ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମଇ 2027 › ମଇ 6
ଅର୍ଥୋଡକ୍ସ ପଞ୍ଜିକା · 23 ଅପ୍ରେଲ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 6 ମଇ 2027
ଗୁରୁବାର · ଉଜ୍ଜ୍ୱଳ ସପ୍ତାହ · ସ୍ୱର 5
ପର୍ବ ଓ ସନ୍ଥ
ଉଜ୍ଜ୍ୱଳ ସପ୍ତାହର ଗୁରୁବାର
ଉପବାସମୁକ୍ତ ସପ୍ତାହ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ସନ୍ଧ୍ୟା ପ୍ରାର୍ଥନା: ପାଠ (ସନ୍ଥ ଜର୍ଜଙ୍କ ପାଇଁ)
9ସର୍ବଦେଶୀୟମାନେ ସଂଗୃହୀତ ହେଉନ୍ତୁ ଓ ଗୋଷ୍ଠୀସମୂହ ଏକତ୍ରୀକୃତ ହେଉନ୍ତୁ; ସେମାନଙ୍କ ମଧ୍ୟରେ କିଏ ଏହା ପ୍ରକାଶ କରିପାରେ ଓ ଆଦ୍ୟ ବିଷୟମାନ ଆମ୍ଭମାନଙ୍କୁ ଦେଖାଇ ପାରେ? ସେମାନେ ନିର୍ଦ୍ଦୋଷୀକୃତ ହେବା ନିମନ୍ତେ ଆପଣା ଆପଣା ସାକ୍ଷୀଗଣକୁ ଆଣନ୍ତୁ; ଅଥବା ସେମାନେ ଶୁଣି ଏହା ସତ୍ୟ ବୋଲି କୁହନ୍ତୁ। 10ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଯେପରି ଜାଣି ଆମ୍ଭଠାରେ ବିଶ୍ୱାସ କରିବ ଓ ଆମ୍ଭେ ସେହି ଅଟୁ ବୋଲି ବୁଝିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ସାକ୍ଷୀ ଓ ଆମ୍ଭର ମନୋନୀତ ଦାସ ଅଟ, ଆମ୍ଭ ପୂର୍ବରେ କୌଣସି ଈଶ୍ୱର ନିର୍ମିତ ହେଲା ନାହିଁ, କିଅବା ଆମ୍ଭ ଉତ୍ତାରେ ହେବ ନାହିଁ। 11ଆମ୍ଭେ, ଆମ୍ଭେ ହିଁ ସଦାପ୍ରଭୁ ଅଟୁ ଓ ଆମ୍ଭ ଛଡ଼ା ଆଉ ତ୍ରାଣକର୍ତ୍ତା ନାହିଁ। 12ଆମ୍ଭେ ପ୍ରକାଶ କରିଅଛୁ, ଆମ୍ଭେ ଉଦ୍ଧାର କରିଅଛୁ ଓ ଆମ୍ଭେ ଦେଖାଇଅଛୁ, ଆଉ ତୁମ୍ଭମାନଙ୍କ ମଧ୍ୟରେ କୌଣସି ବିଦେଶୀୟ ଦେବତା ନ ଥିଲା; ଏହେତୁ ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭର ସାକ୍ଷୀ ଅଟ ଓ ଆମ୍ଭେ ପରମେଶ୍ୱର ଅଟୁ।” 13“ହଁ, ଦିବସର ପୂର୍ବରୁ ଆମ୍ଭେ ସେହି ଅଟୁ ଓ ଆମ୍ଭ ହସ୍ତରୁ ଉଦ୍ଧାରକାରୀ କେହି ନାହିଁ; ଆମ୍ଭେ କାର୍ଯ୍ୟ କରିବା, ଆଉ କିଏ ତାହା ଅନ୍ୟଥା କରିବ?” 14ତୁମ୍ଭମାନଙ୍କର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ତୁମ୍ଭମାନଙ୍କ ସକାଶେ ବାବିଲକୁ ଲୋକ ପଠାଇଅଛୁ ଓ ଆମ୍ଭେ ସେସମସ୍ତଙ୍କୁ ପଳାତକଗଣ ତୁଲ୍ୟ ଆଣିବା; କଲ୍ଦୀୟମାନଙ୍କୁ ହିଁ ସେମାନଙ୍କର ଆନନ୍ଦଗାନର ନୌକାରେ ଆଣିବା।
ସନ୍ଧ୍ୟା ପ୍ରାର୍ଥନା: ପାଠ (ସନ୍ଥ ଜର୍ଜଙ୍କ ପାଇଁ)
ଏହି ଅନୁବାଦରେ ନାହିଁ
ସନ୍ଧ୍ୟା ପ୍ରାର୍ଥନା: ପାଠ (ସନ୍ଥ ଜର୍ଜଙ୍କ ପାଇଁ)
ଏହି ଅନୁବାଦରେ ନାହିଁ
ପ୍ରଭାତୀ ପ୍ରାର୍ଥନା: ସୁସମାଚାର (ସନ୍ଥ ଜର୍ଜଙ୍କ ପାଇଁ)
2କିନ୍ତୁ ଯାହା ପ୍ରକାଶିତ ନ ହେବ, ଏପରି ଆଚ୍ଛାଦିତ କିଛି ନାହିଁ, ଆଉ ଯାହା ଜଣା ନ ଯିବ, ଏପରି ଗୁପ୍ତ କିଛି ନାହିଁ। 3ଅତଏବ ତୁମ୍ଭେମାନେ ଯାହା ଅନ୍ଧକାରରେ କହିଅଛ, ସେହିସବୁ ଆଲୋକରେ ଶୁଣାଯିବ, ପୁଣି, ଯାହା ଗୁପ୍ତ କୋଠରୀରେ ଗୋପନରେ କହିଅଛ, ତାହା ଘର ଛାତ ଉପରେ ଘୋଷଣା କରାଯିବ।” 4“କିନ୍ତୁ ମୋହର ବନ୍ଧୁ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ଯେଉଁମାନେ ଶରୀରକୁ ବଧ କରନ୍ତି, ମାତ୍ର ତାହା ପରେ ଆଉ କିଛି କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ। 5କିନ୍ତୁ କାହାକୁ ଭୟ କରିବ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି; ବଧ କଲା ଉତ୍ତାରେ ନର୍କରେ ପକାଇବା ନିମନ୍ତେ ଯାହାଙ୍କର ଅଧିକାର ଅଛି, ତାହାଙ୍କୁ ଭୟ କର; ହଁ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତାହାଙ୍କୁ ଭୟ କର। 6ପାଞ୍ଚୋଟି ଘରଚଟିଆ କଅଣ ଯୋଡ଼ିଏ ପଇସାରେ ବିକାଯାଆନ୍ତି ନାହିଁ? ତଥାପି ସେମାନଙ୍କ ମଧ୍ୟରୁ ଗୋଟିଏକୁ ମଧ୍ୟ ଈଶ୍ବର ଭୁଲିଯାଆନ୍ତି ନାହିଁ। 7କିନ୍ତୁ ତୁମ୍ଭମାନଙ୍କର ମସ୍ତକର ସମସ୍ତ କେଶ ହିଁ ଗଣାଯାଇଅଛି। ଭୟ କର ନାହିଁ; ତୁମ୍ଭେମାନେ ଅନେକ ଘରଚଟିଆ ଠାରୁ ଶ୍ରେଷ୍ଠ।” 8“ଆଉ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଲୋକମାନଙ୍କ ଆଗରେ ମୋତେ ସ୍ୱୀକାର କରିବେ, ମନୁଷ୍ୟପୁତ୍ର ମଧ୍ୟ ଈଶ୍ବରଙ୍କ ଦୂତମାନଙ୍କ ସାକ୍ଷାତରେ ତାହାକୁ ସ୍ୱୀକାର କରିବେ; 9କିନ୍ତୁ ଯେ ଲୋକଙ୍କ ସାକ୍ଷାତରେ ମୋତେ ଅସ୍ୱୀକାର କରିବ, ତାହାକୁ ଈଶ୍ବରଙ୍କ ଦୂତମାନଙ୍କ ସାକ୍ଷାତରେ ଅସ୍ୱୀକାର କରାଯିବ। 10ଆଉ ଯେ କେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହିବ, ତାହାକୁ କ୍ଷମା ଦିଆଯିବ; ମାତ୍ର ଯେ ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହିବ, ତାହାକୁ କ୍ଷମା ଦିଆଯିବ ନାହିଁ। 11ଆଉ, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମାଜଗୃହ, ଶାସନକର୍ତ୍ତା ଓ କ୍ଷମତା ପ୍ରାପ୍ତ ବ୍ୟକ୍ତିମାନଙ୍କ ନିକଟକୁ ନେଇଯିବେ, ସେତେବେଳେ ତୁମ୍ଭେମାନେ ଆପଣା ସପକ୍ଷରେ କିପରି ବାକି କଥା ଉତ୍ତର ଦେବ କିମ୍ବା କଅଣ କହିବ, ସେ ବିଷୟରେ ଚିନ୍ତା କର ନାହିଁ; 12କାରଣ କଅଣ କହିବାକୁ ହେବ, ତାହା ପବିତ୍ର ଆତ୍ମା ସେହି ସମୟରେ ତୁମ୍ଭମାନଙ୍କୁ ଶିଖାଇବେ।”
ପତ୍ର
38ସେଥିରେ ପିତର ସେମାନଙ୍କୁ କହିଲେ, ଆପଣମାନେ “ମନ-ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପ କ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ। 39କାରଣ ଏହି ପ୍ରତିଜ୍ଞା ଆପଣମାନଙ୍କ ନିମନ୍ତେ, ଆପଣମାନଙ୍କର ସନ୍ତାନସନ୍ତତିମାନଙ୍କ ନିମନ୍ତେ, ପୁଣି, ଦୂରବର୍ତ୍ତୀ ଯେତେ ଲୋକଙ୍କୁ ପ୍ରଭୁ ଆମ୍ଭମାନଙ୍କ ଈଶ୍ବର ଆପଣା ନିକଟକୁ ଡାକିବେ, ସେହି ସମସ୍ତଙ୍କ ନିମନ୍ତେ ଅଟେ।” 40ପୁଣି, ଅନ୍ୟାନ୍ୟ ଅନେକ କଥା ଦ୍ୱାରା ସେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ସେମାନଙ୍କୁ ଉପଦେଶ ଦେଇ କହିଲେ, “ଏହି କୁଟିଳ ବଂଶଠାରୁ ଆପଣମାନେ ରକ୍ଷା ପ୍ରାପ୍ତ ହେଉନ୍ତୁ।” 41ସେଥିରେ ଯେଉଁମାନେ ତାହାଙ୍କ ବାକ୍ୟ ଗ୍ରହଣ କଲେ, ସେମାନେ ବାପ୍ତିଜିତ ହେଲେ, ଆଉ ସେହି ଦିନ ପ୍ରାୟ ତିନି ସହସ୍ର ଲୋକ ମଣ୍ଡଳୀ ସହିତ ସଂଯୁକ୍ତ ହେଲେ। 42ସେମାନେ ପ୍ରେରିତମାନଙ୍କର ଶିକ୍ଷାରେ, ସହଭାଗିତାରେ, ରୁଟି ଭାଙ୍ଗିବାରେ ଓ ପ୍ରାର୍ଥନା କରିବାରେ ନିବିଷ୍ଟ ଚିତ୍ତ ହୋଇ ରହିଲେ। 43ଆଉ, ଲୋକ ସମସ୍ତେ ଭୀତ ହେବାକୁ ଲାଗିଲେ; ପ୍ରେରିତମାନଙ୍କ ଦ୍ୱାରା ମଧ୍ୟ ଅନେକ ଅଦ୍ଭୁତ କର୍ମ ଓ ଲକ୍ଷଣ ସାଧିତ ହେବାକୁ ଲାଗିଲା।
ପତ୍ର (ସନ୍ଥ ଜର୍ଜଙ୍କ ପାଇଁ)
1ପ୍ରାୟ ସେହି ସମୟରେ ହେରୋଦ ରାଜା ମଣ୍ଡଳୀର କେତେକ ଜଣଙ୍କୁ ଅତ୍ୟାଚାର କରିବା ନିମନ୍ତେ ହସ୍ତକ୍ଷେପ କଲେ। 2ସେ ଯୋହନଙ୍କ ଭାଇ ଯାକୁବଙ୍କୁ ଖଡ୍ଗରେ ବଧ କଲେ। 3ଆଉ ଯିହୁଦୀ ନେତାମାନଙ୍କୁ ସେଥିରେ ସନ୍ତୁଷ୍ଟ ହେବାର ଦେଖି ସେ ପିତରଙ୍କୁ ମଧ୍ୟ ଧରିବାକୁ ଅଗ୍ରସର ହେଲେ। ସେହି ସମୟରେ ଖମୀରଶୂନ୍ୟ ରୁଟିର ପର୍ବ ଥିଲା। 4ପରେ ସେ ତାହାଙ୍କୁ ଧରି କାରାଗାରରେ ନିକ୍ଷେପ କଲେ, ପୁଣି, ନିସ୍ତାର ପର୍ବ ଉତ୍ତାରେ ସେ ତାହାଙ୍କୁ ଲୋକମାନଙ୍କ ନିକଟକୁ ବାହାର କରି ଆଣିବା ନିମନ୍ତେ ମନସ୍ଥ କରି ପ୍ରତ୍ୟେକ ଦଳରେ ଚାରି ଜଣ ଲେଖାଏଁ ଥିବା ଚାରୋଟି ସେନାଦଳ ନିକଟରେ ତାହାଙ୍କୁ ଜଗିବା ପାଇଁ ସମର୍ପଣ କଲେ। 5ଅତଏବ ପିତର କାରାଗାରରେ ରୁଦ୍ଧ ହୋଇ ରହିଲେ, କିନ୍ତୁ ତାହାଙ୍କ ନିମନ୍ତେ ମଣ୍ଡଳୀ ଦ୍ୱାରା ଏକାଗ୍ରଭାବେ ଈଶ୍ବରଙ୍କ ଛାମୁରେ ପ୍ରାର୍ଥନା କରାଯାଉଥିଲା। 6ପରେ ହେରୋଦ ଯେଉଁ ଦିନ ପିତରଙ୍କୁ ବାହାର କରି ଆଣିବା ପାଇଁ ଯାଉଥିଲେ, ସେହି ରାତିରେ ସେ ଦୁଇଟା ଜଞ୍ଜିରରେ ବନ୍ଧା ହୋଇ ଦୁଇ ଜଣ ସୈନ୍ୟଙ୍କ ମଧ୍ୟରେ ଶୋଇଥିଲେ, ଆଉ ପ୍ରହରୀମାନେ ଦ୍ୱାର ସମ୍ମୁଖରେ କାରାଗାର ରକ୍ଷା କରୁଥିଲେ। 7ଆଉ ଦେଖ, ପ୍ରଭୁଙ୍କର ଜଣେ ଦୂତ ଉପସ୍ଥିତ ହେଲେ, ପୁଣି, କୋଠରୀଟି ଆଲୋକମୟ ହେଲା, ଆଉ ସେ ପିତରଙ୍କ କକ୍ଷଦେଶରେ ଆଘାତ କରି ତାହାଙ୍କୁ ଉଠାଇ କହିଲେ, ଶୀଘ୍ର ଉଠ। ସେଥିରେ ତାହାଙ୍କ ହାତରୁ ଜଞ୍ଜିର ଖସିପଡ଼ିଲା। 8ପୁଣି, ଦୂତ ତାହାଙ୍କୁ କହିଲେ, କଟି ବନ୍ଧନ କର ଓ ପାଦୁକା ପିନ୍ଧ। ସେ ସେପରି କଲେ। ଆଉ ସେ ତାହାଙ୍କୁ କହିଲେ, ଆପଣା ବସ୍ତ୍ର ପିନ୍ଧି ମୋହର ପଛେ ପଛେ ଆସ। 9ସେ ବାହାରି ତାହାଙ୍କ ପଛେ ପଛେ ଗଲେ; କିନ୍ତୁ ଦୂତଙ୍କ ଦ୍ୱାରା ଯାହା କରାଗଲା, ତାହା ଯେ ପ୍ରକୃତ, ସେ ତାହା ନ ବୁଝି ଦର୍ଶନ ଦେଖୁଅଛନ୍ତି ବୋଲି ମନେ କରୁଥିଲେ। 10ଯେତେବେଳେ ସେମାନେ ପ୍ରଥମ ଓ ଦ୍ୱିତୀୟ ପ୍ରହରୀ-ଦଳ ଅତିକ୍ରମ କରି, ଯେଉଁ ଲୌହଦ୍ୱାର ଦେଇ ନଗରକୁ ଯିବାକୁ ହୁଏ, ତାହା ନିକଟକୁ ଆସିଲେ, ସେତେବେଳେ ସେହି ଦ୍ୱାର ଆପଣା ମନକୁ ସେମାନଙ୍କ ନିମନ୍ତେ ମେଲା ହୋଇଗଲା, ଆଉ ସେମାନେ ବାହାରିଯାଇ ଗୋଟିଏ ଦାଣ୍ଡର ଶେଷ ମୁଣ୍ଡ ଯାଏ ଗଲେ, ପୁଣି, ସେହିକ୍ଷଣି ସେହି ଦୂତ ତାହାଙ୍କଠାରୁ ଅଦୃଶ୍ୟ ହୋଇଗଲେ। 11ସେତେବେଳେ ପିତର ସଚେତନ ହୋଇ କହିଲେ, ପ୍ରଭୁ ଯେ ଆପଣା ଦୂତଙ୍କୁ ପଠାଇ ହେରୋଦଙ୍କ ହସ୍ତରୁ ଓ ଯିହୁଦୀ ଲୋକମାନଙ୍କ ସମସ୍ତ ଆକାଂକ୍ଷାରୁ ମୋତେ ଉଦ୍ଧାର କରିଅଛନ୍ତି, ଏହା ମୁଁ ଏବେ ନିଶ୍ଚୟ ଜାଣିଲି।
ସୁସମାଚାର
1ଫାରୂଶୀମାନଙ୍କ ମଧ୍ୟରେ ନୀକଦୀମ ନାମକ ଜଣେ ବ୍ୟକ୍ତି ଥିଲେ, ସେ ଯିହୁଦୀମାନଙ୍କର ଜଣେ ନେତା। 2ସେ ରାତ୍ରି ସମୟରେ ଯୀଶୁଙ୍କ ନିକଟକୁ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆପଣ ଯେ ଈଶ୍ବରଙ୍କଠାରୁ ଆଗତ ଗୁରୁ, ଏହା ଆମ୍ଭେମାନେ ଜାଣୁ, କାରଣ ଆପଣ ଏହି ଯେଉଁ ସମସ୍ତ ଆଶ୍ଚର୍ଯ୍ୟକର୍ମ କରୁଅଛନ୍ତି, ଈଶ୍ବର ସାଙ୍ଗରେ ନ ଥିଲେ ସେହିସବୁ କେହି କରିପାରେ ନାହିଁ। 3ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ପୁନର୍ବାର ଜନ୍ମ ନ ହେଲେ କେହି ଈଶ୍ବରଙ୍କ ରାଜ୍ୟ ଦେଖି ପାରେ ନାହିଁ।” 4ନୀକଦୀମ ତାହାଙ୍କୁ ପଚାରିଲେ, ବୃଦ୍ଧ ହେଲେ ମନୁଷ୍ୟ କି ପ୍ରକାର ଜନ୍ମ ହୋଇପାରେ? ସେ କଅଣ ଦ୍ୱିତୀୟ ଥର ଆପଣା ମାତାର ଗର୍ଭରେ ପ୍ରବେଶ କରି ଜନ୍ମ ହୋଇପାରେ? 5ଯୀଶୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଜଳ ଓ ଆତ୍ମାରୁ ଜନ୍ମ ନ ହେଲେ କେହି ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିପାରେ ନାହିଁ। 6ମାଂସରୁ ଯାହା ଜାତ, ତାହା ମାଂସ; ପୁଣି, ଆତ୍ମାରୁ ଯାହା ଜାତ, ତାହା ଆତ୍ମା। 7‘ତୁମ୍ଭମାନଙ୍କୁ ଅବଶ୍ୟ ପୁନର୍ବାର ଜନ୍ମିବାକୁ ହେବ’ ବୋଲି ମୁଁ ଯେ ତୁମ୍ଭକୁ କହିଲି, ଏଥିରେ ଚମତ୍କୃତ ହୁଅ ନାହିଁ। 8ବାୟୁ ଯେଉଁ ଦିଗରେ ଇଚ୍ଛା କରେ, ସେହି ଦିଗରେ ବହେ, ଆଉ ତୁମ୍ଭେ ତାହାର ଶବ୍ଦ ଶୁଣିଥାଅ, କିନ୍ତୁ ତାହା କେଉଁଠାରୁ ଆସେ ପୁଣି, କେଉଁଠାକୁ ଯାଏ, ତାହା ଜାଣ ନାହିଁ; ପବିତ୍ର ଆତ୍ମାଙ୍କଠାରୁ ଜାତ ପ୍ରତ୍ୟେକ ଲୋକ ସମ୍ବନ୍ଧରେ ସେହି ପ୍ରକାର।” 9ନୀକଦୀମ ତାହାଙ୍କୁ ଉତ୍ତର ଦେଲେ, ଏହିସବୁ କିପରି ହୋଇପାରେ? 10ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ତୁମ୍ଭେ ଇସ୍ରାଏଲର ଜଣେ ଗୁରୁ ହୋଇ ସୁଦ୍ଧା କଅଣ ଏହିସବୁ ବୁଝୁ ନାହଁ? 11ମୁଁ ତୁମ୍ଭକୁ ସତ୍ୟ ସତ୍ୟ କହୁଅଛି, ଆମ୍ଭେମାନେ ଯାହା ଜାଣୁ, ତାହା କହୁ, ପୁଣି, ଯାହା ଦେଖିଅଛୁ, ତାହା ବିଷୟରେ ସାକ୍ଷ୍ୟ ଦେଉ, ଆଉ ତୁମ୍ଭେମାନେ ଆମ୍ଭମାନଙ୍କର ସାକ୍ଷ୍ୟ ଗ୍ରହଣ କରୁ ନାହଁ। 12ମୁଁ ତୁମ୍ଭମାନଙ୍କୁ ପାର୍ଥିବ ବିଷୟ କହିଲେ ଯଦି ତୁମ୍ଭେମାନେ ବିଶ୍ୱାସ ନ କର, ତେବେ ତୁମ୍ଭମାନଙ୍କୁ ସ୍ୱର୍ଗୀୟ ବିଷୟ କହିଲେ କିପରି ବିଶ୍ୱାସ କରିବ? 13ଆଉ, ଯେଉଁ ମନୁଷ୍ୟପୁତ୍ର ସ୍ୱର୍ଗରୁ ଅବତରଣ କଲେ, ତାହାଙ୍କ ବିନା ଆଉ କେହି ସ୍ୱର୍ଗାରୋହଣ କରି ନାହିଁ। 14ପୁଣି, ମୋଶା ଯେପ୍ରକାର ପ୍ରାନ୍ତରରେ ପିତ୍ତଳର ଏକ ସର୍ପକୁ ଊର୍ଦ୍ଧ୍ୱକୁ ଉଠାଇଥିଲେ, ମନୁଷ୍ୟପୁତ୍ର ଅବଶ୍ୟ ସେହି ପ୍ରକାର ଊର୍ଦ୍ଧ୍ୱକୁ ଉଠାଯିବେ, 15ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୁଏ।”
ସୁସମାଚାର (ସନ୍ଥ ଜର୍ଜଙ୍କ ପାଇଁ)
17ତୁମ୍ଭେମାନେ ଯେପରି ପରସ୍ପରକୁ ପ୍ରେମ କର, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସମସ୍ତ ଆଜ୍ଞା ଦେଉଅଛି।” 18“ଜଗତ ତୁମ୍ଭମାନଙ୍କୁ ଘୃଣା କରେ, ତେବେ ତୁମ୍ଭମାନଙ୍କୁ ଘୃଣା କରିବା ପୂର୍ବେ ତାହା ଯେ ମୋତେ ଘୃଣା କରିଅଛି, ଏହା ଜାଣ। 19ଯଦି ତୁମ୍ଭେମାନେ ଜଗତରୁ ଉତ୍ପନ୍ନ ହୋଇଥାଆନ୍ତ, ତେବେ ଜଗତ ତୁମ୍ଭମାନଙ୍କୁ ଆପଣାର ଲୋକ ଜାଣି ପ୍ରେମ କରନ୍ତା; କିନ୍ତୁ ତୁମ୍ଭେମାନେ ଜଗତରୁ ଉତ୍ପନ୍ନ ହୋଇ ନାହଁ, ବରଂ ମୁଁ ତୁମ୍ଭମାନଙ୍କୁ ଜଗତ ମଧ୍ୟରୁ ମନୋନୀତ କରିଅଛି, ଏଥିନିମନ୍ତେ ଜଗତ ତୁମ୍ଭମାନଙ୍କୁ ଘୃଣା କରେ। 20ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, ମୁଁ ତୁମ୍ଭମାନଙ୍କୁ ଏହି ଯେଉଁ ବାକ୍ୟ କହିଅଛି, ତାହା ସ୍ମରଣ କର। ଯଦି ସେମାନେ ମୋତେ ତାଡ଼ନା କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କୁ ମଧ୍ୟ ତାଡ଼ନା କରିବେ; ଯଦି ସେମାନେ ମୋହର ବାକ୍ୟ ପାଳନ କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କର ବାକ୍ୟ ମଧ୍ୟ ପାଳନ କରିବେ। 21କିନ୍ତୁ ସେମାନେ ମୋହର ପ୍ରେରଣକର୍ତ୍ତାଙ୍କୁ ଜାଣି ନ ଥିବାରୁ ମୋହର ନାମ ସକାଶେ ତୁମ୍ଭମାନଙ୍କ ପ୍ରତି ଏହି ସମସ୍ତ କରିବେ। 22ଯଦି ମୁଁ ଆସି ସେମାନଙ୍କୁ କହି ନ ଥାଆନ୍ତି, ତାହାହେଲେ ସେମାନଙ୍କ ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନଙ୍କ ପାପ ବିଷୟରେ ସେମାନେ କୌଣସି ବାହାନା କରିପାରନ୍ତି ନାହିଁ। 23ଯେ ମୋତେ ଘୃଣା କରେ, ସେ ମୋହର ପିତାଙ୍କୁ ମଧ୍ୟ ଘୃଣା କରେ। 24ଯେଉଁ କର୍ମସବୁ ଆଉ କେହି କରି ନାହିଁ, ମୁଁ ଯଦି ସେହିସବୁ ସେମାନଙ୍କ ମଧ୍ୟରେ କରି ନ ଥାଆନ୍ତି, ତାହାହେଲେ ସେମାନଙ୍କର ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନେ ଦେଖିଅଛନ୍ତି, ଆଉ ମୋତେ ଓ ମୋହର ପିତା ଉଭୟଙ୍କୁ ଘୃଣା କରିଅଛନ୍ତି। 25‘ମାତ୍ର ସେମାନେ ଅକାରଣରେ ମୋତେ ଘୃଣା କଲେ,’ ସେମାନଙ୍କ ବ୍ୟବସ୍ଥାରେ ଲିଖିତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ଏପରି ଘଟୁଅଛି। 26ପିତାଙ୍କ ନିକଟରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଯେଉଁ ସାହାଯ୍ୟକାରୀଙ୍କୁ ପ୍ରେରଣ କରିବି, ପିତାଙ୍କଠାରୁ ବର୍ହିଗତ ସେହି ସତ୍ୟମୟ ଆତ୍ମା ଆସିଲେ ମୋʼ ବିଷୟରେ ସାକ୍ଷ୍ୟ ଦେବେ; 27ଆଉ, ତୁମ୍ଭେମାନେ ମଧ୍ୟ ସାକ୍ଷୀ, କାରଣ ତୁମ୍ଭେମାନେ ଆରମ୍ଭରୁ ମୋʼ ସହିତ ରହିଅଛ।” 16:1“ତୁମ୍ଭେମାନେ ଯେପରି ବିଘ୍ନ ନ ପାଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଅଛି। 2ସେମାନେ ତୁମ୍ଭମାନଙ୍କୁ ସମାଜଗୃହରୁ ବାହାର କରିବେ, ହଁ, ଏପରି ସମୟ ଆସୁଅଛି, ଯେତେବେଳେ ଯେ କେହି ତୁମ୍ଭମାନଙ୍କୁ ବଧ କରେ, ସେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଉପାସନାରୂପ ବଳି ଉତ୍ସର୍ଗ କରୁଅଛି ବୋଲି ମନେ କରିବ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅପ୍ରେଲ 23 ନାଗରିକ ପଞ୍ଜିକାର ମଇ 6। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର