Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମଇ 2027 › ମଇ 19

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 19 ମଇ 2027

ବୁଧବାର · ସାଧାରଣ କାଳର ସପ୍ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର ସପ୍ତମ ସପ୍ତାହର ବୁଧବାର

ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ

ଦିନର ପାଠ

ପ୍ରଥମ ପାଠ

ଏହି ଅନୁବାଦରେ ନାହିଁ

ପ୍ରତିଉତ୍ତର ଗୀତ

ଗୀତ 119:165, 168, 171–172, 174–175

165ତୁମ୍ଭ ବ୍ୟବସ୍ଥା ସ୍ନେହକାରୀମାନେ ମହାଶାନ୍ତି ପ୍ରାପ୍ତ ହୁଅନ୍ତି; ପୁଣି, ସେମାନଙ୍କର ଝୁଣ୍ଟିବାର କୌଣସି କାରଣ ଘଟେ ନାହିଁ। 168ମୁଁ ତୁମ୍ଭର ବିଧାନ ଓ ପ୍ରମାଣ-ବାକ୍ୟସବୁ ମାନିଅଛି। କାରଣ ମୋହର ସବୁ ଗତି ତୁମ୍ଭ ସମ୍ମୁଖରେ ଅଛି। 171ମୋହର ଓଷ୍ଠାଧର ପ୍ରଶଂସା ଉଚ୍ଚାରଣ କରୁ; କାରଣ ତୁମ୍ଭେ ଆପଣା ବିଧି ମୋତେ ଶିଖାଉଅଛ। 172ମୋʼ ଜିହ୍ୱା ତୁମ୍ଭ ବାକ୍ୟ ବିଷୟ କୀର୍ତ୍ତନ କରୁ; କାରଣ ତୁମ୍ଭର ଆଜ୍ଞାସକଳ ଧର୍ମମୟ। 174ହେ ସଦାପ୍ରଭୋ, ମୁଁ ତୁମ୍ଭ ପରିତ୍ରାଣର ଆକାଂକ୍ଷା କରିଅଛି; ପୁଣି, ତୁମ୍ଭର ବ୍ୟବସ୍ଥା ମୋହର ଆହ୍ଲାଦଜନକ। 175ମୋତେ ଜୀବିତ ରଖ, ତହିଁରେ ମୁଁ ତୁମ୍ଭର ପ୍ରଶଂସା କରିବ ଓ ତୁମ୍ଭର ଶାସନସକଳ ମୋହର ସାହାଯ୍ୟ କରୁ।

ସୁସମାଚାର

ମାର୍କ 9:38–40

38ଯୋହନ ତାହାଙ୍କୁ କହିଲେ, ହେ ଗୁରୁ, ଆମ୍ଭମାନଙ୍କ ଦଳରେ ନ ଥିବା ଜଣକୁ ଆପଣଙ୍କ ନାମରେ ଭୂତ ଛଡ଼ାଇବାର ଦେଖିଲୁ, ଆଉ ସେ ଆମ୍ଭମାନଙ୍କ ଦଳରେ ନ ଥିବାରୁ ତାହାକୁ ମନା କଲୁ। 39କିନ୍ତୁ ଯୀଶୁ କହିଲେ, ତାହାକୁ ମନା କର ନାହିଁ; କାରଣ ମୋʼ ନାମରେ ମହତର କାର୍ଯ୍ୟ କରି ହଠାତ୍‍ ମୋହର ନିନ୍ଦା କରିପାରିବ, ଏପରି ଲୋକ କେହି ନାହିଁ; 40କାରଣ ଯେ ଆମ୍ଭମାନଙ୍କ ବିପକ୍ଷ ନୁହେଁ, ସେ ଆମ୍ଭମାନଙ୍କର ସପକ୍ଷ।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର