Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମଇ 2027 › ମଇ 20

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 20 ମଇ 2027

ଗୁରୁବାର · ସାଧାରଣ କାଳର ସପ୍ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର ସପ୍ତମ ସପ୍ତାହର ଗୁରୁବାର

ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ

ସିଏନାର ସନ୍ଥ ବର୍ଣ୍ଣାର୍ଡିନ୍, ପୁରୋହିତ · ଇଚ୍ଛାଧୀନ ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ଏହି ଅନୁବାଦରେ ନାହିଁ

ପ୍ରତିଉତ୍ତର ଗୀତ

ଗୀତ 1:1–4, 6

1ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ, ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ, କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ, 2ମାତ୍ର ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଯାହାର ଆମୋଦ ଥାଏ ଓ ଯେ ଦିବାରାତ୍ର ତାହାଙ୍କର ବ୍ୟବସ୍ଥା ଧ୍ୟାନ କରେ, ସେ ଧନ୍ୟ। 3ଯେଉଁ ବୃକ୍ଷ ଜଳସ୍ରୋତ ନିକଟରେ ରୋପିତ, ଯେ ସ୍ୱସମୟରେ ଫଳ ଉତ୍ପନ୍ନ କରେ, ଯାହାର ପତ୍ର ହିଁ ମଳିନ ହୁଏ ନାହିଁ, ଏପରି ବୃକ୍ଷ ସଦୃଶ ସେ ହେବ; ପୁଣି, ସେ ଯାହା କରେ, ତାହା ସଫଳ ହେବ। 4ଦୁଷ୍ଟମାନେ ସେପ୍ରକାର ନୁହନ୍ତି; ମାତ୍ର ବାୟୁ ଦ୍ୱାରା ଚାଳିତ ତୁଷ ତୁଲ୍ୟ ଅଟନ୍ତି। 6କାରଣ ସଦାପ୍ରଭୁ ଧାର୍ମିକମାନଙ୍କ ପଥ ଜାଣନ୍ତି; ମାତ୍ର ଦୁଷ୍ଟମାନଙ୍କ ପଥ ବିନଷ୍ଟ ହେବ।

ସୁସମାଚାର

ମାର୍କ 9:41–50

41ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଲୋକ ବୋଲି ଯେ କେହି ତୁମ୍ଭମାନଙ୍କୁ ଗିନାଏ ପାଣି ପିଇବାକୁ ଦେବ, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ। 42ଆଉ, ଯେ କେହି ବିଶ୍ୱାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ସମୁଦ୍ରରେ ନିକ୍ଷେପ କରାଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା। 43ପୁଣି, ତୁମ୍ଭର ହସ୍ତ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ; ଦୁଇ ହସ୍ତ ଘେନି ନର୍କ, ଅର୍ଥାତ୍‍ ଅନିର୍ବାଣ ଅଗ୍ନି ମଧ୍ୟକୁ ଯିବା ଅପେକ୍ଷା ବରଂ ପଙ୍ଗୁ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ। 44[କାରଣ ନର୍କରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ।] 45ଆଉ, ତୁମ୍ଭର ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ, ଦୁଇ ପାଦ ଘେନି ନର୍କରେ ପଡ଼ିବା ଅପେକ୍ଷା ବରଂ ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ। 46[କାରଣ ନର୍କରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ।] 47ପୁଣି, ତୁମ୍ଭର ଚକ୍ଷୁ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା ଉପାଡ଼ି ପକାଅ; ଦୁଇ ଚକ୍ଷୁ ଘେନି ନର୍କରେ ପଡ଼ିବା ଅପେକ୍ଷା ବରଂ ଏକ ଚକ୍ଷୁ ଘେନି ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ; 48କାରଣ ନର୍କରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ। 49ଯେଣୁ ପ୍ରତ୍ୟେକ ଜଣ ଅଗ୍ନିରେ ଲବଣାକ୍ତ ହେବ। 50ଲବଣ ଉତ୍ତମ, କିନ୍ତୁ ଲବଣ ଯଦି ଲବଣତ୍ୱହୀନ ହୁଏ, ତାହାହେଲେ ତାହାକୁ କାହିଁରେ ସ୍ୱାଦଯୁକ୍ତ କରିବ? ତୁମ୍ଭେମାନେ ଆପଣାଠାରେ ଲବଣତ୍ଵ ରଖ ଏବଂ ପରସ୍ପର ସହିତ ଶାନ୍ତିରେ ରୁହ।

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର