Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମଇ 2027 › ମଇ 15

ଅର୍ଥୋଡକ୍ସ ପଞ୍ଜିକା · 2 ମଇ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 15 ମଇ 2027

ଶନିବାର · ପାସ୍କାର ଦ୍ୱିତୀୟ ସପ୍ତାହ · ସ୍ୱର 1

ପର୍ବ ଓ ସନ୍ଥ

St. Athanasius the Great, Patriarch of Alexandria († 373)

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ପ୍ରେରି 5:21–33

21ଏହା ଶୁଣି ସେମାନେ ପ୍ରଭାତ ସମୟରେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ। ଇତିମଧ୍ୟରେ ମହାଯାଜକ ଓ ତାହାଙ୍କ ସଙ୍ଗୀମାନେ ଆସି ମହାସଭା ଓ ଇସ୍ରାଏଲ ସନ୍ତାନମାନଙ୍କର ପ୍ରାଚୀନବର୍ଗଙ୍କୁ ଡାକି ଏକତ୍ର କଲେ, ପୁଣି, ସେମାନଙ୍କୁ ଆଣିବା ନିମନ୍ତେ କାରାଗାରକୁ ଲୋକ ପଠାଇଲେ। 22କିନ୍ତୁ କର୍ମଚାରୀମାନେ ଯାଇ କାରାଗାରରେ ସେମାନଙ୍କୁ ନ ପାଇ ଫେରିଆସି କହିଲେ, 23ଆମ୍ଭେମାନେ ଦେଖିଲୁ, କାରାଗାର ଦୃଢ଼ରୂପେ ରୁଦ୍ଧ ହୋଇଅଛି ଓ ଦ୍ୱାରଗୁଡ଼ିକରେ ରକ୍ଷକମାନେ ଠିଆ ହୋଇଅଛନ୍ତି, କିନ୍ତୁ ଦ୍ୱାର ଫିଟାନ୍ତେ ଭିତରେ ଆମ୍ଭେମାନେ କାହାକୁ ପାଇଲୁ ନାହିଁ। 24ଏହିସବୁ କଥା ଶୁଣି ମନ୍ଦିରର ସେନାପତି ଓ ପ୍ରଧାନ ଯାଜକମାନେ ଏଥିର ପରିଣାମ କଅଣ ହେବ ଭାବି ସେମାନଙ୍କ ବିଷୟରେ ଅବାକ୍ ହେବାକୁ ଲାଗିଲେ। 25ଏପରି ସମୟରେ ଜଣେ ଆସି ସେମାନଙ୍କୁ ସମ୍ବାଦ ଦେଲା, ଦେଖନ୍ତୁ, ଆପଣମାନେ ଯେଉଁ ଲୋକମାନଙ୍କୁ କାରାଗାରରେ ରଖିଥିଲେ, ସେମାନେ ମନ୍ଦିରରେ ଠିଆ ହୋଇ ଲୋକମାନଙ୍କୁ ଶିକ୍ଷା ଦେଉଅଛନ୍ତି। 26ସେତେବେଳେ ସେନାପତି କର୍ମଚାରୀମାନଙ୍କ ସହିତ ଯାଇ ସେମାନଙ୍କୁ ଆଣିଲେ, କିନ୍ତୁ ବଳପୂର୍ବକ ନୁହେଁ, କାରଣ କାଳେ ଲୋକେ ସେମାନଙ୍କୁ ପଥର ଫୋପାଡ଼ିବେ, ଏହା ଭୟ କରୁଥିଲେ। 27ସେମାନେ ସେମାନଙ୍କୁ ଆଣି ମହାସଭା ସମ୍ମୁଖରେ ଠିଆ କରାଇଲେ। ସେଥିରେ ମହାଯାଜକ ସେମାନଙ୍କୁ ପଚାରିଲେ, 28ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ନାମରେ ଶିକ୍ଷା ଦେବାକୁ ଅତି ଦୃଢ଼ରୂପେ ନିଷେଧ କରିଥିଲୁ, ତଥାପି ଦେଖ, ତୁମ୍ଭେମାନେ ସମସ୍ତ ଯିରୂଶାଲମ ସହରରେ ଆପଣା ଶିକ୍ଷାରେ ପୂର୍ଣ୍ଣ କରି ସେହି ଲୋକର ରକ୍ତପାତର ଦୋଷ ଆମ୍ଭମାନଙ୍କ ଉପରେ ବର୍ତ୍ତାଇବାକୁ ଚାହୁଁଅଛ। 29କିନ୍ତୁ ପିତର ଓ ଅନ୍ୟ ପ୍ରେରିତମାନେ ଉତ୍ତର ଦେଲେ, ମନୁଷ୍ୟମାନଙ୍କର ଆଜ୍ଞା ଅପେକ୍ଷା ବରଂ ଈଶ୍ବରଙ୍କ ଆଜ୍ଞା ପାଳନ କରିବା କର୍ତ୍ତବ୍ୟ। 30ଯେଉଁ ଯୀଶୁଙ୍କୁ ଆପଣମାନେ କ୍ରୁଶରେ ଟଙ୍ଗାଇ ବଧ କରିଥିଲେ, ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ଈଶ୍ବର ତାହାଙ୍କୁ ଉଠାଇଅଛନ୍ତି। 31ପୁଣି, ସେ ଯେପରି ଇସ୍ରାଏଲକୁ ମନ-ପରିବର୍ତ୍ତନ ଓ ପାପ କ୍ଷମା ଦାନ କରନ୍ତି, ଏଥିନିମନ୍ତେ ଈଶ୍ବର ଆପଣା ଦକ୍ଷିଣ ହସ୍ତ ଦ୍ୱାରା ଅଧିପତି ଓ ତ୍ରାଣକର୍ତ୍ତା ସ୍ୱରୂପେ ଉନ୍ନତ କରିଅଛନ୍ତି। 32ପୁଣି, ଆମ୍ଭେମାନେ ଏହି ସମସ୍ତ ବିଷୟର ସାକ୍ଷୀ, ଆଉ ଯେଉଁ ପବିତ୍ର ଆତ୍ମାଙ୍କୁ ଈଶ୍ବର ଆପଣା ଆଜ୍ଞା ପାଳନକାରୀମାନଙ୍କୁ ଦେଇଅଛନ୍ତି, ସେ ମଧ୍ୟ ସାକ୍ଷୀ। 33ଏହି କଥା ଶୁଣି ସେମାନେ ଅତିଶୟ ରାଗିଗଲେ ଓ ସେମାନଙ୍କୁ ବଧ କରିବା ନିମନ୍ତେ ସ୍ଥିର କଲେ।

ସୁସମାଚାର

ଯୋହ 6:14–27

14ତେଣୁ ଲୋକମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ ଦେଖି କହିବାକୁ ଲାଗିଲେ, ଜଗତକୁ ଯେଉଁ ଭାବବାଦୀଙ୍କର ଆସିବାର ଥିଲା, ଏ ନିଶ୍ଚୟ ସେହି। 15ଅତଏବ, ସେମାନେ ଆସି ରାଜା କରିବା ନିମନ୍ତେ ଯେ ତାହାଙ୍କୁ ବଳପୂର୍ବକ ଧରିବାକୁ ଉଦ୍ୟତ ଅଟନ୍ତି, ଏହା ଜାଣି ଯୀଶୁ ପୁନର୍ବାର ଅନ୍ତର ହୋଇ ଏକାକୀ ପର୍ବତକୁ ବାହାରିଗଲେ। 16ସନ୍ଧ୍ୟା ହୁଅନ୍ତେ ତାହାଙ୍କ ଶିଷ୍ୟମାନେ ସମୁଦ୍ରକୂଳକୁ ଗଲେ 17ଓ ନୌକାରେ ଚଢ଼ି ସମୁଦ୍ର ସେପାରସ୍ଥ କଫର୍ନାହୂମ ଆଡ଼କୁ ଯିବାକୁ ଲାଗିଲେ। ଅନ୍ଧକାର ହୋଇଗଲା, ପୁଣି, ଯୀଶୁ ସେପର୍ଯ୍ୟନ୍ତ ସେମାନଙ୍କ ନିକଟକୁ ଆସି ନ ଥିଲେ, 18ଆଉ ପ୍ରବଳ ପବନ ବହୁଥିବାରୁ ସମୁଦ୍ରରେ ଲହଡ଼ି ଉଠୁଥିଲା। 19ଇତିମଧ୍ୟରେ ସେମାନେ ପ୍ରାୟ ଦେଢ଼ ବା ଦୁଇ କୋଶ ବାହିଯାଇ ଯୀଶୁଙ୍କୁ ସମୁଦ୍ର ଉପରେ ଚାଲି ନୌକା ନିକଟକୁ ଆସୁଥିବା ଦେଖି ଭୀତ ହେଲେ। 20କିନ୍ତୁ ସେ ସେମାନଙ୍କୁ କହିଲେ, “ଏ ତ ମୁଁ, ଭୟ କର ନାହିଁ।” 21ତେଣୁ ସେମାନେ ତାହାଙ୍କୁ ନୌକାରେ ନେବାକୁ ଇଚ୍ଛୁକ ହେଲେ, ପୁଣି, ସେମାନେ ଯେଉଁ ସ୍ଥାନକୁ ଯାଉଥିଲେ, ନୌକାଟି ତତ୍‍କ୍ଷଣାତ୍‍ ସେହି ସ୍ଥାନରେ ପହଞ୍ଚିଲା। 22ସେ ସ୍ଥାନରେ ଗୋଟିଏ ସାନ ନୌକା ବ୍ୟତୀତ ଯେ ଅନ୍ୟ କୌଣସି ନୌକା ନ ଥିଲା, ଆଉ ସେଥିରେ ଯେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଯାଇ ନ ଥିଲେ, ମାତ୍ର କେବଳ ତାହାଙ୍କ ଶିଷ୍ୟମାନେ ଯାଇଥିଲେ, ଏହା ଯେଉଁ ଲୋକମାନେ ତହିଁ ଆରଦିନ ସମୁଦ୍ର ସେପାରିରେ ଠିଆ ହୋଇଥିଲେ, ସେମାନେ ଦେଖିଥିଲେ। 23ପ୍ରଭୁ ଧନ୍ୟବାଦ ଦେଲା ଉତ୍ତାରେ ସେମାନେ ଯେଉଁ ସ୍ଥାନରେ ରୁଟି ଭୋଜନ କରିଥିଲେ, ସେହି ସ୍ଥାନ ନିକଟକୁ ତିବିରୀୟାରୁ ଆଉ କେତେକ ନୌକା ଆସିଲା; 24ଅତଏବ, ଯୀଶୁ କିମ୍ବା ତାହାଙ୍କ ଶିଷ୍ୟମାନେ ଯେ ସେଠାରେ ନାହାନ୍ତି, ଏହା ଯେତେବେଳେ ଲୋକସମୂହ ଦେଖିଲେ, ସେତେବେଳେ ସେମାନେ ସେହି ସମସ୍ତ ସାନ ନୌକାଗୁଡ଼ିକରେ ଚଢ଼ି ଯୀଶୁଙ୍କୁ ଖୋଜୁ ଖୋଜୁ କଫର୍ନାହୂମକୁ ଆସିଲେ। 25ଆଉ, ସେମାନେ ସମୁଦ୍ର ସେପାରିରେ ତାହାଙ୍କ ଦେଖା ପାଇ ତାହାଙ୍କୁ ପଚାରିଲେ, ହେ ଗୁରୁ, ଆପଣ କେତେବେଳେ ଏଠାକୁ ଆସିଲେ? 26ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଆଶ୍ଚର୍ଯ୍ୟକର୍ମ ଦେଖିବାରୁ ଯେ ତୁମ୍ଭେମାନେ ମୋହର ଅନ୍ୱେଷଣ କରୁଅଛ, ତାହା ନୁହେଁ, ମାତ୍ର ରୁଟି ଖାଇ ପରିତୃପ୍ତ ହେବାରୁ ମୋହର ଅନ୍ୱେଷଣ କରୁଅଛ। 27କ୍ଷୟୀ ଭକ୍ଷ୍ୟ ନିମନ୍ତେ ଶ୍ରମ ନ କରି, ବରଂ ଯେଉଁ ଅନନ୍ତ ଜୀବନଦାୟକ ଭକ୍ଷ୍ୟ ଅକ୍ଷୟ ରହେ, ସେଥିନିମନ୍ତେ ଶ୍ରମ କର; ସେହି ଭକ୍ଷ୍ୟ ମନୁଷ୍ୟପୁତ୍ର ତୁମ୍ଭମାନଙ୍କୁ ଦେବେ, କାରଣ ତାହାଙ୍କୁ ପିତା, ଅର୍ଥାତ୍‍, ଈଶ୍ବର ମୁଦ୍ରାଙ୍କିତ କଲେ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ମଇ 2 ନାଗରିକ ପଞ୍ଜିକାର ମଇ 15। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର