ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମଇ 2027 › ମଇ 1
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 1 ମଇ 2027
ଶନିବାର · ପାସ୍କା କାଳର ପଞ୍ଚମ ସପ୍ତାହ
ପର୍ବ ଓ ସନ୍ଥ
ପାସ୍କା କାଳର ପଞ୍ଚମ ସପ୍ତାହର ଶନିବାର
ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ଧଳା
ଶ୍ରମିକ ସନ୍ଥ ଯୋଷେଫ · ଇଚ୍ଛାଧୀନ ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
1ପରେ ପାଉଲ ଦର୍ବୀ ଓ ଲୁସ୍ତ୍ରାକୁ ମଧ୍ୟ ଆସିଲେ, ଆଉ ଦେଖ, ସେ ସ୍ଥାନରେ ତୀମଥି ନାମରେ ଜଣେ ଶିଷ୍ୟ ଥିଲେ, ସେ ଜଣେ ବିଶ୍ୱାସିନୀ ଯିହୁଦୀ ମହିଳାର ପୁତ୍ର, କିନ୍ତୁ ତାହାଙ୍କର ପିତା ଜଣେ ଗ୍ରୀକ୍ ଲୋକ। 2ଲୁସ୍ତ୍ରା ଓ ଇକନୀୟରେ ଥିବା ଭାଇମାନେ ତାହାଙ୍କ ସୁଖ୍ୟାତି କରୁଥିଲେ। 3ତାହାଙ୍କୁ ସାଙ୍ଗରେ ନେଇଯିବାକୁ ପାଉଲ ଇଚ୍ଛା କଲେ, ଆଉ ସେହିସବୁ ଅଞ୍ଚଳରେ ଥିବା ଯିହୁଦୀମାନଙ୍କ ହେତୁ ତାହାଙ୍କୁ ଘେନିଯାଇ ସୁନ୍ନତ କଲେ; କାରଣ ତାହାଙ୍କର ପିତା ଜଣେ ଗ୍ରୀକ୍ ଲୋକ ବୋଲି ସମସ୍ତେ ଜାଣିଥିଲେ। 4ପୁଣି, ସେମାନେ ନଗରସମୂହ ଦେଇ ଯାଉ ଯାଉ ଯିରୂଶାଲମସ୍ଥ ପ୍ରେରିତ ଓ ପ୍ରାଚୀନମାନଙ୍କ ଦ୍ୱାରା ନିରୂପିତ ଆଜ୍ଞାସବୁ ପାଳନ କରିବା ନିମନ୍ତେ ସେମାନଙ୍କ ନିକଟରେ ସମର୍ପଣ କରୁଥିଲେ। 5ଏହି ପ୍ରକାରେ ମଣ୍ଡଳୀ-ସମୂହ ବିଶ୍ୱାସରେ ଦୃଢ଼ୀଭୂତ ହୋଇ ଦିନକୁ ଦିନ ସଂଖ୍ୟାରେ ବୃଦ୍ଧି ପାଇବାକୁ ଲାଗିଲା। 6ସେମାନେ ଏସିଆ ଦେଶରେ ବାକ୍ୟ ପ୍ରଚାର କରିବାକୁ ପବିତ୍ର ଆତ୍ମାଙ୍କ ଦ୍ୱାରା ନିବାରିତ ହୋଇ ଫ୍ରୁଗିଆ ଓ ଗାଲାତୀୟ ଅଞ୍ଚଳ ଦେଇ ଯାତ୍ରା କଲେ, 7ଆଉ ସେମାନେ ମୂସିଆ ନିକଟରେ ଉପସ୍ଥିତ ହୋଇ ବୀଥୂନିଆ ପ୍ରଦେଶକୁ ଯିବା ପାଇଁ ଚେଷ୍ଟା କଲେ, କିନ୍ତୁ ଯୀଶୁଙ୍କର ଆତ୍ମା ସେମାନଙ୍କୁ ଅନୁମତି ଦେଲେ ନାହିଁ। 8ସେମାନେ ମୂସିଆ ପାଖ ଦେଇ ତ୍ରୋୟା ସହରକୁ ଆସିଲେ। 9ଆଉ ରାତ୍ରିକାଳରେ ପାଉଲ ଗୋଟିଏ ଦର୍ଶନ ପାଇଲେ, ମାକିଦନିଆର ଜଣେ ଠିଆ ହୋଇ ତାହାଙ୍କୁ ବିନତି କରି କହୁଅଛି, ମାକିଦନିଆକୁ ପାର ହୋଇ ଆସି ଆମ୍ଭମାନଙ୍କର ଉପକାର କର। 10ସେ ଏହି ଦର୍ଶନ ପାଇଲା ପରେ ଆମ୍ଭେମାନେ ତତ୍କ୍ଷଣାତ୍ ମାକିଦନିଆକୁ ଯିବା ପାଇଁ ଚେଷ୍ଟା କଲୁ, କାରଣ ସେମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବାକୁ ଈଶ୍ବର ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି ବୋଲି ଆମ୍ଭେମାନେ ବୁଝିଲୁ।
ପ୍ରତିଉତ୍ତର ଗୀତ
1ଧନ୍ୟବାଦାର୍ଥକ ଗୀତ। ହେ ସକଳ ଦେଶ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର। 2ଆନନ୍ଦରେ ସଦାପ୍ରଭୁଙ୍କର ସେବା କର; ଗାନ କରି ତାହାଙ୍କ ଛାମୁକୁ ଆସ। 3ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଏହା ତୁମ୍ଭେମାନେ ଜ୍ଞାତ ହୁଅ; ସେ ଆମ୍ଭମାନଙ୍କୁ ନିର୍ମାଣ କରିଅଛନ୍ତି ଓ ଆମ୍ଭେମାନେ ତାହାଙ୍କର ଅଟୁ; ଆମ୍ଭେମାନେ ତାହାଙ୍କର ଲୋକ ଓ ତାହାଙ୍କ ଚରାସ୍ଥାନର ମେଷ। 5କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; ଆଉ, ତାହାଙ୍କର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ଥାଏ।
ସୁସମାଚାର
18“ଜଗତ ତୁମ୍ଭମାନଙ୍କୁ ଘୃଣା କରେ, ତେବେ ତୁମ୍ଭମାନଙ୍କୁ ଘୃଣା କରିବା ପୂର୍ବେ ତାହା ଯେ ମୋତେ ଘୃଣା କରିଅଛି, ଏହା ଜାଣ। 19ଯଦି ତୁମ୍ଭେମାନେ ଜଗତରୁ ଉତ୍ପନ୍ନ ହୋଇଥାଆନ୍ତ, ତେବେ ଜଗତ ତୁମ୍ଭମାନଙ୍କୁ ଆପଣାର ଲୋକ ଜାଣି ପ୍ରେମ କରନ୍ତା; କିନ୍ତୁ ତୁମ୍ଭେମାନେ ଜଗତରୁ ଉତ୍ପନ୍ନ ହୋଇ ନାହଁ, ବରଂ ମୁଁ ତୁମ୍ଭମାନଙ୍କୁ ଜଗତ ମଧ୍ୟରୁ ମନୋନୀତ କରିଅଛି, ଏଥିନିମନ୍ତେ ଜଗତ ତୁମ୍ଭମାନଙ୍କୁ ଘୃଣା କରେ। 20ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, ମୁଁ ତୁମ୍ଭମାନଙ୍କୁ ଏହି ଯେଉଁ ବାକ୍ୟ କହିଅଛି, ତାହା ସ୍ମରଣ କର। ଯଦି ସେମାନେ ମୋତେ ତାଡ଼ନା କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କୁ ମଧ୍ୟ ତାଡ଼ନା କରିବେ; ଯଦି ସେମାନେ ମୋହର ବାକ୍ୟ ପାଳନ କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କର ବାକ୍ୟ ମଧ୍ୟ ପାଳନ କରିବେ। 21କିନ୍ତୁ ସେମାନେ ମୋହର ପ୍ରେରଣକର୍ତ୍ତାଙ୍କୁ ଜାଣି ନ ଥିବାରୁ ମୋହର ନାମ ସକାଶେ ତୁମ୍ଭମାନଙ୍କ ପ୍ରତି ଏହି ସମସ୍ତ କରିବେ।
ଆଜିର ସନ୍ଥ
- ଶ୍ରମିକ ସନ୍ଥ ଯୋଷେଫ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର