ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମଇ 2027 › ମଇ 2
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 2 ମଇ 2027
ରବିବାର · ପାସ୍କା କାଳର ଷଷ୍ଠ ସପ୍ତାହ
ପର୍ବ ଓ ସନ୍ଥ
ପାସ୍କା କାଳର ଷଷ୍ଠ ରବିବାର
ରବିବାର · ଉପାସନାର ରଙ୍ଗ: ଧଳା
ଦିନର ପାଠ
ପ୍ରଥମ ପାଠ
25ପିତର ପ୍ରବେଶ କରନ୍ତେ କର୍ଣ୍ଣିଲୀୟ ତାହାଙ୍କୁ ଭେଟି ଚରଣ ତଳେ ପଡ଼ି ତାହାଙ୍କୁ ପ୍ରଣାମ କଲେ। 26କିନ୍ତୁ ପିତର ତାହାଙ୍କୁ ଉଠାଇ କହିଲେ, ଠିଆ ହୁଅ; ମୁଁ ମଧ୍ୟ ଜଣେ ମନୁଷ୍ୟ। 34ସେଥିରେ ପିତର ମୁଖ ଫିଟାଇ କହିଲେ, ପ୍ରକୃତରେ ବର୍ତ୍ତମାନ ମୁଁ ଜାଣିଲି ଯେ ଈଶ୍ବର ପକ୍ଷପାତ କରନ୍ତି ନାହିଁ, 35କିନ୍ତୁ ପ୍ରତ୍ୟେକ ଜାତିରେ ଯେ କେହି ତାହାଙ୍କୁ ଭୟ କରି ଧର୍ମାଚରଣ କରେ, ସେ ଯେ ତାହାଙ୍କ ନିକଟରେ ଗ୍ରାହ୍ୟ ହୁଏ, ଏହା ମୁଁ ସତ୍ୟ ବୁଝୁଅଛି। 44ପିତର ଏହିସବୁ କଥା କହୁଥିବା ସମୟରେ ଯେତେ ଲୋକ ବାକ୍ୟ ଶୁଣୁଥିଲେ, ସେହି ସମସ୍ତଙ୍କ ଉପରେ ପବିତ୍ର ଆତ୍ମା ଅବତରଣ କଲେ। 45ସେଥିରେ ପିତରଙ୍କ ସହିତ ଆଗତ ସୁନ୍ନତ ବିଶ୍ୱାସୀମାନେ ସମସ୍ତେ ଅଣଯିହୁଦୀମାନଙ୍କ ଉପରେ ସୁଦ୍ଧା ପବିତ୍ର ଆତ୍ମାଙ୍କ ଦାନ ବୃଷ୍ଟି କରାଯିବା ଦେଖି ଆଚମ୍ଭିତ ହେଲେ; 46କାରଣ ସେମାନେ ସେମାନଙ୍କୁ ବିଭିନ୍ନ ଭାଷାରେ କଥା କହୁଥିବା ଓ ଈଶ୍ବରଙ୍କ ପ୍ରଶଂସା କରୁଥିବା ଶୁଣୁଥିଲେ। 47ସେତେବେଳେ ପିତର ଉତ୍ତର ଦେଲେ, ଏହି ଯେଉଁ ଲୋକମାନେ ଆମ୍ଭମାନଙ୍କ ପରି ପବିତ୍ର ଆତ୍ମା ପ୍ରାପ୍ତ କରିଅଛନ୍ତି, ଏମାନେ ଯେପରି ବାପ୍ତିଜିତ ନ ହୁଅନ୍ତି, ସେଥିନିମନ୍ତେ କଅଣ କେହି ଜଳକୁ ନିଷେଧ କରିପାରିବ? 48ପୁଣି, ସେ ସେମାନଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିସ୍ମ ନେବା ନିମନ୍ତେ ଆଦେଶ ଦେଲେ। ପରେ ସେମାନେ କିଛି ଦିନ ରହିବା ପାଇଁ ତାହାଙ୍କୁ ଅନୁରୋଧ କଲେ।
ପ୍ରତିଉତ୍ତର ଗୀତ
1ଗୀତ। ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; କାରଣ ସେ ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି; ତାହାଙ୍କ ଦକ୍ଷିଣ ହସ୍ତ ଓ ତାହାଙ୍କ ପବିତ୍ର ବାହୁ ତାହାଙ୍କ ପକ୍ଷରେ ପରିତ୍ରାଣ ସାଧନ କରିଅଛି। 2ସଦାପ୍ରଭୁ ଆପଣା ପରିତ୍ରାଣ ଜଣାଇ ଅଛନ୍ତି; ସେ ଅନ୍ୟ ଦେଶୀୟମାନଙ୍କ ଦୃଷ୍ଟିଗୋଚରରେ ଆପଣା ଧର୍ମ ପ୍ରକାଶ କରିଅଛନ୍ତି। 3ସେ ଇସ୍ରାଏଲ ବଂଶ ପକ୍ଷରେ ଆପଣା ଦୟା ଓ ବିଶ୍ୱସ୍ତତା ସ୍ମରଣ କରିଅଛନ୍ତି; ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିଅଛନ୍ତି। 4ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର; ଉଚ୍ଚଧ୍ୱନି କର, ଆନନ୍ଦଗାନ କର ଓ ପ୍ରଶଂସା ଗାନ କର।
ଦ୍ୱିତୀୟ ପାଠ
7ହେ ପ୍ରିୟମାନେ, ଆସ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ, କାରଣ ପ୍ରେମ ଈଶ୍ବରଙ୍କଠାରୁ ଜାତ, ଆଉ ଯେ କେହି ପ୍ରେମ କରେ, ସେ ଈଶ୍ବରଙ୍କଠାରୁ ଜାତ ଓ ଈଶ୍ବରଙ୍କୁ ଜାଣେ। 8ଯେ ପ୍ରେମ କରେ ନାହିଁ, ସେ ଈଶ୍ବରଙ୍କୁ ଜାଣେ ନାହିଁ, କାରଣ ଈଶ୍ବର ତ ପ୍ରେମ। 9ଏଥିରେ ହିଁ ଈଶ୍ବରଙ୍କ ପ୍ରେମ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହୋଇଅଛି ଯେ, ସେ ଆପଣାର ଅଦ୍ୱିତୀୟ ପୁତ୍ରଙ୍କୁ ଜଗତକୁ ପ୍ରେରଣ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଜୀବନ ପ୍ରାପ୍ତ ହେଉ। 10ଆମ୍ଭେମାନେ ଯେ ଈଶ୍ବରଙ୍କୁ ପ୍ରେମ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ୱରୂପ କରି ପଠାଇଲେ; ଏଥିରେ ତ ପ୍ରେମ ପ୍ରକାଶ ପାଏ।
ସୁସମାଚାର
9ପିତା ଯେପ୍ରକାର ମୋତେ ପ୍ରେମ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାର ତୁମ୍ଭମାନଙ୍କୁ ପ୍ରେମ କରିଅଛି; ମୋହର ପ୍ରେମରେ ସ୍ଥିର ହୋଇ ରହିଥାଅ। 10ମୁଁ ଯେପରି ମୋହର ପିତାଙ୍କ ଆଜ୍ଞା ପାଳନ କରି ତାହାଙ୍କ ପ୍ରେମରେ ସ୍ଥିର ହୋଇ ରହିଥାଏ, ସେପ୍ରକାର ତୁମ୍ଭେମାନେ ଯେବେ ମୋହର ଆଜ୍ଞା ପାଳନ କର, ତାହାହେଲେ ମୋହର ପ୍ରେମରେ ସ୍ଥିର ହୋଇ ରହିବ। 11ମୋହର ଆନନ୍ଦ ଯେପରି ତୁମ୍ଭମାନଙ୍କଠାରେ ଥାଏ, ଆଉ ତୁମ୍ଭମାନଙ୍କ ଆନନ୍ଦ ଯେପରି ପୂର୍ଣ୍ଣ ହୁଏ, ଏଥିନିମନ୍ତେ ମୁଁ ଏସମସ୍ତ ତୁମ୍ଭମାନଙ୍କୁ କହିଲି। 12ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ସେହିପରି ପରସ୍ପରକୁ ପ୍ରେମ କର, ଏହି ମୋହର ଆଜ୍ଞା। 13ଆପଣା ବନ୍ଧୁମାନଙ୍କ ନିମନ୍ତେ ନିଜ ପ୍ରାଣ ଦାନ କରିବା ଅପେକ୍ଷା କାହାରି ଆଉ ଅଧିକ ଶ୍ରେଷ୍ଠ ପ୍ରେମ ନାହିଁ। 14ମୁଁ ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦେଉଅଛି, ତାହା ଯଦି ପାଳନ କର, ତେବେ ତୁମ୍ଭେମାନେ ମୋହର ବନ୍ଧୁ। 15ମୁଁ ତୁମ୍ଭମାନଙ୍କୁ ଆଉ ଦାସ ବୋଲି କହୁ ନାହିଁ, କାରଣ କର୍ତ୍ତା କଅଣ କରନ୍ତି, ଦାସ ତାହା ଜାଣେ ନାହିଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ବନ୍ଧୁ ବୋଲି କହିଅଛି, କାରଣ ମୁଁ ମୋହର ପିତାଙ୍କଠାରୁ ଯାହା ଯାହା ଶୁଣିଅଛି, ସେହିସବୁ ତୁମ୍ଭମାନଙ୍କୁ ଜଣାଇଅଛି। 16ତୁମ୍ଭେମାନେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ମନୋନୀତ କରିଅଛି, ଆଉ ତୁମ୍ଭେମାନେ ଯେପରି ଯାଇ ଫଳ ଉତ୍ପନ୍ନ କର ଓ ତୁମ୍ଭମାନଙ୍କର ଫଳ ସ୍ଥାୟୀ ହୁଏ, ଏଥିନିମନ୍ତେ ତୁମ୍ଭମାନଙ୍କୁ ନିଯୁକ୍ତ କରିଅଛି। ସେଥିରେ ତୁମ୍ଭେମାନେ ମୋʼ ନାମରେ ପିତାଙ୍କୁ ଯାହା କିଛି ମାଗିବ, ସେ ତାହା ତୁମ୍ଭମାନଙ୍କୁ ଦେବେ; 17ତୁମ୍ଭେମାନେ ଯେପରି ପରସ୍ପରକୁ ପ୍ରେମ କର, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସମସ୍ତ ଆଜ୍ଞା ଦେଉଅଛି।”
ଆଜିର ସନ୍ଥ
- ସନ୍ଥ ଆଥାନାସିୟସ୍, ଧର୍ମାଧ୍ୟକ୍ଷ ଓ ମଣ୍ଡଳୀର ଆଚାର୍ଯ୍ୟ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର