ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମଇ 2027 › ମଇ 23
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 23 ମଇ 2027
ରବିବାର · ସାଧାରଣ କାଳର ଅଷ୍ଟମ ସପ୍ତାହ
ପର୍ବ ଓ ସନ୍ଥ
ପରମ ପବିତ୍ର ତ୍ରିତ୍ୱ
ମହାପର୍ବ · ଉପାସନାର ରଙ୍ଗ: ଧଳା
ଦିନର ପାଠ
ପ୍ରଥମ ପାଠ
32ପରମେଶ୍ୱର ମନୁଷ୍ୟକୁ ପୃଥିବୀରେ ସୃଷ୍ଟି କରିବା ଦିନାବଧି ତୁମ୍ଭ ପୂର୍ବେ ଗତ କାଳକୁ ଓ ଆକାଶମଣ୍ଡଳର ଏକ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତ ପର୍ଯ୍ୟନ୍ତ ପଚାର, ଏହି ମହାକାର୍ଯ୍ୟ ତୁଲ୍ୟ କି ଆଉ କୌଣସି କାର୍ଯ୍ୟ ଅଛି, ଅବା ଏପ୍ରକାର କି ଶୁଣାଯାଇଅଛି? 33ଆଉ ତୁମ୍ଭେ ଯେପରି ଶୁଣିଅଛ, ସେପରି କି ଅନ୍ୟ କୌଣସି ଦେଶୀୟ ଲୋକେ ପରମେଶ୍ୱରଙ୍କ ରବ ଅଗ୍ନି ମଧ୍ୟରୁ କହିବାର ଶୁଣି ବଞ୍ଚିଅଛନ୍ତି? 34କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ମିସରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସକଳ କର୍ମ କରିଅଛନ୍ତି, କି ତଦନୁସାରେ ପରୀକ୍ଷାସିଦ୍ଧ ପ୍ରମାଣ ଦ୍ୱାରା, ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟକର୍ମ ଦ୍ୱାରା, ଯୁଦ୍ଧ ଦ୍ୱାରା, ପରାକ୍ରାନ୍ତ ହସ୍ତ ଦ୍ୱାରା, ବିସ୍ତାରିତ ବାହୁ ଦ୍ୱାରା ଓ ଭୟଙ୍କର ମହାକର୍ମ ଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି। 39ଏନିମନ୍ତେ ତୁମ୍ଭେ ଆଜି ଏହା ଜ୍ଞାତ ହୁଅ ଓ ଆପଣା ହୃଦୟରେ ଏହା ବିବେଚନା କର, ଊର୍ଦ୍ଧ୍ୱସ୍ଥ ସ୍ୱର୍ଗରେ ଓ ଅଧଃସ୍ଥ ପୃଥିବୀରେ ସଦାପ୍ରଭୁ ହିଁ ପରମେଶ୍ୱର ଅଟନ୍ତି, ଅନ୍ୟ କେହି ନାହାନ୍ତି। 40ପୁଣି ଯେପରି ତୁମ୍ଭର ମଙ୍ଗଳ ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ମଙ୍ଗଳ ହୁଏ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସଦାକାଳ ନିମନ୍ତେ ତୁମ୍ଭକୁ ଯେଉଁ ଭୂମି ଦିଅନ୍ତି, ତହିଁ ଉପରେ ଯେପରି ତୁମ୍ଭର ଦୀର୍ଘ ପରମାୟୁ ହୁଏ, ଏଥିପାଇଁ ମୁଁ ତାହାଙ୍କର ଯେଉଁ ଯେଉଁ ବିଧି ଓ ଆଜ୍ଞା ଆଜି ତୁମ୍ଭକୁ ଆଦେଶ କରୁଅଛି, ତାହା ପାଳନ କର।
ପ୍ରତିଉତ୍ତର ଗୀତ
4କାରଣ ସଦାପ୍ରଭୁଙ୍କ ବାକ୍ୟ ଯଥାର୍ଥ; ଆଉ ତାହାଙ୍କର ସମସ୍ତ କାର୍ଯ୍ୟ ବିଶ୍ୱସ୍ତତାରେ ସାଧିତ। 5ସେ ଧାର୍ମିକତା ଓ ନ୍ୟାୟବିଚାର ଭଲ ପାଆନ୍ତି; ପୃଥିବୀ ସଦାପ୍ରଭୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ପରିପୂର୍ଣ୍ଣ; 6ଗଗନମଣ୍ଡଳ ସଦାପ୍ରଭୁଙ୍କ ବାକ୍ୟରେ, ଆଉ ତହିଁର ସମସ୍ତ ବାହିନୀ ତାହାଙ୍କ ମୁଖର ନିଶ୍ୱାସରେ ନିର୍ମିତ। 9ସେ କହିବା ମାତ୍ରେ ସୃଷ୍ଟି ହେଲା, ସେ ଆଜ୍ଞା କରିବା ମାତ୍ରେ ସ୍ଥିତି ହେଲା। 18ଦେଖ, ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କ ଦୟାରେ ଭରସା ରଖନ୍ତି, 19ସେମାନଙ୍କ ପ୍ରାଣ ମୃତ୍ୟୁରୁ ରକ୍ଷା କରିବା ପାଇଁ ଓ ଦୁର୍ଭିକ୍ଷ ସମୟରେ ସେମାନଙ୍କୁ ବଞ୍ଚାଇବା ପାଇଁ ସେମାନଙ୍କ ଉପରେ ତାହାଙ୍କର ଦୃଷ୍ଟି ଥାଏ। 20ଆମ୍ଭମାନଙ୍କ ପ୍ରାଣ ସଦାପ୍ରଭୁଙ୍କ ଅପେକ୍ଷାରେ ରହିଅଛି; ସେ ଆମ୍ଭମାନଙ୍କର ସହାୟ ଓ ଆମ୍ଭମାନଙ୍କର ଢାଲ। 22ହେ ସଦାପ୍ରଭୋ, ତୁମ୍ଭଠାରେ ଆମ୍ଭେମାନେ ଭରସା କରିଥିବା ପ୍ରମାଣେ ଆମ୍ଭମାନଙ୍କ ପ୍ରତି ତୁମ୍ଭର ଦୟା ବର୍ତ୍ତୁ।
ଦ୍ୱିତୀୟ ପାଠ
14ଯେଣୁ ଯେତେ ଲୋକ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ଚାଳିତ ହୁଅନ୍ତି, ସେମାନେ ଈଶ୍ବରଙ୍କ ସନ୍ତାନ। 15କାରଣ ତୁମ୍ଭେମାନେ ପୁନର୍ବାର ଭୟ କରିବା ନିମନ୍ତେ ଦାସତ୍ୱର ଆତ୍ମା ପାଇ ନାହଁ, କିନ୍ତୁ ପୁତ୍ରତ୍ୱର ଆତ୍ମା ପାଇଅଛ; ତଦ୍ୱାରା ଆମ୍ଭେମାନେ ଆବ୍ବା, ପିତଃ ବୋଲି ଡାକିଥାଉ। 16ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ବୋଲି ସେହି ପବିତ୍ର ଆତ୍ମା ସ୍ୱୟଂ ଆମ୍ଭମାନଙ୍କ ଆତ୍ମା ସହିତ ସାକ୍ଷ୍ୟ ପ୍ରଦାନ କରନ୍ତି, 17ଆଉ ଯଦି ସନ୍ତାନ, ତେବେ ଉତ୍ତରାଧିକାରୀ, ଅର୍ଥାତ୍ ଯଦି ଖ୍ରୀଷ୍ଟଙ୍କ ସହିତ ଗୌରବାନ୍ୱିତ ମଧ୍ୟ ହେବା ନିମନ୍ତେ ଆମ୍ଭେମାନେ ତାହାଙ୍କ ସାଙ୍ଗରେ ଦୁଃଖଭୋଗ କରୁ, ତେବେ ଈଶ୍ବରଙ୍କ ଉତ୍ତରାଧିକାରୀ ଓ ଖ୍ରୀଷ୍ଟଙ୍କ ସହ ଉତ୍ତରାଧିକାରୀ ଅଟୁ।
ସୁସମାଚାର
16କିନ୍ତୁ ଏକାଦଶ ଶିଷ୍ୟ ଗାଲିଲୀକୁ ଯାଇ, ଯୀଶୁ ଯେଉଁ ପର୍ବତ ବିଷୟ ସେମାନଙ୍କୁ କହିଥିଲେ, ସେହି ପର୍ବତକୁ ଗଲେ। 17ଆଉ, ସେମାନେ ତାହାଙ୍କୁ ଦେଖି ପ୍ରଣାମ କଲେ, ମାତ୍ର କେହି କେହି ସନ୍ଦେହ କଲେ। 18ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, “ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଅଛି। 19ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ, 20ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହିସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।”
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର