାଣେ; କିନ୍ତୁ ଧର୍ମଶାସ୍ତ୍ରର ଏହି ବାକ୍ୟ ଯେପରି ସଫଳ ହୁଏ, ସେଥିପାଇଁ ଏହିପରି ଘଟୁଅଛି, ଯେ ମୋହର ଅନ୍ନ ଖାଏ, ସେ ମୋହର ବିରୁଦ୍ଧରେ ଗୋଇଠା ଉଠାଇଲା। 19ତାହା ଘଟିବା ସମୟରେ, ମୁଁ ସେହି ଅଟେ ବୋଲି ତୁମ୍ଭେମାନେ ଯେପରି ବିଶ୍ୱାସ କର, ଏଥିନିମନ୍ତେ ତାହା ଘଟିବା ପୂର୍ବେ ମୁଁ ବର୍ତ୍ତମାନ ତୁମ୍ଭମାନଙ୍କୁ କହୁଅଛି। 20ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ପ୍ରେରିତ ବ୍ୟକ୍ତିଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ ଓ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ।”
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର