Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମଇ 2027 › ମଇ 18

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 18 ମଇ 2027

ମଙ୍ଗଳବାର · ସାଧାରଣ କାଳର ସପ୍ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର ସପ୍ତମ ସପ୍ତାହର ମଙ୍ଗଳବାର

ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ

ସନ୍ଥ ଜନ୍ ପ୍ରଥମ, ପୋପ୍ ଓ ଶହୀଦ · ଇଚ୍ଛାଧୀନ ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ଏହି ଅନୁବାଦରେ ନାହିଁ

ପ୍ରତିଉତ୍ତର ଗୀତ

ଗୀତ 37:3–4, 18–19, 27–28, 39–40

3ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସୁକର୍ମ କର; ଦେଶରେ ବାସ କରି ବିଶ୍ୱସ୍ତତାର ଅନୁଗାମୀ ହୁଅ। 4ମଧ୍ୟ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ତହିଁରେ ସେ ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରିବେ। 18ସଦାପ୍ରଭୁ ସିଦ୍ଧ ଲୋକମାନଙ୍କ ଦିନସବୁ ଜାଣନ୍ତି ଓ ସେମାନଙ୍କ ଅଧିକାର ଅନନ୍ତକାଳସ୍ଥାୟୀ ହେବ। 19ସେମାନେ ବିପଦ ସମୟରେ ଲଜ୍ଜିତ ହେବେ ନାହିଁ; ପୁଣି, ଦୁର୍ଭିକ୍ଷ ସମୟରେ ସେମାନେ ପରିତୃପ୍ତ ହେବେ। 27ମନ୍ଦଠାରୁ ଦୂର ହୁଅ ଓ ସୁକର୍ମ କର; ତେବେ ତୁମ୍ଭେ ଅନନ୍ତକାଳ ବାସ କରିବ। 28କାରଣ ସଦାପ୍ରଭୁ ନ୍ୟାୟବିଚାର ଭଲ ପାଆନ୍ତି ଓ ଆପଣା ସଦ୍‍ଭକ୍ତମାନଙ୍କୁ ପରିତ୍ୟାଗ କରନ୍ତି ନାହିଁ; ସେମାନେ ଅନନ୍ତକାଳ ରକ୍ଷିତ ହୁଅନ୍ତି; ମାତ୍ର ଦୁଷ୍ଟର ବଂଶ ଉଚ୍ଛିନ୍ନ ହେବେ। 39ମାତ୍ର ସଦାପ୍ରଭୁଙ୍କଠାରୁ ଧାର୍ମିକ ଲୋକର ପରିତ୍ରାଣ ହୁଏ; ସେ ସଙ୍କଟ ସମୟରେ ସେମାନଙ୍କର ଦୃଢ଼ ଦୁର୍ଗ ଅଟନ୍ତି। 40ପୁଣି, ସଦାପ୍ରଭୁ ସେମାନଙ୍କର ସାହାଯ୍ୟ କରନ୍ତି ଓ ସେମାନଙ୍କୁ ରକ୍ଷା କରନ୍ତି; ସେ ଦୁଷ୍ଟମାନଙ୍କଠାରୁ ସେମାନଙ୍କୁ ରକ୍ଷା କରି ପରିତ୍ରାଣ କରନ୍ତି, କାରଣ ସେମାନେ ତାହାଙ୍କର ଶରଣାଗତ।

ସୁସମାଚାର

ମାର୍କ 9:30–37

30ସେମାନେ ସେହି ସ୍ଥାନରୁ ପ୍ରସ୍ଥାନ କରି ଗାଲିଲୀର ମଧ୍ୟ ଦେଇ ଯାତ୍ରା କଲେ, ଆଉ କେହି ତାହା ଜାଣନ୍ତୁ ବୋଲି ତାହାଙ୍କର ଇଚ୍ଛା ନ ଥିଲା; 31କାରଣ ଯୀଶୁ ଆପଣା ଶିଷ୍ୟମାନଙ୍କୁ ଏହି କଥା କହି ଶିକ୍ଷା ଦେଉଥିଲେ, ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି, ପୁଣି, ସେମାନେ ତାହାଙ୍କୁ ବଧ କରିବେ, ଆଉ ସେ ହତ ହେଲା ଉତ୍ତାରେ ତିନି ଦିନ ପରେ ପୁନରୁତ୍ଥାନ କରିବେ। 32କିନ୍ତୁ ସେମାନେ ସେହି କଥା ବୁଝିଲେ ନାହିଁ ଏବଂ ତାହାଙ୍କୁ ପଚାରିବାକୁ ଭୟ କରୁଥିଲେ। 33ପରେ ସେମାନେ କଫର୍ନାହୂମକୁ ଆସିଲେ। ଯୀଶୁ ଘରେ ପହଞ୍ଚି ଶିଷ୍ୟମାନଙ୍କୁ ପଚାରିଲେ, ତୁମ୍ଭେମାନେ ବାଟରେ କଅଣ ତର୍କବିତର୍କ କରୁଥିଲ? 34କିନ୍ତୁ ସେମାନେ ନିରୁତ୍ତର ହୋଇ ରହିଲେ, କାରଣ କିଏ ଶ୍ରେଷ୍ଠ, ଏ ବିଷୟ ଘେନି ସେମାନେ ବାଟରେ ପରସ୍ପର ବାଦାନୁବାଦ କରିଥିଲେ। 35ସେଥିରେ ଯୀଶୁ ଉପବେଶନ କରି ଦ୍ୱାଦଶ ଶିଷ୍ୟମାନଙ୍କୁ ଆହ୍ୱାନ କଲେ ଓ ସେମାନଙ୍କୁ କହିଲେ, ଯଦି କେହି ପ୍ରଧାନ ହେବାକୁ ଇଚ୍ଛା କରେ, ତାହାହେଲେ ସେ ସମସ୍ତଙ୍କଠାରୁ ସାନ ଓ ସମସ୍ତଙ୍କର ସେବକ ହେଉ। 36ପୁଣି, ସେ ଗୋଟିଏ ସାନ ପିଲାକୁ ଘେନି ସେମାନଙ୍କ ମଧ୍ୟରେ ଠିଆ କରାଇଲେ ଓ ତାହାକୁ ଆଲିଙ୍ଗନ କରି ସେମାନଙ୍କୁ କହିଲେ, 37ଯେ କେହି ମୋʼ ନାମରେ ଏପରି ସାନ ପିଲାମାନଙ୍କ ମଧ୍ୟରୁ ଜଣକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ; ଆଉ, ଯେ କେହି ମୋତେ ଗ୍ରହଣ କରେ, ସେ କେବଳ ମୋତେ ଗ୍ରହଣ କରେ ନାହିଁ, ମାତ୍ର ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ।

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର