ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମଇ 2027 › ମଇ 14
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 14 ମଇ 2027
ଶୁକ୍ରବାର · ପାସ୍କା କାଳର ସପ୍ତମ ସପ୍ତାହ
ପର୍ବ ଓ ସନ୍ଥ
ସନ୍ଥ ମଥିୟ, ପ୍ରେରିତ
ପର୍ବ · ଉପାସନାର ରଙ୍ଗ: ନାଲି
ଉପବାସ ଓ ପ୍ରାୟଶ୍ଚିତ୍ତ
ପ୍ରାୟଶ୍ଚିତ୍ତର ଦିନ
ପ୍ରତ୍ୟେକ ଶୁକ୍ରବାର ପ୍ରାୟଶ୍ଚିତ୍ତର ଦିନ; ପ୍ରତ୍ୟେକ ବିଶପ୍ ସମ୍ମିଳନୀ ଏହା କିପରି ପାଳିବାକୁ ହେବ ସ୍ଥିର କରେ: ମାଂସରୁ ବିରତି କିମ୍ବା ପ୍ରାୟଶ୍ଚିତ୍ତର ଅନ୍ୟ କାର୍ଯ୍ୟ। ଉପବାସ 18ରୁ 59 ବର୍ଷ ପର୍ଯ୍ୟନ୍ତ, ବିରତି 14 ବର୍ଷରୁ ବାଧ୍ୟତାମୂଳକ।
ଦିନର ପାଠ
ପ୍ରଥମ ପାଠ
15ସେହି ସମୟରେ ପିତର ଭାଇମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ; (ସେଠାରେ ଯୀଶୁଙ୍କର ଅନୁଗତ ପ୍ରାୟ ଶହେ କୋଡ଼ିଏ ଜଣ ଥିଲେ), 16ମୋହର ଭାଇମାନେ, ଯେଉଁ ଯିହୂଦା ଯୀଶୁଙ୍କୁ ଧରିବା ଲୋକମାନଙ୍କୁ ବାଟ ଦେଖାଇଥିଲା, ତାହା ବିଷୟରେ ପବିତ୍ର ଆତ୍ମା ପୂର୍ବରୁ ଦାଉଦଙ୍କ ମୁଖରେ ଯାହା କହିଥିଲେ, ସେହି ଶାସ୍ତ୍ରୀୟ ବାକ୍ୟ ସଫଳ ହେବା ଆବଶ୍ୟକ ଥିଲା; 17କାରଣ ସେ ଆମ୍ଭମାନଙ୍କ ମଧ୍ୟରେ ଜଣେ ବୋଲି ଗଣାଯାଇଥିଲା ଓ ଏହି ସେବାପଦରେ ଅଂଶ ପ୍ରାପ୍ତ ହୋଇଥିଲା। 20ଆଉ, ଗୀତସଂହିତା ପୁସ୍ତକରେ ଲେଖାଅଛି, “‘ତାହାର ବାସସ୍ଥାନ ଶୂନ୍ୟ ହେଉ, ସେଠାରେ କେହି ବାସ ନ କରୁ।’ ଏବଂ, ‘ତାହାର ଅଧ୍ୟକ୍ଷ ପଦ ଅନ୍ୟ ଜଣଙ୍କୁ ଦିଆଯାଉ।’ 21ଅତଏବ, ପ୍ରଭୁ ଯୀଶୁ ଯୋହନଙ୍କ ଦ୍ୱାରା ବାପ୍ତିସ୍ମ ନେବା ସମୟଠାରୁ ଆରମ୍ଭ କରି, ଆମ୍ଭମାନଙ୍କ ନିକଟରୁ ଊର୍ଦ୍ଧ୍ୱକୁ ନିଆଯିବା ଦିନ ପର୍ଯ୍ୟନ୍ତ ଯେତେ ସମୟ ଆମ୍ଭମାନଙ୍କ ମଧ୍ୟରେ ଗମନାଗମନ କରୁଥିଲେ, 22ସେହି ସମୟରେ ଯେଉଁ ଲୋକମାନେ ଆମ୍ଭମାନଙ୍କ ସଙ୍ଗୀ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁ ଜଣେ ଆମ୍ଭମାନଙ୍କ ସହିତ ତାହାଙ୍କ ପୁନରୁତ୍ଥାନର ସାକ୍ଷୀ ହେବା ଆବଶ୍ୟକ।” 23ସେଥିରେ ସେମାନେ ଦୁଇ ଜଣଙ୍କୁ, ଅର୍ଥାତ୍ ଯୋଷେଫଙ୍କୁ, ଯାହାକୁ ବର୍ଶବ୍ବା ବୋଲି କହନ୍ତି ଓ ଯାହାଙ୍କ ଉପନାମ ଯୂସ୍ତ, ତାହାଙ୍କୁ ଓ ମଥିୟଙ୍କୁ ପୃଥକ୍ କରି ଏହି ପ୍ରାର୍ଥନା କଲେ, 24“ହେ ସର୍ବାନ୍ତର୍ଯ୍ୟାମୀ ପ୍ରଭୁ, ଯିହୂଦା ନିଜ ଉପଯୁକ୍ତ ସ୍ଥାନକୁ ଯିବା ନିମନ୍ତେ ଏହି ଯେଉଁ ସେବା ଓ ପ୍ରେରିତ ପଦରୁ ପତିତ ହୋଇଅଛି, 25ସେହି ପ୍ରେରିତପଦ ଗ୍ରହଣ କରିବା ପାଇଁ ଏହି ଦୁଇ ଜଣଙ୍କ ମଧ୍ୟରୁ ତୁମ୍ଭେ କାହାକୁ ମନୋନୀତ କରିଅଛ, ତାହା ଦେଖାଇଦିଅ।” 26ଆଉ, ସେମାନେ ସେହି ଦୁଇ ଜଣଙ୍କ ନିମନ୍ତେ ଗୁଲିବାଣ୍ଟ କଲେ, ପୁଣି, ମଥିୟଙ୍କ ନାମରେ ଗୁଲି ଉଠିଲା; ସେଥିରେ ସେ ଏଗାର ଜଣ ପ୍ରେରିତଙ୍କ ସହିତ ଗଣିତ ହେଲେ।
ପ୍ରତିଉତ୍ତର ଗୀତ
1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ସଦାପ୍ରଭୁଙ୍କ ଦାସଗଣ, ତୁମ୍ଭେମାନେ ପ୍ରଶଂସା କର, ସଦାପ୍ରଭୁଙ୍କ ନାମର ପ୍ରଶଂସା କର। 2ଆଜିଠାରୁ ଅନନ୍ତକାଳ ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ। 3ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନାମ ପ୍ରଶଂସନୀୟ। 4ସଦାପ୍ରଭୁ ସମୁଦାୟ ଗୋଷ୍ଠୀ ଉପରେ ଓ ତାହାଙ୍କ ଗୌରବ ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ। ଯାହାଙ୍କର ଆସନ ଊର୍ଦ୍ଧ୍ୱରେ, 5ଯେ ଆକାଶ ଓ ପୃଥିବୀକୁ ଦେଖିବା ପାଇଁ ଆପଣାକୁ ନତ କରନ୍ତି, 6ସେହି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ତୁଲ୍ୟ କିଏ? 7ସେ ଅଧିପତିମାନଙ୍କ ସଙ୍ଗେ, ନିଜ ଲୋକଙ୍କ ଅଧିପତିଗଣ ସଙ୍ଗେ ବସାଇବା ପାଇଁ, 8ଦରିଦ୍ରକୁ ଧୂଳିରୁ ଉଠାନ୍ତି ଓ ଦୀନହୀନକୁ ଖତରାଶିରୁ ଉତ୍ତୋଳନ କରନ୍ତି।
ସୁସମାଚାର
9ପିତା ଯେପ୍ରକାର ମୋତେ ପ୍ରେମ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାର ତୁମ୍ଭମାନଙ୍କୁ ପ୍ରେମ କରିଅଛି; ମୋହର ପ୍ରେମରେ ସ୍ଥିର ହୋଇ ରହିଥାଅ। 10ମୁଁ ଯେପରି ମୋହର ପିତାଙ୍କ ଆଜ୍ଞା ପାଳନ କରି ତାହାଙ୍କ ପ୍ରେମରେ ସ୍ଥିର ହୋଇ ରହିଥାଏ, ସେପ୍ରକାର ତୁମ୍ଭେମାନେ ଯେବେ ମୋହର ଆଜ୍ଞା ପାଳନ କର, ତାହାହେଲେ ମୋହର ପ୍ରେମରେ ସ୍ଥିର ହୋଇ ରହିବ। 11ମୋହର ଆନନ୍ଦ ଯେପରି ତୁମ୍ଭମାନଙ୍କଠାରେ ଥାଏ, ଆଉ ତୁମ୍ଭମାନଙ୍କ ଆନନ୍ଦ ଯେପରି ପୂର୍ଣ୍ଣ ହୁଏ, ଏଥିନିମନ୍ତେ ମୁଁ ଏସମସ୍ତ ତୁମ୍ଭମାନଙ୍କୁ କହିଲି। 12ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ସେହିପରି ପରସ୍ପରକୁ ପ୍ରେମ କର, ଏହି ମୋହର ଆଜ୍ଞା। 13ଆପଣା ବନ୍ଧୁମାନଙ୍କ ନିମନ୍ତେ ନିଜ ପ୍ରାଣ ଦାନ କରିବା ଅପେକ୍ଷା କାହାରି ଆଉ ଅଧିକ ଶ୍ରେଷ୍ଠ ପ୍ରେମ ନାହିଁ। 14ମୁଁ ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦେଉଅଛି, ତାହା ଯଦି ପାଳନ କର, ତେବେ ତୁମ୍ଭେମାନେ ମୋହର ବନ୍ଧୁ। 15ମୁଁ ତୁମ୍ଭମାନଙ୍କୁ ଆଉ ଦାସ ବୋଲି କହୁ ନାହିଁ, କାରଣ କର୍ତ୍ତା କଅଣ କରନ୍ତି, ଦାସ ତାହା ଜାଣେ ନାହିଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ବନ୍ଧୁ ବୋଲି କହିଅଛି, କାରଣ ମୁଁ ମୋହର ପିତାଙ୍କଠାରୁ ଯାହା ଯାହା ଶୁଣିଅଛି, ସେହିସବୁ ତୁମ୍ଭମାନଙ୍କୁ ଜଣାଇଅଛି। 16ତୁମ୍ଭେମାନେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ମନୋନୀତ କରିଅଛି, ଆଉ ତୁମ୍ଭେମାନେ ଯେପରି ଯାଇ ଫଳ ଉତ୍ପନ୍ନ କର ଓ ତୁମ୍ଭମାନଙ୍କର ଫଳ ସ୍ଥାୟୀ ହୁଏ, ଏଥିନିମନ୍ତେ ତୁମ୍ଭମାନଙ୍କୁ ନିଯୁକ୍ତ କରିଅଛି। ସେଥିରେ ତୁମ୍ଭେମାନେ ମୋʼ ନାମରେ ପିତାଙ୍କୁ ଯାହା କିଛି ମାଗିବ, ସେ ତାହା ତୁମ୍ଭମାନଙ୍କୁ ଦେବେ; 17ତୁମ୍ଭେମାନେ ଯେପରି ପରସ୍ପରକୁ ପ୍ରେମ କର, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସମସ୍ତ ଆଜ୍ଞା ଦେଉଅଛି।”
ଆଜିର ସନ୍ଥ
- ସନ୍ଥ ମଥିୟ, ପ୍ରେରିତ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର