Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମଇ 2027 › ମଇ 19

ଅର୍ଥୋଡକ୍ସ ପଞ୍ଜିକା · 6 ମଇ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 19 ମଇ 2027

ବୁଧବାର · ପାସ୍କାର ତୃତୀୟ ସପ୍ତାହ · ସ୍ୱର 2

ପର୍ବ ଓ ସନ୍ଥ

Righteous Job the Long-Suffering (c.2000-1500 BC)

ଉପବାସ ଦିନ

ମାଛ ଚଳିବ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ପ୍ରେରି 8:18–25

18ପ୍ରେରିତମାନଙ୍କର ହସ୍ତାର୍ପଣ ଦ୍ୱାରା ପବିତ୍ର ଆତ୍ମା ଆସୁଥିବା ଦେଖି, ଶିମୋନ ସେମାନଙ୍କୁ ଟଙ୍କା ଯାଚି କହିଲା, 19ମୋତେ ମଧ୍ୟ ଏହି ଶକ୍ତି ଦିଅନ୍ତୁ, ଯେପରି ମୁଁ ଯେକୌଣସି ଲୋକ ଉପରେ ହସ୍ତାର୍ପଣ କରିବି, ସେ ପବିତ୍ର ଆତ୍ମା ପାଇବ। 20କିନ୍ତୁ ପିତର ତାହାକୁ କହିଲେ, ତୁମ୍ଭର ଟଙ୍କା ତୁମ୍ଭ ସହିତ ବିନଷ୍ଟ ହେଉ, କାରଣ ତୁମ୍ଭେ ଟଙ୍କା ଦ୍ୱାରା ଈଶ୍ବରଙ୍କ ଦାନ କିଣିବାକୁ ଭାବିଲ। 21ଏହି ବିଷୟରେ ତୁମ୍ଭର ଅଂଶ ନାହିଁ କି ଅଧିକାର ନାହିଁ, କାରଣ ଈଶ୍ବରଙ୍କ ସାକ୍ଷାତରେ ତୁମ୍ଭର ହୃଦୟ ସରଳ ନୁହେଁ। 22ଅତଏବ, ତୁମ୍ଭର ଏହି ଦୁଷ୍ଟ ପଣରୁ ମନ-ପରିବର୍ତ୍ତନ କରି ପ୍ରଭୁଙ୍କଠାରେ ପ୍ରାର୍ଥନା କର, କେଜାଣି ଅବା ତୁମ୍ଭ ହୃଦୟର କଳ୍ପନା କ୍ଷମା ହୋଇପାରେ; 23କାରଣ ତୁମ୍ଭେ ତିକ୍ତ ବିଷରେ ପରିପୂର୍ଣ୍ଣ ହୋଇ ଅଧର୍ମରୂପ ବନ୍ଧନରେ ଆବଦ୍ଧ ଅଛ ବୋଲି ମୁଁ ଦେଖୁଅଛି। 24ସେଥିରେ ଶିମୋନ ଉତ୍ତର କଲା, ଆପଣମାନେ ଯାହା ଯାହା କହିଲେ, ସେଥିରୁ କୌଣସି ବିଷୟ ଯେପରି ମୋ ପ୍ରତି ନ ଘଟେ, ଏଥିପାଇଁ ଆପଣମାନେ ମୋ ନିମନ୍ତେ ପ୍ରଭୁଙ୍କ ଛାମୁରେ ପ୍ରାର୍ଥନା କରନ୍ତୁ। 25ଏହି ପ୍ରକାରେ ସେମାନେ ସାକ୍ଷ୍ୟ ଦେଇ ଓ ପ୍ରଭୁଙ୍କ ବାକ୍ୟ କହି ଶମିରୋଣୀୟମାନଙ୍କ ଅନେକ ଗ୍ରାମରେ ସୁସମାଚାର ପ୍ରଚାର କରୁ କରୁ ଯିରୂଶାଲମ ସହରକୁ ବାହୁଡ଼ିଗଲେ।

ସୁସମାଚାର

ଯୋହ 6:35–39

35ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ମୁଁ ସେହି ଜୀବନଦାୟକ ଆହାର; ଯେ ମୋʼ ନିକଟକୁ ଆସେ, ସେ କଦାପି କ୍ଷୁଧିତ ହେବ ନାହିଁ, ଆଉ ଯେ ମୋʼଠାରେ ବିଶ୍ୱାସ କରେ, ସେ କଦାପି ତୃଷିତ ହେବ ନାହିଁ। 36କିନ୍ତୁ ତୁମ୍ଭେମାନେ ମୋତେ ଦେଖିଲେ ହେଁ ଯେ ବିଶ୍ୱାସ କରୁ ନାହଁ, ଏହା ମୁଁ ତୁମ୍ଭମାନଙ୍କୁ କହିଅଛି। 37ପିତା ଯେଉଁ ସମସ୍ତଙ୍କୁ ମୋତେ ଦାନ କରନ୍ତି, ସେମାନେ ମୋʼ ନିକଟକୁ ଆସିବେ; ଆଉ, ଯେ ମୋʼ ନିକଟକୁ ଆସେ, ତାହାକୁ ମୁଁ କୌଣସି ପ୍ରକାରେ ବାହାର କରିଦେବି ନାହିଁ; 38କାରଣ ମୁଁ ନିଜ ଇଚ୍ଛା ସାଧନ କରିବାକୁ ଅବତରଣ ନ କରି ବରଂ ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବାକୁ ସ୍ୱର୍ଗରୁ ଅବତରଣ କରିଅଛି। 39ଆଉ, ମୋହର ପ୍ରେରଣକର୍ତ୍ତା ଯେଉଁ ସମସ୍ତଙ୍କୁ ମୋତେ ଦାନ କରିଅଛନ୍ତି, ସେମାନଙ୍କ ମଧ୍ୟରୁ କାହାକୁ ହିଁ ଯେପରି ମୁଁ ନ ହରାଇ ବରଂ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି, ଏହା ତାହାଙ୍କର ଇଚ୍ଛା।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ମଇ 6 ନାଗରିକ ପଞ୍ଜିକାର ମଇ 19। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର