Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମଇ 2027 › ମଇ 22

ଅର୍ଥୋଡକ୍ସ ପଞ୍ଜିକା · 9 ମଇ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 22 ମଇ 2027

ଶନିବାର · ପାସ୍କାର ତୃତୀୟ ସପ୍ତାହ · ସ୍ୱର 2

ପର୍ବ ଓ ସନ୍ଥ

Prophet Isaiah (8th C BC)

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପ୍ରଭାତୀ ପ୍ରାର୍ଥନା: ସୁସମାଚାର (ସନ୍ଥ ନିକୋଲାସ୍‌ଙ୍କ ପାଇଁ)

ଯୋହ 10:1–9

1“ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ଦ୍ୱାର ଦେଇ ମେଷଶାଳାରେ ପ୍ରବେଶ ନ କରେ, ମାତ୍ର ଅନ୍ୟ କୌଣସି ସ୍ଥାନରେ ଚଢ଼ି ପ୍ରବେଶ କରେ, ସେ ଚୋର ଓ ଡକାଇତ; 2କିନ୍ତୁ ଯେ ଦ୍ୱାର ଦେଇ ପ୍ରବେଶ କରେ, ସେ ମେଷପାଳକ। 3ଦ୍ୱାରୀ ତାହା ନିମନ୍ତେ ଦ୍ୱାର ଫିଟାଇଦିଏ, ପୁଣି, ମେଷଗୁଡ଼ିକ ତାହାର ସ୍ୱର ଶୁଣନ୍ତି, ଆଉ ସେ ନିଜର ମେଷସବୁକୁ ନାମ ଧରି ଡାକି ବାହାର କରି ଘେନିଯାଏ। 4ସେ ନିଜର ମେଷସବୁକୁ ବାହାର କଲା ଉତ୍ତାରେ ସେମାନଙ୍କ ଆଗେ ଆଗେ ଚାଲେ ଓ ମେଷଗୁଡ଼ିକ ତାହାର ପଛେ ପଛେ ଚାଲନ୍ତି, କାରଣ ସେମାନେ ତାହାର ସ୍ୱର ଚିହ୍ନନ୍ତି; 5କିନ୍ତୁ ସେମାନେ ଅଚିହ୍ନା ଲୋକର ପଛେ ପଛେ କେବେ ହେଁ ଚାଲିବେ ନାହିଁ, ମାତ୍ର ତାହା ପାଖରୁ ପଳାଇଯିବେ, କାରଣ ସେମାନେ ଅଚିହ୍ନା ଲୋକମାନଙ୍କର ସ୍ୱର ଚିହ୍ନନ୍ତି ନାହିଁ।” 6ଯୀଶୁ ସେମାନଙ୍କୁ ଏହି ଉପମା କହିଲେ, କିନ୍ତୁ ସେ ସେମାନଙ୍କୁ ଯାହା ଯାହା କହୁଥିଲେ, ସେହିସବୁ କଅଣ ବୋଲି ସେମାନେ ବୁଝିଲେ ନାହିଁ। 7ତେଣୁ ଯୀଶୁ ପୁନର୍ବାର କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୁଁ ମେଷଗୁଡ଼ିକର ଦ୍ୱାର। 8ଯେତେ ଜଣ ମୋʼ ପୂର୍ବରେ ଆସିଅଛନ୍ତି, ସେମାନେ ସମସ୍ତେ ଚୋର ଓ ଡକାଇତ, କିନ୍ତୁ ମେଷସବୁ ସେମାନଙ୍କ କଥା ଶୁଣିଲେ ନାହିଁ। 9ମୁଁ ଦ୍ୱାର, ଯଦି କେହି ମୋʼ ଦେଇ ପ୍ରବେଶ କରେ, ତାହାହେଲେ ସେ ରକ୍ଷା ପାଇବ ଏବଂ ଭିତରକୁ ଆସି ଓ ବାହାରକୁ ଯାଇ ଚରା ପାଇବ।

ପତ୍ର

ପ୍ରେରି 9:19–31

19ଆଉ ସେ ଭୋଜନ କରି ବଳ ପାଇଲେ। ଏଥିଉତ୍ତାରେ ସେ ଦମ୍ମେଶକରେ ଥିବା ଶିଷ୍ୟମାନଙ୍କ ସହିତ କେତେକ ଦିନ ରହିଲେ; 20ପୁଣି, ଯୀଶୁ ଯେ ଈଶ୍ବରଙ୍କର ପୁତ୍ର, ଏହା ସେ ଅବିଳମ୍ବରେ ସମାଜଗୃହ ସମୂହରେ ଘୋଷଣା କରିବାକୁ ଲାଗିଲେ। 21ଆଉ, ଯେଉଁମାନେ ତାହାଙ୍କ କଥା ଶୁଣିଲେ, ସେମାନେ ସମସ୍ତେ ଆଚମ୍ଭିତ ହୋଇ କହିବାକୁ ଲାଗିଲେ, ଏହି ନାମ ଧରି ପ୍ରାର୍ଥନା କରୁଥିବା ଲୋକମାନଙ୍କୁ ଯେ ଯିରୂଶାଲମ ସହରରେ ବିନଷ୍ଟ କରୁଥିଲା, ଆଉ ଯେପରି ସେମାନଙ୍କୁ ବାନ୍ଧି ପ୍ରଧାନ ଯାଜକମାନଙ୍କ ନିକଟକୁ ଘେନିଯାଇପାରେ, ସେହି ଅଭିପ୍ରାୟରେ ଏହି ସ୍ଥାନକୁ ଆସିଥିଲା, ଏ କି ସେହି ନୁହେଁ? 22କିନ୍ତୁ, ଶାଉଲ ଅଧିକତର ଶକ୍ତିଶାଳୀ ହୋଇ ଉଠିଲେ, ପୁଣି, ଏ ଯେ ଖ୍ରୀଷ୍ଟ, ଏହା ପ୍ରମାଣ କରି ଦମ୍ମେଶକନିବାସୀ ଯିହୁଦୀମାନଙ୍କୁ ନିରୁତ୍ତର କରିଦେଉଥିଲେ। 23ଅନେକ ଦିନ ଗତ ହେଲା ଉତ୍ତାରେ ଯିହୁଦୀମାନେ ତାହାଙ୍କୁ ବଧ କରିବା ପାଇଁ ଏକତ୍ର ମନ୍ତ୍ରଣା କଲେ; 24କିନ୍ତୁ ସେମାନଙ୍କର ଚକ୍ରାନ୍ତ ଶାଉଲଙ୍କର କର୍ଣ୍ଣଗୋଚର ହେଲା। ଆଉ, ସେମାନେ ଯେପରି ତାହାଙ୍କୁ ବଧ କରିପାରନ୍ତି, ଏଥିନିମନ୍ତେ ଦିବାରାତ୍ର ମଧ୍ୟ ନଗରଦ୍ୱାରସବୁ ଜଗି ରହିଲେ, 25କିନ୍ତୁ ତାହାଙ୍କର ଶିଷ୍ୟମାନେ ରାତ୍ରିକାଳରେ ତାହାଙ୍କୁ ଘେନି ଗୋଟିଏ ଟୋକେଇରେ ପ୍ରାଚୀର ଦେଇ ତଳକୁ ଓହ୍ଲାଇଦେଲେ। 26ପରେ ସେ ଯିରୂଶାଲମ ସହରକୁ ଯାଇ ଶିଷ୍ୟମାନଙ୍କ ସହିତ ମିଶିବାକୁ ଚେଷ୍ଟା କରୁଥିଲେ; ମାତ୍ର ସେ ଯେ ଜଣେ ଶିଷ୍ୟ, ଏହା ବିଶ୍ୱାସ ନ କରି ସମସ୍ତେ ତାହାଙ୍କୁ ଭୟ କରୁଥିଲେ। 27କିନ୍ତୁ ବର୍ଣ୍ଣବ୍ବା ତାହାଙ୍କୁ ସଙ୍ଗରେ ଘେନି ପ୍ରେରିତମାନଙ୍କ ନିକଟକୁ ଆଣିଲେ, ପୁଣି, ବାଟରେ ସେ କିପରି ପ୍ରଭୁଙ୍କର ଦର୍ଶନ ପାଇଥିଲେ ଓ ସେ ଯେ ତାହାଙ୍କ ସହିତ କଥା କହିଥିଲେ, ଆଉ କିପ୍ରକାରେ ସେ ଦମ୍ମେଶକରେ ଯୀଶୁଙ୍କ ନାମରେ ସାହସପୂର୍ବକ ପ୍ରଚାର କରିଥିଲେ, ଏହିସବୁ ସେ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ। 28ଆଉ, ସେ ସେମାନଙ୍କ ସହିତ ଯିରୂଶାଲମ ସହରରେ ଗମନାଗମନ କରି, 29ପ୍ରଭୁଙ୍କର ନାମ ସାହସପୂର୍ବକ ପ୍ରଚାର କରିବାକୁ ଲାଗିଲେ, ପୁଣି, ସେ ଗ୍ରୀକ୍‍ ଭାଷାବାଦୀ ଯିହୁଦୀମାନଙ୍କ ସହିତ କଥାବାର୍ତ୍ତା ଓ ତର୍କବିତର୍କ କରୁଥିଲେ, କିନ୍ତୁ ସେମାନେ ତାହାଙ୍କୁ ବଧ କରିବା ନିମନ୍ତେ ଚେଷ୍ଟା କରିବାକୁ ଲାଗିଲେ। 30ତାହା ଜାଣି ପାରି ଭାଇମାନେ ତାହାଙ୍କୁ କାଇସରିୟାକୁ ଘେନିଯାଇ ତାର୍ଷକୁ ପଠାଇଦେଲେ। 31ଏହି ପ୍ରକାରେ ସମୁଦାୟ ଯିହୂଦିୟା ପ୍ରଦେଶ, ଗାଲିଲୀ ଓ ଶମିରୋଣ ମଣ୍ଡଳୀ ନିଷ୍ଠାପ୍ରାପ୍ତ ହୋଇ ଓ ପ୍ରଭୁଙ୍କର ଭୟରେ ଆଚରଣ କରି ଶାନ୍ତି ଭୋଗ କଲେ, ପୁଣି, ପବିତ୍ର ଆତ୍ମାଙ୍କ ସାହାଯ୍ୟରେ ବୃଦ୍ଧି ପାଇବାକୁ ଲାଗିଲେ।

ପତ୍ର (ସନ୍ଥ ନିକୋଲାସ୍‌ଙ୍କ ପାଇଁ)

ଏବ୍ରୀ 13:17–21

17ତୁମ୍ଭମାନଙ୍କ ନେତାମାନଙ୍କର ବାଧ୍ୟ ହୋଇ ସେମାନଙ୍କର ବଶୀଭୂତ ହୁଅ, କାରଣ ଯେଉଁମାନଙ୍କୁ ନିକାଶ ଦେବାକୁ ହେବ, ସେମାନଙ୍କ ସଦୃଶ ସେମାନେ ତୁମ୍ଭମାନଙ୍କ ଆତ୍ମା ସମ୍ବନ୍ଧରେ ପ୍ରହରୀକର୍ମ କରନ୍ତି, ଯେପରି ସେମାନେ ତାହା ଦୁଃଖରେ ନ କରି ଆନନ୍ଦରେ କରିପାରନ୍ତି; ଦୁଃଖରେ କଲେ, ତୁମ୍ଭମାନଙ୍କର କିଛି ଲାଭ ନାହିଁ। 18ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, କାରଣ ଆମ୍ଭମାନଙ୍କର ବିଶ୍ୱାସ ଯେ, ଆମ୍ଭମାନଙ୍କର ସୁବିବେକ ଅଛି, ଯେଣୁ ସମସ୍ତ ବିଷୟରେ ସଦାଚରଣ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ। 19ଆଉ ମୁଁ ଯେପରି ଶୀଘ୍ର ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇପାରିବି, ଏଥିନିମନ୍ତେ ପ୍ରାର୍ଥନା କରିବାକୁ ତୁମ୍ଭମାନଙ୍କୁ ବିଶେଷ ଭାବରେ ଅନୁରୋଧ କରୁଅଛି। 20ଯେଉଁ ଶାନ୍ତିଦାତା ଈଶ୍ବର ଅନନ୍ତକାଳସ୍ଥାୟୀ ନିୟମର ରକ୍ତ ହେତୁ ପ୍ରଧାନ ମେଷପାଳକ, ଅର୍ଥାତ୍‍, ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଫେରାଇ ଆଣିଲେ; 21ତାହାଙ୍କ ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା ସେ ଆମ୍ଭମାନଙ୍କ ଅନ୍ତରରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ସମ୍ପନ୍ନ କରି ତାହାଙ୍କ ଇଚ୍ଛା ସାଧନ କରିବାକୁ ତୁମ୍ଭମାନଙ୍କୁ ପ୍ରତ୍ୟେକ ସତ୍କର୍ମରେ ସିଦ୍ଧ କରନ୍ତୁ। ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍‍।

ସୁସମାଚାର

ଯୋହ 15:17–16:2

17ତୁମ୍ଭେମାନେ ଯେପରି ପରସ୍ପରକୁ ପ୍ରେମ କର, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସମସ୍ତ ଆଜ୍ଞା ଦେଉଅଛି।” 18“ଜଗତ ତୁମ୍ଭମାନଙ୍କୁ ଘୃଣା କରେ, ତେବେ ତୁମ୍ଭମାନଙ୍କୁ ଘୃଣା କରିବା ପୂର୍ବେ ତାହା ଯେ ମୋତେ ଘୃଣା କରିଅଛି, ଏହା ଜାଣ। 19ଯଦି ତୁମ୍ଭେମାନେ ଜଗତରୁ ଉତ୍ପନ୍ନ ହୋଇଥାଆନ୍ତ, ତେବେ ଜଗତ ତୁମ୍ଭମାନଙ୍କୁ ଆପଣାର ଲୋକ ଜାଣି ପ୍ରେମ କରନ୍ତା; କିନ୍ତୁ ତୁମ୍ଭେମାନେ ଜଗତରୁ ଉତ୍ପନ୍ନ ହୋଇ ନାହଁ, ବରଂ ମୁଁ ତୁମ୍ଭମାନଙ୍କୁ ଜଗତ ମଧ୍ୟରୁ ମନୋନୀତ କରିଅଛି, ଏଥିନିମନ୍ତେ ଜଗତ ତୁମ୍ଭମାନଙ୍କୁ ଘୃଣା କରେ। 20ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, ମୁଁ ତୁମ୍ଭମାନଙ୍କୁ ଏହି ଯେଉଁ ବାକ୍ୟ କହିଅଛି, ତାହା ସ୍ମରଣ କର। ଯଦି ସେମାନେ ମୋତେ ତାଡ଼ନା କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କୁ ମଧ୍ୟ ତାଡ଼ନା କରିବେ; ଯଦି ସେମାନେ ମୋହର ବାକ୍ୟ ପାଳନ କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କର ବାକ୍ୟ ମଧ୍ୟ ପାଳନ କରିବେ। 21କିନ୍ତୁ ସେମାନେ ମୋହର ପ୍ରେରଣକର୍ତ୍ତାଙ୍କୁ ଜାଣି ନ ଥିବାରୁ ମୋହର ନାମ ସକାଶେ ତୁମ୍ଭମାନଙ୍କ ପ୍ରତି ଏହି ସମସ୍ତ କରିବେ। 22ଯଦି ମୁଁ ଆସି ସେମାନଙ୍କୁ କହି ନ ଥାଆନ୍ତି, ତାହାହେଲେ ସେମାନଙ୍କ ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନଙ୍କ ପାପ ବିଷୟରେ ସେମାନେ କୌଣସି ବାହାନା କରିପାରନ୍ତି ନାହିଁ। 23ଯେ ମୋତେ ଘୃଣା କରେ, ସେ ମୋହର ପିତାଙ୍କୁ ମଧ୍ୟ ଘୃଣା କରେ। 24ଯେଉଁ କର୍ମସବୁ ଆଉ କେହି କରି ନାହିଁ, ମୁଁ ଯଦି ସେହିସବୁ ସେମାନଙ୍କ ମଧ୍ୟରେ କରି ନ ଥାଆନ୍ତି, ତାହାହେଲେ ସେମାନଙ୍କର ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନେ ଦେଖିଅଛନ୍ତି, ଆଉ ମୋତେ ଓ ମୋହର ପିତା ଉଭୟଙ୍କୁ ଘୃଣା କରିଅଛନ୍ତି। 25‘ମାତ୍ର ସେମାନେ ଅକାରଣରେ ମୋତେ ଘୃଣା କଲେ,’ ସେମାନଙ୍କ ବ୍ୟବସ୍ଥାରେ ଲିଖିତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ଏପରି ଘଟୁଅଛି। 26ପିତାଙ୍କ ନିକଟରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଯେଉଁ ସାହାଯ୍ୟକାରୀଙ୍କୁ ପ୍ରେରଣ କରିବି, ପିତାଙ୍କଠାରୁ ବର୍ହିଗତ ସେହି ସତ୍ୟମୟ ଆତ୍ମା ଆସିଲେ ମୋʼ ବିଷୟରେ ସାକ୍ଷ୍ୟ ଦେବେ; 27ଆଉ, ତୁମ୍ଭେମାନେ ମଧ୍ୟ ସାକ୍ଷୀ, କାରଣ ତୁମ୍ଭେମାନେ ଆରମ୍ଭରୁ ମୋʼ ସହିତ ରହିଅଛ।” 16:1“ତୁମ୍ଭେମାନେ ଯେପରି ବିଘ୍ନ ନ ପାଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଅଛି। 2ସେମାନେ ତୁମ୍ଭମାନଙ୍କୁ ସମାଜଗୃହରୁ ବାହାର କରିବେ, ହଁ, ଏପରି ସମୟ ଆସୁଅଛି, ଯେତେବେଳେ ଯେ କେହି ତୁମ୍ଭମାନଙ୍କୁ ବଧ କରେ, ସେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଉପାସନାରୂପ ବଳି ଉତ୍ସର୍ଗ କରୁଅଛି ବୋଲି ମନେ କରିବ।

ସୁସମାଚାର (ସନ୍ଥ ନିକୋଲାସ୍‌ଙ୍କ ପାଇଁ)

ଲୂକ 6:17–23

17ଆଉ ସେ ସେମାନଙ୍କ ସହିତ ଓହ୍ଲାଇ ଗୋଟିଏ ସମତଳ ଭୂମିରେ ଠିଆ ହେଲେ, ପୁଣି, ତାହାଙ୍କର ଅନେକ ଶିଷ୍ୟ ଏବଂ ସମସ୍ତ ଯିହୂଦିୟା ପ୍ରଦେଶ, ଯିରୂଶାଲମ ଆଉ ସୋର ଓ ସୀଦୋନର ଉପକୂଳରୁ ଅନେକେ ଉପସ୍ଥିତ ହେଲେ; 18ସେମାନେ ତାହାଙ୍କ ବାକ୍ୟ ଶୁଣିବାକୁ ଓ ଆପଣା ଆପଣା ରୋଗରୁ ସୁସ୍ଥ ହେବାକୁ ଆସିଥିଲେ, ଆଉ ଯେଉଁମାନେ ଅଶୁଚି ଆତ୍ମାଗୁଡ଼ାକ ଦ୍ୱାରା କଷ୍ଟ ପାଉଥିଲେ, ସେମାନେ ସୁସ୍ଥ କରାଗଲେ; 19ପୁଣି, ଲୋକସମୂହ ତାହାଙ୍କୁ ଛୁଇଁବାକୁ ଚେଷ୍ଟା କରୁଥିଲେ, କାରଣ ତାହାଙ୍କଠାରୁ ଶକ୍ତି ବାହାରି ସମସ୍ତଙ୍କୁ ସୁସ୍ଥ କରୁଥିଲା। 20ସେ ସମୟରେ ସେ ଆପଣା ଶିଷ୍ୟମାନଙ୍କୁ ଦେଖି କହିଲେ, “ଦୀନହୀନ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କର। 21ବର୍ତ୍ତମାନ କ୍ଷୁଧିତ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ପରିତୃପ୍ତ ହେବ। ବର୍ତ୍ତମାନ ରୋଦନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ହାସ୍ୟ କରିବ। 22ଲୋକେ ଯେବେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ମନୁଷ୍ୟପୁତ୍ରଙ୍କ ହେତୁ ଅଲଗା କରନ୍ତି ପୁଣି, ନିନ୍ଦା କରନ୍ତି ଓ ତୁମ୍ଭମାନଙ୍କ ନାମକୁ ମନ୍ଦ ବୋଲି ଅଗ୍ରାହ୍ୟ କରନ୍ତି, ତେବେ ତୁମ୍ଭେମାନେ ଧନ୍ୟ। 23ସେହି ଦିନ ଆନନ୍ଦରେ ନୃତ୍ୟ କର, କାରଣ ଦେଖ, ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ଆଉ ସେହିପରି ତ ସେମାନଙ୍କ ପିତୃ-ପୁରୁଷମାନେ ଭାବବାଦୀମାନଙ୍କ ପ୍ରତି କରୁଥିଲେ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ମଇ 9 ନାଗରିକ ପଞ୍ଜିକାର ମଇ 22। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର