Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମଇ 2027 › ମଇ 16

ଅର୍ଥୋଡକ୍ସ ପଞ୍ଜିକା · 3 ମଇ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 16 ମଇ 2027

ରବିବାର · ସ୍ୱର 2

ପର୍ବ ଓ ସନ୍ଥ

ପାସ୍କାର ତୃତୀୟ ରବିବାର

ଗନ୍ଧରସ ଆଣିଥିବା ନାରୀମାନଙ୍କ ରବିବାର

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ସନ୍ଧ୍ୟା ପ୍ରାର୍ଥନା: ପାଠ

ଏହି ଅନୁବାଦରେ ନାହିଁ

ସନ୍ଧ୍ୟା ପ୍ରାର୍ଥନା: ପାଠ

ଏହି ଅନୁବାଦରେ ନାହିଁ

ସନ୍ଧ୍ୟା ପ୍ରାର୍ଥନା: ପାଠ

ଏହି ଅନୁବାଦରେ ନାହିଁ

ପ୍ରଭାତୀ ପ୍ରାର୍ଥନାର ତୃତୀୟ ସୁସମାଚାର

ମାର୍କ 16:9–20

9[ସପ୍ତାହର ପ୍ରଥମ ଦିବସ ପ୍ରତ୍ୟୁଷରେ ଯୀଶୁ ପୁନରୁତ୍ଥାନ କରି, ଯାହାଙ୍କଠାରୁ ସାତ ଭୂତ ଛଡ଼ାଇଥିଲେ, ସେହି ମଗ୍‌ଦଲୀନୀ ମରୀୟମଙ୍କୁ ପ୍ରଥମରେ ଦର୍ଶନ ଦେଲେ। 10ସେ ଯାଇ, ଯେଉଁମାନେ ତାହାଙ୍କ ସଙ୍ଗୀ ହୋଇଥିଲେ, ସେମାନଙ୍କୁ ସମ୍ବାଦ ଦେଲେ; ସେମାନେ ଶୋକ ଓ ରୋଦନ କରୁଥିଲେ। 11ଯୀଶୁ ଯେ ଜୀବିତ ଅଟନ୍ତି ଓ ତାହାଙ୍କୁ ଦର୍ଶନ ଦେଇଅଛନ୍ତି, ଏହା ଶୁଣି ସେମାନେ ବିଶ୍ୱାସ କଲେ ନାହିଁ। 12ଏହି ସମସ୍ତ ଘଟଣା ଉତ୍ତାରେ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଗୋଟିଏ ପଲ୍ଲୀଗ୍ରାମକୁ ଯାଉଥିବା ସମୟରେ ସେ ଅନ୍ୟ ରୂପରେ ସେମାନଙ୍କୁ ଦର୍ଶନ ଦେଲେ, 13ପୁଣି, ସେମାନେ ଯାଇ ଅନ୍ୟମାନଙ୍କୁ ସମ୍ବାଦ ଦେଲେ; କିନ୍ତୁ ସେମାନଙ୍କ କଥା ସୁଦ୍ଧା ସେମାନେ ବିଶ୍ୱାସ କଲେ ନାହିଁ। 14ଏଥିଉତ୍ତାରେ ଏଗାର ଜଣ ଶିଷ୍ୟମାନେ ଭୋଜନରେ ବସିଥିବା ସମୟରେ ସେ ସେମାନଙ୍କୁ ଦର୍ଶନ ଦେଲେ ଏବଂ ସେମାନଙ୍କର ଅବିଶ୍ୱାସ ଓ ହୃଦୟର କଠିନତା ହେତୁ ସେମାନଙ୍କୁ ଅନୁଯୋଗ କଲେ, କାରଣ ଯେଉଁମାନେ ତାହାଙ୍କୁ ପୁନରୁତ୍ଥିତ ଦେଖିଲେ, ସେମାନଙ୍କ କଥା ସେମାନେ ବିଶ୍ୱାସ କରି ନ ଥିଲେ। 15ପୁଣି, ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସମୁଦାୟ ଜଗତକୁ ଯାଇ ସମସ୍ତ ମାନବଜାତି ନିକଟରେ ସୁସମାଚାର ଘୋଷଣା କର। 16ଯେ ବିଶ୍ୱାସ କରେ ଏବଂ ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ସେ ବିଶ୍ୱାସ କରେ ନାହିଁ, ସେ ଦଣ୍ଡାଜ୍ଞା ପାଇବ। 17ଆଉ ଏହିସବୁ ଚିହ୍ନ ସେମାନଙ୍କର ଅନୁବର୍ତ୍ତୀ ହେବ ଯେଉଁମାନେ ତାହାଙ୍କଠାରେ ବିଶ୍ୱାସ କରନ୍ତି, ସେମାନେ ମୋ ନାମରେ ଭୂତ ଛଡ଼ାଇବେ, ନୂତନ ନୂତନ ଭାଷାରେ କଥା କହିବେ, ହସ୍ତରେ ସର୍ପ ଧରିବେ, 18ପୁଣି, ପ୍ରାଣନାଶକ କୌଣସି ପଦାର୍ଥ ପାନ କଲେ ସେମାନଙ୍କର କିଛି କ୍ଷତି ହେବ ନାହିଁ; ସେମାନେ ପୀଡ଼ିତମାନଙ୍କ ଉପରେ ହସ୍ତ ଥୋଇଲେ ସେମାନେ ସୁସ୍ଥ ହେବେ।” 19ଏହି ରୂପେ ପ୍ରଭୁ ଯୀଶୁ ସେମାନଙ୍କୁ କଥା କହିବା ପରେ ସ୍ୱର୍ଗରେ ଗୃହୀତ ହୋଇ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ବସିଲେ। 20କିନ୍ତୁ ସେମାନେ ପ୍ରସ୍ଥାନ କରି ସର୍ବତ୍ର ପ୍ରଚାର କଲେ, ଆଉ ପ୍ରଭୁ ସେମାନଙ୍କର ସହକର୍ମୀ ହୋଇ ଅନୁବର୍ତ୍ତୀ ଚିହ୍ନଗୁଡ଼ିକ ଦ୍ୱାରା ସେହି ବାକ୍ୟ ପ୍ରମାଣସିଦ୍ଧ କଲେ।]

ପତ୍ର

ପ୍ରେରି 6:1–7

1ଏହି ସମୟରେ, ଯେତେବେଳେ ଶିଷ୍ୟମାନଙ୍କର ସଂଖ୍ୟା ବୃଦ୍ଧି ପାଉଥିଲା, ସେତେବେଳେ ଗ୍ରୀକ୍‍ ଭାଷାବାଦୀ ଯିହୁଦୀ ବିଶ୍ୱାସୀମାନେ, ଏବ୍ରୀୟ ବିଶ୍ୱାସୀମାନଙ୍କ ବିପକ୍ଷରେ ବଚସା କରିବାକୁ ଲାଗିଲେ, କାରଣ ଦୈନିକ ଖାଦ୍ୟ ବିତରଣ କରିବାରେ ବିଧବାମାନଙ୍କୁ ଅବହେଳା କରାଯାଉଥିଲା। 2ସେଥିରେ ବାର ଜଣ ପ୍ରେରିତମାନେ ଶିଷ୍ୟସମୁହକୁ ନିକଟକୁ ଡାକି କହିଲେ, ଈଶ୍ବରଙ୍କର ବାକ୍ୟ ପ୍ରଚାର ପରିତ୍ୟାଗ କରି ଖାଦ୍ୟ ପରିବେଷଣରେ ଆମ୍ଭମାନଙ୍କର ବ୍ୟସ୍ତ ରହିବା ଉପଯୁକ୍ତ ନୁହେଁ। 3ଅତଏବ ହେ ଭାଇମାନେ, ଯେଉଁମାନଙ୍କୁ ଆମ୍ଭେମାନେ ଏହି କାର୍ଯ୍ୟରେ ନିଯୁକ୍ତ କରିପାରୁ, ଏପରି ସୁଖ୍ୟାତି ସମ୍ପନ୍ନ ଏବଂ ଆତ୍ମା ଓ ଜ୍ଞାନରେ ପରିପୂର୍ଣ୍ଣ ସାତ ଜଣଙ୍କୁ ଆପଣମାନଙ୍କ ମଧ୍ୟରୁ ବାଛି ସ୍ଥିର କରନ୍ତୁ; 4କିନ୍ତୁ ଆମ୍ଭେମାନେ ପ୍ରାର୍ଥନାରେ ଓ ବାକ୍ୟ ପ୍ରଚାର ସେବା କାର୍ଯ୍ୟରେ ଏକାଗ୍ରଭାବେ ଲାଗିରହିବା। 5ଏହି କଥା ସମସ୍ତ ବିଶ୍ୱାସୀମାନଙ୍କ ଦୃଷ୍ଟିରେ ଉତ୍ତମ ଦେଖାଗଲା, ଆଉ ସେମାନେ ବିଶ୍ୱାସ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ସ୍ତିଫାନ ନାମକ ଜଣେ ବ୍ୟକ୍ତିଙ୍କୁ, ପୁଣି, ଫିଲିପ୍ପ, ପ୍ରଖର, ନୀକାନୋର, ତୀମୋନ, ପାର୍ମନା ଓ ଆନ୍ତିୟଖିଆର ଯିହୁଦୀମତାବଲମ୍ବୀ ନୀକଲାୟଙ୍କୁ ମନୋନୀତ କରି, 6ପ୍ରେରିତମାନଙ୍କ ସମ୍ମୁଖରେ ଉପସ୍ଥିତ କଲେ, ଆଉ ସେମାନେ ପ୍ରାର୍ଥନା କରି ସେମାନଙ୍କ ମସ୍ତକ ଉପରେ ହାତ ରଖି ସମର୍ପଣ କଲେ। 7ଏଣୁ ଈଶ୍ବରଙ୍କ ବାକ୍ୟ ଅଧିକ ବ୍ୟାପିଗଲା ଏବଂ ଯିରୂଶାଲମ ସହରରେ ଶିଷ୍ୟମାନଙ୍କ ସଂଖ୍ୟା ଅତିଶୟ ବୃଦ୍ଧି ପାଇବାକୁ ଲାଗିଲା; ଆଉ, ଯାଜକମାନଙ୍କ ମଧ୍ୟରୁ ଅନେକ ଅନେକ ଲୋକ ବିଶ୍ୱାସମାର୍ଗ ଅବଲମ୍ବନ କରିବାକୁ ଲାଗିଲେ।

ପତ୍ର (ସନ୍ଥ ଥିଓଡୋସିୟସ୍‌ଙ୍କ ପାଇଁ)

ଏବ୍ରୀ 13:7–16

7ଯେଉଁମାନେ ତୁମ୍ଭମାନଙ୍କୁ ଈଶ୍ବରଙ୍କ ବାକ୍ୟ କହିଥିଲେ, ତୁମ୍ଭମାନଙ୍କ ଏପରି ନେତାମାନଙ୍କୁ ସ୍ମରଣ କର; ସେମାନଙ୍କ ଜୀବନଯାତ୍ରାର ଶେଷ ଗତି ପ୍ରତି ଦୃଷ୍ଟି ରଖି ସେମାନଙ୍କ ବିଶ୍ୱାସର ଅନୁକାରୀ ହୁଅ। 8ଯୀଶୁ ଖ୍ରୀଷ୍ଟ କାଲି, ଆଜି ଓ ଅନନ୍ତକାଳ ସମାନ ଅଟନ୍ତି। 9ବିବିଧ ଓ ବିପରୀତ ପ୍ରକାର ଶିକ୍ଷାରେ ବିଚଳିତ ନ ହୁଅ, କାରଣ ଖାଦ୍ୟପଦାର୍ଥ ଦ୍ୱାରା ନୁହେଁ, ମାତ୍ର ଅନୁଗ୍ରହ ଦ୍ୱାରା ହୃଦୟ ସ୍ଥିରୀକୃତ ହେବା ଭଲ; ଯେଉଁମାନେ ଖାଦ୍ୟଦ୍ରବ୍ୟ ପ୍ରଥା ପାଳନ କରନ୍ତି, ସେମାନଙ୍କର କିଛି ଲାଭ ହେବ ନାହିଁ। 10ଯେଉଁ ବେଦିର ସାମଗ୍ରୀ ତମ୍ବୁର ଉପାସକମାନଙ୍କର ଭୋଜନ କରିବା ନିମନ୍ତେ ଅଧିକାର ନାହିଁ, ଆମ୍ଭମାନଙ୍କର ଏପରି ଏକ ବେଦି ଅଛି। 11କାରଣ ଯେଉଁ ସବୁ ପଶୁର ରକ୍ତ ପାପାର୍ଥକ ବଳି ସ୍ୱରୂପେ ମହାଯାଜକଙ୍କ ଦ୍ୱାରା ମହାପବିତ୍ର ସ୍ଥାନକୁ ଅଣାଯାଏ, ସେହିସବୁ ପଶୁର ଶରୀର ଛାଉଣୀର ବାହାରେ ଦଗ୍ଧ ହୁଏ। 12ଏଥିସକାଶେ ଯୀଶୁ ମଧ୍ୟ ଆପଣା ରକ୍ତ ଦ୍ୱାରା ଯେପରି ଲୋକଙ୍କୁ ପବିତ୍ର କରନ୍ତି, ଏଥିପାଇଁ ନଗର ଦ୍ୱାରର ବାହାରେ ମୃତ୍ୟୁଭୋଗ କଲେ। 13ଅତଏବ, ଆସ, ଆମ୍ଭେମାନେ ତାହାଙ୍କ ପରି ନିନ୍ଦା ସହ୍ୟ କରି ଛାଉଣୀର ବାହାରେ ତାହାଙ୍କ ନିକଟକୁ ଯାଉ। 14କାରଣ ଏଠାରେ ଆମ୍ଭମାନଙ୍କର ଚିରସ୍ଥାୟୀ ନଗର ନାହିଁ, କିନ୍ତୁ ଆମ୍ଭେମାନେ ଭବିଷ୍ୟତରେ ଚିରସ୍ଥାୟୀ ନଗରର ଅନ୍ୱେଷଣ କରୁଅଛୁ। 15ଏଣୁ ଆସ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାରୂପ ବଳି, ଅର୍ଥାତ୍‍ ତାହାଙ୍କ ନାମ ସ୍ୱୀକାରକାରୀ ଓଷ୍ଠାଧରର ଫଳ ନିତ୍ୟ ଉତ୍ସର୍ଗ କରୁ। 16ପରୋପକାର ଓ ଦାନ କରିବାକୁ ପାସୋର ନାହିଁ, କାରଣ ଏହିପରି ବଳିରେ ଈଶ୍ବରଙ୍କର ପରମ ସନ୍ତୋଷ।

ସୁସମାଚାର

ମାର୍କ 15:43–16:8

43ହାରାମାଥୀୟାର ଯୋଷେଫ ନାମକ ମହାସଭାର ଜଣେ ସମ୍ଭ୍ରାନ୍ତ ସଭ୍ୟ, ଯେ ନିଜେ ମଧ୍ୟ ଈଶ୍ବରଙ୍କ ରାଜ୍ୟର ଅପେକ୍ଷାରେ ଥିଲେ, ସେ ସାହସ ପୂର୍ବକ ପୀଲାତଙ୍କ ନିକଟକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ। 44କିନ୍ତୁ ସେ ଯେ ମରିଗଲେଣି, ଏହା ଶୁଣି ପୀଲାତ ଚମତ୍କୃତ ହେଲେ, ଆଉ ଶତ-ସେନାପତିଙ୍କୁ ନିକଟକୁ ଡକାଇ ତାହାଙ୍କୁ ପଚାରିଲେ, ସେ କଅଣ ବହୁତ ବେଳ ହେଲା ମଲେଣି? 45ଶତ-ସେନାପତିଙ୍କଠାରୁ ତାହା ଜ୍ଞାତ ହୋଇ ସେ ଶବଟି ଯୋଷେଫଙ୍କୁ ଦେଲେ। 46ସେ ଖଣ୍ଡିଏ ସୂକ୍ଷ୍ମ ବସ୍ତ୍ର କିଣି ତାହାଙ୍କୁ ଓହ୍ଲାଇ ଆଣି ସେଥିରେ ତାହାଙ୍କୁ ଗୁଡ଼ାଇଲେ ଓ ପାହାଡ଼ରେ ଖୋଳା ହୋଇଥିବା ଗୋଟିଏ ସମାଧିରେ ତାହାଙ୍କୁ ଥୋଇଦେଇ ସମାଧି ଦ୍ୱାରରେ ଖଣ୍ଡିଏ ପଥର ଗଡ଼ାଇଦେଲେ। 47ତାହାଙ୍କୁ କେଉଁ ସ୍ଥାନରେ ରଖାଗଲା, ତାହା ମଗ୍‌ଦଲୀନୀ ମରୀୟମ ଓ ଯୋସିଙ୍କ ମାତା ମରୀୟମ ଦେଖିଲେ। 16:1ବିଶ୍ରାମବାର ବିତିଗଲା ଉତ୍ତାରେ ମଗ୍‌ଦଲୀନୀ ମରୀୟମ, ଯାକୁବଙ୍କ ମାତା ମରୀୟମ ଓ ଶଲୋମୀ ସୁଗନ୍ଧିଦ୍ରବ୍ୟ କିଣିଲେ, ଯେପରି ସେମାନେ ଯାଇ ତାହାଙ୍କୁ ମଖାଇଦେଇ ପାରନ୍ତି। 2ପୁଣି, ସପ୍ତାହର ପ୍ରଥମ ଦିବସର ଅତି ପ୍ରତ୍ୟୁଷରେ ସେମାନେ ସମାଧି ନିକଟକୁ ଗଲେ, ସେତେବେଳେ ସୂର୍ଯ୍ୟ ଉଠିଲା। 3ସେମାନେ ପରସ୍ପରକୁ କହୁଥିଲେ, କିଏ ଆମ୍ଭମାନଙ୍କ ପାଇଁ ସମାଧି-ଦ୍ୱାରରୁ ପଥରଟା ଗଡ଼ାଇଦେବ? କାରଣ ତାହା ଅତି ବୃହତ ଥିଲା। 4ଏପରି ସମୟରେ ସେମାନେ ଚାହିଁ ଦେଖିଲେ ଯେ, ପଥର ଗଡ଼ାଇ ଦିଆଯାଇଅଛି। 5ସେମାନେ ସମାଧି ମଧ୍ୟରେ ପ୍ରବେଶ କରି ଶୁକ୍ଳ ବସ୍ତ୍ର ପରିହିତ ଜଣେ ଯୁବାଙ୍କୁ ଦକ୍ଷିଣ ପାର୍ଶ୍ୱରେ ବସିଥିବା ଦେଖି ଅତିଶୟ ଆଶ୍ଚର୍ଯ୍ୟାନ୍ୱିତ ହେଲେ। 6ସେଥିରେ ସେ ସେମାନଙ୍କୁ କହିଲେ, ଭୟ କର ନାହିଁ; ତୁମ୍ଭେମାନେ କ୍ରୁଶରେ ହତ ନାଜରିତୀୟ ଯୀଶୁଙ୍କର ଅନ୍ୱେଷଣ କରୁଅଛ; ସେ ଉଠିଅଛନ୍ତି, ସେ ଏଠାରେ ନାହାନ୍ତି; ଦେଖ, ଏହି ସ୍ଥାନରେ ସେମାନେ ତାହାଙ୍କୁ ରଖିଥିଲେ। 7କିନ୍ତୁ ତୁମ୍ଭେମାନେ ଯାଇ ତାହାଙ୍କ ଶିଷ୍ୟମାନଙ୍କୁ ଓ ପିତରଙ୍କୁ କୁହ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯାଉଅଛନ୍ତି; ଯୀଶୁ ତୁମ୍ଭମାନଙ୍କୁ ଯେପରି କହିଥିଲେ, ସେପରି ତୁମ୍ଭେମାନେ ତାହାଙ୍କୁ ସେଠାରେ ଦେଖିବ। 8ସେଥିରେ ସେମାନେ ବାହାରି ସମାଧି ନିକଟରୁ ପଳାଇଗଲେ, କାରଣ ସେମାନେ ଭୟରେ କମ୍ପୁଥିଲେ ଓ ଆଶ୍ଚର୍ଯ୍ୟ ହୋଇଥିଲେ, ପୁଣି, କାହାକୁ କିଛି କହିଲେ ନାହିଁ, ଯେଣୁ ସେମାନେ ଭୀତ ହୋଇଥିଲେ।

ସୁସମାଚାର (ସନ୍ଥ ଥିଓଡୋସିୟସ୍‌ଙ୍କ ପାଇଁ)

ମାଥି 11:27–30

27ମୋହର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋʼ ଠାରେ ସମର୍ପିତ ହୋଇଅଛି, ଆଉ ପୁତ୍ରଙ୍କୁ କେହି ଜାଣେ ନାହିଁ, କେବଳ ପିତା ଜାଣନ୍ତି, ପୁଣି, ପିତାଙ୍କୁ କେହି ଜାଣେ ନାହିଁ, କେବଳ ପୁତ୍ର ଜାଣନ୍ତି, ଆଉ ପୁତ୍ର ଯାହା ପାଖରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ। 28ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ତ ଲୋକ ସମସ୍ତେ, ମୋʼ ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି। 29ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି, ମୋʼ ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ; 30ଯେଣୁ ମୋହର ଜୁଆଳି ସହଜ ଓ ମୋହର ଭାର ଉଶ୍ୱାସ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ମଇ 3 ନାଗରିକ ପଞ୍ଜିକାର ମଇ 16। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର