ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମଇ 2027 › ମଇ 7
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 7 ମଇ 2027
ଶୁକ୍ରବାର · ପାସ୍କା କାଳର ଷଷ୍ଠ ସପ୍ତାହ
ପର୍ବ ଓ ସନ୍ଥ
ପାସ୍କା କାଳର ଷଷ୍ଠ ସପ୍ତାହର ଶୁକ୍ରବାର
ସାଧାରଣ ଦିନ · ଉପାସନାର ରଙ୍ଗ: ଧଳା
ଉପବାସ ଓ ପ୍ରାୟଶ୍ଚିତ୍ତ
ପ୍ରାୟଶ୍ଚିତ୍ତର ଦିନ
ପ୍ରତ୍ୟେକ ଶୁକ୍ରବାର ପ୍ରାୟଶ୍ଚିତ୍ତର ଦିନ; ପ୍ରତ୍ୟେକ ବିଶପ୍ ସମ୍ମିଳନୀ ଏହା କିପରି ପାଳିବାକୁ ହେବ ସ୍ଥିର କରେ: ମାଂସରୁ ବିରତି କିମ୍ବା ପ୍ରାୟଶ୍ଚିତ୍ତର ଅନ୍ୟ କାର୍ଯ୍ୟ। ଉପବାସ 18ରୁ 59 ବର୍ଷ ପର୍ଯ୍ୟନ୍ତ, ବିରତି 14 ବର୍ଷରୁ ବାଧ୍ୟତାମୂଳକ।
ଦିନର ପାଠ
ପ୍ରଥମ ପାଠ
9ପୁଣି, ପ୍ରଭୁ ରାତ୍ରିରେ ଦର୍ଶନ ଦ୍ୱାରା ପାଉଲଙ୍କୁ କହିଲେ, “ଭୟ କର ନାହିଁ, ନୀରବ ନ ରହି କଥା କୁହ, 10କାରଣ ଆମ୍ଭେ ତୁମ୍ଭ ସାଙ୍ଗରେ ଅଛୁ, କୌଣସି ଲୋକ ତୁମ୍ଭର କ୍ଷତି କରିବାକୁ ତୁମ୍ଭକୁ ଆକ୍ରମଣ କରିବ ନାହିଁ, ଯେଣୁ ଆମ୍ଭର ଅନେକ ଲୋକ ଏହି ନଗରରେ ଅଛନ୍ତି।” 11ପୁଣି, ସେ ସେମାନଙ୍କ ନିକଟରେ ଈଶ୍ବରଙ୍କ ବାକ୍ୟ ଶିକ୍ଷା ଦେଇ ଦେଢ଼ବର୍ଷ ସେଠାରେ ବାସ କଲେ। 12କିନ୍ତୁ ଗାଲ୍ଲିୟୋନ୍ ଆଖାୟା ଅଞ୍ଚଳର ଶାସନକର୍ତ୍ତା ଥିବା ସମୟରେ ଯିହୁଦୀମାନେ ପାଉଲଙ୍କ ବିରୁଦ୍ଧରେ ଏକମତ ହୋଇ ଉଠି ତାହାଙ୍କୁ ବିଚାରାସନ ଛାମୁକୁ ଘେନିଆସି କହିଲେ, 13ଏହି ଲୋକଟା ବ୍ୟବସ୍ଥାର ବିପରୀତ ଭାବରେ ଈଶ୍ବରଙ୍କ ଉପାସନା କରିବାକୁ ଲୋକମାନଙ୍କୁ ବାଧ୍ୟ କରେ। 14କିନ୍ତୁ ପାଉଲ ମୁଖ ଫିଟାଇ କଥା କହିବାକୁ ଉଦ୍ୟତ ହୁଅନ୍ତେ, ଗାଲ୍ଲିୟୋନ୍ ଯିହୁଦୀମାନଙ୍କୁ କହିଲେ, କୌଣସି ପ୍ରକାର ଅନ୍ୟାୟ ବା ଦୁଷ୍କର୍ମ ଯଦି ହୋଇଥାଆନ୍ତା, ତେବେ, ହେ ଯିହୁଦୀମାନେ, ଧିର ହୋଇ ତୁମ୍ଭମାନଙ୍କର କଥା ଶୁଣିବା ଯୁକ୍ତିସଙ୍ଗତ ହୋଇଥାଆନ୍ତା, 15ମାତ୍ର ଯଦି ଏହିସବୁ କେବଳ ବାକ୍ୟ, ନାମ ଓ ତୁମ୍ଭମାନଙ୍କ ବ୍ୟବସ୍ଥା ସମ୍ବନ୍ଧୀୟ ବିବାଦ ଅଟେ, ତେବେ ତୁମ୍ଭେମାନେ ନିଜେ ତାହା ବୁଝ; ଆମ୍ଭେ ଏହିସବୁ ବିଷୟରେ ବିଚାରକର୍ତ୍ତା ହେବାକୁ ଇଚ୍ଛା କରୁ ନାହୁଁ। 16ପୁଣି, ସେ ସେମାନଙ୍କୁ ବିଚାରାସନ ସମ୍ମୁଖରୁ ତଡ଼ିଦେଲେ। 17ସେଥିରେ ସମସ୍ତେ ସମାଜଗୃହର ଅଧ୍ୟକ୍ଷ ସୋସ୍ଥିନାଙ୍କୁ ଧରି ବିଚାରାସନ ସମ୍ମୁଖରେ ପ୍ରହାର କରିବାକୁ ଲାଗିଲେ; କିନ୍ତୁ ଗାଲ୍ଲିୟୋନ୍ ସେହି ସମସ୍ତ ବିଷୟରେ ଦୃଷ୍ଟି କଲେ ନାହିଁ। 18ଏହା ଉତ୍ତାରେ ପାଉଲ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ଭାଇମାନଙ୍କ ନିକଟରୁ ବିଦାୟ ଘେନି ଜାହାଜରେ ଚଢ଼ି ସିରିୟା ଅଞ୍ଚଳକୁ ଯାତ୍ରା କଲେ। ପ୍ରୀସ୍କିଲ୍ଲା ଓ ଆକ୍ୱିଲା ତାହାଙ୍କ ସାଙ୍ଗରେ ଗଲେ; ତାଙ୍କର ଗୋଟିଏ ମାନତ ଥିବାରୁ ସେ କେଙ୍କ୍ରେୟା ସହରରେ ଆପଣା ମସ୍ତକ ମୁଣ୍ଡନ କରାଇଲେ।
ପ୍ରତିଉତ୍ତର ଗୀତ
1ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ। ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅ; ଆନନ୍ଦ-ସ୍ୱରରେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର। 2କାରଣ ସର୍ବୋପରିସ୍ଥ ସଦାପ୍ରଭୁ ଭୟଙ୍କର ଅଟନ୍ତି; ସେ ସମୁଦାୟ ପୃଥିବୀ ଉପରେ ମହାନ ରାଜା। 3ସେ ଗୋଷ୍ଠୀସମୂହକୁ ଆମ୍ଭମାନଙ୍କର ବଶୀଭୂତ କରିବେ ଓ ଦେଶୀୟଗଣକୁ ଆମ୍ଭମାନଙ୍କର ପଦତଳସ୍ଥ କରିବେ। 4ସେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କ ଅଧିକାର ମନୋନୀତ କରିବେ, ତାହା ହିଁ ତାହାଙ୍କ ପ୍ରିୟପାତ୍ର ଯାକୁବର ଗୌରବ ସ୍ୱରୂପ। [ସେଲା] 5ପରମେଶ୍ୱର ଜୟଧ୍ୱନିରେ, ସଦାପ୍ରଭୁ ତୂରୀଧ୍ୱନିରେ ଊର୍ଦ୍ଧ୍ୱକୁ ବିଜେ କରିଅଛନ୍ତି। 6ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପ୍ରଶଂସା ଗାନ କର; ଆମ୍ଭମାନଙ୍କ ରାଜାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପ୍ରଶଂସା ଗାନ କର।
ସୁସମାଚାର
20ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ରୋଦନ ଓ ବିଳାପ କରିବ, କିନ୍ତୁ ଜଗତ ଆନନ୍ଦ କରିବ; ତୁମ୍ଭେମାନେ ଦୁଃଖିତ ହେବ, କିନ୍ତୁ ତୁମ୍ଭମାନଙ୍କ ଦୁଃଖ ଆନନ୍ଦରେ ପରିଣତ ହେବ। 21ପ୍ରସବ ସମୟ ଉପସ୍ଥିତ ହେଲେ ସ୍ତ୍ରୀଲୋକ ଦୁଃଖ ପାଏ; କିନ୍ତୁ ସେ ସନ୍ତାନ ପ୍ରସବ କଲା ଉତ୍ତାରେ ଜଗତରେ ଜଣେ ମାନବ ଜନ୍ମଗ୍ରହଣ କଲା, ଏହି ଆନନ୍ଦ ଯୋଗୁଁ ଆଉ କଷ୍ଟ ସ୍ମରଣ କରେ ନାହିଁ। 22ସେହିପରି ତୁମ୍ଭେମାନେ ବର୍ତ୍ତମାନ ଦୁଃଖ ପାଉଅଛ, କିନ୍ତୁ ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଦର୍ଶନ ଦେବି, ଆଉ ତୁମ୍ଭମାନଙ୍କ ହୃଦୟ ଆନନ୍ଦିତ ହେବ ଓ କେହି ତୁମ୍ଭମାନଙ୍କଠାରୁ ତୁମ୍ଭମାନଙ୍କର ଆନନ୍ଦ ହରଣ କରିବ ନାହିଁ। 23ସେ ଦିନ ତୁମ୍ଭେମାନେ ମୋତେ କିଛି ପଚାରିବ ନାହିଁ। ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭେମାନେ ପିତାଙ୍କୁ କିଛି ମାଗିବ, ତେବେ ମୋʼ ନାମରେ ସେ ତୁମ୍ଭମାନଙ୍କୁ ତାହା ଦେବେ।
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର