Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମଇ 2027 › ମଇ 17

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 17 ମଇ 2027

ସୋମବାର · ସାଧାରଣ କାଳର ସପ୍ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର ସପ୍ତମ ସପ୍ତାହର ସୋମବାର

ସ୍ମୃତି ଦିବସ · ଉପାସନାର ରଙ୍ଗ: ଧଳା

ଧନ୍ୟା କୁମାରୀ ମରୀୟମ, ମଣ୍ଡଳୀର ମାତା · ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ଆଦି 3:9–15, 20

କିମ୍ବା: ପ୍ରେରି 1:12–14

9ତହିଁରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଡାକି କହିଲେ, “ତୁମ୍ଭେ କେଉଁଠାରେ?” 10ସେ ଉତ୍ତର କଲେ, “ମୁଁ ଉଦ୍ୟାନ ମଧ୍ୟରେ ତୁମ୍ଭ ରବ ଶୁଣି ଆପଣା ଉଲଙ୍ଗତା ସକାଶେ ଭୀତ ହୋଇ ଲୁଚିଲି।” 11ପରମେଶ୍ୱର କହିଲେ, “ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା? ଆମ୍ଭେ ଯେଉଁ ବୃକ୍ଷର ଫଳ ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ?” 12ଆଦମ କହିଲେ, “ତୁମ୍ଭେ ଯେଉଁ ସ୍ତ୍ରୀଙ୍କୁ ମୋହର ସଙ୍ଗିନୀ ହେବାକୁ ଦେଇଅଛ, ସେ ମୋତେ ସେହି ବୃକ୍ଷର ଫଳ ଦେଲେ, ତହିଁରେ ମୁଁ ଖାଇଲି।” 13ସେତେବେଳେ ସଦାପ୍ରଭୁ ପରମେଶ୍ୱର ନାରୀଙ୍କୁ କହିଲେ, “ଏ କି କଲ?” ନାରୀ କହିଲେ, “ସର୍ପ ମୋତେ ଭୁଲାଇଲା, ତହିଁରେ ମୁଁ ଖାଇଲି।” 14ତହୁଁ ସଦାପ୍ରଭୁ ପରମେଶ୍ୱର ସର୍ପକୁ କହିଲେ, “ଏହି କାର୍ଯ୍ୟ କରିବା ହେତୁ ତୁମ୍ଭେ ସମସ୍ତ ଗ୍ରାମ୍ୟ ଓ ବନ୍ୟପଶୁଠାରୁ ଅଧିକ ଶାପଗ୍ରସ୍ତ ହେଲ, ତୁମ୍ଭେ ଆପଣା ପେଟ ଦେଇ ଗମନ କରିବ ଓ ଯାବଜ୍ଜୀବନ ଧୂଳି ଖାଇବ। 15ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।” 20ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟାର ନାମ ହବା ଦେଲେ, ଯେହେତୁ ସେ ଜୀବିତ ଲୋକମାନଙ୍କର ମାତା ହେଲେ।

ପ୍ରତିଉତ୍ତର ଗୀତ

ଗୀତ 87:1–3, 5–7

1ଗୀତ; କୋରହ-ସନ୍ତାନଗଣର ଗୀତ। ତାହାଙ୍କ ଭିତ୍ତିମୂଳ ପବିତ୍ର ପର୍ବତ ଉପରେ ସ୍ଥାପିତ। 2ସଦାପ୍ରଭୁ ଯାକୁବର ସମସ୍ତ ବାସସ୍ଥାନ ଅପେକ୍ଷା ସିୟୋନର ଦ୍ୱାରସମୂହକୁ ଅଧିକ ସ୍ନେହ କରନ୍ତି। 3ହେ ପରମେଶ୍ୱରଙ୍କ ନଗରୀ, ତୁମ୍ଭ ବିଷୟରେ ନାନାବିଧ ଗୌରବର କଥା କଥିତ ଅଛି। [ସେଲା] 5ଆହୁରି, ସିୟୋନ ବିଷୟରେ କୁହାଯିବ, “ଏଜଣ ଓ ସେଜଣ ତହିଁ ମଧ୍ୟରେ ଜାତ ହେଲେ;” ପୁଣି, ସର୍ବୋପରିସ୍ଥ ସ୍ୱୟଂ ତାହା ସୁସ୍ଥିର କରିବେ। 6ସଦାପ୍ରଭୁ ଗୋଷ୍ଠୀବର୍ଗର ନାମ ଲେଖିବା ସମୟରେ, “ଏଜଣ ସେଠାରେ ଜାତ ହେଲା” ବୋଲି ଗଣନା କରିବେ। [ସେଲା] 7ଗାୟକ ଓ ନର୍ତ୍ତକମାନେ କହିବେ, “ମୋହର ସବୁ ଝର ତୁମ୍ଭଠାରେ ଅଛି।”

ସୁସମାଚାର

ଯୋହ 19:25–27

25କିନ୍ତୁ ଯୀଶୁଙ୍କ କ୍ରୁଶ ନିକଟରେ ତାହାଙ୍କ ମାତା, ତାହାଙ୍କ ମାତାଙ୍କ ଭଉଣୀ, କ୍ଳୋପାଙ୍କ ସ୍ତ୍ରୀ ମରୀୟମ ଓ ମଗ୍‌ଦଲୀନୀ ମରୀୟମ ଠିଆ ହୋଇଥିଲେ। 26ଯୀଶୁ ଆପଣା ମାତା ଓ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ତାହାଙ୍କୁ ପାଖରେ ଠିଆ ହୋଇଥିବା ଦେଖି ମାତାଙ୍କୁ କହିଲେ, “ଗୋ ନାରୀ, ଦେଖ, ତୁମ୍ଭର ପୁତ୍ର!” 27ତତ୍ପରେ ସେ ସେହି ଶିଷ୍ୟଙ୍କୁ କହିଲେ, “ଦେଖ, ତୁମ୍ଭର ମାତା!” ଆଉ, ସେହି ଦଣ୍ଡରୁ ସେହି ଶିଷ୍ୟ ତାହାଙ୍କୁ ଆପଣା ଗୃହକୁ ଘେନିଗଲେ।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର