ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅପ୍ରେଲ 2027 › ଅପ୍ରେଲ 24
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 24 ଅପ୍ରେଲ 2027
ଶନିବାର · ପାସ୍କା କାଳର ଚତୁର୍ଥ ସପ୍ତାହ
ପର୍ବ ଓ ସନ୍ଥ
ପାସ୍କା କାଳର ଚତୁର୍ଥ ସପ୍ତାହର ଶନିବାର
ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ଧଳା
ସିଗ୍ମାରିଙ୍ଗେନର ସନ୍ଥ ଫିଡେଲିସ୍, ପୁରୋହିତ ଓ ଶହୀଦ · ଇଚ୍ଛାଧୀନ ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
44ପୁଣି, ପରବର୍ତ୍ତୀ ବିଶ୍ରାମବାର ଦିନରେ ପ୍ରାୟ ସମସ୍ତ ନଗରବାସୀ ଈଶ୍ବରଙ୍କ ବାକ୍ୟ ଶୁଣିବା ନିମନ୍ତେ ଏକତ୍ରିତ ହେଲେ। 45କିନ୍ତୁ ଯିହୁଦୀମାନେ ଲୋକସମୂହଙ୍କୁ ଦେଖି ଈର୍ଷାରେ ପୂର୍ଣ୍ଣ ହେଲେ, ପୁଣି, ନିନ୍ଦା କରୁ କରୁ ପାଉଲଙ୍କ କଥାରେ ପ୍ରତିବାଦ କରିବାକୁ ଲାଗିଲେ। 46ସେଥିରେ ପାଉଲ ଓ ବର୍ଣ୍ଣବ୍ବା ସାହସପୂର୍ବକ କହିଲେ, ପ୍ରଥମରେ ଆପଣମାନଙ୍କ ନିକଟରେ ଈଶ୍ବରଙ୍କ ବାକ୍ୟ କୁହାଯିବା ଆବଶ୍ୟକ ଥିଲା; ଆପଣମାନେ ତାହା ଅଗ୍ରାହ୍ୟ କରି ଆପଣା ଆପଣାକୁ ଅନନ୍ତ ଜୀବନର ଅଯୋଗ୍ୟ ବୋଲି ବିଚାର କରୁଥିବାରୁ, ଦେଖନ୍ତୁ, ଆମ୍ଭେମାନେ ଅଣଯିହୁଦୀମାନଙ୍କ ନିକଟକୁ ଯାଉଅଛୁ, 47କାରଣ ପ୍ରଭୁ ଆମ୍ଭମାନଙ୍କୁ ଏହି ପ୍ରକାର ଆଜ୍ଞା ଦେଇଅଛନ୍ତି, “‘ଆମ୍ଭେ ତୁମ୍ଭକୁ ଅଣଯିହୁଦୀମାନଙ୍କ ନିମନ୍ତେ ଆଲୋକସ୍ୱରୂପେ ସ୍ଥାପନ କରିଅଛୁ, ଯେପରି ତୁମ୍ଭେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ପରିତ୍ରାଣ ଆଣିବ।’” 48ଅଣଯିହୁଦୀମାନେ ଏହା ଶୁଣି ଆନନ୍ଦିତ ହେଲେ ଆଉ ଈଶ୍ବରଙ୍କ ବାକ୍ୟର ଗୌରବ କରିବାକୁ ଲାଗିଲେ, ପୁଣି, ଯେତେ ଲୋକ ଅନନ୍ତ ଜୀବନ ନିମନ୍ତେ ନିରୂପିତ ହୋଇଥିଲେ, ସେମାନେ ବିଶ୍ୱାସ କଲେ, 49ଆଉ ସମୁଦାୟ ଅଞ୍ଚଳରେ ପ୍ରଭୁଙ୍କର ବାକ୍ୟ ବ୍ୟାପିଗଲା। 50କିନ୍ତୁ ଯିହୁଦୀମତାବଲମ୍ବୀ ଅଣଯିହୁଦୀ ପ୍ରମୁଖ ମହିଳାମାନଙ୍କୁ ଓ ନଗରର ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଯିହୁଦୀମାନେ ଉତ୍ତେଜିତ କଲେ, ପୁଣି, ପାଉଲ ଓ ବର୍ଣ୍ଣବ୍ବାଙ୍କ ପ୍ରତି ତାଡ଼ନା ଘଟାଇ ଆପଣାମାନଙ୍କ ସୀମାରୁ ସେମାନଙ୍କୁ ବାହାର କରିଦେଲେ। 51ସେଥିରେ ସେମାନେ ଆପଣା ଆପଣା ପାଦର ଧୂଳି ସେମାନଙ୍କ ବିରୁଦ୍ଧରେ ଝାଡ଼ିଦେଇ ଇକନୀୟ ସହରକୁ ଗଲେ, 52ଆଉ ଶିଷ୍ୟମାନେ ଆନନ୍ଦରେ ଓ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବାକୁ ଲାଗିଲେ।
ପ୍ରତିଉତ୍ତର ଗୀତ
1ଗୀତ। ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; କାରଣ ସେ ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି; ତାହାଙ୍କ ଦକ୍ଷିଣ ହସ୍ତ ଓ ତାହାଙ୍କ ପବିତ୍ର ବାହୁ ତାହାଙ୍କ ପକ୍ଷରେ ପରିତ୍ରାଣ ସାଧନ କରିଅଛି। 2ସଦାପ୍ରଭୁ ଆପଣା ପରିତ୍ରାଣ ଜଣାଇ ଅଛନ୍ତି; ସେ ଅନ୍ୟ ଦେଶୀୟମାନଙ୍କ ଦୃଷ୍ଟିଗୋଚରରେ ଆପଣା ଧର୍ମ ପ୍ରକାଶ କରିଅଛନ୍ତି। 3ସେ ଇସ୍ରାଏଲ ବଂଶ ପକ୍ଷରେ ଆପଣା ଦୟା ଓ ବିଶ୍ୱସ୍ତତା ସ୍ମରଣ କରିଅଛନ୍ତି; ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିଅଛନ୍ତି। 4ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର; ଉଚ୍ଚଧ୍ୱନି କର, ଆନନ୍ଦଗାନ କର ଓ ପ୍ରଶଂସା ଗାନ କର।
ସୁସମାଚାର
7ଯଦି ତୁମ୍ଭେମାନେ ମୋତେ ଜାଣିଥାଆନ୍ତ, ତାହାହେଲେ ମୋହର ପିତାଙ୍କୁ ମଧ୍ୟ ଜାଣିଥାଆନ୍ତ; ଏବେ ହେଁ ତାହାଙ୍କୁ ଜାଣୁଅଛ ଓ ତାହାଙ୍କୁ ଦେଖିଅଛ।” 8ଫିଲିପ୍ପ ତାହାଙ୍କୁ କହିଲେ, ପ୍ରଭୁ, ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ, ତାହା ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ। 9ଯୀଶୁ ତାହାଙ୍କୁ କହିଲେ, “ଫିଲିପ୍ପ, ଏତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ଅଛି, ଆଉ ତୁମ୍ଭେ କଅଣ ମୋତେ ଜାଣିଲ ନାହିଁ? ଯେ ମୋତେ ଦର୍ଶନ କରିଅଛି, ସେ ପିତାଙ୍କୁ ଦର୍ଶନ କରିଅଛି; ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ ବୋଲି ତୁମ୍ଭେ କିପରି କହୁଅଛ? 10ମୁଁ ଯେ ପିତାଙ୍କଠାରେ ଅଛି ଓ ପିତା ମୋʼ ଠାରେ ଅଛନ୍ତି, ଏ କଥା କଅଣ ବିଶ୍ୱାସ କରୁ ନାହଁ? ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବାକ୍ୟ କହେ, ସେହିସବୁ ମୋʼ ନିଜରୁ କହେ ନାହିଁ, କିନ୍ତୁ ପିତା ମୋʼ ଠାରେ ଥାଇ ଆପଣା କର୍ମ କରୁଅଛନ୍ତି। 11ମୁଁ ଯେ ପିତାଙ୍କଠାରେ ଅଛି ଓ ପିତା ମୋʼ ଠାରେ ଅଛନ୍ତି, ମୋହର ଏହି କଥା ବିଶ୍ୱାସ କର, ନତୁବା କର୍ମ ଯୋଗୁଁ ହେଲେ ବିଶ୍ୱାସ କର। 12ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୋʼ ଠାରେ ଯେ ବିଶ୍ୱାସ କରେ, ମୁଁ ଯେଉଁ ଯେଉଁ କର୍ମ କରୁଅଛି, ସେ ମଧ୍ୟ ସେହିସବୁ କରିବ, ଆଉ ସେ ସବୁ ଅପେକ୍ଷା ଅଧିକ ମହତ କର୍ମ କରିବ, କାରଣ ମୁଁ ପିତାଙ୍କ ନିକଟକୁ ଯାଉଅଛି। 13ପୁଣି, ପିତା ଯେପରି ପୁତ୍ରଙ୍କଠାରେ ମହିମାନ୍ୱିତ ହୁଅନ୍ତି, ଏଥିନିମନ୍ତେ ତୁମ୍ଭେମାନେ ମୋʼ ନାମରେ ଯାହା କିଛି ମାଗିବ, ତାହା ମୁଁ କରିବି। 14ଯଦି ତୁମ୍ଭେମାନେ ମୋʼ ନାମରେ କୌଣସି ବିଷୟ ମୋତେ ମାଗିବ, ମୁଁ ତାହା କରିବି।”
ଆଜିର ସନ୍ଥ
- ସିଗ୍ମାରିଙ୍ଗେନର ସନ୍ଥ ଫିଡେଲିସ୍, ପୁରୋହିତ ଓ ଶହୀଦ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର