Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମଇ 2027 › ମଇ 9

ଅର୍ଥୋଡକ୍ସ ପଞ୍ଜିକା · 26 ଅପ୍ରେଲ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 9 ମଇ 2027

ରବିବାର · ସ୍ୱର 1

ପର୍ବ ଓ ସନ୍ଥ

ଆଣ୍ଟିପାସ୍କା: ପାସ୍କାର ଦ୍ୱିତୀୟ ରବିବାର

ଥୋମାଙ୍କ ରବିବାର

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପ୍ରଭାତୀ ପ୍ରାର୍ଥନାର ପ୍ରଥମ ସୁସମାଚାର

ମାଥି 28:16–20

16କିନ୍ତୁ ଏକାଦଶ ଶିଷ୍ୟ ଗାଲିଲୀକୁ ଯାଇ, ଯୀଶୁ ଯେଉଁ ପର୍ବତ ବିଷୟ ସେମାନଙ୍କୁ କହିଥିଲେ, ସେହି ପର୍ବତକୁ ଗଲେ। 17ଆଉ, ସେମାନେ ତାହାଙ୍କୁ ଦେଖି ପ୍ରଣାମ କଲେ, ମାତ୍ର କେହି କେହି ସନ୍ଦେହ କଲେ। 18ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, “ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଅଛି। 19ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ, 20ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହିସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।”

ପତ୍ର

ପ୍ରେରି 5:12–20

12ପ୍ରେରିତମାନଙ୍କ ହସ୍ତ ଦ୍ୱାରା ଲୋକମାନଙ୍କ ମଧ୍ୟରେ ଅନେକ ଅନେକ ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧିତ ହେବାକୁ ଲାଗିଲା, ଆଉ ସମସ୍ତ ମଣ୍ଡଳୀ ଏକଚିତ୍ତରେ ଶଲୋମନଙ୍କ ମଣ୍ଡପରେ ଉପସ୍ଥିତ ହେଉଥିଲେ, 13କିନ୍ତୁ ଅନ୍ୟ ଲୋକମାନଙ୍କ ମଧ୍ୟରୁ କେହିହେଲେ ସେମାନଙ୍କ ସହିତ ଯୋଗ ଦେବାକୁ ସାହସ କରୁ ନ ଥିଲେ; ତଥାପି ଲୋକମାନେ ସେମାନଙ୍କର ପ୍ରଶଂସା କରୁଥିଲେ, 14ପୁଣି, ଆହୁରି ଅଧିକ ଅନେକ ପୁରୁଷ ଓ ସ୍ତ୍ରୀ ବିଶ୍ୱାସ କରି ପ୍ରଭୁଙ୍କ ସହିତ ସଂଯୁକ୍ତ ହେବାକୁ ଲାଗିଲେ, 15ଏପରିକି, ପିତର ଆସିବା ସମୟରେ ଅନ୍ତତଃ ତାହାଙ୍କ ଛାୟା ଯେପରି ରୋଗୀମାନଙ୍କ ମଧ୍ୟରୁ କାହାରି କାହାରି ଉପରେ ପଡ଼େ, ଏଥିନିମନ୍ତେ ଲୋକମାନେ ସେମାନଙ୍କୁ ଦାଣ୍ଡକୁ ବୋହିନେଇ ଆସି ଶେଯ ଓ ଖଟିଆରେ ରଖିଦେଉଥିଲେ। 16ଯିରୂଶାଲମ ସହରର ଚତୁର୍ଦ୍ଦିଗସ୍ଥ ନଗରସମୂହରୁ ଲୋକସମୂହ ମଧ୍ୟ ରୋଗୀମାନଙ୍କୁ ଓ ଅଶୁଚି ଆତ୍ମା ଦ୍ୱାରା ଆକ୍ରାନ୍ତ ଲୋକମାନଙ୍କୁ ଆଣି ଏକତ୍ର ହେଉଥିଲେ, ଆଉ ସେମାନେ ସମସ୍ତେ ସୁସ୍ଥ ହେଲେ। 17ପରେ ମହାଯାଜକ ଓ ତାହାଙ୍କ ସଙ୍ଗୀ ସମସ୍ତେ, ଅର୍ଥାତ୍‍, ସାଦ୍ଦୂକୀ ଦଳ, ଈର୍ଷାରେ ପ୍ରଜ୍ୱଳିତ ହୋଇ ଉଠିଲେ 18ଓ ପ୍ରେରିତମାନଙ୍କୁ ଧରି ସାଧାରଣ କାରାଗାରରେ ରଖିଲେ। 19କିନ୍ତୁ ପ୍ରଭୁଙ୍କର ଜଣେ ଦୂତ ରାତ୍ରିକାଳରେ କାରାଗାରର ଦ୍ୱାରସବୁ ଫିଟାଇଦେଲେ ଓ ସେମାନଙ୍କୁ ବାହାର କରି ଆଣି କହିଲେ, 20ଯାଅ, ମନ୍ଦିର ମଧ୍ୟରେ ଠିଆ ହୋଇ ଲୋକମାନଙ୍କୁ ଏହି ଜୀବନ ସମ୍ବନ୍ଧୀୟ ସମସ୍ତ କଥା କୁହ।

ସୁସମାଚାର

ଯୋହ 20:19–31

19ସେହି ଦିନ, ଅର୍ଥାତ୍‍, ସପ୍ତାହର ପ୍ରଥମ ଦିନ ସନ୍ଧ୍ୟା ସମୟରେ ଯେତେବେଳେ ଶିଷ୍ୟମାନେ ଯେଉଁ ଗୃହରେ ଥିଲେ, ସେଥିର ଦ୍ୱାରଗୁଡ଼ିକ ଯିହୁଦୀମାନଙ୍କ ଭୟରେ ରୁଦ୍ଧ ଥିଲା, ସେତେବେଳେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ।” 20ପୁଣି, ଏହା କହି ସେ ସେମାନଙ୍କୁ ଆପଣା ହସ୍ତ ଓ କକ୍ଷଦେଶ ଦେଖାଇଲେ। ସେଥିରେ ଶିଷ୍ୟମାନେ ପ୍ରଭୁଙ୍କୁ ଦେଖି ଆନନ୍ଦିତ ହେଲେ। 21ଯୀଶୁ ସେମାନଙ୍କୁ ପୁନର୍ବାର କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ; ପିତା ଯେପ୍ରକାରେ ମୋତେ ପ୍ରେରଣ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାରେ ତୁମ୍ଭମାନଙ୍କୁ ପ୍ରେରଣ କରୁଅଛି।” 22ସେ ଏହା କହି ସେମାନଙ୍କ ଉପରେ ପ୍ରଶ୍ୱାସ ଛାଡ଼ି ସେମାନଙ୍କୁ କହିଲେ, “ପବିତ୍ର ଆତ୍ମାଙ୍କୁ ଗ୍ରହଣ କର। 23ତୁମ୍ଭେମାନେ ଯଦି କାହାରି ପାପ କ୍ଷମା କରିବ, ତାହାର ପାପ କ୍ଷମା ହେବ; ପୁଣି, ଯଦି କାହାରି ପାପ କ୍ଷମା ନ କରିବ, ତାହାର ପାପ କ୍ଷମା ହେବ ନାହିଁ।” 24କିନ୍ତୁ ଯୀଶୁ ଯେତେବେଳେ ଆସିଥିଲେ, ସେତେବେଳେ ଦ୍ୱାଦଶଙ୍କ ମଧ୍ୟରୁ ଥୋମା ନାମକ ଜଣେ, ଯାହାଙ୍କୁ ଦିଦୁମ କହନ୍ତି, ସେ ସେମାନଙ୍କ ସାଙ୍ଗରେ ନ ଥିଲେ। 25ଅତଏବ, ଅନ୍ୟ ଶିଷ୍ୟମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ପ୍ରଭୁଙ୍କୁ ଦେଖିଅଛୁ। କିନ୍ତୁ ସେ ସେମାନଙ୍କୁ କହିଲେ, ତାହାଙ୍କ ହାତରେ କଣ୍ଟାର ଚିହ୍ନସବୁ ନ ଦେଖିଲେ ଓ ସେହିସବୁ ସ୍ଥାନରେ ମୋହର ଅଙ୍ଗୁଳି ନ ଦେଲେ ଏବଂ ତାହାଙ୍କ କକ୍ଷଦେଶରେ ମୋହର ହାତ ନ ଦେଲେ ମୁଁ କଦାପି ବିଶ୍ୱାସ କରିବି ନାହିଁ। 26ଆଠ ଦିନ ପରେ ତାହାଙ୍କ ଶିଷ୍ୟମାନେ ପୁନର୍ବାର ଭିତରେ ଥିଲେ ଓ ଥୋମା ସେମାନଙ୍କ ସାଙ୍ଗରେ ଥିଲେ। ଦ୍ୱାରସବୁ ରୁଦ୍ଧ ଥିବା ସମୟରେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ।” 27ପରେ ସେ ଥୋମାଙ୍କୁ କହିଲେ, “ଏଆଡ଼େ ତୁମ୍ଭର ଅଙ୍ଗୁଳି ବଢ଼ାଇ ମୋହର ହାତ ଦେଖ ଓ ହାତ ବଢ଼ାଇ ମୋହର କକ୍ଷଦେଶରେ ଦିଅ; ଅବିଶ୍ୱାସୀ ନ ହୋଇ ବିଶ୍ୱାସୀ ହୁଅ।” 28ଥୋମା ତାହାଙ୍କୁ ଉତ୍ତର ଦେଲେ, ମୋହର ପ୍ରଭୁ, ମୋହର ଈଶ୍ବର। 29ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେ ମୋତେ ଦେଖିବାରୁ ବିଶ୍ୱାସ କରିଅଛ? ଯେଉଁମାନେ ନ ଦେଖି ବିଶ୍ୱାସ କରିଅଛନ୍ତି, ସେମାନେ ଧନ୍ୟ।” 30ଯୀଶୁ ଶିଷ୍ୟମାନଙ୍କ ସାକ୍ଷାତରେ ଏହିପରି ଅନେକ ଓ ବିଭିନ୍ନ ପ୍ରକାର ଆଶ୍ଚର୍ଯ୍ୟକର୍ମ ସାଧନ କଲେ, ସେହିସବୁ ଏହି ପୁସ୍ତକରେ ଲେଖା ହୋଇ ନାହିଁ; 31କିନ୍ତୁ ତୁମ୍ଭେମାନେ ଯେପରି ବିଶ୍ୱାସ କର ଯେ, ଯୀଶୁ ଈଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ ଅଟନ୍ତି, ପୁଣି, ବିଶ୍ୱାସ କରି ଯେପରି ତୁମ୍ଭେମାନେ ତାହାଙ୍କ ନାମରେ ଜୀବନ ପ୍ରାପ୍ତ ହୁଅ, ଏଥିନିମନ୍ତେ ଏସମସ୍ତ ଲେଖାଯାଇଅଛି।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅପ୍ରେଲ 26 ନାଗରିକ ପଞ୍ଜିକାର ମଇ 9। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର