Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମଇ 2027 › ମଇ 18

ଅର୍ଥୋଡକ୍ସ ପଞ୍ଜିକା · 5 ମଇ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 18 ମଇ 2027

ମଙ୍ଗଳବାର · ପାସ୍କାର ତୃତୀୟ ସପ୍ତାହ · ସ୍ୱର 2

ପର୍ବ ଓ ସନ୍ଥ

Great Martyr Irene of Thessalonica (1st-2nd C)

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ପ୍ରେରି 8:5–17

5ପୁଣି, ଫିଲିପ୍ପ ଶମିରୋଣର ପ୍ରଧାନ ନଗରକୁ ଯାଇ ଲୋକମାନଙ୍କ ନିକଟରେ ଖ୍ରୀଷ୍ଟଙ୍କୁ ଘୋଷଣା କରିବାକୁ ଲାଗିଲେ। 6ଆଉ ଲୋକସମୂହ ଫିଲିପ୍ପଙ୍କ କଥା ଶୁଣି ଓ ସେ କରିଥିବା ଆଶ୍ଚର୍ଯ୍ୟକର୍ମଗୁଡ଼ିକ ଦେଖି ଏକଚିତ୍ତରେ ତାହାଙ୍କ କଥାରେ ମନୋଯୋଗ କରୁଥିଲେ। 7କାରଣ ଅଶୁଚି ଆତ୍ମାବିଷ୍ଟ ଅନେକ ଲୋକଙ୍କଠାରୁ ସେହି ଆତ୍ମାଗୁଡ଼ାକ ଉଚ୍ଚସ୍ୱରରେ ଚିତ୍କାର କରି ବାହାରିଆସିବାକୁ ଲାଗିଲେ, ପୁଣି, ଅନେକ ପକ୍ଷାଘାତରୋଗୀ ଓ ଖଞ୍ଜ ସୁସ୍ଥ ହେଲେ। 8ସେଥିରେ ସେ ନଗରରେ ମହା ଆନନ୍ଦ ହେଲା। 9କିନ୍ତୁ ଶିମୋନ ନାମକ ଜଣେ ଲୋକ ଏଥିପୂର୍ବେ ସେହି ନଗରରେ କୁହୁକକର୍ମ କରି ନିଜକୁ ଜଣେ ମହାପୁରୁଷ ବୋଲି କହି ଶମିରୋଣୀୟ ଲୋକମାନଙ୍କୁ ଆଚମ୍ଭିତ କରୁଥିଲା; 10ଈଶ୍ବରଙ୍କର ଯେଉଁ ଶକ୍ତିକୁ ମହାନ ବୋଲି କୁହାଯାଏ, ସାନଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତେ ଏ ସେହି ବୋଲି କହି ତାହାଙ୍କୁ ମାନ୍ୟ କରୁଥିଲେ। 11ସେମାନେ ତାହାକୁ ମାନ୍ୟ କରୁଥିବାର କାରଣ ଏହି ଯେ, ସେ ବହୁକାଳ ହେଲା ନିଜ କୁହୁକକର୍ମ ଦ୍ୱାରା ସେମାନଙ୍କୁ ଆଚମ୍ଭିତ କରିଥିଲା। 12କିନ୍ତୁ ଫିଲିପ୍ପ ଈଶ୍ବରଙ୍କ ରାଜ୍ୟ ଓ ଯୀଶୁ ଖ୍ରୀଷ୍ଟଙ୍କ ନାମ ବିଷୟକ ସୁସମାଚାର ପ୍ରଚାର କରିବାରୁ ସେମାନେ ଯେତେବେଳେ ତାହାଙ୍କ କଥାରେ ବିଶ୍ୱାସ କଲେ, ସେତେବେଳେ ପୁରୁଷ ଓ ସ୍ତ୍ରୀ ଉଭୟ ବାପ୍ତିଜିତ ହେବାକୁ ଲାଗିଲେ। 13ଆଉ, ଶିମୋନ ନିଜେ ମଧ୍ୟ ବିଶ୍ୱାସ କରି ବାପ୍ତିଜିତ ହେଲା ଓ ଫିଲିପ୍ପଙ୍କ ସାଥେ ସାଥେ ରହିଲା, ଆଉ ନାନା ଲକ୍ଷଣ ଓ ମହା ମହା ଆଶ୍ଚର୍ଯ୍ୟର କାର୍ଯ୍ୟ ଦେଖି ଆଚମ୍ଭିତ ହେବାକୁ ଲାଗିଲା। 14ଶମିରୋଣର ଲୋକମାନେ ଯେ ଈଶ୍ବରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି, ଏହା ଯେତେବେଳେ ଯିରୂଶାଲମ ସହରରେ ଥିବା ପ୍ରେରିତମାନେ ଶୁଣିଲେ, ସେତେବେଳେ ସେମାନେ ପିତର ଓ ଯୋହନଙ୍କୁ ସେମାନଙ୍କ ନିକଟକୁ ପଠାଇଲେ। 15ସେମାନେ ଯାଇ, ସେହି ଲୋକମାନେ ଯେପରି ପବିତ୍ର ଆତ୍ମା ପ୍ରାପ୍ତ ହୁଅନ୍ତି, ଏଥିନିମନ୍ତେ ସେମାନଙ୍କ ପାଇଁ ପ୍ରାର୍ଥନା କଲେ, 16କାରଣ ଏପର୍ଯ୍ୟନ୍ତ ସେ ସେମାନଙ୍କ ମଧ୍ୟରୁ କାହାରି ଉପରେ ଆସି ନ ଥିଲେ, କେବଳ ସେମାନେ ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହୋଇଥିଲେ। 17ସେତେବେଳେ ସେମାନେ ସେମାନଙ୍କ ଉପରେ ହସ୍ତାର୍ପଣ କଲେ, ଆଉ ସେମାନେ ପବିତ୍ର ଆତ୍ମା ପ୍ରାପ୍ତ ହେଲେ।

ସୁସମାଚାର

ଯୋହ 6:27–33

27କ୍ଷୟୀ ଭକ୍ଷ୍ୟ ନିମନ୍ତେ ଶ୍ରମ ନ କରି, ବରଂ ଯେଉଁ ଅନନ୍ତ ଜୀବନଦାୟକ ଭକ୍ଷ୍ୟ ଅକ୍ଷୟ ରହେ, ସେଥିନିମନ୍ତେ ଶ୍ରମ କର; ସେହି ଭକ୍ଷ୍ୟ ମନୁଷ୍ୟପୁତ୍ର ତୁମ୍ଭମାନଙ୍କୁ ଦେବେ, କାରଣ ତାହାଙ୍କୁ ପିତା, ଅର୍ଥାତ୍‍, ଈଶ୍ବର ମୁଦ୍ରାଙ୍କିତ କଲେ।” 28ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ଈଶ୍ବରଙ୍କ କାର୍ଯ୍ୟସବୁ କରିବା ନିମନ୍ତେ ଆମ୍ଭମାନଙ୍କୁ କଅଣ କରିବାକୁ ହେବ? 29ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଈଶ୍ବର ଯାହାଙ୍କୁ ପ୍ରେରଣ କରିଅଛନ୍ତି, ତାହାଙ୍କଠାରେ ବିଶ୍ୱାସ କରିବା ହିଁ ଈଶ୍ବରଙ୍କ କାର୍ଯ୍ୟ ଅଟେ।” 30ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତାହାହେଲେ ଆପଣ ଚିହ୍ନସ୍ୱରୂପ କଅଣ କରୁଅଛନ୍ତି ଯେ, ତାହା ଦେଖି ଆମ୍ଭେମାନେ ଆପଣଙ୍କୁ ବିଶ୍ୱାସ କରିପାରୁ? 31ଆପଣ କଅଣ ସାଧନ କରୁଅଛନ୍ତି? ଆମ୍ଭମାନଙ୍କର ପିତୃ-ପୁରୁଷ ପ୍ରାନ୍ତରରେ ମାନ୍ନା ଭୋଜନ କରୁଥିଲେ, ଯେପରି ଲେଖାଅଛି, ଭୋଜନ କରିବା ନିମନ୍ତେ ସେ ସେମାନଙ୍କୁ ସ୍ୱର୍ଗରୁ ଆହାର ଦେଲେ। 32ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୋଶା ତୁମ୍ଭମାନଙ୍କୁ ସ୍ୱର୍ଗରୁ ଆହାର ଦେଇ ନାହାନ୍ତି, କିନ୍ତୁ ମୋହର ପିତା ତୁମ୍ଭମାନଙ୍କୁ ସ୍ୱର୍ଗରୁ ପ୍ରକୃତ ଆହାର ଦିଅନ୍ତି; 33କାରଣ ଯେଉଁ ଆହାର ସ୍ୱର୍ଗରୁ ଅବତରଣ କରି ଜଗତକୁ ଜୀବନ ପ୍ରଦାନ କରେ, ତାହା ଈଶ୍ବରଦତ୍ତ ଆହାର।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ମଇ 5 ନାଗରିକ ପଞ୍ଜିକାର ମଇ 18। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର