ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମଇ 2027 › ମଇ 21
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 21 ମଇ 2027
ଶୁକ୍ରବାର · ସାଧାରଣ କାଳର ସପ୍ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର ସପ୍ତମ ସପ୍ତାହର ଶୁକ୍ରବାର
ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ
ସନ୍ଥ କ୍ରିଷ୍ଟୋଫର୍ ମାଗାଲାନେସ୍, ପୁରୋହିତ, ଓ ସାଥୀମାନେ, ଶହୀଦ · ଇଚ୍ଛାଧୀନ ସ୍ମୃତି ଦିବସ
ଉପବାସ ଓ ପ୍ରାୟଶ୍ଚିତ୍ତ
ପ୍ରାୟଶ୍ଚିତ୍ତର ଦିନ
ପ୍ରତ୍ୟେକ ଶୁକ୍ରବାର ପ୍ରାୟଶ୍ଚିତ୍ତର ଦିନ; ପ୍ରତ୍ୟେକ ବିଶପ୍ ସମ୍ମିଳନୀ ଏହା କିପରି ପାଳିବାକୁ ହେବ ସ୍ଥିର କରେ: ମାଂସରୁ ବିରତି କିମ୍ବା ପ୍ରାୟଶ୍ଚିତ୍ତର ଅନ୍ୟ କାର୍ଯ୍ୟ। ଉପବାସ 18ରୁ 59 ବର୍ଷ ପର୍ଯ୍ୟନ୍ତ, ବିରତି 14 ବର୍ଷରୁ ବାଧ୍ୟତାମୂଳକ।
ଦିନର ପାଠ
ପ୍ରଥମ ପାଠ
ଏହି ଅନୁବାଦରେ ନାହିଁ
ପ୍ରତିଉତ୍ତର ଗୀତ
12ହେ ସଦାପ୍ରଭୋ, ତୁମ୍ଭେ ଧନ୍ୟ; ତୁମ୍ଭର ବିଧିସବୁ ମୋତେ ଶିଖାଅ। 16ମୁଁ ତୁମ୍ଭ ବିଧିସବୁରେ ଆନନ୍ଦ କରିବି; ମୁଁ ତୁମ୍ଭର ବାକ୍ୟ ପାସୋରିବି ନାହିଁ। 18ତୁମ୍ଭେ ମୋହର ଚକ୍ଷୁ ପ୍ରସନ୍ନ କର, ତହିଁରେ ମୁଁ ତୁମ୍ଭ ବ୍ୟବସ୍ଥାରୁ ଆଶ୍ଚର୍ଯ୍ୟ ବିଷୟମାନ ଦେଖି ପାରିବି। 27ତୁମ୍ଭେ ଆପଣା ଆଜ୍ଞା-ପଥସବୁ ମୋତେ ବୁଝାଇ ଦିଅ; ତହିଁରେ ମୁଁ ତୁମ୍ଭର ଆଶ୍ଚର୍ଯ୍ୟଶିକ୍ଷାସବୁ ଧ୍ୟାନ କରିବି। 34ମୋତେ ବୁଦ୍ଧି ପ୍ରଦାନ କର, ତହିଁରେ ମୁଁ ତୁମ୍ଭର ବ୍ୟବସ୍ଥା ମାନିବି; ଆହୁରି, ମୁଁ ଆପଣା ସର୍ବାନ୍ତଃକରଣରେ ତାହା ପାଳନ କରିବି। 35ତୁମ୍ଭ ଆଜ୍ଞା-ପଥରେ ମୋତେ ଗମନ କରାଅ; କାରଣ ତହିଁରେ ମୁଁ ଆନନ୍ଦ କରେ।
ସୁସମାଚାର
1ଯୀଶୁ ସେହି ସ୍ଥାନରୁ ପ୍ରସ୍ଥାନ କରି ଯିହୂଦିୟା ପ୍ରଦେଶର ସୀମା ଓ ଯର୍ଦ୍ଦନ ନଦୀର ଅପର ପାରିକୁ ଆସିଲେ; ଆଉ ଲୋକସମୂହ ପୁନର୍ବାର ତାହାଙ୍କ ନିକଟରେ ଏକତ୍ର ହୁଅନ୍ତେ ସେ ନିଜ ରୀତି ଅନୁସାରେ ସେମାନଙ୍କୁ ପୁଣି, ଶିକ୍ଷା ଦେବାକୁ ଲାଗିଲେ। 2ଇତିମଧ୍ୟରେ ଫାରୂଶୀମାନେ ତାହାଙ୍କ ନିକଟକୁ ଆସି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ଆପଣା ସ୍ତ୍ରୀକୁ ପରିତ୍ୟାଗ କରିବା କଅଣ ପୁରୁଷ ପକ୍ଷରେ ନ୍ୟାୟସଙ୍ଗତ? 3ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୋଶା ତୁମ୍ଭମାନଙ୍କୁ କି ଆଜ୍ଞା ଦେଇଅଛନ୍ତି?” 4ସେମାନେ କହିଲେ, ତ୍ୟାଗପତ୍ର ଲେଖି ସ୍ତ୍ରୀକୁ ପରିତ୍ୟାଗ କରିବା ନିମନ୍ତେ ମୋଶା ଅନୁମତି ଦେଇଅଛନ୍ତି। 5ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ହୃଦୟର କଠିନତା ଦେଖି ସେ ତୁମ୍ଭମାନଙ୍କ ନିମନ୍ତେ ଏହି ଆଜ୍ଞା ଲେଖିଅଛନ୍ତି। 6କିନ୍ତୁ ସୃଷ୍ଟିର ଆରମ୍ଭରୁ ଈଶ୍ବର ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ। 7ଏହି କାରଣରୁ ପୁରୁଷ ଆପଣା ପିତାମାତାଙ୍କଠାରୁ ଅଲଗା ହେବ, ଆଉ ସେମାନେ ଦୁହେଁ ଏକାଙ୍ଗ ହେବେ। 8ଏଣୁ ସେମାନେ ଆଉ ଦୁଇ ନୁହଁନ୍ତି, କିନ୍ତୁ ଏକାଙ୍ଗ ଅଟନ୍ତି। 9ଅତଏବ, ଈଶ୍ବର ଯାହା ସଂଯୁକ୍ତ କରିଅଛନ୍ତି, ମନୁଷ୍ୟ ତାହା ଭିନ୍ନ ନ କରୁ।” 10ପରେ ଶିଷ୍ୟମାନେ ଘରେ ଯୀଶୁଙ୍କୁ ଏ ବିଷୟ ପୁନର୍ବାର ପଚାରିବାକୁ ଲାଗିଲେ। 11ସେଥିରେ ସେ ସେମାନଙ୍କୁ କହିଲେ, “ଯେ କେହି ଆପଣା ସ୍ତ୍ରୀକୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ତାହା ବିରୁଦ୍ଧରେ ବ୍ୟଭିଚାର କରେ; 12ଆଉ, ଯଦି ସ୍ତ୍ରୀ ଆପଣା ସ୍ୱାମୀକୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ତେବେ ସେ ବ୍ୟଭିଚାର କରେ।”
ଆଜିର ସନ୍ଥ
- ସନ୍ଥ କ୍ରିଷ୍ଟୋଫର୍ ମାଗାଲାନେସ୍, ପୁରୋହିତ, ଓ ସାଥୀମାନେ, ଶହୀଦ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର