ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅପ୍ରେଲ 2027 › ଅପ୍ରେଲ 27
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 27 ଅପ୍ରେଲ 2027
ମଙ୍ଗଳବାର · ପାସ୍କା କାଳର ପଞ୍ଚମ ସପ୍ତାହ
ପର୍ବ ଓ ସନ୍ଥ
ପାସ୍କା କାଳର ପଞ୍ଚମ ସପ୍ତାହର ମଙ୍ଗଳବାର
ସାଧାରଣ ଦିନ · ଉପାସନାର ରଙ୍ଗ: ଧଳା
ଦିନର ପାଠ
ପ୍ରଥମ ପାଠ
19କିନ୍ତୁ ଆନ୍ତିୟଖିଆ ଓ ଇକନୀୟରୁ ସେଠାକୁ ଯିହୁଦୀମାନେ ଆସି ଲୋକସମୂହକୁ ପ୍ରବର୍ତ୍ତାଇଲେ, ପୁଣି, ପାଉଲଙ୍କୁ ପଥର ମାରି ସେ ମରିଅଛନ୍ତି ବୋଲି ମନେ କରି ବାହାରକୁ ଟାଣି ଘେନିଗଲେ। 20ମାତ୍ର ଶିଷ୍ୟମାନେ ତାହାଙ୍କୁ ଘେରି ଠିଆ ହୁଅନ୍ତେ ସେ ଉଠି ସହର ମଧ୍ୟରେ ପ୍ରବେଶ କଲେ। ପରଦିନ ସେ ବର୍ଣ୍ଣବ୍ବାଙ୍କ ସହିତ ଦର୍ବୀକୁ ବାହାରିଗଲେ। 21ସେମାନେ ସେହି ନଗରରେ ସୁସମାଚାର ପ୍ରଚାର କରି ଓ ଅନେକଙ୍କୁ ଶିଷ୍ୟ କଲା ଉତ୍ତାରେ ଲୁସ୍ତ୍ରା, ଇକନୀୟ ଓ ଆନ୍ତିୟଖିଆକୁ ବାହୁଡ଼ି ଆସିଲେ, 22ପୁଣି, ସେ ସ୍ଥାନମାନଙ୍କରେ ଶିଷ୍ୟମାନଙ୍କ ମନକୁ ସୁସ୍ଥିର କଲେ ଓ ବିଶ୍ୱାସରେ ଅଟଳ ରହିବା ପାଇଁ ସେମାନଙ୍କୁ ଉତ୍ସାହ ପ୍ରଦାନ କରି କହିଲେ, ଅନେକ କ୍ଲେଶ ମଧ୍ୟ ଦେଇ ଆମ୍ଭମାନଙ୍କୁ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବାକୁ ହେବ। 23ଆଉ ସେମାନେ ସେମାନଙ୍କ ନିମନ୍ତେ ପ୍ରତ୍ୟେକ ମଣ୍ଡଳୀରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରି ଉପବାସ ସହିତ ପ୍ରାର୍ଥନା କଲେ, ପୁଣି, ଯେଉଁ ପ୍ରଭୁଙ୍କଠାରେ ସେମାନେ ବିଶ୍ୱାସ କରିଥିଲେ, ତାହାଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ। 24ପରେ ସେମାନେ ପିସିଦିଆ ଦେଶ ମଧ୍ୟ ଦେଇ ପଂଫୂଲିଆ ଦେଶକୁ ଆସିଲେ, 25ଆଉ ପର୍ଗୀରେ ବାକ୍ୟ ପ୍ରଚାର କରି ଆତ୍ତାଲିଆକୁ ଗଲେ। 26ସେଠାରୁ ସେମାନେ ଆନ୍ତିୟଖିଆକୁ ଜାହାଜରେ ଯାତ୍ରା କଲେ; ସେମାନେ ଯେଉଁ କାର୍ଯ୍ୟ ସାଧନ କରିଥିଲେ, ତାହା କରିବା ନିମନ୍ତେ ଈଶ୍ବରଙ୍କ ଅନୁଗ୍ରହରେ ସମର୍ପିତ ହୋଇ ସେ ସ୍ଥାନରୁ ବାହାରିଥିଲେ। 27ସେମାନେ ପହଞ୍ଚି ମଣ୍ଡଳୀକୁ ଏକତ୍ର କଲେ, ପୁଣି, ଈଶ୍ବର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ ଓ ଅଣଯିହୁଦୀମାନଙ୍କ ପ୍ରତି ବିଶ୍ୱାସର ଦ୍ୱାର ଫିଟାଇ ଦେଇଥିଲେ, ସେହିସବୁ ବର୍ଣ୍ଣନା କଲେ। 28ଆଉ ସେମାନେ ସେହି ବିଶ୍ୱାସୀମାନଙ୍କ ସହିତ ଅନେକ ଦିନ ପର୍ଯ୍ୟନ୍ତ ରହିଲେ।
ପ୍ରତିଉତ୍ତର ଗୀତ
10ହେ ସଦାପ୍ରଭୋ, ତୁମ୍ଭର ସମୁଦାୟ କର୍ମ ତୁମ୍ଭର ଧନ୍ୟବାଦ କରିବ; ତୁମ୍ଭର ସଦ୍ଭକ୍ତମାନେ ତୁମ୍ଭର ଧନ୍ୟବାଦ କରିବେ; 11ସେମାନେ ତୁମ୍ଭ ରାଜ୍ୟର ଗୌରବ ବ୍ୟକ୍ତ କରି ଓ ତୁମ୍ଭ ପରାକ୍ରମ ବିଷୟରେ କଥୋପକଥନ କରି, 12ମନୁଷ୍ୟ-ସନ୍ତାନଗଣକୁ ତାହାଙ୍କ ବିକ୍ରମର କାର୍ଯ୍ୟସବୁ ଓ ତାହାଙ୍କ ରାଜ୍ୟର ଗୌରବଯୁକ୍ତ ପ୍ରଭାବ ଜଣାଇବେ। 13ତୁମ୍ଭର ରାଜ୍ୟ ଅନନ୍ତକାଳସ୍ଥାୟୀ ରାଜ୍ୟ ଓ ତୁମ୍ଭର କର୍ତ୍ତୃତ୍ୱସକଳ ପୁରୁଷାନୁକ୍ରମସ୍ଥାୟୀ। 21ଆମ୍ଭର ମୁଖ ସଦାପ୍ରଭୁଙ୍କର ପ୍ରଶଂସା ବ୍ୟକ୍ତ କରିବ ଓ ସମୁଦାୟ ପ୍ରାଣୀ ଅନନ୍ତକାଳ ତାହାଙ୍କ ପବିତ୍ର ନାମର ଧନ୍ୟବାଦ କରନ୍ତୁ।
ସୁସମାଚାର
27ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ। ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ କି ଭୟଗ୍ରସ୍ତ ନ ହେଉ। 28ମୁଁ ଯେ ଯାଉଅଛି ଓ ତୁମ୍ଭମାନଙ୍କ ନିକଟକୁ ପୁଣି ଆସୁଅଛି, ମୋହର ଏହି କଥା ତ ଶୁଣିଅଛ। ଯଦି ତୁମ୍ଭେମାନେ ମୋତେ ପ୍ରେମ କରୁଥାଆନ୍ତ, ତାହାହେଲେ ମୁଁ ମୋହର ପିତାଙ୍କ ନିକଟକୁ ଯାଉଅଛି ବୋଲି ଆନନ୍ଦ କରିଥାଆନ୍ତ, କାରଣ ପିତା ମୋʼଠାରୁ ମହାନ। 29ଆଉ, ତାହା ଘଟିବା ସମୟରେ ତୁମ୍ଭେମାନେ ଯେପରି ବିଶ୍ୱାସ କରିବ, ଏଥିନିମନ୍ତେ ତାହା ଘଟିବା ପୂର୍ବେ ମୁଁ ଏବେ ତୁମ୍ଭମାନଙ୍କୁ କହିଅଛି। 30ମୁଁ ତୁମ୍ଭମାନଙ୍କ ସହିତ ଆଉ ଅଧିକ କଥାବାର୍ତ୍ତା କରିବି ନାହିଁ, କାରଣ ଜଗତର ଅଧିପତି ଆସୁଅଛି; ଆଉ, ମୋʼ ଠାରେ ତାହାର କିଛି ହିଁ ନାହିଁ; 31କିନ୍ତୁ ମୁଁ ଯେ ପିତାଙ୍କୁ ପ୍ରେମ କରେ ଓ ପିତାଙ୍କ ଆଜ୍ଞାନୁସାରେ କର୍ମ କରେ, ଏହା ଯେପରି ଜଗତ ଜାଣି ପାରେ, ଏଥିନିମନ୍ତେ ଏପରି ଘଟୁଅଛି। ଉଠ, ଆମ୍ଭେମାନେ ଏହି ସ୍ଥାନରୁ ଚାଲିଯାଉ।”
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର