Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅପ୍ରେଲ 2027 › ଅପ୍ରେଲ 23

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 23 ଅପ୍ରେଲ 2027

ଶୁକ୍ରବାର · ପାସ୍କା କାଳର ଚତୁର୍ଥ ସପ୍ତାହ

ପର୍ବ ଓ ସନ୍ଥ

ପାସ୍କା କାଳର ଚତୁର୍ଥ ସପ୍ତାହର ଶୁକ୍ରବାର

ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ଧଳା

ସନ୍ଥ ଆଡାଲବର୍ଟ, ଧର୍ମାଧ୍ୟକ୍ଷ ଓ ଶହୀଦ · ଇଚ୍ଛାଧୀନ ସ୍ମୃତି ଦିବସ

ସନ୍ଥ ଜର୍ଜ, ଶହୀଦ · ଇଚ୍ଛାଧୀନ ସ୍ମୃତି ଦିବସ

ଉପବାସ ଓ ପ୍ରାୟଶ୍ଚିତ୍ତ

ପ୍ରାୟଶ୍ଚିତ୍ତର ଦିନ

ପ୍ରତ୍ୟେକ ଶୁକ୍ରବାର ପ୍ରାୟଶ୍ଚିତ୍ତର ଦିନ; ପ୍ରତ୍ୟେକ ବିଶପ୍ ସମ୍ମିଳନୀ ଏହା କିପରି ପାଳିବାକୁ ହେବ ସ୍ଥିର କରେ: ମାଂସରୁ ବିରତି କିମ୍ବା ପ୍ରାୟଶ୍ଚିତ୍ତର ଅନ୍ୟ କାର୍ଯ୍ୟ। ଉପବାସ 18ରୁ 59 ବର୍ଷ ପର୍ଯ୍ୟନ୍ତ, ବିରତି 14 ବର୍ଷରୁ ବାଧ୍ୟତାମୂଳକ।

ଦିନର ପାଠ

ପ୍ରଥମ ପାଠ

ପ୍ରେରି 13:26–33

26ହେ ଭାଇମାନେ, ଅବ୍ରହାମଙ୍କ ବଂଶର ସନ୍ତାନସନ୍ତତି ଓ ଆପଣମାନଙ୍କ ମଧ୍ୟରୁ ଈଶ୍ବର ଭୟକାରୀମାନେ, ଆମ୍ଭମାନଙ୍କ ନିକଟକୁ ଏହି ପରିତ୍ରାଣର ବାକ୍ୟ ପ୍ରେରିତ ହୋଇଅଛି। 27କାରଣ ଯିରୂଶାଲମ ନିବାସୀମାନେ ଆଉ ସେମାନଙ୍କର ଅଧ୍ୟକ୍ଷଗଣ ତାହାଙ୍କୁ ପୁଣି, ପ୍ରତି ବିଶ୍ରାମବାର ଦିନରେ ପାଠ କରାଯାଉଥିବା ଭାବବାଦୀମାନଙ୍କର ବାକ୍ୟସବୁକୁ ନ ଜାଣିବାରୁ ତାହାଙ୍କୁ ଦୋଷୀ କରି ସେ ସମସ୍ତ ସଫଳ କଲେ, 28ଆଉ ପ୍ରାଣଦଣ୍ଡର କୌଣସି କାରଣ ନ ପାଇଲେ ସୁଦ୍ଧା ତାହାଙ୍କୁ ବଧ କରିବା ନିମନ୍ତେ ପୀଲାତଙ୍କୁ ନିବେଦନ କଲେ। 29ପୁଣି, ତାହାଙ୍କ ବିଷୟରେ ଯାହାସବୁ ଲେଖାଅଛି, ସେ ସମସ୍ତ ପୂର୍ଣ୍ଣ କଲା ଉତ୍ତାରେ ତାହାଙ୍କୁ କ୍ରୁଶରୁ ଓହ୍ଲାଇ ଆଣି ସମାଧିରେ ରଖିଦେଲେ। 30କିନ୍ତୁ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, 31ପୁଣି, ଯେଉଁମାନେ ତାହାଙ୍କ ସହିତ ଗାଲିଲୀରୁ ଯିରୂଶାଲମ ସହରକୁ ଆସିଥିଲେ, ସେମାନେ ଅନେକ ଦିନ ପର୍ଯ୍ୟନ୍ତ ତାହାଙ୍କ ଦର୍ଶନ ପାଇଲେ; ସେମାନେ ବର୍ତ୍ତମାନ ଲୋକମାନଙ୍କ ନିକଟରେ ତାହାଙ୍କର ସାକ୍ଷୀ। 32ଆଉ ପିତୃ-ପୁରୁଷମାନଙ୍କ ନିକଟରେ କୃତ ପ୍ରତିଜ୍ଞା ବିଷୟରେ ଆମ୍ଭେମାନେ ଆପଣମାନଙ୍କୁ ଏହି ସୁସମାଚାର ଜଣାଉଅଛୁ ଯେ, 33ଈଶ୍ବର ଯୀଶୁଙ୍କୁ ଉତ୍ଥାପନ କରି ସେମାନଙ୍କର ସନ୍ତାନ ଯେ ଆମ୍ଭେମାନେ, ଆମ୍ଭମାନଙ୍କ ପ୍ରତି ସେହି ପ୍ରତିଜ୍ଞା ସଫଳ କରିଅଛନ୍ତି, ଯେପରି ଦ୍ବିତୀୟ ଗୀତସଂହିତାରେ ମଧ୍ୟ ଲେଖାଅଛି, “ତୁମ୍ଭେ ଆମ୍ଭର ପୁତ୍ର, ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ।”

ପ୍ରତିଉତ୍ତର ଗୀତ

ଗୀତ 2:6–11

6“ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି।” 7ମୁଁ ସେହି ବିଧାନ ପ୍ରଚାର କରିବି; ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଆମ୍ଭର ପୁତ୍ର; ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ। 8ଆମ୍ଭ ନିକଟରେ ମାଗ, ତେବେ ଆମ୍ଭେ ତୁମ୍ଭର ଉତ୍ତରାଧିକାର ନିମନ୍ତେ ଗୋଷ୍ଠୀୟମାନଙ୍କୁ ଓ ତୁମ୍ଭର ଅଧିକାର ନିମନ୍ତେ ପୃଥିବୀର ପ୍ରାନ୍ତଭାଗସବୁ ତୁମ୍ଭକୁ ଦେବା। 9ତୁମ୍ଭେ ଲୌହ ଦଣ୍ଡରେ ସେମାନଙ୍କୁ ଭାଙ୍ଗିବ; ତୁମ୍ଭେ କୁମ୍ଭକାରର ପାତ୍ର ପରି ସେମାନଙ୍କୁ ଚୂର୍ଣ୍ଣ କରିବ।” 10ଏହି କାରଣରୁ, ହେ ରାଜାଗଣ, ତୁମ୍ଭେମାନେ ଏବେ ଜ୍ଞାନବାନ ହୁଅ, ହେ ପୃଥିବୀର ବିଚାରକର୍ତ୍ତୃଗଣ, ତୁମ୍ଭେମାନେ ଶିକ୍ଷା ଗ୍ରହଣ କର। 11ଭୟରେ ସଦାପ୍ରଭୁଙ୍କର ସେବା କର ଓ କମ୍ପିତ ହୋଇ ଉଲ୍ଲାସ କର।

ସୁସମାଚାର

ଯୋହ 14:1–6

1“ତୁମ୍ଭମାନଙ୍କ ହୃଦୟ ଉଦ୍‌ବିଗ୍ନ ନ ହେଉ; ତୁମ୍ଭେମାନେ ଈଶ୍ବରଙ୍କଠାରେ ବିଶ୍ୱାସ କର, ମୋʼ ଠାରେ ମଧ୍ୟ ବିଶ୍ୱାସ କର। 2ମୋହର ପିତାଙ୍କ ଗୃହରେ ଅନେକ ବାସସ୍ଥାନ ଅଛି; ଯଦି ନ ଥାଆନ୍ତା, ତାହାହେଲେ ମୁଁ ତୁମ୍ଭମାନଙ୍କୁ କହିଥାଆନ୍ତି, ମୁଁ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କରିବାକୁ ଯାଉଅଛି; 3ପୁଣି, ମୁଁ ଯାଇ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କଲେ ପୁନର୍ବାର ଆସିବି, ଆଉ ମୁଁ ଯେଉଁ ସ୍ଥାନରେ ଥାଏ, ତୁମ୍ଭେମାନେ ମଧ୍ୟ ଯେପରି ସେହି ସ୍ଥାନରେ ରହିବ, ସେଥିନିମନ୍ତେ ତୁମ୍ଭମାନଙ୍କୁ ଆପଣା ନିକଟକୁ ଘେନିଯିବି। 4ପୁଣି, ମୁଁ ଯେଉଁ ସ୍ଥାନକୁ ଯାଉଅଛି, ତାହାର ପଥ ତୁମ୍ଭେମାନେ ଜାଣ।” 5ଥୋମା ତାହାଙ୍କୁ ପଚାରିଲେ, ପ୍ରଭୁ, ଆପଣ କେଉଁ ସ୍ଥାନକୁ ଯାଉଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହିଁ; ପଥ ବା କିପରି ଜାଣି ପାରୁ? 6ଯୀଶୁ ତାହାଙ୍କୁ କହିଲେ, “ମୁଁ ପଥ, ସତ୍ୟ ଓ ଜୀବନ; ମୋʼ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ।

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର