Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମଇ 2027 › ମଇ 14

ଅର୍ଥୋଡକ୍ସ ପଞ୍ଜିକା · 1 ମଇ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 14 ମଇ 2027

ଶୁକ୍ରବାର · ପାସ୍କାର ଦ୍ୱିତୀୟ ସପ୍ତାହ · ସ୍ୱର 1

ପର୍ବ ଓ ସନ୍ଥ

Prophet Jeremiah (6th C BC)

ଉପବାସ ଦିନ

ମାଛ ଚଳିବ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ପ୍ରେରି 5:1–11

1ତେବେ ବିଶ୍ୱାସୀମାନଙ୍କ ମଧ୍ୟରୁ ଜଣେ ଯାହାଙ୍କ ନାମ ହନନୀୟ ଓ ଯାହାଙ୍କ ଭାର୍ଯ୍ୟାଙ୍କ ନାମ ଶଫୀରା ଥିଲା, ସେ ଏବଂ ଶଫୀରା ଏକତ୍ର ସେମାନଙ୍କ ସମ୍ପତ୍ତିରୁ କିଛି ବିକ୍ରୟ କଲେ। 2ପୁଣି, ଭାର୍ଯ୍ୟାର ଜ୍ଞାତସାରରେ ସେଥିର ମୂଲ୍ୟରୁ କିଛି ଲୁଚାଇ ରଖି, ଅବଶିଷ୍ଟ ଅଂଶମାତ୍ର ଆଣି ପ୍ରେରିତମାନଙ୍କ ଚରଣ ତଳେ ଥୋଇଲା। 3ସେଥିରେ ପିତର କହିଲେ, ହେ ହନନୀୟ, ପବିତ୍ର ଆତ୍ମାଙ୍କ ନିକଟରେ ମିଥ୍ୟା କହିବାକୁ ଓ ଭୂମିର ମୂଲ୍ୟରୁ କିଛି ଲୁଚାଇ ରଖିବାକୁ କାହିଁକି ଶୟତାନ ତୁମ୍ଭ ହୃଦୟ ସମ୍ପୂର୍ଣ୍ଣ ଅଧିକାର କରିଅଛି? 4ବିକ୍ରୟ ହେବା ପୂର୍ବେ ତାହା କଅଣ ତୁମ୍ଭ ନିଜର ହୋଇ ରହି ନ ଥିଲା? ଆଉ, ବିକ୍ରୟ ହେବା ଉତ୍ତାରେ ସେଥିର ମୂଲ୍ୟ କି ତୁମ୍ଭ ନିଜ ଅଧିକାରରେ ନ ଥିଲା? ତେବେ ତୁମ୍ଭେ କିପରି ଆପଣା ହୃଦୟରେ ଏହି ବିଷୟ ଭାବିଲ? ତୁମ୍ଭେ ଯେ ମନୁଷ୍ୟ ନିକଟରେ ମିଥ୍ୟା କହିଲ, ତାହା ନୁହେଁ, ମାତ୍ର ଈଶ୍ବରଙ୍କ ନିକଟରେ ମିଥ୍ୟା କହିଲ। 5ଏହିସବୁ କଥା ଶୁଣି ହନନୀୟ କଚାଡ଼ି ହୋଇ ପଡ଼ି ପ୍ରାଣତ୍ୟାଗ କଲା। ସେଥିରେ ଯେତେ ଲୋକ ଏହା ଶୁଣିଲେ, ସମସ୍ତେ ଅତିଶୟ ଭୟ କଲେ। 6ଆଉ, ଯୁବକମାନେ ଉଠି ତାହାକୁ ଲୁଗାରେ ଗୁଡ଼ାଇଲେ ଏବଂ ବାହାରକୁ ଘେନିଯାଇ ସମାଧି ଦେଲେ। 7ପ୍ରାୟ ତିନି ଘଣ୍ଟା ପରେ ତାହାର ଭାର୍ଯ୍ୟା ଆସିଲା, କିନ୍ତୁ କଅଣ ଘଟିଅଛି, ତାହା ସେ ଜାଣି ନ ଥିଲା। 8ଆଉ, ପିତର ତାହାକୁ ଉତ୍ତର ଦେଲେ, କୁହ ତ, ତୁମ୍ଭେମାନେ କଅଣ ଏତିକି ଟଙ୍କାରେ ଭୂମି ବିକ୍ରୟ କଲ? ସେ କହିଲା, ହଁ, ସେତିକିରେ। 9ସେଥିରେ ପିତର ତାହାକୁ କହିଲେ, ପ୍ରଭୁଙ୍କ ଆତ୍ମାଙ୍କୁ ପରୀକ୍ଷା କରିବା ନିମନ୍ତେ ତୁମ୍ଭେମାନେ କାହିଁକି ଏକମତ ହେଲ? ଦେଖ, ଯେଉଁମାନେ ତୁମ୍ଭ ସ୍ୱାମୀକୁ ସମାଧି ଦେଇଅଛନ୍ତି, ସେମାନେ ଦ୍ୱାର ପାଖରେ ଉପସ୍ଥିତ ହେଲେଣି, ଆଉ ସେମାନେ ତୁମ୍ଭକୁ ବାହାରକୁ ବହିନେଇଯିବେ। 10ସେହିକ୍ଷଣି ସେ ତାହାଙ୍କ ପାଦ ତଳେ କଚାଡ଼ି ହୋଇ ପଡ଼ି ପ୍ରାଣତ୍ୟାଗ କଲା, ପୁଣି, ଯୁବକମାନେ ଭିତରକୁ ଆସି ତାହାକୁ ମୃତ ଦେଖି ବାହାରକୁ ବହିନେଇଗଲେ ଏବଂ ତାହାର ସ୍ୱାମୀ ପାଖରେ ତାହାକୁ ସମାଧି ଦେଲେ। 11ସେଥିରେ ସମୁଦାୟ ମଣ୍ଡଳୀ ଓ ଯେତେ ଲୋକ ଏହିସବୁ ବିଷୟ ଶୁଣିଲେ, ସେମାନେ ସମସ୍ତେ ଅତିଶୟ ଭୟଭୀତ ହେଲେ।

ସୁସମାଚାର

ଯୋହ 5:30–6:2

30“ମୁଁ ନିଜେ କିଛି କରିପାରେ ନାହିଁ; ମୁଁ ଯେପରି ଶୁଣେ, ସେହିପରି ବିଚାର କରେ, ଆଉ ମୋହର ବିଚାର ଯଥାର୍ଥ, କାରଣ ମୁଁ ଆପଣାର ଇଚ୍ଛା ସାଧନ କରିବାକୁ ଚେଷ୍ଟା ନ କରି ମୋହର ପ୍ରେରଣକର୍ତ୍ତାଙ୍କର ଇଚ୍ଛା ସାଧନ କରିବାକୁ ଚେଷ୍ଟା କରେ। 31ଯଦି ମୁଁ ନିଜ ବିଷୟରେ ସାକ୍ଷ୍ୟ ଦିଏ, ତାହାହେଲେ ମୋହର ସାକ୍ଷ୍ୟ ସତ୍ୟ ନୁହେଁ। 32ମୋʼ ବିଷୟରେ ଯେ ସାକ୍ଷ୍ୟ ଦିଅନ୍ତି, ସେ ଆଉ ଜଣେ; ପୁଣି, ମୋʼ ବିଷୟରେ ତାହାଙ୍କର ସାକ୍ଷ୍ୟ ଯେ ସତ୍ୟ, ତାହା ମୁଁ ଜାଣେ। 33ତୁମ୍ଭେମାନେ ଯୋହନଙ୍କ ନିକଟକୁ ଲୋକ ପଠାଇଅଛ ଓ ସେ ସତ୍ୟ ସପକ୍ଷରେ ସାକ୍ଷ୍ୟ ଦେଇଅଛନ୍ତି; 34କିନ୍ତୁ ମୁଁ ମନୁଷ୍ୟଠାରୁ ସାକ୍ଷ୍ୟ ଗ୍ରହଣ କରେ ନାହିଁ, ବରଂ ତୁମ୍ଭେମାନେ ଯେପରି ପରିତ୍ରାଣ ପ୍ରାପ୍ତ ହୁଅ, ସେଥିପାଇଁ ଏହିସବୁ କହୁଅଛି। 35ସେ ଜ୍ୱଳନ୍ତ ଓ ତେଜୋମୟ ପ୍ରଦୀପ ଥିଲେ, ଆଉ ତୁମ୍ଭେମାନେ ଅଳ୍ପ କାଳ ତାହାଙ୍କ ଜ୍ୟୋତିଃରେ ଉଲ୍ଲାସ କରିବା ନିମନ୍ତେ ଇଚ୍ଛୁକ ହେଲ। 36କିନ୍ତୁ ଯୋହନଙ୍କର ସାକ୍ଷ୍ୟ ଅପେକ୍ଷା ମୋହର ଗୁରୁତର ସାକ୍ଷ୍ୟ ଅଛି, କାରଣ ପିତା ମୋତେ ଯେ ଯେ କାର୍ଯ୍ୟ ସମାପ୍ତ କରିବାକୁ ଦେଇଅଛନ୍ତି, ଯେ ସମସ୍ତ କର୍ମ ମୁଁ କରୁଅଛି, ପିତା ମୋତେ ପ୍ରେରଣ କରିଅଛନ୍ତି ବୋଲି ସେହିସବୁ ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛି। 37ଆଉ, ଯେଉଁ ପିତା ମୋତେ ପ୍ରେରଣ କଲେ, ସେ ମୋʼ ବିଷୟରେ ସାକ୍ଷ୍ୟ ଦେଇଅଛନ୍ତି। ତୁମ୍ଭେମାନେ କେବେ ହେଁ ତାହାଙ୍କର ସ୍ୱର ଶୁଣି ନାହଁ ବା ତାହାଙ୍କର ଆକାର ଦେଖି ନାହଁ, 38ପୁଣି, ତାହାଙ୍କ ବାକ୍ୟ ତୁମ୍ଭମାନଙ୍କ ଅନ୍ତରରେ ସ୍ଥାନ ପାଇ ନାହିଁ, କାରଣ ସେ ଯାହାଙ୍କୁ ପ୍ରେରଣ କଲେ, ତାହାଙ୍କୁ ତୁମ୍ଭେମାନେ ବିଶ୍ୱାସ କରୁ ନାହଁ। 39ତୁମ୍ଭେମାନେ ଧର୍ମଶାସ୍ତ୍ର ଅନୁସନ୍ଧାନ କରୁଅଛ, କାରଣ ସେଥିରେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛ ବୋଲି ମନେ କରୁଅଛ; ଆଉ, ସେହି ଧର୍ମଶାସ୍ତ୍ର ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛି। 40କିନ୍ତୁ ତୁମ୍ଭେମାନେ ଜୀବନ ପ୍ରାପ୍ତ ହେବା ନିମନ୍ତେ ମୋʼ ନିକଟକୁ ଆସିବାକୁ ଇଚ୍ଛା କରୁ ନାହଁ। 41ମୁଁ ମନୁଷ୍ୟମାନଙ୍କଠାରୁ ଗୌରବ ଗ୍ରହଣ କରେ ନାହିଁ, 42ମାତ୍ର ମୁଁ ତୁମ୍ଭମାନଙ୍କୁ ଜାଣିଅଛି, ତୁମ୍ଭମାନଙ୍କ ଅନ୍ତରରେ ଈଶ୍ବରଙ୍କ ପ୍ରେମ ନାହିଁ। 43ମୁଁ ମୋହର ପିତାଙ୍କ ନାମରେ ଆସିଅଛି, ଆଉ ତୁମ୍ଭେମାନେ ତ ମୋତେ ଗ୍ରହଣ କରୁ ନାହଁ; ଅନ୍ୟ ଜଣେ ଯଦି ନିଜ ନାମରେ ଆସିବ, ତେବେ ତୁମ୍ଭେମାନେ ତାହାକୁ ଗ୍ରହଣ କରିବ। 44ତୁମ୍ଭେମାନେ କିପରି ବିଶ୍ୱାସ କରିପାର? ତୁମ୍ଭେମାନେ ତ ପରସ୍ପରଠାରୁ ଗୌରବ ଗ୍ରହଣ କରୁଅଛ, ପୁଣି, ଏକମାତ୍ର ଈଶ୍ବରଙ୍କଠାରୁ ଯେଉଁ ଗୌରବ, ତାହା ପାଇବା ପାଇଁ ଚେଷ୍ଟା କରୁ ନାହଁ। 45ମୁଁ ଯେ ପିତାଙ୍କ ଛାମୁରେ ତୁମ୍ଭମାନଙ୍କ ବିରୁଦ୍ଧରେ ଅଭିଯୋଗ କରିବି, ଏହା ମନେ କର ନାହିଁ; ଯେଉଁ ମୋଶାଙ୍କଠାରେ ତୁମ୍ଭେମାନେ ଭରସା ରଖିଅଛ, ସେ ତୁମ୍ଭମାନଙ୍କ ବିରୁଦ୍ଧରେ ଅଭିଯୋଗ କରୁଅଛନ୍ତି। 46କାରଣ ତୁମ୍ଭେମାନେ ଯଦି ମୋଶାଙ୍କୁ ବିଶ୍ୱାସ କରିଥାଆନ୍ତ, ତେବେ ମୋତେ ବିଶ୍ୱାସ କରିଥାଆନ୍ତ, ଯେଣୁ ସେ ମୋʼ ବିଷୟରେ ଲେଖିଅଛନ୍ତି। 47କିନ୍ତୁ ତୁମ୍ଭେମାନେ ଯଦି ତାହାଙ୍କ ଲିଖିତ ବାକ୍ୟ ବିଶ୍ୱାସ କରୁ ନାହଁ, ତେବେ କିପରି ମୋହର ବାକ୍ୟ ବିଶ୍ୱାସ କରିବ?” 6:1ଏଥିଉତ୍ତାରେ ଯୀଶୁ ଗାଲିଲୀ ସମୁଦ୍ରର, ଅର୍ଥାତ୍‍, ତିବିରୀୟା ହ୍ରଦର ଆରପାରିକୁ ଗଲେ। 2ଆଉ, ସେ ରୋଗୀମାନଙ୍କ ପ୍ରତି ଯେଉଁ ଯେଉଁ ଆଶ୍ଚର୍ଯ୍ୟକର୍ମ କରୁଥିଲେ, ସେହିସବୁ ଦେଖି ବହୁସଂଖ୍ୟକ ଲୋକ ତାହାଙ୍କ ପଶ୍ଚାତ୍‍ଗମନ କରିବାକୁ ଲାଗିଲେ।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ମଇ 1 ନାଗରିକ ପଞ୍ଜିକାର ମଇ 14। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର