ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମଇ 2027 › ମଇ 13
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 13 ମଇ 2027
ଗୁରୁବାର · ପାସ୍କା କାଳର ସପ୍ତମ ସପ୍ତାହ
ପର୍ବ ଓ ସନ୍ଥ
ପାସ୍କା କାଳର ସପ୍ତମ ସପ୍ତାହର ଗୁରୁବାର
ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ଧଳା
ଫାତିମାର ମାତା ମରୀୟମ · ଇଚ୍ଛାଧୀନ ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
30କିନ୍ତୁ କାହିଁକି ସେ ଯିହୁଦୀମାନଙ୍କ ଦ୍ୱାରା ଅଭିଯୁକ୍ତ ହୋଇଅଛନ୍ତି, ତାହା ନିଶ୍ଚୟରୂପେ ଜାଣିବା ଇଚ୍ଛାରେ ସେ ପରଦିନ ତାହାଙ୍କର ବନ୍ଧନ ଫିଟାଇ ପ୍ରଧାନ ଯାଜକ ଓ ସମସ୍ତ ମହାସଭାକୁ ଏକତ୍ର ଆସିବା ପାଇଁ ଆଜ୍ଞା ଦେଲେ, ପୁଣି, ପାଉଲଙ୍କୁ ନେଇ ସେମାନଙ୍କ ସମ୍ମୁଖରେ ଠିଆ କରାଇଲେ। 23:6ପାଉଲ ଏକ ଭାଗ ସାଦ୍ଦୂକୀ ଆଉ ଅପର ଭାଗ ଫାରୂଶୀ ବୋଲି ଜାଣି ମହାସଭାରେ ଉଚ୍ଚସ୍ୱରରେ କହିଲେ, ଭାଇମାନେ, ମୁଁ ଜଣେ ଫାରୂଶୀ ଓ ଫାରୂଶୀର ପୁତ୍ର; ପୁଣି, ଏହି ଭରସା, ଅର୍ଥାତ୍ ମୃତମାନଙ୍କ ପୁନରୁତ୍ଥାନ ସମ୍ବନ୍ଧରେ ମୁଁ ବିଚାରିତ ହେଉଅଛି। 7ସେ ଏହି କଥା କହିବାରୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରେ ବିବାଦ, ଓ ସଭାରେ ଦଳଭେଦ ଘଟିଲା। 8କାରଣ ସାଦ୍ଦୂକୀମାନେ ପୁନରୁତ୍ଥାନ, ଦୂତ ଅବା ଆତ୍ମା ନାହାନ୍ତି ବୋଲି କହନ୍ତି, କିନ୍ତୁ ଫାରୂଶୀମାନେ ଉଭୟ ସ୍ୱୀକାର କରନ୍ତି। 9ଏଥିରେ ମହା କୋଳାହଳ ଘଟିଲା, ଆଉ ଫାରୂଶୀମାନଙ୍କ ଦଳର କେତେକ ଶାସ୍ତ୍ରୀ ଉଠି ଯୁକ୍ତିତର୍କ କରି କହିଲେ, ଆମ୍ଭେମାନେ ଏହି ଲୋକଠାରେ କୌଣସି ଦୋଷ ଦେଖୁ ନାହୁଁ, କେଜାଣି କୌଣସି ଆତ୍ମା କିମ୍ବା ଦୂତ ତାହା ସାଙ୍ଗରେ କଥା କହିଅଛନ୍ତି। 10ଏହି ପ୍ରକାରେ ମହା ବିବାଦ ଘଟନ୍ତେ, କାଳେ ପାଉଲ ସେମାନଙ୍କ ଦ୍ୱାରା ଖଣ୍ଡବିଖଣ୍ଡ ହେବେ, ଏହି ଭୟରେ ସହସ୍ର-ସେନାପତି ସେମାନଙ୍କ ମଧ୍ୟରୁ ତାହାଙ୍କୁ ବଳପୂର୍ବକ ଗଡ଼ ଭିତରକୁ ନେଇ ଆସିବା ପାଇଁ ସୈନ୍ୟମାନଙ୍କୁ ଯିବାକୁ ଆଦେଶ ଦେଲେ। 11ପରରାତ୍ରରେ ପ୍ରଭୁ ତାହାଙ୍କ ପାଖରେ ଠିଆ ହୋଇ କହିଲେ, “ସାହସ ଧର, କାରଣ ତୁମ୍ଭେ ଯେପରି ଯିରୂଶାଲମ ସହରରେ ଆମ୍ଭ ବିଷୟରେ ସାକ୍ଷ୍ୟ ଦେଇଅଛ, ସେହିପରି ତୁମ୍ଭକୁ ରୋମରେ ମଧ୍ୟ ସାକ୍ଷ୍ୟ ଦେବାକୁ ହେବ।”
ପ୍ରତିଉତ୍ତର ଗୀତ
1ଦାଉଦଙ୍କର ମିକ୍ତାମ୍ (ଗୀତରତ୍ନ।) ହେ ପରମେଶ୍ୱର, ମୋତେ ରକ୍ଷା କର; କାରଣ ମୁଁ ତୁମ୍ଭଠାରେ ଶରଣ ନିଏ। 2ମୁଁ ସଦାପ୍ରଭୁଙ୍କୁ କହିଅଛି, “ତୁମ୍ଭେ ମୋହର ପ୍ରଭୁ, ତୁମ୍ଭ ବିନା ମୋହର କୌଣସି ମଙ୍ଗଳ ନାହିଁ।” 5ସଦାପ୍ରଭୁ ମୋହର ଅଧିକାରର ଓ ପାନପାତ୍ରର ବାଣ୍ଟ ସ୍ୱରୂପ; ତୁମ୍ଭେ ମୋହର ବାଣ୍ଟ ସ୍ଥିର କରୁଅଛ। 7ମୁଁ ସଦାପ୍ରଭୁଙ୍କର ଧନ୍ୟବାଦ କରିବି, ଯେ ମୋତେ ପରାମର୍ଶ ଦେଇଅଛନ୍ତି; ଆହୁରି, ରାତ୍ରିକାଳରେ ମୋହର ଚିତ୍ତ ମୋତେ ଉପଦେଶ ଦିଏ। 8ମୁଁ ସର୍ବଦା ସଦାପ୍ରଭୁଙ୍କୁ ଆପଣା ସମ୍ମୁଖରେ ରଖିଅଛି; ସେ ମୋହର ଦକ୍ଷିଣ ପାଖରେ ଥିବାରୁ ମୁଁ ବିଚଳିତ ହେବି ନାହିଁ। 9ଏଥିପାଇଁ ମୋହର ଅନ୍ତଃକରଣ ଆନନ୍ଦିତ ଓ ମୋହର ଗୌରବ ଉଲ୍ଲସିତ ହୁଅଇ; ମୋʼ ଶରୀର ମଧ୍ୟ ନିରାପଦରେ ବାସ କରିବ। 10କାରଣ ତୁମ୍ଭେ ମୋʼ ପ୍ରାଣକୁ ପାତାଳରେ ପରିତ୍ୟାଗ କରିବ ନାହିଁ; କିଅବା ତୁମ୍ଭେ ଆପଣା ପବିତ୍ର ଜନକୁ କ୍ଷୟ ପାଇବାକୁ ଦେବ ନାହିଁ। 11ତୁମ୍ଭେ ମୋତେ ଜୀବନର ପଥ ଦେଖାଇବ; ତୁମ୍ଭ ସମ୍ମୁଖରେ ଆନନ୍ଦର ପୂର୍ଣ୍ଣତା ଥାଏ; ତୁମ୍ଭ ଦକ୍ଷିଣ ପାଖରେ ନିତ୍ୟ ସୁଖଭୋଗ ଥାଏ।
ସୁସମାଚାର
20“ମୁଁ କେବଳ ଏମାନଙ୍କ ନିମନ୍ତେ ପ୍ରାର୍ଥନା କରୁ ନାହିଁ, ମାତ୍ର ଏମାନଙ୍କ ବାକ୍ୟ ଦ୍ୱାରା ଯେଉଁମାନେ ମୋʼ ଠାରେ ବିଶ୍ୱାସ କରନ୍ତି, ସେମାନଙ୍କ ନିମନ୍ତେ ସୁଦ୍ଧା ପ୍ରାର୍ଥନା କରୁଅଛି, 21ଯେପରି ସେମାନେ ସମସ୍ତେ ଏକ ହୁଅନ୍ତି; ହେ ପିତା, ତୁମ୍ଭେ ଯେପ୍ରକାରେ ମୋʼ ଠାରେ ଅଛ ଓ ମୁଁ ତୁମ୍ଭଠାରେ ଅଛି, ସେମାନେ ମଧ୍ୟ ସେପ୍ରକାରେ ଆମ୍ଭମାନଙ୍କଠାରେ ରହନ୍ତୁ, ଯେପରି ତୁମ୍ଭେ ମୋତେ ପ୍ରେରଣ କଲ ବୋଲି ଜଗତ ବିଶ୍ୱାସ କରେ। 22ଆଉ, ତୁମ୍ଭେ ମୋତେ ଯେଉଁ ମହିମା ଦେଇଅଛ, ମୁଁ ସେମାନଙ୍କୁ ତାହା ଦେଇଅଛି, ଯେପରି ଆମ୍ଭେମାନେ ଯେପ୍ରକାରେ ଏକ, ସେମାନେ ସେପ୍ରକାରେ ଏକ ହୁଅନ୍ତି; 23ମୁଁ ସେମାନଙ୍କଠାରେ, ଆଉ ତୁମ୍ଭେ ମୋʼ ଠାରେ, ଯେପରି ସେମାନେ ସିଦ୍ଧ ହୋଇ ଏକ ହୁଅନ୍ତି, ଯେପରି ଜଗତ ବୁଝିବ ଯେ, ତୁମ୍ଭେ ମୋତେ ପ୍ରେରଣ କଲ, ପୁଣି, ମୋତେ ଯେପ୍ରକାରେ ପ୍ରେମ କଲ, ସେମାନଙ୍କୁ ମଧ୍ୟ ସେପ୍ରକାରେ ପ୍ରେମ କଲ। 24ହେ ପିତା, ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ମୁଁ ଯେଉଁଠାରେ ଥାଏ, ସେମାନେ ମଧ୍ୟ ଯେପରି ସେଠାରେ ମୋହର ସହିତ ରହିବେ ଓ ଜଗତର ପତ୍ତନ ପୂର୍ବେ ତୁମ୍ଭେ ମୋତେ ପ୍ରେମ କରିଥିବାରୁ ମୋତେ ଯେଉଁ ମହିମା ଦେଇଅଛ, ମୋହର ସେହି ମହିମା ସେମାନେ ଯେପରି ଦେଖିବେ, ଏହା ମୋହର ଇଚ୍ଛା। 25ହେ ଧାର୍ମିକ ପିତା, ଜଗତ ତୁମ୍ଭକୁ ଜାଣି ନାହିଁ, କିନ୍ତୁ ମୁଁ ତୁମ୍ଭକୁ ଜାଣିଅଛି; ଆଉ, ତୁମ୍ଭେ ଯେ ମୋତେ ପ୍ରେରଣ କଲ, ତାହା ଏମାନେ ଜାଣିଅଛନ୍ତି; 26ପୁଣି, ତୁମ୍ଭେ ମୋତେ ଯେଉଁ ପ୍ରେମରେ ପ୍ରେମ କଲ, ତାହା ଯେପରି ସେମାନଙ୍କଠାରେ ଥାଏ ଓ ମୁଁ ସେମାନଙ୍କଠାରେ ରହେ, ଏନିମନ୍ତେ ମୁଁ ସେମାନଙ୍କୁ ତୁମ୍ଭ ନାମ ଜଣାଇଅଛି ଓ ଜଣାଇବି।”
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର