Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମଇ 2027 › ମଇ 12

ଅର୍ଥୋଡକ୍ସ ପଞ୍ଜିକା · 29 ଅପ୍ରେଲ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 12 ମଇ 2027

ବୁଧବାର · ପାସ୍କାର ଦ୍ୱିତୀୟ ସପ୍ତାହ · ସ୍ୱର 1

ପର୍ବ ଓ ସନ୍ଥ

Nine Holy Martyrs of Cyzicus: Theognidus, Rufus, Antipater, Theostichus, Artemas, Magnus, Theodotus, Thaumasius, and Philemon († 286-299)

ଉପବାସ ଦିନ

ମାଛ ଚଳିବ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ପ୍ରେରି 4:13–22

13ସେମାନେ ପିତର ଓ ଯୋହନଙ୍କ ସାହସ ଦେଖି ଏବଂ ସେମାନେ ଯେ ଅଶିକ୍ଷିତ ଓ ଅଜ୍ଞାନ ଲୋକ, ଏହା ବୁଝି ଆଶ୍ଚର୍ଯ୍ୟ ହେଲେ, ପୁଣି, ସେମାନେ ଯୀଶୁଙ୍କ ସାଙ୍ଗରେ ଥିଲେ ବୋଲି ସେମାନଙ୍କୁ ଚିହ୍ନିଲେ, 14ଆଉ ସେହି ସୁସ୍ଥ ହୋଇଥିବା ଲୋକଟି ସେମାନଙ୍କ ସାଙ୍ଗରେ ଠିଆ ହୋଇଥିବାର ଦେଖି, ସେମାନଙ୍କ ବିରୁଦ୍ଧରେ କିଛି କହି ପାରିଲେ ନାହିଁ। 15ପରେ ସେମାନଙ୍କୁ ସଭାରୁ ବାହାରିଯିବାକୁ ଆଜ୍ଞା ଦେଇ ସେମାନେ ପରସ୍ପର ମଧ୍ୟରେ ପରାମର୍ଶ କରି କହିବାକୁ ଲାଗିଲେ ଏହି ଲୋକମାନଙ୍କ ପ୍ରତି କଅଣ କରିବା? 16କାରଣ ଏମାନଙ୍କ ଦ୍ୱାରା ଯେ, ଗୋଟିଏ ମହା ଆଶ୍ଚର୍ଯ୍ୟକର୍ମ ସାଧିତ ହୋଇଅଛି ଏହା ଯିରୂଶାଲମ ସହରନିବାସୀ ସମସ୍ତଙ୍କ ନିକଟରେ ପ୍ରକାଶିତ ହୋଇଅଛି, ଆଉ ଆମ୍ଭେମାନେ ତାହା ଅସ୍ୱୀକାର କରି ନ ପାରୁ; 17କିନ୍ତୁ ଏ କଥାଟା ଯେପରି ଲୋକମାନଙ୍କ ମଧ୍ୟରେ ଆହୁରି ଅଧିକ ବ୍ୟାପି ନ ଯାଏ, ଏଥିପାଇଁ ଏହି ନାମରେ କୌଣସି ଲୋକକୁ ଆଉ କିଛି ନ କହିବାକୁ ସେମାନଙ୍କୁ ଭୟ ଦେଖାଇବା। 18ପରେ ସେମାନଙ୍କୁ ଡାକି ଯୀଶୁଙ୍କ ନାମରେ ଆଦୌ କଥା ନ କହିବାକୁ ବା ଶିକ୍ଷା ନ ଦେବାକୁ ଦୃଢ଼ରୂପେ ସେମାନଙ୍କୁ ଅାଜ୍ଞା ଦେଲେ। 19କିନ୍ତୁ ପିତର ଓ ଯୋହନ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ବରଙ୍କ କଥା ଶୁଣିବା ଅପେକ୍ଷା ଆପଣମାନଙ୍କ କଥା ଶୁଣିବା ଈଶ୍ବରଙ୍କ ଦୃଷ୍ଟିରେ ଯଥାର୍ଥ କି ନା, ତାହା ଆପଣମାନେ ବିଚାର କରନ୍ତୁ 20କାରଣ ଆମ୍ଭେମାନେ ଯାହା ଯାହା ଦେଖିଅଛୁ ଓ ଶୁଣିଅଛୁ, ସେହିସବୁ ନ କହି ରହି ନ ପାରୁ। 21ସେଥିରେ ସେମାନେ ଲୋକମାନଙ୍କ ହେତୁ ସେମାନଙ୍କୁ ଦଣ୍ଡ ଦେବାର କୌଣସି ବାଟ ନ ପାଇବାରୁ ସେମାନଙ୍କୁ ଅଧିକ ଭୟ ଦେଖାଇ ଛାଡ଼ିଦେଲେ, ଯେଣୁ ଯାହା ଘଟିଥିଲା, ସେଥିନିମନ୍ତେ ଲୋକ ସମସ୍ତେ ଈଶ୍ବରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ, 22କାରଣ ଯେଉଁ ଲୋକଠାରେ ସେହି ସୁସ୍ଥତାର ଆଶ୍ଚର୍ଯ୍ୟକର୍ମ କରାଯାଇଥିଲା, ତାହାର ବୟସ ଚାଳିଶ ବର୍ଷରୁ ଊର୍ଦ୍ଧ୍ୱ ଥିଲା।

ସୁସମାଚାର

ଯୋହ 5:17–24

17ମାତ୍ର ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୋହର ପିତା ଏପର୍ଯ୍ୟନ୍ତ କାର୍ଯ୍ୟ କରୁଅଛନ୍ତି, ଆଉ ମୁଁ ମଧ୍ୟ କରୁଅଛି।” 18ଏହି କାରଣରୁ ଯିହୁଦୀମାନେ ତାହାଙ୍କୁ ବଧ କରିବା ନିମନ୍ତେ ଆହୁରି ଅଧିକ ଚେଷ୍ଟା କରିବାକୁ ଲାଗିଲେ, ଯେଣୁ ସେ ଯେ ବିଶ୍ରାମବାର ବିଧି ଲଙ୍ଘନ କରୁଥିଲେ, କେବଳ ତାହା ନୁହେଁ, ମାତ୍ର ଈଶ୍ବରଙ୍କୁ ଆପଣା ପିତା ବୋଲି କହି ନିଜକୁ ଈଶ୍ବରଙ୍କ ସହିତ ସମାନ କରୁଥିଲେ। 19ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ପୁତ୍ର ପିତାଙ୍କୁ ଯାହା କରୁଥିବା ଦେଖନ୍ତି, ତାହା ଛଡ଼ା ସେ ନିଜେ କିଛି ହିଁ କରିପାରନ୍ତି ନାହିଁ। କାରଣ ସେ ଯାହା ଯାହା କରନ୍ତି, ପୁତ୍ର ମଧ୍ୟ ସେହିସବୁ ସେପ୍ରକାରେ କରନ୍ତି। 20କାରଣ ପିତା ପୁତ୍ରଙ୍କୁ ସ୍ନେହ କରନ୍ତି, ପୁଣି, ଆପେ ଯାହା ଯାହା କରନ୍ତି, ସେହିସବୁ ତାହାଙ୍କୁ ଦେଖାନ୍ତି, ଆଉ ତୁମ୍ଭେମାନେ ଯେପରି ଚମତ୍କୃତ ହୁଅ, ଏଥିନିମନ୍ତେ ସେ ତାହାଙ୍କୁ ଏହାଠାରୁ ଆହୁରି ମହତ ମହତ କର୍ମ ଦେଖାଇବେ। 21ଯେଣୁ ପିତା ଯେପ୍ରକାରେ ମୃତମାନଙ୍କୁ ଉତ୍ଥାପନ କରି ଜୀବିତ କରନ୍ତି, ସେହି ପ୍ରକାରେ ପୁତ୍ର ମଧ୍ୟ ଯାହାଯାହାକୁ ଇଚ୍ଛା, ସେମାନଙ୍କୁ ଜୀବିତ କରନ୍ତି। 22ପୁଣି, ପିତା ମଧ୍ୟ କାହାର ବିଚାର କରନ୍ତି ନାହିଁ, ମାତ୍ର ସମସ୍ତେ ପିତାଙ୍କୁ ଯେଉଁ ପ୍ରକାରେ ସମାଦର କରନ୍ତି, ସେହି ପ୍ରକାରେ ପୁତ୍ରଙ୍କୁ ମଧ୍ୟ ଯେପରି ସମାଦର କରିବେ, ସେଥିନିମନ୍ତେ ପୁତ୍ରଙ୍କୁ ସମସ୍ତ ବିଚାର କରିବାର ଅଧିକାର ଦେଇଅଛନ୍ତି। 23ଯେ ପୁତ୍ରଙ୍କୁ ସମାଦର କରେ ନାହିଁ, ସେ ତାହାଙ୍କର ପ୍ରେରଣକର୍ତ୍ତା ପିତାଙ୍କୁ ମଧ୍ୟ ସମାଦର କରେ ନାହିଁ। 24ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅପ୍ରେଲ 29 ନାଗରିକ ପଞ୍ଜିକାର ମଇ 12। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର