ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅପ୍ରେଲ 2027 › ଅପ୍ରେଲ 26
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 26 ଅପ୍ରେଲ 2027
ସୋମବାର · ପାସ୍କା କାଳର ପଞ୍ଚମ ସପ୍ତାହ
ପର୍ବ ଓ ସନ୍ଥ
ପାସ୍କା କାଳର ପଞ୍ଚମ ସପ୍ତାହର ସୋମବାର
ସାଧାରଣ ଦିନ · ଉପାସନାର ରଙ୍ଗ: ଧଳା
ଦିନର ପାଠ
ପ୍ରଥମ ପାଠ
5ଯେତେବେଳେ ଅଣଯିହୁଦୀ ଓ ଯିହୁଦୀମାନେ ସେମାନଙ୍କର ଅଧ୍ୟକ୍ଷମାନଙ୍କ ସହିତ ସେମାନଙ୍କ ପ୍ରତି ଦୌରାତ୍ମ୍ୟ କରିବାକୁ ଓ ପଥର ଫୋପାଡ଼ିବାକୁ ଉଠିଲେ, 6ସେତେବେଳେ ସେମାନେ ତାହା ଜାଣି ପାରି ଲୁକାୟନିଆ ଦେଶରେ ଲୁସ୍ତ୍ରା ଓ ଦର୍ବୀ ସହର ପୁଣି, ଚାରିଆଡ଼ର ଅଞ୍ଚଳକୁ ପଳାଇଗଲେ, 7ଆଉ ସେମାନେ ସେଠାରେ ସୁସମାଚାର ପ୍ରଚାର କରିବାକୁ ଲାଗିଲେ। 8ଲୁସ୍ତ୍ରାରେ ଜଣେ ଲୋକ ରହୁଥିଲା, ତାହାର ପାଦ ଦୁର୍ବଳ, ସେ ମାତୃଗର୍ଭରୁ ଖଞ୍ଜ, ଆଉ ସେ କେବେ ଚାଲି ନ ଥିଲା। 9ସେହି ଲୋକଟି ପାଉଲଙ୍କ ପ୍ରଚାର ଶୁଣୁଥିଲା। ପାଉଲ ତାହାକୁ ଏକଦୃଷ୍ଟିରେ ଚାହିଁ ସୁସ୍ଥ ହେବା ପାଇଁ ତାହାର ବିଶ୍ୱାସ ଥିବାର ଦେଖି ଉଚ୍ଚସ୍ୱରରେ କହିଲେ, 10ତୁମ୍ଭର ପାଦର ଭାର ଦେଇ ସିଧା ଠିଆ ହୁଅ। ସେଥିରେ ସେ କୁଦା ମାରି ଚାଲିବାକୁ ଲାଗିଲା। 11ପାଉଲ ଯାହା କରିଅଛନ୍ତି, ଲୋକସମୂହ ତାହା ଦେଖି ଲୁକାୟନିଆ ଭାଷାରେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ଦେବତାମାନେ ମନୁଷ୍ୟରୂପରେ ଆମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଆସିଅଛନ୍ତି। 12ସେମାନେ ବର୍ଣ୍ଣବ୍ବାଙ୍କୁ ବୃହସ୍ପତି ବୋଲି କହିଲେ, ପୁଣି, ପାଉଲ ପ୍ରଧାନ ବକ୍ତା ଥିବାରୁ ତାହାଙ୍କୁ ବୁଧ ବୋଲି କହିଲେ। 13ନଗର ସମ୍ମୁଖରେ ଥିବା ବୃହସ୍ପତିଙ୍କ ମନ୍ଦିରର ଯାଜକ କେତେକ ବୃଷ ଓ ପୁଷ୍ପହାର ଦ୍ୱାର ନିକଟକୁ ଆଣି ଲୋକସମୂହ ସହିତ ବଳି ଦେବାକୁ ଇଚ୍ଛା କରିଥିଲେ। 14କିନ୍ତୁ ପ୍ରେରିତମାନେ, ଅର୍ଥାତ୍ ବର୍ଣ୍ଣବ୍ବା ଓ ପାଉଲ, ଏହା ଶୁଣି ଆପଣା ଆପଣାର ବସ୍ତ୍ର ଚିରି ଲୋକସମୂହ ମଧ୍ୟକୁ ବେଗେ ଦୌଡ଼ିଯାଇ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, 15ହେ ମହାଶୟମାନେ, କାହିଁକି ଏସମସ୍ତ କରୁଅଛନ୍ତି? ଆମ୍ଭେମାନେ ମଧ୍ୟ ଆପଣମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ, ଆପଣମାନଙ୍କ ନିକଟରେ ଏହି ସୁସମାଚାର ପ୍ରଚାର କରୁଅଛୁ, ଯେପରି ଆପଣମାନେ ଏହିସବୁ ଅସାର ବସ୍ତୁଠାରୁ ବିମୁଖ ହୋଇ ଜୀବନ୍ତ ଈଶ୍ବରଙ୍କ ପ୍ରତି ଫେରନ୍ତି। ସେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ସେସବୁରେ ଥିବା ସମସ୍ତ ସୃଷ୍ଟି କରିଅଛନ୍ତି; 16ସେ ଅତୀତ ପୁରୁଷ-ପରମ୍ପରାରେ ସମସ୍ତ ଜାତିର ଲୋକଙ୍କୁ ଆପଣା ଆପଣା ପଥରେ ଚାଲିବାକୁ ଛାଡ଼ିଦେଇଥିଲେ। 17ତଥାପି ସେ ଆପଣାକୁ ସାକ୍ଷ୍ୟ ବିହୀନ କରି ରଖି ନାହାନ୍ତି, କାରଣ ସେ ମଙ୍ଗଳ କରିଅଛନ୍ତି, ଆଉ ଆକାଶରୁ ବୃଷ୍ଟି ଓ ଫଳଦାୟକ ଋତୁ ଗୁଡ଼ିକ ଦେଇ ଭକ୍ଷ ଓ ଆନନ୍ଦରେ ଆପଣମାନଙ୍କ ହୃଦୟ ପରିତୃପ୍ତ କରିଅଛନ୍ତି। 18ଏହିସବୁ କଥା କହି ସେମାନେ ଅତି କଷ୍ଟରେ ସେମାନଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାରୁ ଲୋକସମୂହଙ୍କୁ ନିବୃତ୍ତ କଲେ।
ପ୍ରତିଉତ୍ତର ଗୀତ
1ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ନୁହେଁ, ଆମ୍ଭମାନଙ୍କୁ ନୁହେଁ, ମାତ୍ର ତୁମ୍ଭ ଦୟା ଓ ତୁମ୍ଭ ସତ୍ୟତା ସକାଶେ ଆପଣା ନାମକୁ ଗୌରବାନ୍ୱିତ କର। 2“ଏବେ ସେମାନଙ୍କର ପରମେଶ୍ୱର କାହାନ୍ତି,” ଏହା ଅନ୍ୟ ଦେଶୀୟମାନେ କାହିଁକି କହିବେ? 3ମାତ୍ର ଆମ୍ଭମାନଙ୍କ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି; ଯାହା ତାହାଙ୍କର ଇଚ୍ଛା, ତାହା ସେ କରିଅଛନ୍ତି। 4ସେମାନଙ୍କର ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ। 15ତୁମ୍ଭେମାନେ ସ୍ୱର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କର ଆଶୀର୍ବାଦ-ପାତ୍ର ଅଟ। 16ସ୍ୱର୍ଗ ସଦାପ୍ରଭୁଙ୍କର ସ୍ୱର୍ଗ; ମାତ୍ର ସେ ମନୁଷ୍ୟ-ସନ୍ତାନଗଣକୁ ପୃଥିବୀ ଦେଇଅଛନ୍ତି।
ସୁସମାଚାର
21ଯେ ମୋହର ଆଜ୍ଞାସବୁ ଗ୍ରହଣ କରି ପାଳନ କରେ, ସେହି ତ ମୋତେ ପ୍ରେମ କରେ, ଆଉ ଯେ ମୋତେ ପ୍ରେମ କରେ, ମୋହର ପିତା ତାହାକୁ ପ୍ରେମ କରିବେ, ପୁଣି, ମୁଁ ତାହାକୁ ପ୍ରେମ କରିବି ଓ ତାହା ନିକଟରେ ଆପଣାକୁ ପ୍ରକାଶ କରିବି।” 22ଯିହୂଦା (ଇଷ୍କାରିୟୋତୀୟ ନୁହେଁ) ତାହାଙ୍କୁ କହିଲେ, ହେ ପ୍ରଭୁ, କଅଣ ହେଲା ଯେ, ଆପଣ ଜଗତ ନିକଟରେ ଆପଣାକୁ ପ୍ରକାଶ ନ କରି ଆମ୍ଭମାନଙ୍କ ନିକଟରେ ପ୍ରକାଶ କରିବାକୁ ଯାଉଅଛନ୍ତି? 23ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଯଦି କେହି ମୋତେ ପ୍ରେମ କରେ, ତାହାହେଲେ ସେ ମୋହର ବାକ୍ୟ ପାଳନ କରିବ, ପୁଣି, ମୋହର ପିତା ତାହାକୁ ପ୍ରେମ କରିବେ, ଆଉ ଆମ୍ଭେମାନେ ତାହା ନିକଟକୁ ଆସି ତାହା ସହିତ ବାସ କରିବା। 24ଯେ ମୋତେ ପ୍ରେମ କରେ ନାହିଁ, ସେ ମୋହର ବାକ୍ୟ ପାଳନ କରେ ନାହିଁ, ଆଉ ଯେଉଁ ବାକ୍ୟ ତୁମ୍ଭେମାନେ ଶୁଣୁଅଛ, ତାହା ମୋହର ନୁହେଁ, ମାତ୍ର ମୋହର ପ୍ରେରଣକର୍ତ୍ତା ପିତାଙ୍କର। 25ମୁଁ ତୁମ୍ଭମାନଙ୍କ ସାଙ୍ଗରେ ଥାଉ ଥାଉ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଲି। 26କିନ୍ତୁ ସେହି ସାହାଯ୍ୟକାରୀ, ଅର୍ଥାତ୍ ଯେଉଁ ପବିତ୍ର ଆତ୍ମାଙ୍କୁ ପିତା ମୋʼ ନାମରେ ପ୍ରେରଣ କରିବେ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଶିକ୍ଷା ଦେବେ, ଆଉ ମୁଁ ତୁମ୍ଭମାନଙ୍କୁ ଯାହା ଯାହା କହିଅଛି, ସେହିସବୁ ତୁମ୍ଭମାନଙ୍କୁ ସ୍ମରଣ କରାଇବେ।
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର