Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମଇ 2027 › ମଇ 4

ଅର୍ଥୋଡକ୍ସ ପଞ୍ଜିକା · 21 ଅପ୍ରେଲ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 4 ମଇ 2027

ମଙ୍ଗଳବାର · ଉଜ୍ଜ୍ୱଳ ସପ୍ତାହ · ସ୍ୱର 3

ପର୍ବ ଓ ସନ୍ଥ

ଉଜ୍ଜ୍ୱଳ ସପ୍ତାହର ମଙ୍ଗଳବାର

ଉପବାସମୁକ୍ତ ସପ୍ତାହ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ପ୍ରେରି 2:14–21

14କିନ୍ତୁ ପିତର ଏଗାର ଜଣ ପ୍ରେରିତମାନଙ୍କ ସହିତ ଠିଆ ହୋଇ ଉଚ୍ଚସ୍ୱରରେ ସେମାନଙ୍କ ନିକଟରେ ବକ୍ତୃତା ଦେଇ କହିଲେ, ହେ ଯିହୁଦୀ ଲୋକେ, ଓ ଯିରୂଶାଲମ ନିବାସୀ ସମସ୍ତେ, ଆପଣମାନେ ଏହା ଜାଣନ୍ତୁ ଓ ମୋହର କଥା ଶୁଣନ୍ତୁ। 15କାରଣ ଆପଣମାନେ ଯେପରି ମନେ କରୁଅଛନ୍ତି, ଏମାନେ ସେପରି ମାତାଲ ନୁହଁନ୍ତି, ଯେଣୁ ବର୍ତ୍ତମାନ ସମୟ ସକାଳ ନଅ ଘଣ୍ଟା ମାତ୍ର। 16କିନ୍ତୁ ଯୋୟେଲ ଭାବବାଦୀଙ୍କ ଦ୍ୱାରା ଯାହା ଉକ୍ତ ଅଛି, ଏହା ସେହି ଘଟଣା ଅଟେ; 17ଈଶ୍ବର କହନ୍ତି, ଶେଷକାଳରେ ଏପରି ଘଟିବ ଯେ, ଆମ୍ଭେ ସମସ୍ତ ମନୁଷ୍ୟ ଉପରେ ଆପଣା ଆତ୍ମା ବୃଷ୍ଟି କରିବା, ସେଥିରେ ତୁମ୍ଭମାନଙ୍କ ପୁତ୍ରକନ୍ୟାମାନେ ଭାବବାଣୀ କହିବେ, ଆଉ ତୁମ୍ଭମାନଙ୍କର ଯୁବାମାନେ ଦର୍ଶନ ପାଇବେ, ପୁଣି, ତୁମ୍ଭମାନଙ୍କର ପ୍ରାଚୀନମାନେ ସ୍ୱପ୍ନ ଦେଖିବେ। 18ହଁ, ସେହି କାଳରେ ଆମ୍ଭେ ନିଜ ଦାସଦାସୀ, ଉଭୟ ପୁରୁଷ ଓ ସ୍ତ୍ରୀମାନଙ୍କ ଉପରେ ଆପଣା ଆତ୍ମା ବୃଷ୍ଟି କରିବା, ସେଥିରେ ସେମାନେ ଭାବବାଣୀ କହିବେ। 19ଆମ୍ଭେ ଊର୍ଦ୍ଧ୍ୱସ୍ଥ ଆକାଶରେ ନାନା ଅଦ୍ଭୁତ କର୍ମ; ପୁଣି, ଅଧଃସ୍ଥ ପୃଥିବୀରେ ନାନା ଲକ୍ଷଣ, ରକ୍ତ, ଅଗ୍ନି ଓ ନିବିଡ଼ ଧୂମ ଦେଖାଇବା। 20ପ୍ରଭୁଙ୍କର ମହତ ଓ ପ୍ରସିଦ୍ଧ ଦିନର ଆଗମନ ପୂର୍ବରେ, ସୂର୍ଯ୍ୟ ଅନ୍ଧକାରମୟ ଓ ଚନ୍ଦ୍ର ରକ୍ତମୟ ହୋଇଯିବ। 21ଆଉ, ଏପରି ଘଟିବ ଯେ, ଯେ କେହି ପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ପରିତ୍ରାଣ ପାଇବ।

ସୁସମାଚାର

ଲୂକ 24:12–35

12[କିନ୍ତୁ ପିତର ଉଠି ସମାଧି ନିକଟକୁ ଦୌଡ଼ିଗଲେ ପୁଣି, ନଇଁପଡ଼ି ଚାହିଁ କେବଳ ସୂକ୍ଷ୍ମ ବସ୍ତ୍ରସବୁ ଦେଖିଲେ, ଆଉ ସେ ସେହି ଘଟଣା ବିଷୟରେ ଚମତ୍କୃତ ହୋଇ ଆପଣା ଘରକୁ ଚାଲିଗଲେ।] 13ଆଉ ଦେଖ, ସେହି ଦିନ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଯିରୂଶାଲମଠାରୁ ପ୍ରାୟ ସାତ ମାଇଲ୍ ଦୂରବର୍ତ୍ତୀ ଇମ୍ମାୟୁ ଗ୍ରାମକୁ ଯାଉଥିଲେ 14ଓ ଏହି ସମସ୍ତ ଘଟଣା ବିଷୟରେ ପରସ୍ପର କଥାବାର୍ତ୍ତା କରୁଥିଲେ। 15ସେମାନେ କଥାବାର୍ତ୍ତା ଓ ବାଦାନୁବାଦ କରୁଥିବା ସମୟରେ ଯୀଶୁ ଆପେ ସେମାନଙ୍କ ନିକଟକୁ ଆସି ସେମାନଙ୍କ ସଙ୍ଗେ ସଙ୍ଗେ ଗମନ କରିବାକୁ ଲାଗିଲେ; 16କିନ୍ତୁ ସେମାନଙ୍କର ଚକ୍ଷୁ ଏପରି ରୁଦ୍ଧ ହୋଇଥିଲା ଯେ, ସେମାନେ ତାହାଙ୍କୁ ଚିହ୍ନି ପାରିଲେ ନାହିଁ। 17ସେ ସେମାନଙ୍କୁ ପଚାରିଲେ, “ତୁମ୍ଭେମାନେ ଚାଲୁ ଚାଲୁ ଯେଉଁ ସମସ୍ତ ବିଷୟ ପରସ୍ପର କଥାବାର୍ତ୍ତା କରୁଅଛ, ସେ ସବୁ କଅଣ?” ସେଥିରେ ସେମାନେ ବିଷଣ୍ଣ ମୁଖରେ ଠିଆ ହୋଇ ରହିଲେ। 18ଆଉ ସେମାନଙ୍କ ମଧ୍ୟରୁ କ୍ଲେୟପା ନାମକ ଜଣେ ତାହାଙ୍କୁ ଉତ୍ତର ଦେଲେ, ଯିରୂଶାଲମସ୍ଥ ପ୍ରବାସୀମାନଙ୍କ ମଧ୍ୟରୁ ଆପଣ କଅଣ ଏକାକୀ ସେ ସ୍ଥାନର ଏ କେତେକ ଦିନର ଘଟଣା ଜାଣନ୍ତି ନାହିଁ? 19ସେ ସେମାନଙ୍କୁ ପଚାରିଲେ, “କି କି ପ୍ରକାର ଘଟଣା?” ସେମାନେ ତାହାଙ୍କୁ କହିଲେ, ନାଜରିତୀୟ ଯୀଶୁଙ୍କ ବିଷୟ; ସେ ଈଶ୍ବର ଓ ସମସ୍ତ ଲୋକଙ୍କ ଦୃଷ୍ଟିରେ କର୍ମରେ ଓ ବାକ୍ୟରେ ଜଣେ ଶକ୍ତିଶାଳୀ ଭାବବାଦୀ ଥିଲେ, 20ଆଉ, ଆମ୍ଭମାନଙ୍କର ପ୍ରଧାନ ଯାଜକ ଓ ଅଧ୍ୟକ୍ଷମାନେ କିପରି ତାହାଙ୍କୁ ପ୍ରାଣଦଣ୍ଡ ଭୋଗିବାକୁ ସମର୍ପଣ କରି ତାହାଙ୍କୁ କ୍ରୁଶରେ ବଧ କଲେ, ଏହି ସମସ୍ତ ବିଷୟ। 21କିନ୍ତୁ ଯେ ଇସ୍ରାଏଲକୁ ମୁକ୍ତ କରିବେ, ସେ ଯେ ଏହି ବ୍ୟକ୍ତି, ତାହା ଆମ୍ଭେମାନେ ଆଶା କରିଥିଲୁ; ମାତ୍ର ଏହା ଛଡ଼ା ଏସମସ୍ତ ଘଟିବାର ଆଜିକି ତିନି ଦିନ ହେଲା। 22ଆହୁରି ମଧ୍ୟ ଆମ୍ଭମାନଙ୍କ ମଧ୍ୟରୁ କେତେକ ସ୍ତ୍ରୀଲୋକ ଆମ୍ଭମାନଙ୍କୁ ଆଚମ୍ଭିତ କରିଅଛନ୍ତି; ସେମାନେ ପ୍ରତ୍ୟୁଷରେ ସମାଧି ନିକଟକୁ ଯାଇଥିଲେ 23ଆଉ, ତାହାଙ୍କ ଶରୀର ନ ପାଇ ଆସି କହିଲେ ଯେ, ସେମାନେ ଦୂତମାନଙ୍କର ଦର୍ଶନ ମଧ୍ୟ ପାଇଅଛନ୍ତି ଓ ସେହି ଦୂତମାନେ କହିଲେ ଯେ, ସେ ଜୀବିତ ଅଛନ୍ତି। 24ଆଉ, ଆମ୍ଭମାନଙ୍କ ସଙ୍ଗୀମାନଙ୍କ ମଧ୍ୟରୁ କେହି କେହି ସମାଧି ନିକଟକୁ ଯାଇ, ସ୍ତ୍ରୀଲୋକମାନେ ଯେପରି କହିଥିଲେ, ସେପରି ଦେଖିଲେ, କିନ୍ତୁ ଯୀଶୁଙ୍କୁ ଦେଖିଲେ ନାହିଁ। 25ସେଥିରେ ସେ ସେମାନଙ୍କୁ କହିଲେ, “ହେ ନିର୍ବୋଧମାନେ ଓ ଭାବବାଦୀମାନଙ୍କ ଦ୍ୱାରା କଥିତ ସମସ୍ତ ବାକ୍ୟରେ ବିଶ୍ୱାସ କରିବାକୁ ଶିଥିଳଚିତ୍ତମାନେ, 26ଏହି ସମସ୍ତ ଦୁଃଖଭୋଗ କରି ଆପଣା ମହିମାରେ ପ୍ରବେଶ କରିବା କଅଣ ଖ୍ରୀଷ୍ଟଙ୍କର ଆବଶ୍ୟକ ନ ଥିଲା?” 27ପୁଣି, ମୋଶା ଓ ସମସ୍ତ ଭାବବାଦୀଙ୍କଠାରୁ ଆରମ୍ଭ କରି ସମସ୍ତ ଧର୍ମଶାସ୍ତ୍ରରେ ଆପଣା ସମ୍ବନ୍ଧୀୟ କଥା ସେ ସେମାନଙ୍କୁ ବୁଝାଇଦେଲେ। 28ଆଉ ସେମାନେ ଯେଉଁ ଗ୍ରାମକୁ ଯାଉଥିଲେ, ସେଥିର ନିକଟବର୍ତ୍ତୀ ହୁଅନ୍ତେ ସେ ଆହୁରି ଆଗକୁ ଯିବାର ଭାବ ଦେଖାଇଲେ। 29କିନ୍ତୁ ସେମାନେ ତାହାଙ୍କୁ ବଳାଇ କହିଲେ, ଆମ୍ଭମାନଙ୍କ ସାଙ୍ଗରେ ରହନ୍ତୁ, କାରଣ ସନ୍ଧ୍ୟା ହୋଇ ଆସୁଅଛି ଓ ବେଳ ଗଡ଼ିଗଲାଣି। ସେଥିରେ ସେ ସେମାନଙ୍କ ସହିତ ରହିବାକୁ ଘର ଭିତରକୁ ଗଲେ। 30ଆଉ ସେମାନଙ୍କ ସହିତ ଭୋଜନରେ ବସିଲା ଉତ୍ତାରେ ସେ ରୁଟି ଘେନି ଆଶୀର୍ବାଦ କଲେ, ପୁଣି, ତାହା ଭାଙ୍ଗି ସେମାନଙ୍କୁ ଦେବାକୁ ଲାଗିଲେ। 31ତହିଁରେ ସେମାନଙ୍କ ଚକ୍ଷୁ ଉନ୍ମୁକ୍ତ ହେଲା ଓ ସେମାନେ ତାହାଙ୍କୁ ଚିହ୍ନିଲେ; ଆଉ ସେ ସେମାନଙ୍କ ଦୃଷ୍ଟିରୁ ଅନ୍ତର୍ହିତ ହେଲେ। 32ସେଥିରେ ସେମାନେ ପରସ୍ପର କହିଲେ, ଯେତେବେଳେ ପଥ ମଧ୍ୟରେ ସେ ଆମ୍ଭମାନଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିଲେ ଓ ଆମ୍ଭମାନଙ୍କୁ ଧର୍ମଶାସ୍ତ୍ର ବୁଝାଉଥିଲେ, ସେତେବେଳେ କଅଣ ଆମ୍ଭମାନଙ୍କ ହୃଦୟ ଉତ୍ତପ୍ତ ହେଉ ନ ଥିଲା? 33ଆଉ ସେମାନେ ସେହି ଦଣ୍ଡରେ ଉଠି ଯିରୂଶାଲମ ସହରକୁ ବାହୁଡ଼ିଯାଇ ସମବେତ ହୋଇଥିବା ଏକାଦଶ ଶିଷ୍ୟମାନଙ୍କୁ ଓ ସେମାନଙ୍କ ସଙ୍ଗୀମାନଙ୍କୁ ଦେଖିଲେ; 34ସେମାନେ କହୁଥିଲେ ପ୍ରଭୁ ନିଶ୍ଚୟ ଉଠିଅଛନ୍ତି ଓ ଶିମୋନଙ୍କୁ ଦର୍ଶନ ଦେଇଅଛନ୍ତି। 35ଆଉ ସେମାନେ ମଧ୍ୟ ବାଟର ସମସ୍ତ ଘଟଣା ଓ ରୁଟି ଭାଙ୍ଗିବାରେ ସେ କିପରି ସେମାନଙ୍କ ଦ୍ୱାରା ଚିହ୍ନାଗଲେ, ସେହିସବୁ ବର୍ଣ୍ଣନା କରିବାକୁ ଲାଗିଲେ।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅପ୍ରେଲ 21 ନାଗରିକ ପଞ୍ଜିକାର ମଇ 4। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର