Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମଇ 2027 › ମଇ 22

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 22 ମଇ 2027

ଶନିବାର · ସାଧାରଣ କାଳର ସପ୍ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର ସପ୍ତମ ସପ୍ତାହର ଶନିବାର

ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ

କାସିଆର ସନ୍ଥ ରୀଟା · ଇଚ୍ଛାଧୀନ ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ଏହି ଅନୁବାଦରେ ନାହିଁ

ପ୍ରତିଉତ୍ତର ଗୀତ

ଗୀତ 103:13–18

13ପିତା ଆପଣା ସନ୍ତାନଗଣ ପ୍ରତି ଯେରୂପ ସ୍ନେହ ବହଇ, ସଦାପ୍ରଭୁ ଆପଣା ଭୟକାରୀମାନଙ୍କ ପ୍ରତି ସେରୂପ ସ୍ନେହ ବହନ୍ତି। 14କାରଣ ସେ ଆମ୍ଭମାନଙ୍କର ଗଠନ ଜାଣନ୍ତି; ଆମ୍ଭେମାନେ ଯେ ଧୂଳିମାତ୍ର, ଏହା ସେ ସ୍ମରଣ କରନ୍ତି। 15ମର୍ତ୍ତ୍ୟର ଦିନ ତୃଣ ତୁଲ୍ୟ; ଯେପରି କ୍ଷେତ୍ରର ଫୁଲ, ସେପରି ସେ ପ୍ରଫୁଲ୍ଲ ହୁଏ। 16ତହିଁ ଉପରେ ବାୟୁ ବହିଲେ, ତାହା ନ ଥାଏ, ପୁଣି, ତହିଁର ସ୍ଥାନ ଆଉ ତାହାର ପରିଚୟ ପାଇବ ନାହିଁ। 17ମାତ୍ର ସଦାପ୍ରଭୁଙ୍କ ଦୟା ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଆପଣା ଭୟକାରୀମାନଙ୍କ ପ୍ରତି ଥାଏ ଓ ଯେଉଁମାନେ ତାହାଙ୍କର ନିୟମ ରକ୍ଷା କରନ୍ତି, 18ପୁଣି, ପାଳନାର୍ଥେ ତାହାଙ୍କ ନିୟମସବୁ ସ୍ମରଣ କରନ୍ତି, ସେମାନଙ୍କ ପ୍ରତି ତାହାଙ୍କର ଧର୍ମ ପୁତ୍ରପୌତ୍ରାଦିକ୍ରମେ ଥାଏ।

ସୁସମାଚାର

ମାର୍କ 10:13–16

13ଯୀଶୁ ଯେପରି ଶିଶୁମାନଙ୍କୁ ସ୍ପର୍ଶ କରନ୍ତି, ଏଥିପାଇଁ ଲୋକେ ଶିଶୁମାନଙ୍କୁ ତାହାଙ୍କ ନିକଟକୁ ଆଣିବାକୁ ଲାଗିଲେ; ମାତ୍ର ଶିଷ୍ୟମାନେ ସେମାନଙ୍କୁ ଧମକ ଦେଲେ। 14ଯୀଶୁ ତାହା ଦେଖି ବିରକ୍ତ ହୋଇ ସେମାନଙ୍କୁ କହିଲେ, “ଶିଶୁମାନଙ୍କୁ ମୋʼ ନିକଟକୁ ଆସିବାକୁ ଦିଅ, ସେମାନଙ୍କୁ ମନା କର ନାହିଁ; କାରଣ ଈଶ୍ବରଙ୍କ ରାଜ୍ୟ ଏହି ପ୍ରକାର ଲୋକମାନଙ୍କର। 15ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଶିଶୁ ପରି ଈଶ୍ବରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ।” 16ପୁଣି, ଯୀଶୁ ଶିଶୁମାନଙ୍କୁ କୋଳରେ ଘେନି ଓ ସେମାନଙ୍କ ଉପରେ ହାତ ଥୋଇ ସେମାନଙ୍କୁ ଆଶୀର୍ବାଦ କଲେ।

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର