ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମଇ 2027 › ମଇ 8
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 8 ମଇ 2027
ଶନିବାର · ପାସ୍କା କାଳର ଷଷ୍ଠ ସପ୍ତାହ
ପର୍ବ ଓ ସନ୍ଥ
ପାସ୍କା କାଳର ଷଷ୍ଠ ସପ୍ତାହର ଶନିବାର
ସାଧାରଣ ଦିନ · ଉପାସନାର ରଙ୍ଗ: ଧଳା
ଦିନର ପାଠ
ପ୍ରଥମ ପାଠ
23ସେ ସ୍ଥାନରେ କେତେକ ସମୟ ରହିଲା ପରେ ସେ ପ୍ରସ୍ଥାନ କଲେ, ପୁଣି, କ୍ରମାନ୍ୱୟେ ଗାଲାତୀୟ ଓ ଫ୍ରୁଗିଆ ଅଞ୍ଚଳଗୁଡ଼ିକ ଦେଇ ଯାତ୍ରା କରୁ କରୁ ଶିଷ୍ୟ ସମସ୍ତଙ୍କୁ ସୁସ୍ଥିର କରୁଥିଲେ। 24ଇତିମଧ୍ୟରେ ଆପଲ୍ଲ ନାମକ ଜଣେ ଯିହୁଦୀ ଏଫିସକୁ ଆସିଲେ, ତାହାଙ୍କର ଜନ୍ମସ୍ଥାନ ଆଲେକଜାଣ୍ଡ୍ରୀୟ ସହରରେ ଥିଲା; ସେ ସୁବକ୍ତା ଓ ଧର୍ମଶାସ୍ତ୍ରରେ ଶକ୍ତିଶାଳୀ ଥିଲେ। 25ଏହି ବ୍ୟକ୍ତି ପ୍ରଭୁଙ୍କ ମାର୍ଗ ବିଷୟରେ ଶିକ୍ଷା ପ୍ରାପ୍ତ ହୋଇଥିଲେ, ପୁଣି, ଆତ୍ମାରେ ଉତ୍ତପ୍ତ ହୋଇ ଯୀଶୁଙ୍କ ବିଷୟ ସୂକ୍ଷ୍ମରୂପେ କହି ଶିକ୍ଷା ଦେଉଥିଲେ, କିନ୍ତୁ ସେ କେବଳ ଯୋହନଙ୍କ ବାପ୍ତିସ୍ମ ବିଷୟ ଜାଣିଥିଲେ; 26ସେ ସମାଜଗୃହରେ ସାହସ ସହିତ କଥା କହିବାକୁ ଲାଗିଲେ। କିନ୍ତୁ ପ୍ରୀସ୍କିଲ୍ଲା ଓ ଆକ୍ୱିଲା ତାହାଙ୍କ କଥା ଶୁଣି ତାହାଙ୍କୁ ଆପଣାମାନଙ୍କ ସାଙ୍ଗରେ ରଖି ଅଧିକ ସୂକ୍ଷ୍ମ ରୂପେ ଈଶ୍ବରଙ୍କ ମାର୍ଗ ବିଷୟ ତାହାଙ୍କୁ ବୁଝାଇଦେଲେ। 27ସେ ଆଖାୟା ଦେଶକୁ ଯିବା ପାଇଁ ଇଚ୍ଛା କରିବାରୁ ଭାଇମାନେ ତାହାଙ୍କୁ ଉତ୍ସାହ ଦେଇ ତାହାଙ୍କୁ ଗ୍ରହଣ କରିବା ନିମନ୍ତେ ଶିଷ୍ୟମାନଙ୍କୁ ଲେଖିଲେ। ସେ ସେଠାରେ ଉପସ୍ଥିତ ହୋଇ, ଯେଉଁମାନେ ବିଶ୍ୱାସ କରିଥିଲେ, ଈଶ୍ବରଙ୍କ ଅନୁଗ୍ରହ ଦ୍ୱାରା ସେମାନଙ୍କର ବହୁତ ଉପକାର କଲେ, 28କାରଣ ଯୀଶୁ ଯେ ଖ୍ରୀଷ୍ଟ, ଏହା ଧର୍ମଶାସ୍ତ୍ର ଦ୍ୱାରା ପ୍ରମାଣ କରି ସେ ପ୍ରକାଶରେ ଶକ୍ତି ସହିତ ଯିହୁଦୀମାନଙ୍କର ଯୁକ୍ତିସବୁ ଖଣ୍ଡନ କରିବାକୁ ଲାଗିଲେ।
ପ୍ରତିଉତ୍ତର ଗୀତ
1ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ। ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅ; ଆନନ୍ଦ-ସ୍ୱରରେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର। 2କାରଣ ସର୍ବୋପରିସ୍ଥ ସଦାପ୍ରଭୁ ଭୟଙ୍କର ଅଟନ୍ତି; ସେ ସମୁଦାୟ ପୃଥିବୀ ଉପରେ ମହାନ ରାଜା। 7କାରଣ ପରମେଶ୍ୱର ସମୁଦାୟ ପୃଥିବୀର ରାଜା ଅଟନ୍ତି; ତୁମ୍ଭେମାନେ ପ୍ରବୋଧଜନକ ପ୍ରଶଂସା ଗାନ କର। 8ପରମେଶ୍ୱର ଗୋଷ୍ଠୀବର୍ଗ ଉପରେ ରାଜତ୍ୱ କରନ୍ତି; ପରମେଶ୍ୱର ଆପଣା ପବିତ୍ର ସିଂହାସନରେ ଉପବିଷ୍ଟ। 9ଅବ୍ରହାମର ପରମେଶ୍ୱରଙ୍କ ଲୋକ ହେବା ନିମନ୍ତେ ଗୋଷ୍ଠୀୟମାନଙ୍କର ଅଧିପତିଗଣ ଏକତ୍ରିତ ହୋଇଅଛନ୍ତି। କାରଣ ପୃଥିବୀର ଢାଲସବୁ ପରମେଶ୍ୱରଙ୍କର; ସେ ଅତିଶୟ ଉନ୍ନତ ଅଟନ୍ତି।
ସୁସମାଚାର
23ସେ ଦିନ ତୁମ୍ଭେମାନେ ମୋତେ କିଛି ପଚାରିବ ନାହିଁ। ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭେମାନେ ପିତାଙ୍କୁ କିଛି ମାଗିବ, ତେବେ ମୋʼ ନାମରେ ସେ ତୁମ୍ଭମାନଙ୍କୁ ତାହା ଦେବେ। 24ଏପର୍ଯ୍ୟନ୍ତ ତୁମ୍ଭେମାନେ ମୋʼ ନାମରେ କିଛି ମାଗି ନାହଁ; ମାଗ, ପୁଣି, ତୁମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ସେଥିନିମନ୍ତେ ତୁମ୍ଭେମାନେ ତାହା ପାଇବ।” 25“ମୁଁ ତୁମ୍ଭମାନଙ୍କୁ ଉପମା ଦ୍ୱାରା ଏହି ସମସ୍ତ କଥା କହିଅଛି; ସମୟ ଆସୁଅଛି, ଯେତେବେଳେ ମୁଁ ଆଉ ଉପମା ଦ୍ୱାରା ତୁମ୍ଭମାନଙ୍କୁ କହିବି ନାହିଁ, କିନ୍ତୁ ପିତାଙ୍କ ବିଷୟ ସ୍ପଷ୍ଟ ରୂପେ ତୁମ୍ଭମାନଙ୍କୁ ଜଣାଇବି। 26ସେ ଦିନ ତୁମ୍ଭେମାନେ ମୋʼ ନାମରେ ମାଗିବ; ଆଉ, ମୁଁ ଯେ ତୁମ୍ଭମାନଙ୍କ ସପକ୍ଷରେ ପିତାଙ୍କୁ ନିବେଦନ କରିବି, ଏହା ମୁଁ ତୁମ୍ଭମାନଙ୍କୁ କହୁ ନାହିଁ; 27କାରଣ ପିତା ସ୍ୱୟଂ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ଯେଣୁ ତୁମ୍ଭେମାନେ ମୋତେ ସ୍ନେହ କରିଅଛ ଓ ମୁଁ ଯେ ଈଶ୍ବରଙ୍କ ନିକଟରୁ ଆସିଅଛି, ତାହା ତୁମ୍ଭେମାନେ ବିଶ୍ୱାସ କରିଅଛ। 28ମୁଁ ପିତାଙ୍କ ନିକଟରୁ ଜଗତକୁ ଆସିଅଛି; ପୁନର୍ବାର ମୁଁ ଜଗତ ପରିତ୍ୟାଗ କରି ପିତାଙ୍କ ନିକଟକୁ ଯାଉଅଛି।”
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର