Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମଇ 2027 › ମଇ 10

ଅର୍ଥୋଡକ୍ସ ପଞ୍ଜିକା · 27 ଅପ୍ରେଲ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 10 ମଇ 2027

ସୋମବାର · ପାସ୍କାର ଦ୍ୱିତୀୟ ସପ୍ତାହ · ସ୍ୱର 1

ପର୍ବ ଓ ସନ୍ଥ

Apostle and Hieromartyr Simeon, Bishop of Jerusalem, a Kinsman of the Lord († 107)

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ପ୍ରେରି 3:19–26

19ଅତଏବ, ଯେପରି ଆପଣମାନଙ୍କର ପାପମୋଚନ ହୋଇପାରେ, ଏଥିନିମନ୍ତେ ମନ-ପରିବର୍ତ୍ତନ କରି ଫେରି ଆସନ୍ତୁ, 20ତାହାହେଲେ ପ୍ରଭୁଙ୍କ ଛାମୁରୁ ସାନ୍ତ୍ୱନାର ସମୟ ଉପସ୍ଥିତ ହେବ; ପୁଣି, ଆପଣମାନଙ୍କ ନିମନ୍ତେ ପୂର୍ବନିରୂପିତ ଖ୍ରୀଷ୍ଟଙ୍କୁ ଅର୍ଥାତ୍‍ ଯୀଶୁଙ୍କୁ ସେ ପ୍ରେରଣ କରିବେ। 21ସମସ୍ତ ବିଷୟ ପୁନଃସ୍ଥାପନର ଯେଉଁ ସମୟର କଥା ଅତି ପ୍ରାଚୀନକାଳରୁ ଈଶ୍ବର ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ୱାରା କହିଅଛନ୍ତି, ସେହି ସମୟ ଉପସ୍ଥିତ ନ ହେବା ପର୍ଯ୍ୟନ୍ତ ତାହାଙ୍କୁ ନିଶ୍ଚୟ ସ୍ୱର୍ଗରେ ଗୃହୀତ ହେବାକୁ ହେବ। 22ମୋଶା ତ କହିଥିଲେ, ପ୍ରଭୁ ଈଶ୍ବର ତୁମ୍ଭମାନଙ୍କର ଭାଇମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ମୋହର ସଦୃଶ ଜଣେ ଭାବବାଦୀଙ୍କୁ ଉତ୍ପନ୍ନ କରିବେ; ଯେଉଁ ଯେଉଁ ବିଷୟରେ ସେ ତୁମ୍ଭମାନଙ୍କୁ କହିବେ, ସେହିସବୁ ବିଷୟରେ ତୁମ୍ଭେମାନେ ତାହାଙ୍କ କଥା ଶୁଣିବ। 23କିନ୍ତୁ ଏପରି ଘଟିବ ଯେ, ଯେଉଁ ପ୍ରାଣୀ ସେହି ଭାବବାଦୀଙ୍କର କଥା ଶୁଣିବ ନାହିଁ, ସେ ଲୋକମାନଙ୍କ ମଧ୍ୟରେ ବିନଷ୍ଟ ହେବ। 24ହଁ, ଶାମୁୟେଲ ଓ ତାହାଙ୍କ ପରବର୍ତ୍ତୀ ସମୟଠାରୁ ଯେତେ ଭାବବାଦୀ କଥା କହିଅଛନ୍ତି, ସେମାନେ ସମସ୍ତେ ମଧ୍ୟ ଏହି କାଳର ବିଷୟ ପ୍ରଚାର କରିଅଛନ୍ତି 25ଆପଣମାନେ ସେହି ଭାବବାଦୀମାନଙ୍କର ସନ୍ତାନ, ପୁଣି, ତୁମ୍ଭର ବଂଶ ଦ୍ୱାରା ପୃଥିବୀର ସମସ୍ତ ଗୋଷ୍ଠୀ ଆଶୀର୍ବାଦ ପ୍ରାପ୍ତ ହେବେ, ଏହି ବାକ୍ୟ ଈଶ୍ବର ଅବ୍ରହାମଙ୍କୁ କହି ଆପଣମାନଙ୍କ ପିତୃ-ପୁରୁଷମାନଙ୍କ ସହିତ ଯେଉଁ ନିୟମ ସ୍ଥାପନ କରିଥିଲେ, ଆପଣମାନେ ସେହି ନିୟମର ସନ୍ତାନ ଅଟନ୍ତି। 26ଈଶ୍ବର ପ୍ରଥମେ ଆପଣମାନଙ୍କ ନିମନ୍ତେ ଆପଣାର ସେହି ଦାସଙ୍କୁ ଉତ୍ପନ୍ନ କରି ପ୍ରେରଣ କଲେ, ଯେପରି ସେ ଆପଣମାନଙ୍କର ପ୍ରତ୍ୟେକ ଜଣଙ୍କୁ ନିଜ ନିଜ ଦୁଷ୍ଟତାରୁ ଫେରାଇ ଆଶୀର୍ବାଦ କରନ୍ତି।

ସୁସମାଚାର

ଯୋହ 2:1–11

1ତୃତୀୟ ଦିବସରେ ଗାଲିଲୀର କାନ୍ନାରେ ଗୋଟିଏ ବିବାହ ହେଲା, ଆଉ ଯୀଶୁଙ୍କ ମାତା ସେଠାରେ ଥିଲେ; 2ଯୀଶୁ ମଧ୍ୟ ଆପଣା ଶିଷ୍ୟମାନଙ୍କ ସହିତ ସେହି ବିବାହକୁ ନିମନ୍ତ୍ରିତ ହେଲେ। 3ପରେ ଦ୍ରାକ୍ଷାରସ ସରିଯିବାରୁ ଯୀଶୁଙ୍କ ମାତା ତାହାଙ୍କୁ କହିଲେ, ସେମାନଙ୍କର ଦ୍ରାକ୍ଷାରସ ନାହିଁ। 4ସେଥିରେ ଯୀଶୁ ତାହାଙ୍କୁ କହିଲେ, “ଗୋ ନାରୀ, ମୋତେ କାହିଁକି ଏଥିରେ ଜଡ଼ିତ କରୁଅଛ? ମୋହର ସମୟ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହିଁ।” 5ତାହାଙ୍କ ମାତା ପରିଚାରକମାନଙ୍କୁ କହିଲେ, ସେ ତୁମ୍ଭମାନଙ୍କୁ ଯାହା କିଛି କହନ୍ତି, ତାହା କର। 6ଆଉ, ସେଠାରେ ଯିହୁଦୀମାନଙ୍କ ଶୁଚିକରଣ ରୀତି ଅନୁସାରେ ଦୁଇ ବା ତିନି ମହଣିଆ ଛଅଗୋଟା ପଥର ଜାହାଲା ରଖାଯାଇଥିଲା। 7ଯୀଶୁ ସେମାନଙ୍କୁ କହିଲେ, “ଜାହାଲାଗୁଡ଼ିକରେ ପାଣି ଭର୍ତ୍ତି କର।” ସେଥିରେ ସେମାନେ ସେହିସବୁ ଫନ୍ଦ ପର୍ଯ୍ୟନ୍ତ ଭର୍ତ୍ତି କଲେ। 8ଆଉ, ସେ ସେମାନଙ୍କୁ କହିଲେ, “ଏବେ କାଢ଼ିନେଇ ଭୋଜର ଅଧ୍ୟକ୍ଷଙ୍କ ନିକଟକୁ ଘେନିଯାଅ।” ସେଥିରେ ସେମାନେ ଘେନିଗଲେ। 9ଭୋଜର ଅଧ୍ୟକ୍ଷ ଦ୍ରାକ୍ଷାରସରେ ପରିବର୍ତ୍ତନ ହୋଇଥିବା ସେହି ପାଣିକୁ ଚାଖି ତାହା କେଉଁଠାରୁ ଆସିଲା, ଏହା ଜାଣି ନ ଥିବାରୁ (କିନ୍ତୁ ଯେଉଁ ପରିଚାରକମାନେ ପାଣି କାଢ଼ିଥିଲେ, ସେମାନେ ଜାଣିଥିଲେ) ବରଙ୍କୁ ଡାକି କହିଲେ, 10ସମସ୍ତେ ପ୍ରଥମରେ ଭଲ ଦ୍ରାକ୍ଷାରସ ଦେଇଥାଆନ୍ତି, ଆଉ ଲୋକେ ମାତାଲ ହେଲା ଉତ୍ତାରେ ମନ୍ଦ ଦିଅନ୍ତି; ତୁମ୍ଭେ ଏପର୍ଯ୍ୟନ୍ତ ଭଲ ଦ୍ରାକ୍ଷାରସ ରଖିଅଛ। 11ଯୀଶୁ ଏହି ପ୍ରକାରେ ଗାଲିଲୀର କାନ୍ନାରେ ଆଶ୍ଚର୍ଯ୍ୟକର୍ମ ଆରମ୍ଭ କରି ଆପଣା ମହିମା ପ୍ରକାଶ କଲେ, ଆଉ ତାହାଙ୍କ ଶିଷ୍ୟମାନେ ତାହାଙ୍କଠାରେ ବିଶ୍ୱାସ କଲେ।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅପ୍ରେଲ 27 ନାଗରିକ ପଞ୍ଜିକାର ମଇ 10। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର