Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅପ୍ରେଲ 2027 › ଅପ୍ରେଲ 22

ଅର୍ଥୋଡକ୍ସ ପଞ୍ଜିକା · 9 ଅପ୍ରେଲ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 22 ଅପ୍ରେଲ 2027

ଗୁରୁବାର · ମହା ଉପବାସର ଷଷ୍ଠ ସପ୍ତାହ · ସ୍ୱର 5

ପର୍ବ ଓ ସନ୍ଥ

Martyr Eupsychius of Cæsarea in Cappadocia († 362)

ମହା ଉପବାସ

କଠୋର ଉପବାସ (ଶୁଖିଲା ଆହାର: ରୁଟି, ପନିପରିବା, ଫଳ)

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ଷଷ୍ଠ ଘଣ୍ଟା

ଯିଶା 65:8–16

8ସଦାପ୍ରଭୁ ଏହି କଥା କହନ୍ତି, “ଦ୍ରାକ୍ଷାପେଣ୍ଡାରେ ଯେପରି ନୂତନ ଦ୍ରାକ୍ଷାରସ ମିଳେ ଓ ଲୋକେ କହନ୍ତି, ଏହା ନଷ୍ଟ ନ କର, କାରଣ ଏଥିରେ ଆଶୀର୍ବାଦ ଅଛି; ସେହିପରି ଆମ୍ଭେ ଆପଣା ଦାସଗଣ ସକାଶେ କରିବା, ଆମ୍ଭେ ସମସ୍ତଙ୍କୁ ବିନାଶ କରିବା ନାହିଁ। 9ପୁଣି, ଆମ୍ଭେ ଯାକୁବଠାରୁ ଏକ ବଂଶ ଓ ଯିହୁଦାଠାରୁ ଆମ୍ଭ ପର୍ବତଗଣର ଏକ ଅଧିକାରୀ ଉତ୍ପନ୍ନ କରିବା ଓ ଆମ୍ଭର ମନୋନୀତ ଲୋକମାନେ ତାହା ଅଧିକାର କରିବେ ଓ ଆମ୍ଭର ଦାସମାନେ ସେଠାରେ ବସତି କରିବେ। 10ଆଉ, ଆମ୍ଭର ଯେଉଁ ଲୋକମାନେ ଆମ୍ଭର ଅନ୍ୱେଷଣ କରିଅଛନ୍ତି, ସେମାନଙ୍କ ନିମନ୍ତେ ଶାରୋଣ ଏକ ମେଷ ଖୁଆଡ଼ ଓ ଆଖୋର୍‍ ଉପତ୍ୟକା ଗୋପଲର ଶୟନ ସ୍ଥାନ ହେବ। 11ମାତ୍ର ସଦାପ୍ରଭୁଙ୍କୁ ତ୍ୟାଗ କରୁଅଛ, ଆମ୍ଭ ପବିତ୍ର ପର୍ବତକୁ ପାସୋରୁଅଛ, ଭାଗ୍ୟ ଦେବତା ଉଦ୍ଦେଶ୍ୟରେ ମେଜ ସଜାଉଅଛ ଓ ନିରୂପଣୀ ଦେବୀର ଉଦ୍ଦେଶ୍ୟରେ ମିଶ୍ରିତ ଦ୍ରାକ୍ଷାରସ ପୂର୍ଣ୍ଣ କରୁଅଛ ଯେ ତୁମ୍ଭେମାନେ, 12ତୁମ୍ଭମାନଙ୍କୁ ଆମ୍ଭେ ଖଡ୍ଗ ନିମନ୍ତେ ନିରୂପଣ କରିବା ଓ ତୁମ୍ଭେ ସମସ୍ତେ ବଧ ସ୍ଥାନରେ ନଇଁ ପଡ଼ିବ; କାରଣ ଆମ୍ଭେ ଡାକିଲା ବେଳେ ତୁମ୍ଭେମାନେ ଉତ୍ତର ଦେଲ ନାହିଁ; ଆମ୍ଭେ କଥା କହିଲା ବେଳେ ତୁମ୍ଭେମାନେ ଶୁଣିଲ ନାହିଁ; ମାତ୍ର ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ ତୁମ୍ଭେମାନେ କଲ ଓ ଯହିଁରେ ଆମ୍ଭେ ସନ୍ତୁଷ୍ଟ ନୋହୁଁ, ତାହା ହିଁ ମନୋନୀତ କଲ।” 13ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭର ଦାସମାନେ ଭୋଜନ କରିବେ, ମାତ୍ର ତୁମ୍ଭେମାନେ କ୍ଷୁଧାର୍ତ୍ତ ହେବ; ଦେଖ, ଆମ୍ଭର ଦାସମାନେ ପାନ କରିବେ, ମାତ୍ର ତୁମ୍ଭେମାନେ ତୃଷାର୍ତ୍ତ ହେବ; ଦେଖ, ଆମ୍ଭର ଦାସମାନେ ଆନନ୍ଦ କରିବେ, ମାତ୍ର ତୁମ୍ଭେମାନେ ଲଜ୍ଜିତ ହେବ; 14ଦେଖ, ଆମ୍ଭର ଦାସମାନେ ଚିତ୍ତର ସୁଖ ସକାଶୁ ଗାନ କରିବେ, ମାତ୍ର ତୁମ୍ଭେମାନେ ଚିତ୍ତର ଦୁଃଖ ସକାଶୁ କ୍ରନ୍ଦନ କରିବ ଓ ଆତ୍ମାର ବିରକ୍ତି ସକାଶୁ ହାହାକାର କରିବ। 15ପୁଣି, ତୁମ୍ଭେମାନେ ଆମ୍ଭ ମନୋନୀତ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କର ନାମ ଅଭିଶାପ ରୂପେ ରଖିଯିବ ଓ ପ୍ରଭୁ, ସଦାପ୍ରଭୁ ତୁମ୍ଭକୁ ବଧ କରିବେ; ଆଉ, ସେ ଆପଣା ଦାସମାନଙ୍କୁ ଅନ୍ୟ ନାମରେ ଖ୍ୟାତ କରିବେ; 16ତହିଁରେ ଯେଉଁ ଲୋକ ପୃଥିବୀରେ ଆପଣାକୁ ଆଶୀର୍ବାଦ କରେ, ସେ ସତ୍ୟ ପରମେଶ୍ୱରଙ୍କଠାରୁ ଆପଣାକୁ ଆଶୀର୍ବାଦ କରିବ ଓ ଯେଉଁ ଲୋକ ପୃଥିବୀରେ ଶପଥ କରେ, ସେ ସତ୍ୟ ପରମେଶ୍ୱରଙ୍କ ଦ୍ୱାରା ଶପଥ କରିବ; ଯେହେତୁ ପୂର୍ବକାଳର ସଙ୍କଟସବୁ ବିସ୍ମୃତ ହୋଇଅଛି ଓ ତାହାସବୁ ଆମ୍ଭ ଦୃଷ୍ଟିରୁ ଗୁପ୍ତ ହୋଇଅଛି।

ସନ୍ଧ୍ୟା ପ୍ରାର୍ଥନା: ପାଠ

ଆଦି 46:1–7

1ଏଥିଉତ୍ତାରେ ଇସ୍ରାଏଲ ଆପଣା ସର୍ବସ୍ୱ ଘେନି ଯାତ୍ରା କଲେ, ପୁଣି, ବେର୍‍ଶେବାରେ ଓହ୍ଲାଇ ସେଠାରେ ଆପଣା ପିତା ଇସ୍‌ହାକଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ। 2ତହିଁରେ ପରମେଶ୍ୱର ଇସ୍ରାଏଲଙ୍କୁ ରାତିରେ ଦର୍ଶନ ଦେଇ କହିଲେ, “ହେ ଯାକୁବ, ହେ ଯାକୁବ।” ତହିଁରେ ସେ ଉତ୍ତର କଲେ, “ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।” 3ସେତେବେଳେ ସେ କହିଲେ, “ଆମ୍ଭେ ପରମେଶ୍ୱର, ତୁମ୍ଭ ପିତାଙ୍କର ପରମେଶ୍ୱର; ତୁମ୍ଭେ ମିସରକୁ ଯିବା ପାଇଁ ଭୟ କର ନାହିଁ; ଯେହେତୁ ଆମ୍ଭେ ସେଠାରେ ତୁମ୍ଭକୁ ଏକ ବୃହତ ଗୋଷ୍ଠୀ କରିବା। 4ଆମ୍ଭେ ତୁମ୍ଭ ସଙ୍ଗରେ ମିସର ଦେଶକୁ ଯିବା; ପୁଣି, ଆମ୍ଭେ ମଧ୍ୟ ସେଠାରୁ ତୁମ୍ଭକୁ ନିଶ୍ଚୟ ବାହୁଡ଼ାଇ ଆଣିବା, ପୁଣି, ଯୋଷେଫ ନିଜ ହସ୍ତରେ ତୁମ୍ଭର ଚକ୍ଷୁ ମୁଦ୍ରିତ କରିବ।” 5ଏଥିଉତ୍ତାରେ ଯାକୁବ ବେର୍‍ଶେବାଠାରୁ ଯାତ୍ରା କଲେ; ପୁଣି, ତାଙ୍କୁ ନେବା ନିମନ୍ତେ ଫାରୋ ଯେଉଁ ଶଗଡ଼ ପଠାଇଥିଲେ, ତହିଁରେ ଇସ୍ରାଏଲର ପୁତ୍ରଗଣ ଆପଣାମାନଙ୍କ ପିତା ଯାକୁବଙ୍କୁ ଓ ବାଳକମାନଙ୍କୁ ଓ ଭାର୍ଯ୍ୟାମାନଙ୍କୁ ନେଇଗଲେ। 6ଏଉତ୍ତାରେ ସେମାନେ, ଅର୍ଥାତ୍‍, ଯାକୁବ ଓ ତାଙ୍କ ସମସ୍ତ ବଂଶ, ଆପଣାମାନଙ୍କ ପଶୁଗଣ ଓ କିଣାନ ଦେଶରେ ଉପାର୍ଜ୍ଜିତ ସମସ୍ତ ସମ୍ପତ୍ତି ଘେନି ମିସର ଦେଶରେ ପହଞ୍ଚିଲେ। 7ଏହି ପ୍ରକାରେ ଯାକୁବ ଆପଣା ପୁତ୍ରପୌତ୍ର, ପୁତ୍ରୀ ଓ ପୌତ୍ରୀ ସମସ୍ତ ପରିବାର ନେଇ ମିସର ଦେଶକୁ ଗଲେ।

ସନ୍ଧ୍ୟା ପ୍ରାର୍ଥନା: ପାଠ

ହିତୋ 23:15–24:5

15ହେ ମୋହର ପୁତ୍ର, ତୁମ୍ଭର ମନ ଜ୍ଞାନୀ ହେଲେ, ମୋହର, ବିଶେଷରେ ମୋହର ମନ ହୃଷ୍ଟ ହେବ। 16ହଁ, ତୁମ୍ଭ ଓଷ୍ଠ ଯଥାର୍ଥ କଥା କହିଲେ, ମୋହର ଅନ୍ତଃକରଣ ଆହ୍ଲାଦିତ ହେବ। 17ତୁମ୍ଭ ମନ ପାପୀଗଣକୁ ଈର୍ଷା ନ କରୁ, ପୁଣି, ତୁମ୍ଭେ ସମସ୍ତ ଦିନ ସଦାପ୍ରଭୁଙ୍କ ପ୍ରତି ଭୟରେ ଥାଅ। 18କାରଣ ପୁରସ୍କାର ନିତାନ୍ତ ଅଛି ଓ ତୁମ୍ଭର ଭରସା ଉଚ୍ଛିନ୍ନ ହେବ ନାହିଁ। 19ହେ ମୋହର ପୁତ୍ର, ଶୁଣ, ଜ୍ଞାନୀ ହୁଅ, ପୁଣି, ତୁମ୍ଭ ମନକୁ ସତ୍‍ପଥରେ କଢ଼ାଇ ନିଅ। 20ଦ୍ରାକ୍ଷାରସରେ ଆସକ୍ତ ଓ ପେଟାର୍ଥୀ ମାଂସ-ଭୋକ୍ତାମାନଙ୍କ ସଙ୍ଗୀ ହୁଅ ନାହିଁ। 21କାରଣ ମତୁଆଳା ଓ ପେଟୁକ ଦରିଦ୍ର ହେବେ; ପୁଣି ଘୁମା, ମନୁଷ୍ୟକୁ ଚିରାକନା ପିନ୍ଧାଇବ। 22ତୁମ୍ଭ ଜନ୍ମଦାତା ପିତାର କଥା ଶୁଣ, ପୁଣି, ମାତା ବୃଦ୍ଧା ହେଲେ, ତାହାକୁ ତୁଚ୍ଛ କର ନାହିଁ। 23ସତ୍ୟତା କିଣ, ପୁଣି, ତାହା ବିକ ନାହିଁ; ଜ୍ଞାନ, ଉପଦେଶ ଓ ସୁବିବେଚନା କିଣ। 24ଧାର୍ମିକର ପିତା ଅତିଶୟ ଆନନ୍ଦ କରେ, ପୁଣି, ଜ୍ଞାନୀ ସନ୍ତାନର ଜନ୍ମଦାତା ତାହା ହେତୁ ହୃଷ୍ଟ ହୁଏ। 25ତୁମ୍ଭର ପିତା ଓ ତୁମ୍ଭର ମାତା ହୃଷ୍ଟ ହେଉନ୍ତୁ, ତୁମ୍ଭର ଗର୍ଭଧାରିଣୀ ଆନନ୍ଦ କରୁ। 26ହେ ମୋହର ପୁତ୍ର, ତୁମ୍ଭ ହୃଦୟ ମୋତେ ଦିଅ, ପୁଣି, ତୁମ୍ଭ ଚକ୍ଷୁ ମୋʼ ପଥରେ ତୁଷ୍ଟ ହେଉ। 27କାରଣ ବେଶ୍ୟା ଗଭୀର ଖାତ, ପୁଣି, ପରସ୍ତ୍ରୀ ସଂକୀର୍ଣ୍ଣ କୂପ ଅଟେ। 28ଆହୁରି ସେ ଡକାୟତ ପରି ଛକି ବସେ, ପୁଣି, ମନୁଷ୍ୟମାନଙ୍କ ମଧ୍ୟରେ ବିଶ୍ୱାସଘାତକମାନଙ୍କ ସଂଖ୍ୟା ବଢ଼ାଏ। 29କାହାର ହାହାକାର? କାହାର ଓକାର? କାହାର କଳି? କାହାର ବକାବକି? କାହାର ଅକାରଣ କ୍ଷତ? କାହାର ରକ୍ତବର୍ଣ୍ଣ ଚକ୍ଷୁ? 30ଯେଉଁମାନେ ଦ୍ରାକ୍ଷାରସ ପାନରେ ବହୁ କାଳ ବସିଥାʼନ୍ତି, ଯେଉଁମାନେ ମିଶ୍ରିତ ସୁରା ଖୋଜି ବୁଲନ୍ତି, ସେମାନଙ୍କର। 31ଦ୍ରାକ୍ଷାରସ ରଙ୍ଗିୟା ହେଲେ, ପାତ୍ରରେ ଚକମକାଇଲେ ଓ ସହଜେ ଗଳାଧଃକରଣ ହେଲେ, ତୁମ୍ଭେ ତାକୁ ଅନାଅ ନାହିଁ। 32ଶେଷରେ ତାହା ସର୍ପ ପରି କାମୁଡ଼େ ଓ କାଳସର୍ପ ତୁଲ୍ୟ ଦଂଶନ କରେ। 33ତୁମ୍ଭର ଚକ୍ଷୁ ବିପରୀତ ବିଷୟ ଦେଖିବ, ତୁମ୍ଭ ହୃଦୟ କୁଟିଳ କଥା କହିବ। 34ପୁଣି, ତୁମ୍ଭେ ସମୁଦ୍ର ମଧ୍ୟରେ ଶୟନକାରୀ କିଅବା ଜାହାଜର ମାସ୍ତୁଲ ଉପରେ ଶୟନକାରୀ ଲୋକ ତୁଲ୍ୟ ହେବ। 35ତୁମ୍ଭେ କହିବ, ସେମାନେ ମୋତେ ମାଇଲେ, ମାତ୍ର ମୁଁ କ୍ଷତି ପାଇ ନାହିଁ; ସେମାନେ ମୋତେ ପ୍ରହାର କଲେ, ମାତ୍ର ମୁଁ କିଛି ଜାଣି ନାହିଁ; ମୁଁ କେବେ ଜାଗିବି? ପୁନର୍ବାର ମୁଁ ତାହା ଖୋଜିବି। 24:1ତୁମ୍ଭେ ମନ୍ଦ ଲୋକମାନଙ୍କ ପ୍ରତି ଈର୍ଷା କର ନାହିଁ, ପୁଣି, ସେମାନଙ୍କର ସଙ୍ଗୀ ହେବାକୁ ବାଞ୍ଛା କର ନାହିଁ। 2କାରଣ ସେମାନଙ୍କ ଅନ୍ତଃକରଣ ଦୌରାତ୍ମ୍ୟ କଳ୍ପନା କରେ, ପୁଣି, ସେମାନଙ୍କ ଓଷ୍ଠ ଅନିଷ୍ଟ କଥା କହେ। 3ଜ୍ଞାନରେ ଗୃହ ନିର୍ମିତ ହୁଏ ଓ ବୁଦ୍ଧିରେ ତାହା ସ୍ଥିର ହୁଏ; 4ଜ୍ଞାନରେ ତାହାର କୋଠରିସବୁ ବହୁମୂଲ୍ୟ ଓ ମନୋରମ ବସ୍ତୁରେ ପରିପୂର୍ଣ୍ଣ ହୁଏ। 5ଜ୍ଞାନବାନ ଲୋକ ବଳବାନ, ପୁଣି, ବିଦ୍ୱାନ୍‍ ଲୋକ ବଳ ବଢ଼ାଏ।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅପ୍ରେଲ 9 ନାଗରିକ ପଞ୍ଜିକାର ଅପ୍ରେଲ 22। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର