Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମଇ 2027 › ମଇ 15

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 15 ମଇ 2027

ଶନିବାର · ପାସ୍କା କାଳର ସପ୍ତମ ସପ୍ତାହ

ପର୍ବ ଓ ସନ୍ଥ

ପାସ୍କା କାଳର ସପ୍ତମ ସପ୍ତାହର ଶନିବାର

ସାଧାରଣ ଦିନ · ଉପାସନାର ରଙ୍ଗ: ଧଳା

ଦିନର ପାଠ

ପ୍ରଥମ ପାଠ

ପ୍ରେରି 28:16–20, 30–31

16ଆଉ ଆମ୍ଭେମାନେ ରୋମରେ ପ୍ରବେଶ କରନ୍ତେ, ପାଉଲଙ୍କୁ ନିଜ ପ୍ରହରୀ ସୈନ୍ୟ ସହିତ ସ୍ୱତନ୍ତ୍ର ବାସ କରିବା ନିମନ୍ତେ ଅନୁମତି ଦିଆଗଲା। 17ତିନି ଦିନ ପରେ ସେ ଯିହୁଦୀମାନଙ୍କ ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଡାକି ଏକତ୍ର କଲେ, ଆଉ ସେମାନେ ଏକତ୍ର ହୁଅନ୍ତେ ସେ ସେମାନଙ୍କୁ କହିଲେ, ହେ ଭାଇମାନେ, ଯଦ୍ୟପି ମୁଁ ସ୍ୱଜାତି ବିରୁଦ୍ଧରେ କିମ୍ବା ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ରୀତିନୀତି ବିରୁଦ୍ଧରେ କିଛି କରି ନ ଥିଲି, ତଥାପି ଯିରୂଶାଲମ ସହରରୁ ବନ୍ଦୀରୂପେ ରୋମୀୟମାନଙ୍କ ହସ୍ତରେ ସମର୍ପିତ ହେଲି। 18ସେମାନେ ମୋହର ବିଚାର କରି ମୋʼଠାରେ ପ୍ରାଣଦଣ୍ଡର କୌଣସି କାରଣ ନ ଥିବାରୁ ମୋତେ ମୁକ୍ତି ଦେବାକୁ ଇଚ୍ଛା କରୁଥିଲେ; 19କିନ୍ତୁ ଯିହୁଦୀମାନେ ସେଥିର ବିରୁଦ୍ଧରେ କହିବାରୁ ମୁଁ କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରିବାକୁ ବାଧ୍ୟ ହେଲି; ମୋହର ଯେ ସ୍ୱଜାତି ବିରୁଦ୍ଧରେ ଅଭିଯୋଗ କରିବାର କିଛି ଥିଲା, ତାହା ନୁହେଁ। 20ଅତଏବ ଏହି କାରଣରୁ ମୁଁ ଆପଣମାନଙ୍କୁ ମୋ ସହିତ ସାକ୍ଷାତ ଓ କଥାବାର୍ତ୍ତା କରିବାକୁ ଅନୁରୋଧ କଲି, କାରଣ ଇସ୍ରାଏଲର ଭରସା ଯୋଗୁଁ ମୁଁ ଏହି ଜଞ୍ଜିରରେ ବନ୍ଧାଯାଇଅଛି। 30ସେ ସମ୍ପୂର୍ଣ୍ଣ ଦୁଇ ବର୍ଷ ପର୍ଯ୍ୟନ୍ତ ଆପଣା ଭଡ଼ାଘରେ ରହିଲେ, 31ପୁଣି, ଯେତେ ଲୋକ ତାହାଙ୍କ ନିକଟକୁ ଆସୁଥିଲେ, ସମସ୍ତଙ୍କୁ ସେ ଗ୍ରହଣ କରି ପୂର୍ଣ୍ଣ ସାହସରେ ଓ ନିର୍ବିଘ୍ନରେ ଈଶ୍ବରଙ୍କ ରାଜ୍ୟର କଥା ପ୍ରଚାର କରୁଥିଲେ ଏବଂ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ବନ୍ଧୀୟ ବିଷୟସବୁ ଶିକ୍ଷା ଦେଉଥିଲେ।

ପ୍ରତିଉତ୍ତର ଗୀତ

ଗୀତ 11:4–5, 7

4ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି, ସଦାପ୍ରଭୁଙ୍କର ସିଂହାସନ ସ୍ୱର୍ଗରେ, ତାହାଙ୍କ ଚକ୍ଷୁ ନିରୀକ୍ଷଣ କରେ, ତାହାଙ୍କ ଚକ୍ଷୁର ପତା ମନୁଷ୍ୟ ସନ୍ତାନମାନଙ୍କୁ ପରୀକ୍ଷା କରେ। 5ସଦାପ୍ରଭୁ ଧାର୍ମିକର ପରୀକ୍ଷା କରନ୍ତି; ମାତ୍ର ଦୁଷ୍ଟ ଓ ଦୌରାତ୍ମ୍ୟପ୍ରିୟ ଲୋକକୁ ସେ ଘୃଣା କରନ୍ତି। 7କାରଣ ସଦାପ୍ରଭୁ ଧର୍ମମୟ; ସେ ଧାର୍ମିକତାକୁ ପ୍ରେମ କରନ୍ତି; ସରଳ ଲୋକ ତାହାଙ୍କ ମୁଖ ଦର୍ଶନ କରିବ।

ସୁସମାଚାର

ଯୋହ 21:20–25

20ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ ଓ ଯେ ମଧ୍ୟ ରାତ୍ରିଭୋଜ ସମୟରେ ତାହାଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି, ପ୍ରଭୁ, ଆପଣଙ୍କୁ କିଏ ଶତ୍ରୁ ହସ୍ତରେ ସମର୍ପଣ କରିବ ବୋଲି ପଚାରିଥିଲେ, ସେହି ଶିଷ୍ୟଙ୍କୁ ପିତର ବୁଲିପଡ଼ି ପଛରେ ଆସୁଥିବା ଦେଖିଲେ। 21ପିତର ତାହାଙ୍କୁ ଦେଖି ଯୀଶୁଙ୍କୁ ପଚାରିଲେ, ପ୍ରଭୁ, ଏହାର ବିଷୟରେ କଅଣ? 22ଯୀଶୁ ତାହାଙ୍କୁ କହିଲେ, “ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କଅଣ ଅଛି? ତୁମ୍ଭେ ମୋହର ଅନୁଗାମୀ ହୁଅ।” 23ସେଥିରେ ସେହି ଶିଷ୍ୟ ଯେ ମରିବ ନାହିଁ, ଭାଇମାନଙ୍କ ମଧ୍ୟରେ ଏହି କଥା ବ୍ୟାପିଗଲା, ମାତ୍ର ସେ ମରିବ ନାହିଁ ବୋଲି ଯୀଶୁ ତାହାଙ୍କୁ କହି ନ ଥିଲେ, “କିନ୍ତୁ ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କଅଣ ଅଛି” ବୋଲି କହିଥିଲେ। 24ଯେ ଏହି ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି ଓ ଏହି ସମସ୍ତ ଲେଖିଅଛନ୍ତି, ସେ ସେହି ଶିଷ୍ୟ; ଆଉ, ତାହାଙ୍କ ସାକ୍ଷ୍ୟ ଯେ ସତ୍ୟ, ତାହା ଆମ୍ଭେମାନେ ଜାଣୁ। 25ପୁଣି, ଯୀଶୁ ଆହୁରି ଅନେକ ଅନେକ କର୍ମ ମଧ୍ୟ କରିଥିଲେ; ସେହିସବୁ ଯଦି ଗୋଟି ଗୋଟି କରି ଲେଖା ଯାଆନ୍ତା, ତାହାହେଲେ ଏତେ ପୁସ୍ତକ ଲେଖା ହୁଅନ୍ତା ଯେ, ମୋହର ବିଚାରରେ ସମୁଦାୟ ଜଗତରେ ସୁଦ୍ଧା ସେହିସବୁ ରଖିବା ନିମନ୍ତେ ସ୍ଥାନ ହୁଅନ୍ତା ନାହିଁ।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର