Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମଇ 2027 › ମଇ 20

ଅର୍ଥୋଡକ୍ସ ପଞ୍ଜିକା · 7 ମଇ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 20 ମଇ 2027

ଗୁରୁବାର · ପାସ୍କାର ତୃତୀୟ ସପ୍ତାହ · ସ୍ୱର 2

ପର୍ବ ଓ ସନ୍ଥ

Commemoration of the Apparition of the Sign of the Precious Cross Over Jerusalem in 351 AD

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ପ୍ରେରି 8:26–39

26ପରେ ପ୍ରଭୁଙ୍କ ଜଣେ ଦୂତ ଫିଲିପ୍ପଙ୍କୁ କହିଲେ, ଉଠ, ଦକ୍ଷିଣ ଦିଗରେ ଯେଉଁ ପଥ ଯିରୂଶାଲମ ସହରରୁ ଗଜ୍ଜା ସହର ଆଡ଼କୁ ଯାଇଅଛି, ସେହି ପଥକୁ ଯାଅ। ତାହା ମରୁଭୂମି। 27ସେଥିରେ ସେ ଉଠି ଗମନ କଲେ। ଆଉ ଦେଖ, ଇଥିଓପିଆ ଦେଶୀୟମାନଙ୍କ କାଣ୍ଡାକୀ ନାମ୍ନୀ ରାଣୀଙ୍କର ଅଧୀନସ୍ଥ ଜଣେ ଉଚ୍ଚପଦ ପ୍ରାପ୍ତ ଇଥିଓପିଆର ନପୁଂସକ, ଯେ ତାହାଙ୍କ ସମସ୍ତ ଥିଲେ, ସେ ଉପାସନା କରିବା ନିମନ୍ତେ ଯିରୂଶାଲମ ସହରକୁ ଆସିଥିଲେ; 28ସେ ବାହୁଡ଼ି ଯାଉ ଯାଉ ଆପଣା ରଥରେ ବସି ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ରପାଠ କରୁଥିଲେ। 29ସେତେବେଳେ ପବିତ୍ର ଆତ୍ମା ଫିଲିପ୍ପଙ୍କୁ କହିଲେ, ନିକଟକୁ ଯାଇ ଏହି ରଥର ସାଙ୍ଗ ଧର। 30ସେଥିରେ ଫିଲିପ୍ପ ଦୌଡ଼ିଯାଇ ସେ ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ର ପାଠ କରୁଥିବା ଶୁଣି ପଚାରିଲେ, ଆପଣ ଯାହା ପାଠ କରୁଅଛନ୍ତି, ତାହା କଅଣ ବୁଝୁଅଛନ୍ତି? 31ସେ କହିଲେ, କେହି ମୋତେ ବୁଝାଇ ନ ଦେଲେ ମୁଁ କିପରି ବୁଝି ପାରିବି? ଆଉ, ସେ ଫିଲିପ୍ପଙ୍କୁ ରଥରେ ଚଢ଼ି ଆସି ଆପଣା ନିକଟରେ ବସିବାକୁ ବିନତି କଲେ। 32ଶାସ୍ତ୍ରର ଯେଉଁ ଅଂଶ ସେ ପାଠ କରୁଥିଲେ, ତାହା ଏହି, “ସେ ମେଷ ତୁଲ୍ୟ ହତ ହେବା ନିମନ୍ତେ ନିଆଗଲେ ପୁଣି, ଲୋମଚ୍ଛେଦକ ସମ୍ମୁଖରେ ମେଷଶାବକ ଯେପରି ନୀରବ ରୁହେ, ସେହିପରି ସେ ଆପଣା ମୁଖ ଫିଟାଇଲେ ନାହିଁ। 33ତାହାଙ୍କ ଅବନତ ହେବାରେ ତାହାଙ୍କ ଦଣ୍ଡ ଅପସାରିତ ହେଲା; ତାହାଙ୍କ ବଂଶ କିଏ ବର୍ଣ୍ଣନା କରିପାରିବ? କାରଣ ତାହାଙ୍କ ପ୍ରାଣ ପୃଥିବୀରୁ ଅପସାରିତ ହେଲା।” 34ନପୁଂସକ ଉତ୍ତର ଦେଇ ଫିଲିପ୍ପଙ୍କୁ କହିଲେ, ମୁଁ ଆପଣଙ୍କୁ ନିବେଦନ କରେ, ଭାବବାଦୀ କାହା ବିଷୟରେ ଏ କଥା କହନ୍ତି? ଆପଣା ବା ଆଉ କାହା ବିଷୟରେ? 35ସେଥିରେ ଫିଲିପ୍ପ ମୁଖ ଫିଟାଇ ଶାସ୍ତ୍ରର ଏହି ବାକ୍ୟରୁ ଆରମ୍ଭ କରି ତାହାଙ୍କ ନିକଟରେ ଯୀଶୁଙ୍କ ସୁସମାଚାର ପ୍ରଚାର କଲେ। 36ଆଉ ସେମାନେ ପଥରେ ଯାଉ ଯାଉ କୌଣସି ଗୋଟିଏ ଜଳାଶୟ ନିକଟରେ ଉପସ୍ଥିତ ହେଲେ; ସେଥିରେ ନପୁଂସକ କହିଲେ, ଏଠାରେ ତ ଜଳ ଅଛି, ମୋହର ବାପ୍ତିଜିତ ହେବା ନିମନ୍ତେ କଅଣ ବାଧା ଅଛି? 37[ଫିଲିପ୍ପ କହିଲେ, ଆପଣ ସମସ୍ତ ଅନ୍ତଃକରଣ ସହିତ ଯଦି ବିଶ୍ୱାସ କରନ୍ତି, ତାହାହେଲେ ହୋଇପାରେ। ସେଥିରେ ସେ ଉତ୍ତର ଦେଲେ, ଯୀଶୁ ଖ୍ରୀଷ୍ଟ ଯେ ଈଶ୍ବରଙ୍କ ପୁତ୍ର, ଏହା ମୁଁ ବିଶ୍ୱାସ କରୁଅଛି।] 38ପୁଣି, ସେ ରଥ ଠିଆ କରିବାକୁ ଆଜ୍ଞା ଦେଲେ, ଆଉ ଫିଲିପ୍ପ ଓ ନପୁଂସକ ଉଭୟ ଜଳ ଭିତରକୁ ଓହ୍ଲାଇଗଲେ, ଆଉ ଫିଲିପ୍ପ ତାହାଙ୍କୁ ବାପ୍ତିସ୍ମ ଦେଲେ। 39ସେମାନେ ଜଳ ମଧ୍ୟରୁ ଉଠି ଆସନ୍ତେ ପ୍ରଭୁଙ୍କର ଆତ୍ମା ଫିଲିପ୍ପଙ୍କୁ ଘେନିଗଲେ, ପୁଣି, ନପୁଂସକ ତାହାଙ୍କୁ ଆଉ ଦେଖିଲେ ନାହିଁ; ତଥାପି ସେ ଆନନ୍ଦ କରୁ କରୁ ଆପଣା ପଥରେ ଚାଲିଗଲେ।

ସୁସମାଚାର

ଯୋହ 6:40–44

40କାରଣ ଯେ କେହି ପୁତ୍ରଙ୍କୁ ଦର୍ଶନ କରି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେପରି ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଏହା ହିଁ ମୋହର ପିତାଙ୍କର ଇଚ୍ଛା; ଆଉ, ମୁଁ ତାହାକୁ ଶେଷ ଦିନରେ ଉତ୍ଥାପନ କରିବି। 41ମୁଁ ସ୍ୱର୍ଗରୁ ଅବତୀର୍ଣ୍ଣ ହୋଇଥିବା ଆହାର ଅଟେ,” ସେ ଏହା କହିବାରୁ ଯିହୁଦୀମାନେ ତାହାଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ, 42ଏ କଅଣ ଯୋଷେଫର ପୁଅ ଯୀଶୁ ନୁହେଁ, ଆଉ ଆମ୍ଭେମାନେ କଅଣ ଏହାର ପିତାମାତାକୁ ଜାଣୁ ନାହୁଁ? ତେବେ “ମୁଁ ସ୍ୱର୍ଗରୁ ଅବତରଣ କରିଅଛି” ବୋଲି ସେ ଏବେ କିପରି କହୁଅଛି? 43ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଆପଣା ଆପଣା ମଧ୍ୟରେ ବଚସା କର ନାହିଁ। 44ମୋହର ପ୍ରେରଣକର୍ତ୍ତା ପିତା ଯାହାକୁ ଆକର୍ଷଣ କରନ୍ତି, କେବଳ ସେ ମୋʼ ନିକଟକୁ ଆସିପାରେ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ମଇ 7 ନାଗରିକ ପଞ୍ଜିକାର ମଇ 20। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର