ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମଇ 2027 › ମଇ 10
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 10 ମଇ 2027
ସୋମବାର · ପାସ୍କା କାଳର ସପ୍ତମ ସପ୍ତାହ
ପର୍ବ ଓ ସନ୍ଥ
ପାସ୍କା କାଳର ସପ୍ତମ ସପ୍ତାହର ସୋମବାର
ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ଧଳା
ଆଭିଲାର ସନ୍ଥ ଜନ୍, ପୁରୋହିତ ଓ ମଣ୍ଡଳୀର ଆଚାର୍ଯ୍ୟ · ଇଚ୍ଛାଧୀନ ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
1ଆପଲ୍ଲ କରିନ୍ଥ ସହରରେ ଥିବା ସମୟରେ ପାଉଲ ପାହାଡ଼ିଆ ଅଞ୍ଚଳ ଦେଇ ଯାତ୍ରା କରି ଏଫିସ ନଗରକୁ ଆସି କେତେକ ଶିଷ୍ୟଙ୍କ ଦେଖାପାଇଲେ। 2ସେ ସେମାନଙ୍କୁ ପଚାରିଲେ, ବିଶ୍ୱାସ କରିବା ସମୟରେ କଅଣ ତୁମ୍ଭେମାନେ ପବିତ୍ର ଆତ୍ମାଙ୍କୁ ପାଇଥିଲ? ସେମାନେ ତାହାଙ୍କୁ ଉତ୍ତର ଦେଲେ, ନା ପବିତ୍ର ଆତ୍ମା ଯେ ଦତ୍ତ ହୋଇଅଛନ୍ତି, ତାହା ସୁଦ୍ଧା ଆମ୍ଭେମାନେ ଶୁଣି ନାହୁଁ। 3ତେଣୁ ସେ ପଚାରିଲେ, ତେବେ ତୁମ୍ଭେମାନେ କାହିଁରେ ବାପ୍ତିଜିତ ହୋଇଥିଲ? ସେମାନେ କହିଲେ, ଯୋହନଙ୍କ ବାପ୍ତିସ୍ମରେ। 4ସେଥିରେ ପାଉଲ କହିଲେ, ଯୋହନ ମନ-ପରିବର୍ତ୍ତନର ବାପ୍ତିସ୍ମରେ ବାପ୍ତିସ୍ମ ଦେଇ, ତାହାଙ୍କ ପରେ ଯେ ଆସିବେ, ତାହାଙ୍କଠାରେ ଅର୍ଥାତ୍ ଯୀଶୁଙ୍କଠାରେ ବିଶ୍ୱାସ କରିବାକୁ ହେବ ବୋଲି ଲୋକମାନଙ୍କୁ କହୁଥିଲେ। 5ସେମାନେ ଏହା ଶୁଣି ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହେଲେ, 6ଆଉ ପାଉଲ ସେମାନଙ୍କ ଉପରେ ହସ୍ତାର୍ପଣ କରନ୍ତେ ପବିତ୍ର ଆତ୍ମା ସେମାନଙ୍କ ଉପରେ ଅବତରଣ କଲେ, ପୁଣି, ସେମାନେ ନାନା ଭାଷାରେ କଥା କହିବାକୁ ଓ ଭାବବାଣୀ ମଧ୍ୟ କହିବାକୁ ଲାଗିଲେ। 7ସେମାନେ ସମସ୍ତେ ପ୍ରାୟ ବାର ଜଣ ପୁରୁଷ ଥିଲେ। 8ପରେ ସେ ସମାଜଗୃହରେ ପ୍ରବେଶ କରି ତିନି ମାସ ପର୍ଯ୍ୟନ୍ତ ସାହସ ସହିତ ଈଶ୍ବରଙ୍କ ରାଜ୍ୟ ବିଷୟରେ ଉପଦେଶ ଦେଇ ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କରିବାକୁ ଲାଗିଲେ।
ପ୍ରତିଉତ୍ତର ଗୀତ
1ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗାନାର୍ଥକ ଗୀତ। ପରମେଶ୍ୱର ଉଠନ୍ତୁ, ତାହାଙ୍କ ଶତ୍ରୁଗଣ ଛିନ୍ନଭିନ୍ନ ହେଉନ୍ତୁ; ତାହାଙ୍କ ଘୃଣାକାରୀମାନେ ମଧ୍ୟ ତାହାଙ୍କ ସାକ୍ଷାତରୁ ପଳାଉନ୍ତୁ। 2ଯେପରି ଧୂମ ଚାଳିତ ହୁଏ, ସେହିପରି ସେମାନଙ୍କୁ ଚଳାଅ; ଯେପରି ଅଗ୍ନି ସମ୍ମୁଖରେ ମହମ ତରଳି ଯାଏ, ସେହିପରି ପରମେଶ୍ୱରଙ୍କ ସାକ୍ଷାତରେ ଦୁଷ୍ଟମାନେ ବିନଷ୍ଟ ହେଉନ୍ତୁ। 3ମାତ୍ର ଧାର୍ମିକମାନେ ଆନନ୍ଦିତ ହେଉନ୍ତୁ; ସେମାନେ ପରମେଶ୍ୱରଙ୍କ ସମ୍ମୁଖରେ ଉଲ୍ଲାସ କରନ୍ତୁ; ହଁ, ସେମାନେ ଆନନ୍ଦରେ ପ୍ରଫୁଲ୍ଲ ହେଉନ୍ତୁ। 4ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ନାମରେ ପ୍ରଶଂସା ଗାନ କର; ଯେ ବାହନରେ ମରୁଭୂମି ଦେଇ ଆସୁଅଛନ୍ତି, ତାହାଙ୍କ ପାଇଁ ରାଜପଥ ପ୍ରସ୍ତୁତ କର; ତାହାଙ୍କ ନାମ ସଦାପ୍ରଭୁ; ତୁମ୍ଭେମାନେ ତାହାଙ୍କ ସାକ୍ଷାତରେ ଉଲ୍ଲାସ କର। 5ପରମେଶ୍ୱର ଆପଣା ପବିତ୍ର ବାସ ସ୍ଥାନରେ ପିତୃହୀନମାନଙ୍କର ପିତା ଓ ବିଧବାମାନଙ୍କର ସୁରକ୍ଷାକର୍ତ୍ତା ଅଟନ୍ତି। 6ପରମେଶ୍ୱର ସଙ୍ଗୀହୀନମାନଙ୍କୁ ପରିବାର ମଧ୍ୟରେ ସ୍ଥାପନ କରନ୍ତି; ସେ ବନ୍ଦୀଗଣକୁ ବାହାର କରି କୁଶଳରେ ରଖନ୍ତି; ମାତ୍ର ବିଦ୍ରୋହୀମାନେ ଶୁଷ୍କ ଭୂମିରେ ବାସ କରନ୍ତି।
ସୁସମାଚାର
29ତାହାଙ୍କ ଶିଷ୍ୟମାନେ କହିଲେ, ଦେଖନ୍ତୁ, ବର୍ତ୍ତମାନ ଆପଣ ସ୍ପଷ୍ଟ ରୂପେ କହୁଅଛନ୍ତି ଓ ଉପମା-କଥା ଆଉ କହୁ ନାହାନ୍ତି। 30ଆପଣ ଯେ ସମସ୍ତ ବିଷୟ ଜାଣନ୍ତି, ପୁଣି, କେହି ଆପଣଙ୍କୁ ପ୍ରଶ୍ନ କରିବାର ଯେ ଆପଣଙ୍କର ପ୍ରୟୋଜନ ନାହିଁ, ତାହା ଏବେ ଆମ୍ଭେମାନେ ଜାଣିଲୁ; ଈଶ୍ବରଙ୍କ ନିକଟରୁ ଆପଣ ଆସିଅଛନ୍ତି ବୋଲି ଆମ୍ଭେମାନେ ଏହା ଦ୍ୱାରା ବିଶ୍ୱାସ କରୁଅଛୁ। 31ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ କଅଣ ଏବେ ବିଶ୍ୱାସ କରୁଅଛ? 32ଦେଖ, ସମୟ ଆସୁଅଛି, ହଁ, ଆସିଲାଣି, ଯେତେବେଳେ ତୁମ୍ଭେମାନେ ଛିନ୍ନଭିନ୍ନ ହୋଇ ପ୍ରତ୍ୟେକେ ଆପଣା ଆପଣା ଘରକୁ ପଳାଇଯିବ, ଆଉ ମୋତେ ଏକାକୀ ପରିତ୍ୟାଗ କରିବ; ତଥାପି ମୁଁ ଏକାକୀ ନୁହେଁ, କାରଣ ପିତା ମୋʼ ସାଙ୍ଗରେ ଅଛନ୍ତି। 33ତୁମ୍ଭେମାନେ ଯେପରି ମୋʼ ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହିସବୁ ବିଷୟ କହିଅଛି। ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି।”
ଆଜିର ସନ୍ଥ
- ଆଭିଲାର ସନ୍ଥ ଜନ୍, ପୁରୋହିତ ଓ ମଣ୍ଡଳୀର ଆଚାର୍ଯ୍ୟ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର